ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜୁଲାଇ 2027 › ଜୁଲାଇ 4
ଅର୍ଥୋଡକ୍ସ ପଞ୍ଜିକା · 21 ଜୁନ (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 4 ଜୁଲାଇ 2027
ରବିବାର · ସ୍ୱର 1
ପର୍ବ ଓ ସନ୍ଥ
ପେଣ୍ଟିକଷ୍ଟ ପରେ ଦ୍ୱିତୀୟ ରବିବାର
ଆମେରିକାର ସମସ୍ତ ସନ୍ଥ; ରୁଷିଆର ସମସ୍ତ ସନ୍ଥ
ପ୍ରେରିତମାନଙ୍କ ଉପବାସ
ମାଛ ଚଳିବ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ସନ୍ଧ୍ୟା ପ୍ରାର୍ଥନା: ପାଠ
9ସର୍ବଦେଶୀୟମାନେ ସଂଗୃହୀତ ହେଉନ୍ତୁ ଓ ଗୋଷ୍ଠୀସମୂହ ଏକତ୍ରୀକୃତ ହେଉନ୍ତୁ; ସେମାନଙ୍କ ମଧ୍ୟରେ କିଏ ଏହା ପ୍ରକାଶ କରିପାରେ ଓ ଆଦ୍ୟ ବିଷୟମାନ ଆମ୍ଭମାନଙ୍କୁ ଦେଖାଇ ପାରେ? ସେମାନେ ନିର୍ଦ୍ଦୋଷୀକୃତ ହେବା ନିମନ୍ତେ ଆପଣା ଆପଣା ସାକ୍ଷୀଗଣକୁ ଆଣନ୍ତୁ; ଅଥବା ସେମାନେ ଶୁଣି ଏହା ସତ୍ୟ ବୋଲି କୁହନ୍ତୁ। 10ସଦାପ୍ରଭୁ କହନ୍ତି, “ତୁମ୍ଭେମାନେ ଯେପରି ଜାଣି ଆମ୍ଭଠାରେ ବିଶ୍ୱାସ କରିବ ଓ ଆମ୍ଭେ ସେହି ଅଟୁ ବୋଲି ବୁଝିବ, ଏଥିପାଇଁ ତୁମ୍ଭେମାନେ ଆମ୍ଭର ସାକ୍ଷୀ ଓ ଆମ୍ଭର ମନୋନୀତ ଦାସ ଅଟ, ଆମ୍ଭ ପୂର୍ବରେ କୌଣସି ଈଶ୍ୱର ନିର୍ମିତ ହେଲା ନାହିଁ, କିଅବା ଆମ୍ଭ ଉତ୍ତାରେ ହେବ ନାହିଁ। 11ଆମ୍ଭେ, ଆମ୍ଭେ ହିଁ ସଦାପ୍ରଭୁ ଅଟୁ ଓ ଆମ୍ଭ ଛଡ଼ା ଆଉ ତ୍ରାଣକର୍ତ୍ତା ନାହିଁ। 12ଆମ୍ଭେ ପ୍ରକାଶ କରିଅଛୁ, ଆମ୍ଭେ ଉଦ୍ଧାର କରିଅଛୁ ଓ ଆମ୍ଭେ ଦେଖାଇଅଛୁ, ଆଉ ତୁମ୍ଭମାନଙ୍କ ମଧ୍ୟରେ କୌଣସି ବିଦେଶୀୟ ଦେବତା ନ ଥିଲା; ଏହେତୁ ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଆମ୍ଭର ସାକ୍ଷୀ ଅଟ ଓ ଆମ୍ଭେ ପରମେଶ୍ୱର ଅଟୁ।” 13“ହଁ, ଦିବସର ପୂର୍ବରୁ ଆମ୍ଭେ ସେହି ଅଟୁ ଓ ଆମ୍ଭ ହସ୍ତରୁ ଉଦ୍ଧାରକାରୀ କେହି ନାହିଁ; ଆମ୍ଭେ କାର୍ଯ୍ୟ କରିବା, ଆଉ କିଏ ତାହା ଅନ୍ୟଥା କରିବ?” 14ତୁମ୍ଭମାନଙ୍କର ମୁକ୍ତିଦାତା, ଇସ୍ରାଏଲର ଧର୍ମସ୍ୱରୂପ ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ତୁମ୍ଭମାନଙ୍କ ସକାଶେ ବାବିଲକୁ ଲୋକ ପଠାଇଅଛୁ ଓ ଆମ୍ଭେ ସେସମସ୍ତଙ୍କୁ ପଳାତକଗଣ ତୁଲ୍ୟ ଆଣିବା; କଲ୍ଦୀୟମାନଙ୍କୁ ହିଁ ସେମାନଙ୍କର ଆନନ୍ଦଗାନର ନୌକାରେ ଆଣିବା।
ସନ୍ଧ୍ୟା ପ୍ରାର୍ଥନା: ପାଠ
ଏହି ଅନୁବାଦରେ ନାହିଁ
ସନ୍ଧ୍ୟା ପ୍ରାର୍ଥନା: ପାଠ
ଏହି ଅନୁବାଦରେ ନାହିଁ
ପ୍ରଭାତୀ ପ୍ରାର୍ଥନାର ଦ୍ୱିତୀୟ ସୁସମାଚାର
1ବିଶ୍ରାମବାର ବିତିଗଲା ଉତ୍ତାରେ ମଗ୍ଦଲୀନୀ ମରୀୟମ, ଯାକୁବଙ୍କ ମାତା ମରୀୟମ ଓ ଶଲୋମୀ ସୁଗନ୍ଧିଦ୍ରବ୍ୟ କିଣିଲେ, ଯେପରି ସେମାନେ ଯାଇ ତାହାଙ୍କୁ ମଖାଇଦେଇ ପାରନ୍ତି। 2ପୁଣି, ସପ୍ତାହର ପ୍ରଥମ ଦିବସର ଅତି ପ୍ରତ୍ୟୁଷରେ ସେମାନେ ସମାଧି ନିକଟକୁ ଗଲେ, ସେତେବେଳେ ସୂର୍ଯ୍ୟ ଉଠିଲା। 3ସେମାନେ ପରସ୍ପରକୁ କହୁଥିଲେ, କିଏ ଆମ୍ଭମାନଙ୍କ ପାଇଁ ସମାଧି-ଦ୍ୱାରରୁ ପଥରଟା ଗଡ଼ାଇଦେବ? କାରଣ ତାହା ଅତି ବୃହତ ଥିଲା। 4ଏପରି ସମୟରେ ସେମାନେ ଚାହିଁ ଦେଖିଲେ ଯେ, ପଥର ଗଡ଼ାଇ ଦିଆଯାଇଅଛି। 5ସେମାନେ ସମାଧି ମଧ୍ୟରେ ପ୍ରବେଶ କରି ଶୁକ୍ଳ ବସ୍ତ୍ର ପରିହିତ ଜଣେ ଯୁବାଙ୍କୁ ଦକ୍ଷିଣ ପାର୍ଶ୍ୱରେ ବସିଥିବା ଦେଖି ଅତିଶୟ ଆଶ୍ଚର୍ଯ୍ୟାନ୍ୱିତ ହେଲେ। 6ସେଥିରେ ସେ ସେମାନଙ୍କୁ କହିଲେ, ଭୟ କର ନାହିଁ; ତୁମ୍ଭେମାନେ କ୍ରୁଶରେ ହତ ନାଜରିତୀୟ ଯୀଶୁଙ୍କର ଅନ୍ୱେଷଣ କରୁଅଛ; ସେ ଉଠିଅଛନ୍ତି, ସେ ଏଠାରେ ନାହାନ୍ତି; ଦେଖ, ଏହି ସ୍ଥାନରେ ସେମାନେ ତାହାଙ୍କୁ ରଖିଥିଲେ। 7କିନ୍ତୁ ତୁମ୍ଭେମାନେ ଯାଇ ତାହାଙ୍କ ଶିଷ୍ୟମାନଙ୍କୁ ଓ ପିତରଙ୍କୁ କୁହ, ସେ ତୁମ୍ଭମାନଙ୍କ ଆଗେ ଗାଲିଲୀକୁ ଯାଉଅଛନ୍ତି; ଯୀଶୁ ତୁମ୍ଭମାନଙ୍କୁ ଯେପରି କହିଥିଲେ, ସେପରି ତୁମ୍ଭେମାନେ ତାହାଙ୍କୁ ସେଠାରେ ଦେଖିବ। 8ସେଥିରେ ସେମାନେ ବାହାରି ସମାଧି ନିକଟରୁ ପଳାଇଗଲେ, କାରଣ ସେମାନେ ଭୟରେ କମ୍ପୁଥିଲେ ଓ ଆଶ୍ଚର୍ଯ୍ୟ ହୋଇଥିଲେ, ପୁଣି, କାହାକୁ କିଛି କହିଲେ ନାହିଁ, ଯେଣୁ ସେମାନେ ଭୀତ ହୋଇଥିଲେ।
ପତ୍ର
10ମାତ୍ର ପ୍ରଥମରେ ଯିହୁଦୀ ଓ ମଧ୍ୟ ଗ୍ରୀକ୍, ପ୍ରତ୍ୟେକ ସତ୍କର୍ମକାରୀ ପ୍ରତି ଗୌରବ, ସମ୍ମାନ ଓ ଶାନ୍ତି ଘଟିବ। 11କାରଣ ଈଶ୍ବରଙ୍କ ନିକଟରେ ମୁଖାପେକ୍ଷା ନାହିଁ। 12ଯେଣୁ ଯେତେ ମୋଶାଙ୍କ ବ୍ୟବସ୍ଥାବିହୀନ ହୋଇ ପାପ କରିଅଛନ୍ତି, ସେମାନେ ମଧ୍ୟ ମୋଶାଙ୍କ ବ୍ୟବସ୍ଥା ବିନା ବିନଷ୍ଟ ହେବେ; ଆଉ, ଯେତେ ମୋଶାଙ୍କ ବ୍ୟବସ୍ଥା ପ୍ରାପ୍ତ ହୋଇ ପାପ କରିଅଛନ୍ତି, ସେମାନେ ମୋଶାଙ୍କ ବ୍ୟବସ୍ଥାନୁସାରେ ବିଚାରିତ ହେବେ, 13କାରଣ ମୋଶାଙ୍କ ବ୍ୟବସ୍ଥାର ଶ୍ରୋତାମାନେ ଈଶ୍ବରଙ୍କ ସାକ୍ଷାତରେ ଧାର୍ମିକ ନୁହଁନ୍ତି, କିନ୍ତୁ ମୋଶାଙ୍କ ବ୍ୟବସ୍ଥା ପାଳନକାରୀମାନେ ଧାର୍ମିକ ଗଣିତ ହେବେ। 14ଯେଣୁ ଅଣଯିହୁଦୀମାନଙ୍କର ସେହି ବ୍ୟବସ୍ଥା ନ ଥିଲେ ସୁଦ୍ଧା, ଯେତେବେଳେ ସେମାନେ ସ୍ୱାଭାବିକ ଭାବରେ ବ୍ୟବସ୍ଥାନୁଯାୟୀ କର୍ମ କରନ୍ତି, ସେତେବେଳେ ସେମାନେ ବ୍ୟବସ୍ଥା ନ ପାଇଲେ ହେଁ ଆପେ ଆପଣା ଆପଣା ପ୍ରତି ବ୍ୟବସ୍ଥା ସ୍ୱରୂପ ଅଟନ୍ତି; 15କାରଣ ସେମାନେ ମୋଶାଙ୍କ ବ୍ୟବସ୍ଥାର କର୍ମ ଆପଣା ଆପଣା ହୃଦୟରେ ଲିଖିତ ବୋଲି ଦେଖାନ୍ତି, ସେମାନଙ୍କ ବିବେକ ମଧ୍ୟ ସେଥିର ସାକ୍ଷ୍ୟ ଦିଏ, ଆଉ ସେମାନଙ୍କ ମନର ତର୍କବିତର୍କ ସେମାନଙ୍କୁ ଦୋଷୀ କିଅବା ନିର୍ଦ୍ଦୋଷ କରେ; 16ଯେଉଁ ଦିନରେ ଈଶ୍ବର, ମୁଁ ପ୍ରଚାର କରୁଥିବା ସୁସମାଚାର ଅନୁସାରେ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ମନୁଷ୍ୟମାନଙ୍କର ଗୁପ୍ତ ବିଷୟଗୁଡ଼ିକ ବିଚାର କରିବେ, ସେହି ଦିନ ଏହା ପ୍ରକାଶ ପାଇବ।
ପତ୍ର (ସନ୍ଥମାନଙ୍କ ପାଇଁ)
33ବିଶ୍ୱାସ ଦ୍ୱାରା ସେମାନେ ରାଜ୍ୟଗୁଡ଼ିକ ଜୟ କଲେ, ଧର୍ମ ସାଧନ କଲେ, ପ୍ରତିଜ୍ଞାର ଫଳପ୍ରାପ୍ତ ହେଲେ, ସିଂହମାନଙ୍କ ମୁଖରୁ ବଞ୍ଚିତ ହେଲେ, 34ଅଗ୍ନିର ତେଜ ନିବାରଣ କଲେ, ଖଡ୍ଗଧାରରୁ ରକ୍ଷା ପାଇଲେ, ଦୁର୍ବଳ ସମୟରେ ସବଳ ହେଲେ, ଯୁଦ୍ଧରେ ବିଜୟୀ ହେଲେ, ପୁଣି, ଅଣଯିହୁଦୀମାନଙ୍କର ସୈନ୍ୟମାନଙ୍କୁ ବିତାଡ଼ିତ କଲେ। 35ସ୍ତ୍ରୀଲୋକମାନେ ଆପଣା ଆପଣା ମୃତମାନଙ୍କୁ ପୁନରୁତ୍ଥାନ ଦ୍ୱାରା ପ୍ରାପ୍ତ ହେଲେ; ଅନ୍ୟମାନେ ଉତ୍କୃଷ୍ଟତର ପୁନରୁତ୍ଥାନ ପ୍ରାପ୍ତ ହେବା ନିମନ୍ତେ ଉଦ୍ଧାର ପାଇବାକୁ ଇଚ୍ଛା ନ କରି ମହାଯନ୍ତ୍ରଣା ଭୋଗ କଲେ। 36ଅନ୍ୟମାନେ ବିଦ୍ରୂପ, କୋରଡ଼ା ପ୍ରହାର, ହଁ, ବନ୍ଧନ ଓ କାରାବାସ ଦ୍ୱାରା ସୁଦ୍ଧା ପରୀକ୍ଷିତ ହେଲେ; 37କେହି ଅବା ପ୍ରସ୍ତରାଘାତରେ ହତ, କେହି ଅବା ନିର୍ଯ୍ୟାତିତ, କେହି କରତ ଦ୍ୱାରା ଦ୍ୱିଖଣ୍ଡିତ, ପୁଣି, କେହି ଅବା ଖଡ୍ଗ ଦ୍ୱାରା ନିହତ ହେଲେ, କେହି କେହି ମେଷ ଓ ଛାଗଳର ଚର୍ମରେ ଆଚ୍ଛାଦିତ, ଅଭାବଗ୍ରସ୍ତ, କ୍ଳିଷ୍ଟ ଓ ତାଡନାପ୍ରାପ୍ତ ହୋଇ 38ପ୍ରାନ୍ତର, ପର୍ବତ, ଗୁହା, ପୁଣି, ପୃଥିବୀର ଗହ୍ୱର ଭ୍ରମଣ କଲେ; ଜଗତ ସେମାନଙ୍କର ଯୋଗ୍ୟ ନ ଥିଲା। 39ବିଶ୍ୱାସ ଦ୍ୱାରା ଏହି ସମସ୍ତେ ସୁଖ୍ୟାତି ଲାଭ କରି ସୁଦ୍ଧା ପ୍ରତିଜ୍ଞାର ଫଳପ୍ରାପ୍ତ ହେଲେ ନାହିଁ, 40ଯେଣୁ ଈଶ୍ବର ଆମ୍ଭମାନଙ୍କ ନିମନ୍ତେ ଉତ୍କୃଷ୍ଟତର ବିଷୟ ପ୍ରସ୍ତୁତ କରି ରଖିଥିଲେ, ଯେପରି ସେମାନେ ଆମ୍ଭମାନଙ୍କ ବିନା ସିଦ୍ଧ ଲାଭ ନ କରନ୍ତି। 12:1ଅତଏବ, ଏଡ଼େ ବୃହତ୍ ମେଘ ତୁଲ୍ୟ ସାକ୍ଷୀମାନଙ୍କ ଦ୍ୱାରା ବେଷ୍ଟିତ ହେବାରୁ ଆସ, ଆମ୍ଭେମାନେ ପ୍ରତ୍ୟେକ ଭାର ଓ ସହଜରେ ବେଷ୍ଟନକାରୀ ପାପ ପରିତ୍ୟାଗ କରି ବିଶ୍ୱାସର ନେତା ଓ ସିଦ୍ଧଦାତା ଯୀଶୁଙ୍କୁ ଲକ୍ଷ୍ୟ କରି ଧୈର୍ଯ୍ୟ ସହକାରେ ଆମ୍ଭମାନଙ୍କ ଗନ୍ତବ୍ୟ ପଥରେ ଧାବମାନ ହେଉ। 2ସେ ଆପଣା ସମ୍ମୁଖସ୍ଥ ଆନନ୍ଦ ନିମନ୍ତେ ଅପମାନକୁ ସହ୍ୟ କଲେ ଏବଂ ଧୈର୍ଯ୍ୟ ସହ କ୍ରୁଶୀୟ ମୃତ୍ୟୁଭୋଗ କଲେ, ପୁଣି, ଈଶ୍ବରଙ୍କ ସିଂହାସନର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ହୋଇଅଛନ୍ତି।
ସୁସମାଚାର
18ସେ ଗାଲିଲୀ ସମୁଦ୍ରକୂଳରେ ବୁଲୁଥିବା ସମୟରେ ଶିମୋନ, ଯାହାଙ୍କୁ ପିତର ବୋଲି କହନ୍ତି, ଆଉ ତାହାଙ୍କ ଭାଇ ଆନ୍ଦ୍ରିୟ, ଏହି ଦୁଇ ଭାଇଙ୍କୁ ସମୁଦ୍ରରେ ଭଉଁରୀଜାଲ ପକାଉଥିବା ଦେଖିଲେ, କାରଣ ସେମାନେ ମତ୍ସ୍ୟଜୀବୀ ଥିଲେ। 19ସେ ସେମାନଙ୍କୁ କହିଲେ, “ମୋହର ଅନୁଗମନ କର, ମୁଁ ତୁମ୍ଭମାନଙ୍କୁ ମନୁଷ୍ୟ ଧରିବା ଶିଖାଇବି।” 20ସେଥିରେ ସେମାନେ ସେହିକ୍ଷଣି ଜାଲ ଛାଡ଼ି ତାହାଙ୍କର ଅନୁଗମନ କଲେ। 21ପୁଣି, ସେ ସେଠାରୁ ଆଗକୁ ଯାଇ ଜେବଦୀଙ୍କ ପୁତ୍ର ଯାକୁବ ଓ ତାହାଙ୍କ ଭାଇ ଯୋହନ ନାମକ ଆଉ ଦୁଇ ଭାଇଙ୍କୁ ସେମାନଙ୍କ ପିତା ଜେବଦୀଙ୍କ ସହିତ ନୌକାରେ ଜାଲ ସଜାଡ଼ୁଥିବା ଦେଖି ସେମାନଙ୍କୁ ଡାକିଲେ। 22ସେଥିରେ ସେମାନେ ସେହିକ୍ଷଣି ନୌକା ଓ ସେମାନଙ୍କର ପିତାଙ୍କୁ ଛାଡ଼ି ତାହାଙ୍କର ଅନୁଗମନ କଲେ। 23ପରେ ଯୀଶୁ ସେମାନଙ୍କ ସମାଜଗୃହ ସମୂହରେ ଶିକ୍ଷା ଦେଇ ରାଜ୍ୟର ସୁସମାଚାର ଘୋଷଣା କରି ଏବଂ ଲୋକଙ୍କର ସମସ୍ତ ପ୍ରକାର ରୋଗ ଓ ସମସ୍ତ ପ୍ରକାର ପୀଡ଼ା ସୁସ୍ଥ କରି ସମୁଦାୟ ଗାଲିଲୀରେ ଭ୍ରମଣ କରିବାକୁ ଲାଗିଲେ,
ସୁସମାଚାର (ସନ୍ଥମାନଙ୍କ ପାଇଁ)
25ପୁଣି, ଗାଲିଲୀ, ଦେକାପଲି, ଯିରୂଶାଲମ, ଯିହୂଦିୟା ପ୍ରଦେଶ ଓ ଯର୍ଦ୍ଦନ ନଦୀର ଅପର ପାରିରୁ ବହୁସଂଖ୍ୟକ ଲୋକ ଆସି ତାହାଙ୍କ ପଶ୍ଚାତ୍ଗମନ କଲେ। 5:1ଲୋକମାନଙ୍କୁ ଦେଖି ଯୀଶୁ ପାହାଡ ଉପରକୁ ଚଢ଼ିଲେ, ପୁଣି, ବସିବା ପରେ ତାହାଙ୍କ ଶିଷ୍ୟମାନେ ତାହାଙ୍କ ପାଖକୁ ଆସିଲେ। 2ସେଥିରେ ସେ ମୁଖ ଫିଟାଇ ସେମାନଙ୍କୁ ଶିକ୍ଷା ଦେଇ କହିବାକୁ ଲାଗିଲେ, 3“ଆତ୍ମାରେ ଦୀନହୀନ ଲୋକେ ଧନ୍ୟ, କାରଣ ସ୍ୱର୍ଗରାଜ୍ୟ ସେମାନଙ୍କର। 4ଶୋକାର୍ତ୍ତ ଲୋକେ ଧନ୍ୟ, କାରଣ ସେମାନେ ସାନ୍ତ୍ୱନାପ୍ରାପ୍ତ ହେବେ। 5ନମ୍ର ଲୋକେ ଧନ୍ୟ, କାରଣ ସେମାନେ ପୃଥିବୀର ଅଧିକାରୀ ହେବେ। 6ଧାର୍ମିକତା ନିମନ୍ତେ କ୍ଷୁଧିତ ଓ ତୃଷିତ ଲୋକେ ଧନ୍ୟ, କାରଣ ସେମାନେ ପରିତୃପ୍ତ ହେବେ। 7ଦୟାଳୁ ଲୋକେ ଧନ୍ୟ, କାରଣ ସେମାନେ ଦୟା ପ୍ରାପ୍ତ ହେବେ। 8ଶୁଦ୍ଧଚିତ୍ତ ଲୋକେ ଧନ୍ୟ, କାରଣ ସେମାନେ ଈଶ୍ବରଙ୍କ ଦର୍ଶନ ପାଇବେ। 9ଶାନ୍ତିକାରକ ଲୋକେ ଧନ୍ୟ, କାରଣ ସେମାନେ ଈଶ୍ବରଙ୍କ ସନ୍ତାନ ଭାବରେ ପରିଚିତ ହେବେ। 10ଧାର୍ମିକତା ନିମନ୍ତେ ତାଡ଼ନାପ୍ରାପ୍ତ ଲୋକେ ଧନ୍ୟ, କାରଣ ସ୍ୱର୍ଗରାଜ୍ୟ ସେମାନଙ୍କର। 11ଲୋକେ ଯେବେ ତୁମ୍ଭମାନଙ୍କୁ ମୋʼ ସକାଶେ ନିନ୍ଦା ଓ ତାଡ଼ନା କରନ୍ତି, ପୁଣି, ମିଥ୍ୟାରେ ତୁମ୍ଭମାନଙ୍କ ବିରୁଦ୍ଧରେ ସମସ୍ତ ପ୍ରକାର ମନ୍ଦ କଥା କହନ୍ତି, ତେବେ ତୁମ୍ଭେମାନେ ଧନ୍ୟ। 12ଆନନ୍ଦ କର ଓ ଉଲ୍ଲସିତ ହୁଅ, କାରଣ ସ୍ୱର୍ଗରେ ତୁମ୍ଭମାନଙ୍କର ପୁରସ୍କାର ପ୍ରଚୁର; ସେହିପରି ତ ସେମାନେ ତୁମ୍ଭମାନଙ୍କ ପୂର୍ବରୁ ଆସିଥିବା ଭାବବାଦୀମାନଙ୍କୁ ତାଡ଼ନା କରିଥିଲେ।
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଜୁନ 21 ନାଗରିକ ପଞ୍ଜିକାର ଜୁଲାଇ 4। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର