Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜୁଲାଇ 2027 › ଜୁଲାଇ 5

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 5 ଜୁଲାଇ 2027

ସୋମବାର · ସାଧାରଣ କାଳର 14ତମ ସପ୍ତାହ

ପର୍ବ ଓ ସନ୍ଥ

ସାଧାରଣ କାଳର 14ତମ ସପ୍ତାହର ସୋମବାର

ଇଚ୍ଛାଧୀନ ସ୍ମୃତି ଦିବସ · ଉପାସନାର ରଙ୍ଗ: ସବୁଜ

ସନ୍ଥ ଆଣ୍ଟୋନି ଜାକାରିଆ, ପୁରୋହିତ · ଇଚ୍ଛାଧୀନ ସ୍ମୃତି ଦିବସ

ଦିନର ପାଠ

ପ୍ରଥମ ପାଠ

ଆଦି 28:10–22

10ଏଥିଉତ୍ତାରେ ଯାକୁବ ବେର୍‍ଶେବାରୁ ବାହାରି ହାରଣ ଆଡ଼କୁ ଯାତ୍ରା କଲା। 11ପୁଣି, ସୂର୍ଯ୍ୟାସ୍ତ ହେବାରୁ ସେ କୌଣସି ଏକ ସ୍ଥାନରେ ରାତ୍ରି କ୍ଷେପଣ କଲା; ପୁଣି, ସେ ସେହି ସ୍ଥାନର ଖଣ୍ଡିଏ ପ୍ରସ୍ତର ନେଇ ମସ୍ତକ ତଳେ ଦେଇ ନିଦ୍ରା ଯିବା ନିମନ୍ତେ ସେହି ସ୍ଥାନରେ ଶୟନ କଲା। 12ତହିଁରେ ସେ ସ୍ୱପ୍ନରେ ପୃଥିବୀରେ ସ୍ଥାପିତ ଗୋଟିଏ ସୋପାନ ଦେଖିଲା, ତହିଁର ମସ୍ତକ ଗଗନସ୍ପର୍ଶୀ; ପୁଣି, ଦେଖ, ତାହା ଦେଇ ପରମେଶ୍ୱରଙ୍କ ଦୂତଗଣ ଆରୋହଣ ଓ ଅବରୋହଣ କରୁଅଛନ୍ତି। 13ଆଉ ଦେଖ, ସଦାପ୍ରଭୁ ତହିଁ ଉପରେ ଠିଆ ହୋଇ କହିଲେ, “ଆମ୍ଭେ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ ଅବ୍ରହାମର ପରମେଶ୍ୱର ଓ ଇସ୍‌ହାକର ପରମେଶ୍ୱର ଅଟୁ; ତୁମ୍ଭେ ଏହି ଯେଉଁ ଦେଶରେ ଶୟନ କରୁଅଛ, ତାହା ଆମ୍ଭେ ତୁମ୍ଭକୁ ଓ ତୁମ୍ଭ ବଂଶକୁ ଦେବା। 14ତୁମ୍ଭର ବଂଶ ପୃଥିବୀର ଧୂଳି ପରି (ଅସଂଖ୍ୟ) ହେବେ, ପୁଣି, ତୁମ୍ଭେ ପୂର୍ବ ଓ ପଶ୍ଚିମ ଓ ଉତ୍ତର ଓ ଦକ୍ଷିଣ, ଚାରିଆଡ଼େ ବୃଦ୍ଧି ପାଇବ; ପୁଣି, ତୁମ୍ଭଠାରୁ ଓ ତୁମ୍ଭ ବଂଶଠାରୁ ପୃଥିବୀସ୍ଥ ଯାବତୀୟ ବଂଶ ଆଶୀର୍ବାଦ ପାଇବେ। 15ପୁଣି, ଦେଖ, ଆମ୍ଭେ ତୁମ୍ଭର ସହାୟ ଅଟୁ, ଆଉ ତୁମ୍ଭେ ଯେଉଁ ଯେଉଁ ସ୍ଥାନକୁ ଯିବ, ସେହି ସେହି ସ୍ଥାନରେ ଆମ୍ଭେ ତୁମ୍ଭକୁ ରକ୍ଷା କରିବା ଓ ପୁନର୍ବାର ତୁମ୍ଭକୁ ଏ ଦେଶକୁ ଆଣିବା; କାରଣ ଆମ୍ଭେ ଯାହା ତୁମ୍ଭକୁ କହିଅଛୁ, ତାହା ସଫଳ ନ କରିବା ପର୍ଯ୍ୟନ୍ତ ଆମ୍ଭେ ତୁମ୍ଭକୁ ପରିତ୍ୟାଗ କରିବା ନାହିଁ।” 16ଏଥିଉତ୍ତାରେ ନିଦ୍ରା ଭଙ୍ଗ ହୁଅନ୍ତେ, ଯାକୁବ ଜାଗ୍ରତ ହୋଇ କହିଲା, “ଅବଶ୍ୟ ଏହି ସ୍ଥାନରେ ସଦାପ୍ରଭୁ ଅଛନ୍ତି; ମାତ୍ର ମୁଁ ତାହା ଜାଣିଲି ନାହିଁ।” 17ପୁଣି, ସେ ଭୀତ ହୋଇ ଆହୁରି କହିଲା, “ଏ କିପରି ଭୟାନକ ସ୍ଥାନ! ଏ ତ ନିତାନ୍ତ ପରମେଶ୍ୱରଙ୍କର ଗୃହ, ଏହି ତ ସ୍ୱର୍ଗର ଦ୍ୱାର।” 18ଏଥିଉତ୍ତାରେ ଯାକୁବ ପ୍ରଭାତରେ ଉଠି ଯେଉଁ ପ୍ରସ୍ତର ମସ୍ତକ ତଳେ ଦେଇଥିଲା, ତାହା ନେଇ ସ୍ତମ୍ଭ ରୂପେ ସ୍ଥାପନ କରି ତହିଁ ଉପରେ ତୈଳ ଢାଳିଲା। 19ପୁଣି, ସେହି ସ୍ଥାନର ନାମ ବେଥେଲ୍‍ ରଖିଲା; ମାତ୍ର ପୂର୍ବେ ସେହି ନଗରର ନାମ ଲୂସ୍‍ ଥିଲା। 20ଆଉ ଯାକୁବ ମାନତ କରି କହିଲା, “ଯଦି ପରମେଶ୍ୱର ମୋହର ସହାୟ ହେବେ ଓ ମୋହର ଏହି ଯିବା ପଥରେ ମୋତେ ରକ୍ଷା କରିବେ, ପୁଣି, ଆହାର ନିମନ୍ତେ ଅନ୍ନ ଓ ପରିଧାନ ନିମନ୍ତେ ବସ୍ତ୍ର ଦେବେ, 21ଆଉ ଯଦି ମୁଁ କୁଶଳରେ ପିତୃଗୃହକୁ ପୁନର୍ବାର ଆସିବି, ତେବେ ସଦାପ୍ରଭୁ ମୋହର ପରମେଶ୍ୱର ହେବେ, 22ପୁଣି, ମୁଁ ଏହି ଯେଉଁ ପ୍ରସ୍ତର ସ୍ତମ୍ଭ ରୂପେ ସ୍ଥାପନ କରିଅଛି, ତାହା ପରମେଶ୍ୱରଙ୍କ ଗୃହ ହେବ, ଆଉ ତୁମ୍ଭେ ମୋତେ ଯାହାସବୁ ଦେବ, ତହିଁର ଦଶମାଂଶ ମୁଁ ତୁମ୍ଭଙ୍କୁ ଅବଶ୍ୟ ଦେବି।”

ପ୍ରତିଉତ୍ତର ଗୀତ

ଗୀତ 91:1–4, 14–15

1ଯେଉଁ ଜନ ସର୍ବୋପରିସ୍ଥଙ୍କ ଆବୃତ ସ୍ଥାନରେ ବାସ କରେ, ସେ ସର୍ବଶକ୍ତିମାନଙ୍କ ଛାୟା ତଳେ ବସତି କରିବ। 2ମୁଁ ସଦାପ୍ରଭୁଙ୍କ ବିଷୟରେ କହିବି, “ସେ ମୋହର ଆଶ୍ରୟ ଓ ମୋହର ଦୁର୍ଗ; ମୋହର ପରମେଶ୍ୱର, ମୁଁ ତାହାଙ୍କଠାରେ ନିର୍ଭର ରଖେ।” 3କାରଣ ସେ ତୁମ୍ଭକୁ ବ୍ୟାଧର ଫାନ୍ଦରୁ ଓ ସର୍ବନାଶକ ମହାମାରୀରୁ ରକ୍ଷା କରିବେ। 4ସେ ଆପଣା ପକ୍ଷରେ ତୁମ୍ଭକୁ ଆବୋରିବେ ଓ ତାହାଙ୍କ ଡେଣା ତଳେ ତୁମ୍ଭେ ଆଶ୍ରୟ ନେବ; ତାହାଙ୍କ ସତ୍ୟତା ଢାଲ ଓ ଫଳକ ସ୍ୱରୂପ ଅଟେ। 14ସେ ଆମ୍ଭ ଉପରେ ଆପଣା ସ୍ନେହ ରଖିଅଛି, ଏହେତୁ ଆମ୍ଭେ ତାହାକୁ ଉଦ୍ଧାର କରିବା; ସେ ଆମ୍ଭ ନାମ ଜାଣିଅଛି, ଏହେତୁ ଆମ୍ଭେ ତାହାକୁ ଉଚ୍ଚରେ ରଖିବା। 15ସେ ଆମ୍ଭ ନିକଟରେ ପ୍ରାର୍ଥନା କଲେ, ଆମ୍ଭେ ତାହାକୁ ଉତ୍ତର ଦେବା; ଦୁଃଖ ବେଳେ ଆମ୍ଭେ ତାହାର ସହବର୍ତ୍ତୀ ହେବା; ଆମ୍ଭେ ତାହାକୁ ରକ୍ଷା କରିବା ଓ ତାହାକୁ ସମ୍ଭ୍ରମ କରିବା।

ସୁସମାଚାର

ମାଥି 9:18–26

18ଯୀଶୁ ସେମାନଙ୍କୁ ଏହିସବୁ କଥା କହିବା ସମୟରେ, ଦେଖ, ଜଣେ ଅଧ୍ୟକ୍ଷ ତାହାଙ୍କ ପାଖକୁ ଆସି ପ୍ରଣାମ କରି କହିଲେ, ମୋହର ଝିଅଟି ଏହିକ୍ଷଣି ମରିଗଲା, କିନ୍ତୁ ଆପଣ ଆସି ତାହା ଉପରେ ହସ୍ତ ଥୋଇବା ହେଉନ୍ତୁ, ଆଉ ସେ ବଞ୍ଚିବ। 19ସେଥିରେ ଯୀଶୁ ଉଠି ଆପଣା ଶିଷ୍ୟମାନଙ୍କ ସହିତ ତାହାଙ୍କ ପଛରେ ଗଲେ। 20ଆଉ ଦେଖ ବାର ବର୍ଷ ପର୍ଯ୍ୟନ୍ତ ପ୍ରଦର ରୋଗଗ୍ରସ୍ତା ଜଣେ ସ୍ତ୍ରୀଲୋକ ପଛଆଡ଼ୁ ଆସି ତାହାଙ୍କ ଲୁଗାର ଝୁମ୍ପା ଛୁଇଁଲା, 21କାରଣ ସେ ମନେ ମନେ କହୁଥିଲା, କେବଳ ତାହାଙ୍କ ଲୁଗା ଛୁଇଁଲେ ମୁଁ ସୁସ୍ଥ ହେବି। 22କିନ୍ତୁ ଯୀଶୁ ବୁଲିପଡ଼ି ତାହାକୁ ଦେଖି କହିଲେ, “ବତ୍ସେ, ସାହସ ଧର, ତୋହର ବିଶ୍ୱାସ ତୋତେ ସୁସ୍ଥ କରିଅଛି।” ସେହି ଦଣ୍ଡରୁ ସ୍ତ୍ରୀଲୋକଟି ସୁସ୍ଥ ହୋଇଗଲା। 23ପରେ ଯୀଶୁ ସେହି ଅଧ୍ୟକ୍ଷଙ୍କ ଗୃହକୁ ଆସି ବଂଶୀବାଦକମାନଙ୍କୁ ଓ କୋଳାହଳ କରୁଥିବା ଲୋକସମୂହକୁ ଦେଖି କହିଲେ, “ବାହାରିଯାଅ, ବାଳିକାଟି ତ ମରି ନାହିଁ, ମାତ୍ର ଶୋଇ ପଡ଼ିଅଛି” 24ସେଥିରେ ସେମାନେ ତାହାଙ୍କୁ ପରିହାସ କରିବାକୁ ଲାଗିଲେ। 25କିନ୍ତୁ ଲୋକସମୂହ ବାହାର କରାଯାଆନ୍ତେ, ଯୀଶୁ ଭିତରକୁ ଯାଇ ବାଳିକାଟିର ହାତ ଧରିଲେ, ଆଉ ସେ ଉଠିଲା। 26ପୁଣି, ଏହି କଥା ସେହି ଦେଶଯାକ ବ୍ୟାପିଗଲା।

ଆଜିର ସନ୍ଥ

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର