ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜୁଲାଇ 2027 › ଜୁଲାଇ 6
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 6 ଜୁଲାଇ 2027
ମଙ୍ଗଳବାର · ସାଧାରଣ କାଳର 14ତମ ସପ୍ତାହ
ପର୍ବ ଓ ସନ୍ଥ
ସାଧାରଣ କାଳର 14ତମ ସପ୍ତାହର ମଙ୍ଗଳବାର
ଇଚ୍ଛାଧୀନ ସ୍ମୃତି ଦିବସ · ଉପାସନାର ରଙ୍ଗ: ସବୁଜ
ସନ୍ଥ ମାରିଆ ଗୋରେଟି, କୁମାରୀ ଓ ଶହୀଦ · ଇଚ୍ଛାଧୀନ ସ୍ମୃତି ଦିବସ
ଦିନର ପାଠ
ପ୍ରଥମ ପାଠ
22ଏଥିଉତ୍ତାରେ ସେ ରାତ୍ରିରେ ଉଠି ଆପଣାର ଦୁଇ ଭାର୍ଯ୍ୟା ଓ ଦୁଇ ଦାସୀ ଓ ଏକାଦଶ ସନ୍ତାନଙ୍କୁ ଯବ୍ବୋକ୍ ଘାଟରେ ପାର କରାଇବା ପାଇଁ ସଙ୍ଗରେ ନେଲା। 23ପୁଣି, ସେମାନଙ୍କୁ ନଦୀ ପାର କରାଇ ଆପଣାର ସମସ୍ତ ଦ୍ରବ୍ୟ ସେପାରିକୁ ପଠାଇଦେଲା। 24ସେତେବେଳେ ଯାକୁବ ସେଠାରେ ଏକାକୀ ରହିଲା; ତହୁଁ ଜଣେ ପୁରୁଷ ପ୍ରଭାତ ପର୍ଯ୍ୟନ୍ତ ତାହା ସହିତ ମଲ୍ଲଯୁଦ୍ଧ କଲେ। 25ମାତ୍ର ତାହାକୁ ଜୟ କରି ପାରିଲେ ନାହିଁ ଦେଖି ସେ ଯାକୁବର ଊରୁଦେଶର ସନ୍ଧି ସ୍ଥାନରେ ଆଘାତ କଲେ; ତାହାଙ୍କ ସହିତ ଏପ୍ରକାର ମଲ୍ଲଯୁଦ୍ଧ କରିବାରୁ ଯାକୁବର ଊରୁସନ୍ଧି ଖସିଗଲା। 26ଏଥିଉତ୍ତାରେ ସେହି ପୁରୁଷ କହିଲେ, “ଆମ୍ଭକୁ ଛାଡ଼, କାରଣ ପ୍ରଭାତ ହେଲା।” ତହୁଁ ଯାକୁବ କହିଲା, “ତୁମ୍ଭେ ମୋତେ ଆଶୀର୍ବାଦ ନ କଲେ, ମୁଁ ତୁମ୍ଭଙ୍କୁ ଛାଡ଼ିବି ନାହିଁ।” 27ପୁନର୍ବାର ସେହି ମନୁଷ୍ୟ କହିଲେ, “ତୁମ୍ଭର ନାମ କଅଣ?” ସେ କହିଲା, “ଯାକୁବ।” 28ସେ କହିଲେ, “ତୁମ୍ଭେ ଯାକୁବ ନାମରେ ଆଉ ବିଖ୍ୟାତ ହେବ ନାହିଁ, ମାତ୍ର ଇସ୍ରାଏଲ ନାମରେ ବିଖ୍ୟାତ ହେବ; କାରଣ, ତୁମ୍ଭେ ପରମେଶ୍ୱର ଓ ମନୁଷ୍ୟ ସହିତ ଯୁଦ୍ଧ କରି ଜୟୀ ହୋଇଅଛ।” 29ସେତେବେଳେ ଯାକୁବ ପଚାରି କହିଲା, “ମୁଁ ବିନୟ କରୁଅଛି, ତୁମ୍ଭର ନାମ କୁହ।” ସେ କହିଲେ, “ତୁମ୍ଭେ କାହିଁକି ଆମ୍ଭର ନାମ ପଚାରୁଅଛ?” ତହୁଁ ସେ ସେଠାରେ ଯାକୁବକୁ ଆଶୀର୍ବାଦ କଲେ। 30ସେତେବେଳେ ସେହି ସ୍ଥାନର ନାମ ପନୂୟେଲ ରଖିଲା; ଯେହେତୁ ଯାକୁବ କହିଲା, “ମୁଁ ପରମେଶ୍ୱରଙ୍କୁ ମୁଖାମୁଖି ଦେଖିଲେ ହେଁ ମୋହର ପ୍ରାଣ ବଞ୍ଚିଲା।” 31ଏଥିଉତ୍ତାରେ ଯାକୁବ ପନୂୟେଲ ପାର ହୁଅନ୍ତେ, ସୂର୍ଯ୍ୟୋଦୟ ହେଲା; ମାତ୍ର ସେ ଊରୁସନ୍ଧି ସକାଶୁ ଛୋଟାଇ ଚାଲିଲା। 32ଏହେତୁ ଇସ୍ରାଏଲର ସନ୍ତାନମାନେ ଆଜି ପର୍ଯ୍ୟନ୍ତ (କୌଣସି) ଊରୁଦେଶର ଉପରିସ୍ଥ ସନ୍ଧିଶିରା ଭୋଜନ କରନ୍ତି ନାହିଁ, କାରଣ ସେ ଯାକୁବର ଊରୁଦେଶର ସନ୍ଧିଶିରା ସ୍ପର୍ଶ କରିଥିଲେ।
ପ୍ରତିଉତ୍ତର ଗୀତ
1ଦାଉଦଙ୍କର ପ୍ରାର୍ଥନା। ହେ ସଦାପ୍ରଭୋ, ନ୍ୟାୟବାଦ ଶୁଣ, ମୋʼ କାକୂକ୍ତିରେ ମନୋଯୋଗ କର; ନିଷ୍କପଟ ଓଷ୍ଠରୁ ନିର୍ଗତ ମୋʼ ପ୍ରାର୍ଥନାରେ କର୍ଣ୍ଣପାତ କର। 2ତୁମ୍ଭ ଛାମୁରୁ ମୋʼ ବିଚାରର ନିଷ୍ପତ୍ତି ଆସୁ; ତୁମ୍ଭର ଚକ୍ଷୁ ନ୍ୟାଯ୍ୟ ବିଷୟ ନିରୀକ୍ଷଣ କରୁ। 3ତୁମ୍ଭେ ମୋହର ଅନ୍ତଃକରଣ ପରୀକ୍ଷା କରିଅଛ; ତୁମ୍ଭେ ରାତ୍ରିକାଳରେ ମୋର ତତ୍ତ୍ୱାନୁସନ୍ଧାନ କରିଅଛ; ତୁମ୍ଭେ ମୋତେ ପରଖ କରି କିଛି ପାଇ ନାହଁ; ମୋହର ମୁଖ ଅପରାଧ ନ କରିବ ବୋଲି ମୁଁ ସ୍ଥିର କରିଅଛି। 6ମୁଁ ତୁମ୍ଭଙ୍କୁ ଡାକିଅଛି, କାରଣ ହେ ପରମେଶ୍ୱର, ତୁମ୍ଭେ ମୋତେ ଉତ୍ତର ଦେବ; ମୋʼ ପ୍ରତି କର୍ଣ୍ଣ ଡେର ଓ ମୋʼ ର କଥା ଶୁଣ। 7ଆହେ ସ୍ୱଶରଣାଗତମାନଙ୍କୁ ସେମାନଙ୍କ ବିରୁଦ୍ଧରେ ଉତ୍ଥିତ ଲୋକଗଣଠାରୁ ସ୍ୱଦକ୍ଷିଣ ହସ୍ତରେ ତ୍ରାଣକାରକ, ତୁମ୍ଭେ ଆପଣା ଆଶ୍ଚର୍ଯ୍ୟ ସ୍ନେହପୂର୍ଣ୍ଣ କରୁଣା ପ୍ରକାଶ କର। 8ମୋହର ଲୁଟକାରୀ ଦୁଷ୍ଟଗଣଠାରୁ, ମୋହର ଚତୁର୍ଦ୍ଦିଗରେ ବେଷ୍ଟିତ ମୋହର ପ୍ରାଣନାଶକ ଶତ୍ରୁଗଣଠାରୁ, 15ମାତ୍ର ମୁଁ ଧର୍ମରେ ତୁମ୍ଭ ମୁଖ ଦର୍ଶନ କରିବି; ମୁଁ ତୁମ୍ଭ ଆକାରରେ ଜାଗ୍ରତ ହେବା ବେଳେ ପରିତୃପ୍ତ ହେବି।
ସୁସମାଚାର
32ସେମାନେ ବାହାରିଯାଉଥିବା ସମୟରେ, ଦେଖ, ଲୋକେ ଜଣେ ମୂକ ଭୂତଗ୍ରସ୍ତକୁ ତାହାଙ୍କ ପାଖକୁ ଆଣିଲେ। 33ପୁଣି, ଭୂତ ଛଡ଼ାଯାଆନ୍ତେ ସେହି ମୂକ କଥା କହିଲା। ସେଥିରେ ଲୋକ ସମୂହ ଚମତ୍କୃତ ହୋଇ କହିଲେ, ଇସ୍ରାଏଲ ମଧ୍ୟରେ ଏପରି କେବେ ହେଁ ଦେଖାଯାଇ ନାହିଁ। 34କିନ୍ତୁ ଫାରୂଶୀମାନେ କହିଲେ, ସେ ଭୂତପତି ସାହାଯ୍ୟରେ ଭୂତ ଛଡ଼ାଉଅଛି। 35ଏହାପରେ ଯୀଶୁ ସେମାନଙ୍କ ସମାଜଗୃହ-ସମୂହରେ ଶିକ୍ଷା ଦେଇ ରାଜ୍ୟର ସୁସମାଚାର ଘୋଷଣା କରି ଏବଂ ସମସ୍ତ ପ୍ରକାର ରୋଗ ଓ ସମସ୍ତ ପ୍ରକାର ପୀଡ଼ା ସୁସ୍ଥ କରି ସମୁଦାୟ ନଗର ପୁଣି, ଗ୍ରାମଗୁଡ଼ିକରେ ଭ୍ରମଣ କରିବାକୁ ଲାଗିଲେ। 36ଆଉ ଲୋକସମୂହକୁ ଦେଖି ସେମାନଙ୍କ ପ୍ରତି ସେ ଦୟାରେ ବିଗଳିତ ହେଲେ, କାରଣ ସେମାନେ ଅରକ୍ଷକ ମେଷ ପରି ଦୁର୍ଦ୍ଦଶାଗ୍ରସ୍ତ ଓ ଛିନ୍ନଭିନ୍ନ ଥିଲେ। 37ସେତେବେଳେ ଯୀଶୁ ଆପଣା ଶିଷ୍ୟମାନଙ୍କୁ କହିଲେ, “ଶସ୍ୟ ସିନା ପ୍ରଚୁର, ମାତ୍ର କାର୍ଯ୍ୟକାରୀମାନେ ଅଳ୍ପ, 38ଏଣୁ ଆପଣା ଶସ୍ୟକ୍ଷେତ୍ରକୁ କାର୍ଯ୍ୟକାରୀମାନଙ୍କୁ ପଠାଇଦେବା ନିମନ୍ତେ ଶସ୍ୟକ୍ଷେତ୍ରର ମାଲିକଙ୍କ ପାଖରେ ନିବେଦନ କର।”
ଆଜିର ସନ୍ଥ
- ସନ୍ଥ ମାରିଆ ଗୋରେଟି, କୁମାରୀ ଓ ଶହୀଦ
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର