ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜୁଲାଇ 2027 › ଜୁଲାଇ 6
ଅର୍ଥୋଡକ୍ସ ପଞ୍ଜିକା · 23 ଜୁନ (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 6 ଜୁଲାଇ 2027
ମଙ୍ଗଳବାର · ପେଣ୍ଟିକଷ୍ଟ ପରେ ତୃତୀୟ ସପ୍ତାହ · ସ୍ୱର 1
ପର୍ବ ଓ ସନ୍ଥ
Martyr Agrippina of Rome († c. 255)
ପ୍ରେରିତମାନଙ୍କ ଉପବାସ
ମାଛ ଚଳିବ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପ୍ରଭାତୀ ପ୍ରାର୍ଥନା: ସୁସମାଚାର (ଈଶ୍ବରଙ୍କ ମାତାଙ୍କ ଭ୍ଲାଦିମିର୍ ଆଇକନ୍ ପାଇଁ)
39ଏହି ସମୟରେ ମରୀୟମ ଉଠି ପାର୍ବତୀୟ ଅଞ୍ଚଳର ଯିହୂଦା ପ୍ରଦେଶର ଗୋଟିଏ ନଗରକୁ ଶୀଘ୍ର ଗଲେ, 40ପୁଣି, ଜିଖରୀୟଙ୍କ ଗୃହରେ ପ୍ରବେଶ କରି ଏଲୀଶାବେଥଙ୍କୁ ନମସ୍କାର କଲେ। 41ଆଉ, ଏଲୀଶାବେଥ ମରୀୟମଙ୍କ ନମସ୍କାର ଶୁଣିବାମାତ୍ରେ ଶିଶୁଟି ତାହାଙ୍କ ଗର୍ଭରେ ନାଚି ଉଠିଲା, ପୁଣି, ଏଲୀଶାବେଥ ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ 42ଅତି ଉଚ୍ଚସ୍ୱରରେ କହିଲେ, ନାରୀମାନଙ୍କ ମଧ୍ୟରେ ତୁମ୍ଭେ ଧନ୍ୟ, ପୁଣି, ଧନ୍ୟ ତୁମ୍ଭର ଗର୍ଭର ଫଳ। 43ଆଉ, ମୋ ପ୍ରଭୁଙ୍କ ମାତା ଯେ ମୋʼ ନିକଟକୁ ଆସିବେ, ମୋହର ଏହି ସୌଭାଗ୍ୟ କେଉଁଠାରୁ ହେଲା? 44କାରଣ ଦେଖ, ତୁମ୍ଭ ସମ୍ଭାଷଣର ସ୍ୱର ମୋʼ କାନରେ ପ୍ରବେଶ କରିବା ମାତ୍ରେ ଶିଶୁଟି ମୋʼ ଗର୍ଭରେ ଉଲ୍ଲାସରେ ନାଚି ଉଠିଲା। 45ଯେ ବିଶ୍ୱାସ କଲେ, ସେ ଧନ୍ୟ, କାରଣ ପ୍ରଭୁଙ୍କଠାରୁ ତାହାଙ୍କୁ ଯାହା ଯାହା କୁହାଯାଇଅଛି, ସେହିସବୁ ସଫଳ ହେବ। 46ଏଥିରେ ମରୀୟମ କହିଲେ, “ମୋହର ପ୍ରାଣ ପ୍ରଭୁଙ୍କର ପ୍ରଶଂସା କରୁଅଛି, 47ପୁଣି, ମୋହର ଆତ୍ମା ମୋʼ ତ୍ରାଣକର୍ତ୍ତା ଈଶ୍ବରଙ୍କଠାରେ ଆନନ୍ଦିତ ହୋଇଅଛି; 48କାରଣ ସେ ଆପଣା ଦାସୀର ଦୀନାବସ୍ଥା ପ୍ରତି ଦୃଷ୍ଟିପାତ କରିଅଛନ୍ତି। ଆଉ ଦେଖ, ବର୍ତ୍ତମାନଠାରୁ ସମସ୍ତ ପିଢ଼ି ମୋତେ ଧନ୍ୟ ବୋଲି କହିବେ, 49କାରଣ ଯେ ଶକ୍ତିମାନ, ସେ ମୋʼ ପ୍ରତି ମହତ କର୍ମ କରିଅଛନ୍ତି; ତାହାଙ୍କର ନାମ ପବିତ୍ର, 56ଆଉ ମରୀୟମ ପ୍ରାୟ ତିନି ମାସ ତାହାଙ୍କ ସହିତ ରହି ଆପଣା ଗୃହକୁ ଫେରିଗଲେ।
ପତ୍ର
14ଯେଣୁ, ମୋଶାଙ୍କ ବ୍ୟବସ୍ଥା ଯେ ଆତ୍ମିକ, ଏହା ଆମ୍ଭେମାନେ ଜାଣୁ; କିନ୍ତୁ ମୁଁ ଶାରୀରିକ, ପାପର କ୍ରୀତଦାସ। 15କାରଣ ମୁଁ ଯାହା କରେ, ତାହା ଜାଣେ ନାହିଁ; ଯେଣୁ ମୁଁ ଯାହା ଇଚ୍ଛା କରେ, ତାହା କରେ ନାହିଁ, ବରଂ ଯାହା ମୁଁ ଘୃଣା କରେ, ତାହା ହିଁ କରେ। 16କିନ୍ତୁ ଯାହା ମୁଁ ଇଚ୍ଛା କରେ ନାହିଁ, ତାହା ଯଦି କରେ, ତେବେ ବ୍ୟବସ୍ଥା ଯେ ଉତ୍ତମ, ତାହା ମୁଁ ସ୍ୱୀକାର କରେ। 17ଏଣୁ ମୁଁ ଆଉ ତାହା କରୁ ନାହିଁ, କିନ୍ତୁ ମୋʼ ଠାରେ ବାସ କରୁଥିବା ପାପ ତାହା କରୁଅଛି। 18କାରଣ ମୋʼ ଠାରେ, ଅର୍ଥାତ୍, ମୋʼ ଶରୀରରେ ଯେକୌଣସି ଉତ୍ତମ ବିଷୟ ବାସ କରେ ନାହିଁ, ଏହା ମୁଁ ଜାଣେ, ଯେଣୁ ମୁଁ ଇଚ୍ଛା କରିପାରୁଅଛି, କିନ୍ତୁ ଯାହା ଉତ୍ତମ, ତାହା କରିବା ନିମନ୍ତେ ମୋହର ସାମର୍ଥ୍ୟ ନାହିଁ। 19କାରଣ ଯେଉଁ ଉତ୍ତମ କର୍ମ କରିବାକୁ ମୁଁ ଇଚ୍ଛା କରେ, ତାହା କରେ ନାହିଁ, କିନ୍ତୁ ଯେଉଁ ମନ୍ଦ କର୍ମ କରିବାକୁ ମୁଁ ଇଚ୍ଛା କରେ ନାହିଁ, ତାହା କରେ। 20କିନ୍ତୁ ଯାହା ମୁଁ ଇଚ୍ଛା କରେ ନାହିଁ, ତାହା ଯଦି କରେ, ତେବେ ମୁଁ ନିଜେ ତାହା ଆଉ କରେ ନାହିଁ, ମାତ୍ର ମୋʼ ଠାରେ ବାସ କରୁଥିବା ପାପ ତାହା କରେ। 21ଅତଏବ, ଉତ୍ତମ କର୍ମ କରିବାକୁ ଇଚ୍ଛୁକ ଯେ ମୁଁ, ମୋʼ ନିକଟରେ ଯେ ମନ୍ଦ ଉପସ୍ଥିତ, ଏହି ବ୍ୟବସ୍ଥା ମୋʼଠାରେ କାର୍ଯ୍ୟ କରେ, ତାହା ମୁଁ ଦେଖୁଅଛି। 22କାରଣ ଆନ୍ତରିକ ପୁରୁଷର ଭାବାନୁସାରେ ମୁଁ ଈଶ୍ବରଙ୍କ ବ୍ୟବସ୍ଥାରେ ଆନନ୍ଦ କରେ, 23କିନ୍ତୁ ମୁଁ ମୋହର ଅଙ୍ଗପ୍ରତ୍ୟଙ୍ଗରେ ଗୋଟିଏ ଭିନ୍ନ ବ୍ୟବସ୍ଥା ଦେଖେ, ତାହା ମୋହର ମନର ବ୍ୟବସ୍ଥା ବିପକ୍ଷରେ ଯୁଦ୍ଧ କରେ, ଆଉ ମୋହର ଅଙ୍ଗପ୍ରତ୍ୟଙ୍ଗରେ ଯେଉଁ ପାପର ବ୍ୟବସ୍ଥା ଅଛି, ମୋତେ ସେଥିର ବନ୍ଦୀ କରିଦିଏ। 24ହାୟ, ଦୁର୍ଭାଗ୍ୟ ମନୁଷ୍ୟ ଯେ ମୁଁ, ମୋତେ ଏହି ମୃତ୍ୟୁର ଶରୀରରୁ କିଏ ଉଦ୍ଧାର କରିବ? 25ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଉଦ୍ଧାର ହେତୁ ଈଶ୍ବରଙ୍କର ଧନ୍ୟବାଦ ହେଉ। ଅତଏବ, ମୁଁ ନିଜେ ମନ ଦ୍ୱାରା ଈଶ୍ବରଙ୍କ ବ୍ୟବସ୍ଥାର ଦାସ, କିନ୍ତୁ ଶରୀର ଦ୍ୱାରା ପାପ ବ୍ୟବସ୍ଥାର ଦାସ ଅଟେ। 8:1ଅତଏବ ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଛନ୍ତି, ସେମାନଙ୍କ ପ୍ରତି ବର୍ତ୍ତମାନ କୌଣସି ଦଣ୍ଡାଜ୍ଞା ନାହିଁ। 2କାରଣ ଜୀବନଦାୟକ ଆତ୍ମା ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ତୁମ୍ଭକୁ ପାପ ଓ ମୃତ୍ୟୁଦାୟକ ବ୍ୟବସ୍ଥାରୁ ମୁକ୍ତ କରିଅଛି।
ପତ୍ର (ବୁଧବାର ପାଇଁ)
2କାରଣ ଜୀବନଦାୟକ ଆତ୍ମା ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ତୁମ୍ଭକୁ ପାପ ଓ ମୃତ୍ୟୁଦାୟକ ବ୍ୟବସ୍ଥାରୁ ମୁକ୍ତ କରିଅଛି। 3ଯେଣୁ ଶରୀର ସକାଶେ ଦୁର୍ବଳ ହେବାରୁ ବ୍ୟବସ୍ଥା ଯାହା ସାଧନ କରିପାରିଲା ନାହିଁ, ତାହା ଈଶ୍ବର ଆପଣା ପୁତ୍ରଙ୍କୁ ପାପମୟ ଶରୀରର ସାଦୃଶ୍ୟରେ ପାପ ବିନାଶ ନିମନ୍ତେ ପ୍ରେରଣ କରି ଶରୀରରେ ପାପକୁ ଦଣ୍ଡାଜ୍ଞା ଦେବା ଦ୍ୱାରା କଲେ, 4ଯେପରି ଆମ୍ଭେମାନେ ଶାରୀରିକ ଭାବାନୁସାରେ ଆଚରଣ ନ କରି ଆତ୍ମିକ ଭାବାନୁସାରେ ଆଚରଣ କରିଥାଉ, ଆମ୍ଭମାନଙ୍କଠାରେ ବ୍ୟବସ୍ଥାର ଧର୍ମବିଧି ସଫଳ ହୁଏ। 5କାରଣ ଯେଉଁମାନେ ଶାରୀରିକମନା, ସେମାନେ ଶାରୀରିକ ବିଷୟରେ ମନୋଯୋଗ କରନ୍ତି, କିନ୍ତୁ ଯେଉଁମାନେ ଆତ୍ମିକମନା, ସେମାନେ ଆତ୍ମିକ ବିଷୟରେ ମନୋଯୋଗ କରନ୍ତି। 6କାରଣ ଶାରୀରିକ ମନ ମୃତ୍ୟୁଜନକ, କିନ୍ତୁ ଆତ୍ମିକ ମନ ଜୀବନ ଓ ଶାନ୍ତିଦାୟକ; 7ଯେଣୁ ଶାରୀରିକ ମନ ଈଶ୍ବରଙ୍କ ବିରୁଦ୍ଧରେ ଶତ୍ରୁତା; କାରଣ ତାହା ଈଶ୍ବରଙ୍କ ବ୍ୟବସ୍ଥାର ବଶୀଭୂତ ନୁହେଁ, ପୁଣି, ବଶୀଭୂତ ହେବା ଅସମ୍ଭବ; 8ଯେଉଁମାନେ ଶରୀରର ବଶରେ ଅଛନ୍ତି, ସେମାନେ ଈଶ୍ବରଙ୍କର ସନ୍ତୋଷପାତ୍ର ହୋଇପାରନ୍ତି ନାହିଁ। 9କିନ୍ତୁ ଈଶ୍ବରଙ୍କ ଆତ୍ମା ଯଦି ତୁମ୍ଭମାନଙ୍କଠାରେ ବାସ କରନ୍ତି, ତାହାହେଲେ ତୁମ୍ଭେମାନେ ଶରୀରର ବଶରେ ନାହଁ, ମାତ୍ର ଆତ୍ମାଙ୍କ ବଶରେ ଅଛ। ଯଦି କେହି ଖ୍ରୀଷ୍ଟଙ୍କ ଆତ୍ମା ପାଇ ନ ଥାଏ, ତେବେ ସେ ତାହାଙ୍କର ନୁହେଁ। 10କିନ୍ତୁ ଯଦି ଖ୍ରୀଷ୍ଟ ତୁମ୍ଭମାନଙ୍କଠାରେ ଥାଆନ୍ତି, ତାହାହେଲେ ଶରୀର ପାପ ହେତୁ ମୃତ ଅଟେ, ମାତ୍ର ଆତ୍ମା ଧାର୍ମିକତା ହେତୁ ଜୀବିତ ଅଟେ। 11ଆଉ ଯେ ମୃତମାନଙ୍କ ମଧ୍ୟରୁ ଯୀଶୁଙ୍କୁ ଉଠାଇଲେ, ତାହାଙ୍କର ଆତ୍ମା ଯଦି ତୁମ୍ଭମାନଙ୍କଠାରେ ବାସ କରନ୍ତି, ତେବେ ଯେ ମୃତମାନଙ୍କ ମଧ୍ୟରୁ ଖ୍ରୀଷ୍ଟ ଯୀଶୁଙ୍କୁ ଉଠାଇଲେ, ସେ ତୁମ୍ଭମାନଙ୍କଠାରେ ବାସ କରୁଥିବା ଆପଣା ଆତ୍ମାଙ୍କ ଦ୍ୱାରା ତୁମ୍ଭମାନଙ୍କ ମର୍ତ୍ତ୍ୟ ଶରୀରକୁ ମଧ୍ୟ ଜୀବିତ କରିବେ। 12ଅତଏବ, ହେ ଭାଇମାନେ, ଆମ୍ଭେମାନେ ଋଣୀ, କିନ୍ତୁ ଶାରୀରିକ ଭାବାନୁସାରେ ଜୀବନଯାପନ କରିବାକୁ ଶରୀର ନିକଟରେ ନୁହେଁ; 13କାରଣ ଯଦି ଶାରୀରିକ ଭାବାନୁସାରେ ତୁମ୍ଭେମାନେ ଜୀବନଯାପନ କର, ତେବେ ଅବଶ୍ୟ ମରିବ, କିନ୍ତୁ ଯଦି ଆତ୍ମାଙ୍କ ଦ୍ୱାରା ତୁମ୍ଭେମାନେ ଶରୀରର କର୍ମସବୁକୁ ବିନାଶ କର, ତେବେ ଜୀବିତ ହେବ।
ପତ୍ର (ଈଶ୍ବରଙ୍କ ମାତାଙ୍କ ଭ୍ଲାଦିମିର୍ ଆଇକନ୍ ପାଇଁ)
5ଖ୍ରୀଷ୍ଟ ଯୀଶୁଙ୍କର ଯେପରି ମନ ଥିଲା, ତୁମ୍ଭମାନଙ୍କର ସେହିପରି ମନ ହେଉ; 6ସେ ଈଶ୍ବରରୂପୀ ହେଲେ ହେଁ ଈଶ୍ବରଙ୍କ ସହିତ ସମାନ ହୋଇ ରହିବା ନିଜ ନିମନ୍ତେ ଧରି ରଖିବାର ବିଷୟ ମନେ କଲେ ନାହିଁ, 7କିନ୍ତୁ ମନୁଷ୍ୟ ସଦୃଶ ହୋଇ ଦାସରୂପ ଧାରଣ କରି ଆପଣାକୁ ଶୂନ୍ୟ କଲେ; 8ପୁଣି, ମନୁଷ୍ୟ ଭାବରେ ଦେଖାଯାଇ ମୃତ୍ୟୁ ପର୍ଯ୍ୟନ୍ତ, ହଁ, କ୍ରୁଶୀୟ ମୃତ୍ୟୁ ପର୍ଯ୍ୟନ୍ତ ଆଜ୍ଞାବହ ହୋଇ ଆପଣାକୁ ଅବନତ କଲେ। 9ଏହି କାରଣରୁ ଈଶ୍ବର ତାହାଙ୍କୁ ଅତିଶୟ ଉନ୍ନତ କରିଅଛନ୍ତି, ପୁଣି, ସମସ୍ତ ନାମ ଅପେକ୍ଷା ସର୍ବୋତ୍କୃଷ୍ଟ ନାମ ତାହାଙ୍କୁ ପ୍ରଦାନ କରିଅଛନ୍ତି, 10ଯେପରି ସ୍ୱର୍ଗ, ମର୍ତ୍ତ୍ୟ ଓ ପାତାଳରେ ଥିବା ପ୍ରତ୍ୟେକ ଆଣ୍ଠୁ ଯୀଶୁଙ୍କ ନାମରେ ନତ ହେବ, 11ପୁଣି, ପିତା ଈଶ୍ବରଙ୍କ ଗୌରବ ନିମନ୍ତେ ପ୍ରତ୍ୟେକ ଜିହ୍ୱା ଯୀଶୁ ଖ୍ରୀଷ୍ଟ ପ୍ରଭୁ ବୋଲି ସ୍ୱୀକାର କରିବ।
ସୁସମାଚାର
9ତୁମ୍ଭମାନଙ୍କ ଗାଞ୍ଜିଆରେ ସୁନା କି ରୂପା କି ତମ୍ବା, ଆଉ ଯାତ୍ରା ନିମନ୍ତେ ଝୋଲି 10କିମ୍ବା ଦୁଇଟି ଅଙ୍ଗରଖା ଅବା ଜୋତା କିମ୍ବା ବାଡ଼ି ଆୟୋଜନ କର ନାହିଁ, କାରଣ କାର୍ଯ୍ୟକାରୀ ଆପଣା ଆହାରର ଯୋଗ୍ୟ। 11ଆଉ ତୁମ୍ଭେମାନେ ଯେକୌଣସି ନଗରରେ କି ଗ୍ରାମରେ ପ୍ରବେଶ କରିବ, ସେଠାରେ କେଉଁ ଲୋକ ଯୋଗ୍ୟ, ତାହା ଅନୁସନ୍ଧାନ କର, ପୁଣି, ନ ଯିବା ପର୍ଯ୍ୟନ୍ତ ସେଠାରେ ରୁହ। 12ଆଉ ଗୃହରେ ପ୍ରବେଶ କରିବା ସମୟରେ ତାହାକୁ ଆଶୀର୍ବାଦ କର; 13ସେହି ଗୃହ ଯଦି ଯୋଗ୍ୟ, ତେବେ ତାହା ପ୍ରତି ତୁମ୍ଭମାନଙ୍କ ଶାନ୍ତି ବର୍ତ୍ତୁ, କିନ୍ତୁ ତାହା ଯଦି ଯୋଗ୍ୟ ନୁହେଁ, ତାହାହେଲେ ତୁମ୍ଭମାନଙ୍କ ଶାନ୍ତି ତୁମ୍ଭମାନଙ୍କ ପାଖକୁ ଫେରିଆସୁ। 14ପୁଣି, ଯେ କେହି ତୁମ୍ଭମାନଙ୍କୁ ଗ୍ରହଣ କରିବ ନାହିଁ ଅବା ତୁମ୍ଭମାନଙ୍କ କଥା ଶୁଣିବ ନାହିଁ, ସେହି ଗୃହରୁ କିମ୍ବା ସେହି ନଗରରୁ ବାହାରିଯିବା ବେଳେ ତୁମ୍ଭମାନଙ୍କ ପାଦଧୂଳି ଝାଡ଼ିଦିଅ। 15ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ବିଚାର ଦିନରେ ସେହି ନଗରର ଦଶା ଅପେକ୍ଷା ସଦୋମ ଓ ଗମୋରା ଦେଶର ଦଶା ସହନୀୟ ହେବ।”
ସୁସମାଚାର (ବୁଧବାର ପାଇଁ)
16“ଦେଖ, ବାଘମାନଙ୍କ ମଧ୍ୟରେ ମେଣ୍ଢାମାନଙ୍କ ପରି ମୁଁ ତୁମ୍ଭମାନଙ୍କୁ ପଠାଉଅଛି, ଅତଏବ ସର୍ପ ପରି ବୁଦ୍ଧିମାନ ଓ କପୋତ ପରି ଅହିଂସକ ହୁଅ। 17ମାତ୍ର ମନୁଷ୍ୟମାନଙ୍କଠାରୁ ସାବଧାନ ହୋଇଥାଅ, କାରଣ ସେମାନେ ତୁମ୍ଭମାନଙ୍କୁ ବିଚାରସଭାମାନଙ୍କରେ ସମର୍ପଣ କରିବେ ଓ ସେମାନଙ୍କ ସମାଜଗୃହ ସମୂହରେ କୋରଡ଼ା ମାରିବେ, 18ପୁଣି, ତୁମ୍ଭେମାନେ ମୋ ସକାଶେ ଶାସନକର୍ତ୍ତା ଓ ରାଜାମାନଙ୍କ ପାଖକୁ ଅଣାଯିବ; ତାହା ସେମାନଙ୍କ ଓ ଅଣଯିହୁଦୀମାନଙ୍କ ପ୍ରତି ସାକ୍ଷ୍ୟସ୍ୱରୂପ ହେବ। 19କିନ୍ତୁ ଯେତେବେଳେ ସେମାନେ ତୁମ୍ଭମାନଙ୍କୁ ସମର୍ପଣ କରିବେ, ସେତେବେଳେ ତୁମ୍ଭେମାନେ କିପରି ବା କି କଥା କହିବ, ସେ ବିଷୟରେ ଚିନ୍ତିତ ହୁଅ ନାହିଁ, କାରଣ କଅଣ କହିବ, ତାହା ସେହି ସମୟରେ ତୁମ୍ଭମାନଙ୍କୁ ଦିଆଯିବ। 20ଯେଣୁ ତୁମ୍ଭେମାନେ ବକ୍ତା ନୁହଁ, କିନ୍ତୁ ତୁମ୍ଭମାନଙ୍କ ପିତାଙ୍କ ଆତ୍ମା ଯେ କି ତୁମ୍ଭମାନଙ୍କ ଅନ୍ତରରେ କଥା କହନ୍ତି, ସେ ବକ୍ତା ଅଟନ୍ତି। 21ଭାଇ ଭାଇକୁ ଓ ପିତା ପୁତ୍ରକୁ ମୃତ୍ୟୁଭୋଗ କରିବା ନିମନ୍ତେ ସମର୍ପଣ କରିବେ, ପୁଣି, ସନ୍ତାନମାନେ ପିତାମାତାଙ୍କ ବିରୁଦ୍ଧରେ ଉଠି ସେମାନଙ୍କୁ ବଧ କରିବେ। 22ଆଉ ମୋହର ନାମ ସକାଶେ ତୁମ୍ଭେମାନେ ସମସ୍ତଙ୍କ ଦ୍ୱାରା ଘୃଣିତ ହେବ, ମାତ୍ର ଯେ ଶେଷ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରହିବ, ସେ ପରିତ୍ରାଣ ପାଇବ।
ସୁସମାଚାର (ଈଶ୍ବରଙ୍କ ମାତାଙ୍କ ଭ୍ଲାଦିମିର୍ ଆଇକନ୍ ପାଇଁ)
38ସେମାନେ ଯାତ୍ରା କରୁଥିବା ସମୟରେ ସେ ଗୋଟିଏ ଗ୍ରାମରେ ପ୍ରବେଶ କଲେ ଏବଂ ମାର୍ଥା ନାମରେ ଜଣେ ସ୍ତ୍ରୀଲୋକ ଯୀଶୁଙ୍କୁ ନିଜ ଘରକୁ ଡାକିଲେ। 39ତାହାଙ୍କର ଜଣେ ଭଉଣୀ ଥିଲେ ତାହାଙ୍କ ନାମ ମରୀୟମ, ସେ ପ୍ରଭୁଙ୍କ ପାଦ ତଳେ ବସି ତାହାଙ୍କ ବାକ୍ୟ ଶୁଣୁଥିଲେ। 40କିନ୍ତୁ ମାର୍ଥା ଖାଦ୍ୟ ପ୍ରସ୍ତୁତ କରିବାରେ ବହୁତ ବ୍ୟସ୍ତ ହେଉଥିଲେ; ଏଣୁ ସେ ତାହାଙ୍କ ନିକଟକୁ ଆସି କହିଲେ, ହେ ପ୍ରଭୁ, ମୋହର ଭଉଣୀ ଯେ ଏକାକୀ ମୋʼ ଉପରେ ପରିଚର୍ଯ୍ୟାର ଭାର ପକାଇ ଦେଇଅଛି ସେ ଆଡ଼କୁ କଅଣ ଆପଣଙ୍କର ମନ ନାହିଁ? ତେବେ ମୋତେ ସାହାଯ୍ୟ କରିବା ନିମନ୍ତେ ତାହାକୁ କୁହନ୍ତୁ। 41କିନ୍ତୁ ପ୍ରଭୁ ତାହାଙ୍କୁ କହିଲେ, “ମାର୍ଥା, ମାର୍ଥା, ତୁମ୍ଭେ ବହୁତ ବିଷୟରେ ଚିନ୍ତିତ ଓ ବ୍ୟତିବ୍ୟସ୍ତ ହେଉଅଛ, 42କିନ୍ତୁ ଅଳ୍ପ କେତୋଟି, ବରଂ ଗୋଟିଏ ମାତ୍ର ଆବଶ୍ୟକ; ମରୀୟମ ତ ଉତ୍ତମ ଭାଗ ମନୋନୀତ କରିଅଛି, ଆଉ ତାହା ତାହାଠାରୁ ନିଆଯିବ ନାହିଁ।” 11:27ସେ ଏହି ସମସ୍ତ କଥା କହୁଥିବା ସମୟରେ ଲୋକସମୂହ ମଧ୍ୟରେ ଜଣେ ସ୍ତ୍ରୀଲୋକ ଉଚ୍ଚସ୍ୱରରେ କହିଲା, ଧନ୍ୟ ସେହି ଗର୍ଭ, ଯାହା ତୁମ୍ଭକୁ ଧାରଣ କଲା ଓ ସେହି ସ୍ତନ, ଯହିଁରୁ ତୁମ୍ଭେ ପାନ କଲ। 28ମାତ୍ର ସେ କହିଲେ, “ନା, ବରଂ ଯେଉଁମାନେ ଈଶ୍ବରଙ୍କ ବାକ୍ୟ ଶୁଣନ୍ତି ଓ ପାଳନ କରନ୍ତି, ସେମାନେ ଧନ୍ୟ।”
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଜୁନ 23 ନାଗରିକ ପଞ୍ଜିକାର ଜୁଲାଇ 6। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର