Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜୁଲାଇ 2027 › ଜୁଲାଇ 8

ଅର୍ଥୋଡକ୍ସ ପଞ୍ଜିକା · 25 ଜୁନ (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 8 ଜୁଲାଇ 2027

ଗୁରୁବାର · ପେଣ୍ଟିକଷ୍ଟ ପରେ ତୃତୀୟ ସପ୍ତାହ · ସ୍ୱର 1

ପର୍ବ ଓ ସନ୍ଥ

Virginmartyr Febronia of Nisibis († c. 304)

ପ୍ରେରିତମାନଙ୍କ ଉପବାସ

ଉପବାସ: ତେଲ ସହିତ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପତ୍ର

ରୋମୀ 8:22–27

22କାରଣ ସମସ୍ତ ସୃଷ୍ଟି ଯେ ଆଜି ପର୍ଯ୍ୟନ୍ତ ଏକସଙ୍ଗରେ ଆର୍ତ୍ତନାଦ କରୁଅଛି ଓ ପ୍ରସବ ବେଦନାରେ ବ୍ୟଥିତ ହେଉଅଛି, ଏହା ଆମ୍ଭେମାନେ ଜାଣୁ। 23ଆଉ କେବଳ ତାହା ନୁହେଁ, କିନ୍ତୁ ପ୍ରଥମ ଫଳ ସ୍ୱରୂପେ ଆତ୍ମାଙ୍କୁ ପାଇଅଛୁ ଯେ ଆମ୍ଭେମାନେ, ଆମ୍ଭେମାନେ ନିଜେ ନିଜେ ମଧ୍ୟ ପୁତ୍ରତ୍ୱ, ଅର୍ଥାତ୍‍ ଆପଣା ଆପଣା ଶରୀରର ମୁକ୍ତି ନିମନ୍ତେ ଅପେକ୍ଷା କରୁ କରୁ ଆପଣା ଆପଣା ଅନ୍ତରରେ ଆର୍ତ୍ତନାଦ କରୁଅଛୁ। 24କାରଣ ଭରସାରେ ଆମ୍ଭେମାନେ ପରିତ୍ରାଣ ପାଇଅଛୁ; କିନ୍ତୁ ଦୃଷ୍ଟିଗୋଚର ଯେଉଁ ଭରସା, ତାହା ଭରସା ନୁହେଁ, ଯେଣୁ ଯାହା ଜଣେ ଦେଖୁଅଛି, ସେଥିନିମନ୍ତେ ସେ କାହିଁକି ଆଉ ଭରସା କରିବ? 25କିନ୍ତୁ ଆମ୍ଭେମାନେ ଯାହା ଦେଖୁ ନାହୁଁ, ଯଦି ତାହା ନିମନ୍ତେ ଭରସା କରୁ, ତାହାହେଲେ ଧୈର୍ଯ୍ୟ ସହକାରେ ତାହାର ଅପେକ୍ଷାରେ ଥାଉ। 26ଆଉ, ସେହି ପ୍ରକାରେ ପବିତ୍ର ଆତ୍ମା ମଧ୍ୟ ଆମ୍ଭମାନଙ୍କ ଦୁର୍ବଳତାରେ ସାହାଯ୍ୟ କରନ୍ତି; କାରଣ କଅଣ ପ୍ରାର୍ଥନା କରିବା ଉଚିତ, ତାହା ଆମ୍ଭେମାନେ ଜାଣୁ ନାହୁଁ, କିନ୍ତୁ ଆତ୍ମା ସ୍ୱୟଂ ଅକଥନୀୟ ଆର୍ତ୍ତନାଦରେ ଆମ୍ଭମାନଙ୍କ ନିମନ୍ତେ ନିବେଦନ କରନ୍ତି; 27ପୁଣି, ଯେ ଆମ୍ଭମାନଙ୍କ ହୃଦୟ ଅନୁସନ୍ଧାନ କରନ୍ତି, ସେ ପବିତ୍ର ଆତ୍ମାଙ୍କ ଭାବ କଅଣ, ତାହା ମଧ୍ୟ ଜାଣନ୍ତି, କାରଣ ସେ ଈଶ୍ବରଙ୍କ ଇଚ୍ଛାନୁସାରେ ସାଧୁମାନଙ୍କ ନିମନ୍ତେ ନିବେଦନ କରନ୍ତି।

ସୁସମାଚାର

ମାଥି 10:23–31

23କିନ୍ତୁ ସେମାନେ ଯେତେବେଳେ ତୁମ୍ଭମାନଙ୍କୁ ଏକ ନଗରରେ ତାଡ଼ନା କରିବେ, ସେତେବେଳେ ଅନ୍ୟ ନଗରକୁ ପଳାଇଯାଅ, କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଇସ୍ରାଏଲ ନଗରଗୁଡ଼ିକରେ ତୁମ୍ଭମାନଙ୍କ ଭ୍ରମଣ ଶେଷ ନ ହେବା ପୂର୍ବରୁ ମନୁଷ୍ୟପୁତ୍ର ଆଗମନ କରିବେ। 24ଶିଷ୍ୟ ଗୁରୁଠାରୁ କିମ୍ବା ଦାସ କର୍ତ୍ତାଠାରୁ ଶ୍ରେଷ୍ଠ ନୁହେଁ। 25ଶିଷ୍ୟ ଆପଣା ଗୁରୁ ଓ ଦାସ ଆପଣା କର୍ତ୍ତା ପରି ହେଲେ ସେମାନଙ୍କ ପକ୍ଷରେ ଯଥେଷ୍ଟ। ସେମାନେ ଯେବେ ଗୃହ କର୍ତ୍ତାଙ୍କୁ ବାଲ୍‌ଜିବୂଲ୍ ବୋଲି କହିଅଛନ୍ତି, ତେବେ ତାହାଙ୍କର ପରିଜନଙ୍କୁ ତ ଆହୁରି ଅଧିକ କହିବେ।” 26“ଅତଏବ ସେମାନଙ୍କୁ ଭୟ କର ନାହିଁ; କାରଣ ଯାହା ପ୍ରକାଶିତ ନ ହେବ, ଏପରି ଆଚ୍ଛାଦିତ କିଛି ନାହିଁ, ଆଉ ଯାହା ଜଣା ନ ଯିବ, ଏପରି ଗୁପ୍ତ କିଛି ନାହିଁ। 27ମୁଁ ତୁମ୍ଭମାନଙ୍କୁ ଯାହା ଅନ୍ଧକାରରେ କହେ, ତାହା ଆଲୋକରେ କୁହ, ପୁଣି, ଯାହା ତୁମ୍ଭେମାନେ ଗୋପନରେ ଶୁଣ, ତାହା ଘର ଛାତ ଉପରେ ଘୋଷଣା କର। 28ଆଉ ଯେଉଁମାନେ ଶରୀରକୁ ବଧ କରନ୍ତି, କିନ୍ତୁ ଆତ୍ମାକୁ ବଧ କରିପାରନ୍ତି ନାହିଁ, ସେମାନଙ୍କୁ ଭୟ କର ନାହିଁ; ବରଂ ଯେ ଶରୀର ଓ ଆତ୍ମା ଉଭୟକୁ ନର୍କରେ ବିନଷ୍ଟ କରିପାରନ୍ତି, ତାହାଙ୍କୁ ହିଁ ଭୟ କର। 29ଦୁଇଟି ଘରଚଟିଆ କଅଣ ଗୋଟିଏ ପଇସାରେ ବିକାଯାଆନ୍ତି ନାହିଁ? ଆଉ ତୁମ୍ଭମାନଙ୍କର ପିତାଙ୍କର ଅନୁମତି ବିନା ସେମାନଙ୍କ ମଧ୍ୟରୁ ଗୋଟିଏ ହେଲେ ତଳେ ପଡ଼େ ନାହିଁ; 30କିନ୍ତୁ ତୁମ୍ଭମାନଙ୍କ ମସ୍ତକର ସମସ୍ତ କେଶ ହିଁ ଗଣାଯାଇଅଛି। 31ଏଣୁ ଭୟ କର ନାହିଁ, ତୁମ୍ଭେମାନେ ଅନେକ ଘରଚଟିଆ ଠାରୁ ଶ୍ରେଷ୍ଠ।”

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଜୁନ 25 ନାଗରିକ ପଞ୍ଜିକାର ଜୁଲାଇ 8। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର