ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜୁଲାଇ 2027 › ଜୁଲାଇ 9
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 9 ଜୁଲାଇ 2027
ଶୁକ୍ରବାର · ସାଧାରଣ କାଳର 14ତମ ସପ୍ତାହ
ପର୍ବ ଓ ସନ୍ଥ
ସାଧାରଣ କାଳର 14ତମ ସପ୍ତାହର ଶୁକ୍ରବାର
ଇଚ୍ଛାଧୀନ ସ୍ମୃତି ଦିବସ · ଉପାସନାର ରଙ୍ଗ: ସବୁଜ
ସନ୍ଥ ଅଗଷ୍ଟିନ୍ ଝାଓ ରୋଙ୍ଗ୍, ପୁରୋହିତ, ଓ ସାଥୀମାନେ, ଶହୀଦ · ଇଚ୍ଛାଧୀନ ସ୍ମୃତି ଦିବସ
ଉପବାସ ଓ ପ୍ରାୟଶ୍ଚିତ୍ତ
ପ୍ରାୟଶ୍ଚିତ୍ତର ଦିନ
ପ୍ରତ୍ୟେକ ଶୁକ୍ରବାର ପ୍ରାୟଶ୍ଚିତ୍ତର ଦିନ; ପ୍ରତ୍ୟେକ ବିଶପ୍ ସମ୍ମିଳନୀ ଏହା କିପରି ପାଳିବାକୁ ହେବ ସ୍ଥିର କରେ: ମାଂସରୁ ବିରତି କିମ୍ବା ପ୍ରାୟଶ୍ଚିତ୍ତର ଅନ୍ୟ କାର୍ଯ୍ୟ। ଉପବାସ 18ରୁ 59 ବର୍ଷ ପର୍ଯ୍ୟନ୍ତ, ବିରତି 14 ବର୍ଷରୁ ବାଧ୍ୟତାମୂଳକ।
ଦିନର ପାଠ
ପ୍ରଥମ ପାଠ
1ଏଥିଉତ୍ତାରେ ଇସ୍ରାଏଲ ଆପଣା ସର୍ବସ୍ୱ ଘେନି ଯାତ୍ରା କଲେ, ପୁଣି, ବେର୍ଶେବାରେ ଓହ୍ଲାଇ ସେଠାରେ ଆପଣା ପିତା ଇସ୍ହାକଙ୍କର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ କଲେ। 2ତହିଁରେ ପରମେଶ୍ୱର ଇସ୍ରାଏଲଙ୍କୁ ରାତିରେ ଦର୍ଶନ ଦେଇ କହିଲେ, “ହେ ଯାକୁବ, ହେ ଯାକୁବ।” ତହିଁରେ ସେ ଉତ୍ତର କଲେ, “ଦେଖନ୍ତୁ, ମୁଁ ଉପସ୍ଥିତ ଅଛି।” 3ସେତେବେଳେ ସେ କହିଲେ, “ଆମ୍ଭେ ପରମେଶ୍ୱର, ତୁମ୍ଭ ପିତାଙ୍କର ପରମେଶ୍ୱର; ତୁମ୍ଭେ ମିସରକୁ ଯିବା ପାଇଁ ଭୟ କର ନାହିଁ; ଯେହେତୁ ଆମ୍ଭେ ସେଠାରେ ତୁମ୍ଭକୁ ଏକ ବୃହତ ଗୋଷ୍ଠୀ କରିବା। 4ଆମ୍ଭେ ତୁମ୍ଭ ସଙ୍ଗରେ ମିସର ଦେଶକୁ ଯିବା; ପୁଣି, ଆମ୍ଭେ ମଧ୍ୟ ସେଠାରୁ ତୁମ୍ଭକୁ ନିଶ୍ଚୟ ବାହୁଡ଼ାଇ ଆଣିବା, ପୁଣି, ଯୋଷେଫ ନିଜ ହସ୍ତରେ ତୁମ୍ଭର ଚକ୍ଷୁ ମୁଦ୍ରିତ କରିବ।” 5ଏଥିଉତ୍ତାରେ ଯାକୁବ ବେର୍ଶେବାଠାରୁ ଯାତ୍ରା କଲେ; ପୁଣି, ତାଙ୍କୁ ନେବା ନିମନ୍ତେ ଫାରୋ ଯେଉଁ ଶଗଡ଼ ପଠାଇଥିଲେ, ତହିଁରେ ଇସ୍ରାଏଲର ପୁତ୍ରଗଣ ଆପଣାମାନଙ୍କ ପିତା ଯାକୁବଙ୍କୁ ଓ ବାଳକମାନଙ୍କୁ ଓ ଭାର୍ଯ୍ୟାମାନଙ୍କୁ ନେଇଗଲେ। 6ଏଉତ୍ତାରେ ସେମାନେ, ଅର୍ଥାତ୍, ଯାକୁବ ଓ ତାଙ୍କ ସମସ୍ତ ବଂଶ, ଆପଣାମାନଙ୍କ ପଶୁଗଣ ଓ କିଣାନ ଦେଶରେ ଉପାର୍ଜ୍ଜିତ ସମସ୍ତ ସମ୍ପତ୍ତି ଘେନି ମିସର ଦେଶରେ ପହଞ୍ଚିଲେ। 7ଏହି ପ୍ରକାରେ ଯାକୁବ ଆପଣା ପୁତ୍ରପୌତ୍ର, ପୁତ୍ରୀ ଓ ପୌତ୍ରୀ ସମସ୍ତ ପରିବାର ନେଇ ମିସର ଦେଶକୁ ଗଲେ। 28ଏଥିଉତ୍ତାରେ ଯୋଷେଫ ଗୋଶନ ପ୍ରଦେଶକୁ ଯିବାର ପଥ ଯେପରି ଦେଖାଇବେ, ଏଥିପାଇଁ ଯାକୁବ ଆପଣା ଆଗେ ଯିହୁଦାକୁ ତାଙ୍କ ନିକଟକୁ ପଠାଇଲେ; ଏଉତ୍ତାରେ ସେମାନେ ଗୋଶନ ପ୍ରଦେଶରେ ଉତ୍ତରିଲେ। 29ତହୁଁ ଯୋଷେଫ ଆପଣା ପିତା ଇସ୍ରାଏଲଙ୍କ ସଙ୍ଗେ ସାକ୍ଷାତ କରିବା ପାଇଁ ରଥ ସଜାଇ ଗୋଶନ ପ୍ରଦେଶକୁ ଗମନ କଲେ; ପୁଣି, ତାଙ୍କୁ ଦେଖା ଦେଇ ତାଙ୍କ ଗଳା ଧରି ବହୁତ ସମୟ ପର୍ଯ୍ୟନ୍ତ ରୋଦନ କଲେ। 30ସେତେବେଳେ ଇସ୍ରାଏଲ ଯୋଷେଫଙ୍କୁ କହିଲେ, “ଏବେ ମୋହର ମରଣ ହେଉ, ମୁଁ ତୁମ୍ଭ ମୁଖ ଦେଖିଲି, ତୁମ୍ଭେ ତ ଆଜି ପର୍ଯ୍ୟନ୍ତ ବଞ୍ଚିଅଛ।”
ପ୍ରତିଉତ୍ତର ଗୀତ
ଗୀତ 37:3–4, 18–19, 27–28, 39–40
3ସଦାପ୍ରଭୁଙ୍କଠାରେ ନିର୍ଭର ରଖି ସୁକର୍ମ କର; ଦେଶରେ ବାସ କରି ବିଶ୍ୱସ୍ତତାର ଅନୁଗାମୀ ହୁଅ। 4ମଧ୍ୟ ସଦାପ୍ରଭୁଙ୍କଠାରେ ଆନନ୍ଦ କର; ତହିଁରେ ସେ ତୁମ୍ଭର ମନୋବାଞ୍ଛା ପୂର୍ଣ୍ଣ କରିବେ। 18ସଦାପ୍ରଭୁ ସିଦ୍ଧ ଲୋକମାନଙ୍କ ଦିନସବୁ ଜାଣନ୍ତି ଓ ସେମାନଙ୍କ ଅଧିକାର ଅନନ୍ତକାଳସ୍ଥାୟୀ ହେବ। 19ସେମାନେ ବିପଦ ସମୟରେ ଲଜ୍ଜିତ ହେବେ ନାହିଁ; ପୁଣି, ଦୁର୍ଭିକ୍ଷ ସମୟରେ ସେମାନେ ପରିତୃପ୍ତ ହେବେ। 27ମନ୍ଦଠାରୁ ଦୂର ହୁଅ ଓ ସୁକର୍ମ କର; ତେବେ ତୁମ୍ଭେ ଅନନ୍ତକାଳ ବାସ କରିବ। 28କାରଣ ସଦାପ୍ରଭୁ ନ୍ୟାୟବିଚାର ଭଲ ପାଆନ୍ତି ଓ ଆପଣା ସଦ୍ଭକ୍ତମାନଙ୍କୁ ପରିତ୍ୟାଗ କରନ୍ତି ନାହିଁ; ସେମାନେ ଅନନ୍ତକାଳ ରକ୍ଷିତ ହୁଅନ୍ତି; ମାତ୍ର ଦୁଷ୍ଟର ବଂଶ ଉଚ୍ଛିନ୍ନ ହେବେ। 39ମାତ୍ର ସଦାପ୍ରଭୁଙ୍କଠାରୁ ଧାର୍ମିକ ଲୋକର ପରିତ୍ରାଣ ହୁଏ; ସେ ସଙ୍କଟ ସମୟରେ ସେମାନଙ୍କର ଦୃଢ଼ ଦୁର୍ଗ ଅଟନ୍ତି। 40ପୁଣି, ସଦାପ୍ରଭୁ ସେମାନଙ୍କର ସାହାଯ୍ୟ କରନ୍ତି ଓ ସେମାନଙ୍କୁ ରକ୍ଷା କରନ୍ତି; ସେ ଦୁଷ୍ଟମାନଙ୍କଠାରୁ ସେମାନଙ୍କୁ ରକ୍ଷା କରି ପରିତ୍ରାଣ କରନ୍ତି, କାରଣ ସେମାନେ ତାହାଙ୍କର ଶରଣାଗତ।
ସୁସମାଚାର
16“ଦେଖ, ବାଘମାନଙ୍କ ମଧ୍ୟରେ ମେଣ୍ଢାମାନଙ୍କ ପରି ମୁଁ ତୁମ୍ଭମାନଙ୍କୁ ପଠାଉଅଛି, ଅତଏବ ସର୍ପ ପରି ବୁଦ୍ଧିମାନ ଓ କପୋତ ପରି ଅହିଂସକ ହୁଅ। 17ମାତ୍ର ମନୁଷ୍ୟମାନଙ୍କଠାରୁ ସାବଧାନ ହୋଇଥାଅ, କାରଣ ସେମାନେ ତୁମ୍ଭମାନଙ୍କୁ ବିଚାରସଭାମାନଙ୍କରେ ସମର୍ପଣ କରିବେ ଓ ସେମାନଙ୍କ ସମାଜଗୃହ ସମୂହରେ କୋରଡ଼ା ମାରିବେ, 18ପୁଣି, ତୁମ୍ଭେମାନେ ମୋ ସକାଶେ ଶାସନକର୍ତ୍ତା ଓ ରାଜାମାନଙ୍କ ପାଖକୁ ଅଣାଯିବ; ତାହା ସେମାନଙ୍କ ଓ ଅଣଯିହୁଦୀମାନଙ୍କ ପ୍ରତି ସାକ୍ଷ୍ୟସ୍ୱରୂପ ହେବ। 19କିନ୍ତୁ ଯେତେବେଳେ ସେମାନେ ତୁମ୍ଭମାନଙ୍କୁ ସମର୍ପଣ କରିବେ, ସେତେବେଳେ ତୁମ୍ଭେମାନେ କିପରି ବା କି କଥା କହିବ, ସେ ବିଷୟରେ ଚିନ୍ତିତ ହୁଅ ନାହିଁ, କାରଣ କଅଣ କହିବ, ତାହା ସେହି ସମୟରେ ତୁମ୍ଭମାନଙ୍କୁ ଦିଆଯିବ। 20ଯେଣୁ ତୁମ୍ଭେମାନେ ବକ୍ତା ନୁହଁ, କିନ୍ତୁ ତୁମ୍ଭମାନଙ୍କ ପିତାଙ୍କ ଆତ୍ମା ଯେ କି ତୁମ୍ଭମାନଙ୍କ ଅନ୍ତରରେ କଥା କହନ୍ତି, ସେ ବକ୍ତା ଅଟନ୍ତି। 21ଭାଇ ଭାଇକୁ ଓ ପିତା ପୁତ୍ରକୁ ମୃତ୍ୟୁଭୋଗ କରିବା ନିମନ୍ତେ ସମର୍ପଣ କରିବେ, ପୁଣି, ସନ୍ତାନମାନେ ପିତାମାତାଙ୍କ ବିରୁଦ୍ଧରେ ଉଠି ସେମାନଙ୍କୁ ବଧ କରିବେ। 22ଆଉ ମୋହର ନାମ ସକାଶେ ତୁମ୍ଭେମାନେ ସମସ୍ତଙ୍କ ଦ୍ୱାରା ଘୃଣିତ ହେବ, ମାତ୍ର ଯେ ଶେଷ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରହିବ, ସେ ପରିତ୍ରାଣ ପାଇବ। 23କିନ୍ତୁ ସେମାନେ ଯେତେବେଳେ ତୁମ୍ଭମାନଙ୍କୁ ଏକ ନଗରରେ ତାଡ଼ନା କରିବେ, ସେତେବେଳେ ଅନ୍ୟ ନଗରକୁ ପଳାଇଯାଅ, କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଇସ୍ରାଏଲ ନଗରଗୁଡ଼ିକରେ ତୁମ୍ଭମାନଙ୍କ ଭ୍ରମଣ ଶେଷ ନ ହେବା ପୂର୍ବରୁ ମନୁଷ୍ୟପୁତ୍ର ଆଗମନ କରିବେ।
ଆଜିର ସନ୍ଥ
- ସନ୍ଥ ଅଗଷ୍ଟିନ୍ ଝାଓ ରୋଙ୍ଗ୍, ପୁରୋହିତ, ଓ ସାଥୀମାନେ, ଶହୀଦ
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର