Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜୁଲାଇ 2027 › ଜୁଲାଇ 9

ଅର୍ଥୋଡକ୍ସ ପଞ୍ଜିକା · 26 ଜୁନ (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 9 ଜୁଲାଇ 2027

ଶୁକ୍ରବାର · ପେଣ୍ଟିକଷ୍ଟ ପରେ ତୃତୀୟ ସପ୍ତାହ · ସ୍ୱର 1

ପର୍ବ ଓ ସନ୍ଥ

Venerable David of Thessalonica (6th C)

ପ୍ରେରିତମାନଙ୍କ ଉପବାସ

ଉପବାସ: ତେଲ ସହିତ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପତ୍ର

ରୋମୀ 9:6–19

6କିନ୍ତୁ ଈଶ୍ବରଙ୍କ ବାକ୍ୟ ଯେ ବିଫଳ ହୋଇଅଛି, ଏପରି ନୁହେଁ। କାରଣ ଯେଉଁମାନେ ଇସ୍ରାଏଲ ବଂଶରେ ଜାତ, ସେମାନେ ଯେ ସମସ୍ତେ ଇସ୍ରାଏଲ, 7କିଅବା ଅବ୍ରହାମଙ୍କ ବଂଶ ବୋଲି ଯେ ସମସ୍ତେ ସନ୍ତାନ, ତାହା ନୁହେଁ; କିନ୍ତୁ “ଇସ୍‌ହାକଙ୍କଠାରେ ତୁମ୍ଭର ବଂଶ ଖ୍ୟାତ ହେବ।” 8ଏହାର ଅର୍ଥ ଯେ, ଯେଉଁମାନେ ଶାରୀରିକ ଭାବେ ସନ୍ତାନ, ସେମାନେ ଯେ ଈଶ୍ବରଙ୍କ ସନ୍ତାନ, ତାହା ନୁହେଁ, କିନ୍ତୁ ପ୍ରତିଜ୍ଞାର ସନ୍ତାନ ବଂଶ ରୂପେ ଗଣିତ ହୁଅନ୍ତି। 9କାରଣ ଏହା ତ ପ୍ରତିଜ୍ଞାର ବାକ୍ୟ, ଏହି ଋତୁରେ ଆମ୍ଭେ ଆସିବା, ଆଉ ସାରା ଗୋଟିଏ ପୁତ୍ର ପ୍ରାପ୍ତ ହେବ। 10ଆଉ କେବଳ ତାହା ନୁହେଁ, କିନ୍ତୁ ରିବିକା ମଧ୍ୟ ଜଣେ ବ୍ୟକ୍ତିଙ୍କ ଦ୍ୱାରା, ଅର୍ଥାତ୍‍ ଆମ୍ଭମାନଙ୍କ ପିତୃ-ପୁରୁଷ ଇସ୍‌ହାକଙ୍କ ଦ୍ୱାରା ଗର୍ଭବତୀ ହେଲା ଉତ୍ତାରେ, 11ଯେତେବେଳେ ସନ୍ତାନମାନେ ଜନ୍ମ ହୋଇ ନ ଥିଲେ, ଆଉ ଭଲ କିମ୍ବା ମନ୍ଦ କିଛି କରି ନ ଥିଲେ, ସେତେବେଳେ କର୍ମ ହେତୁ ନୁହେଁ, ମାତ୍ର ଆହ୍ୱାନକାରୀଙ୍କ ଇଚ୍ଛା ହେତୁ ନିର୍ବାଚନ ଅନୁସାରେ ଈଶ୍ବରଙ୍କ ସଂକଳ୍ପ ଯେପରି ସ୍ଥିର ରହେ, 12ଏଥିନିମନ୍ତେ ଏହି କଥା ତାହାଙ୍କୁ କୁହାଯାଇଥିଲା, “ଜ୍ୟେଷ୍ଠ କନିଷ୍ଠର ଦାସ ହେବ; 13ଯେପରି ଲେଖାଅଛି, ‘ଯାକୁବକୁ ଆମ୍ଭେ ପ୍ରେମ କଲୁ, କିନ୍ତୁ ଏଷୌକୁ ଘୃଣା କଲୁ।’” 14ତେବେ ଆମ୍ଭେମାନେ କଅଣ କହିବା? ଈଶ୍ବରଙ୍କଠାରେ କି ଅନ୍ୟାୟ ଅଛି? ତାହା କେବେ ହେଁ ନ ହେଉ। 15କାରଣ ସେ ମୋଶାଙ୍କୁ କହନ୍ତି, “ଯାହା ଉପରେ ଆମ୍ଭର ଦୟା ଅଛି, ତାହାକୁ ଆମ୍ଭେ ଦୟା କରିବା, ଆଉ ଯାହା ଉପରେ ଆମ୍ଭର କୃପା ଅଛି, ତାହାକୁ ଆମ୍ଭେ କୃପା କରିବା।” 16ଅତଏବ, ଯେ ଇଚ୍ଛା କରେ, କିମ୍ବା ଯେ ଚେଷ୍ଟା କରେ, ତାହାଠାରୁ ଏହା ହୁଏ ନାହିଁ, ମାତ୍ର ଦୟାଳୁ ଈଶ୍ବରଙ୍କଠାରୁ ହୁଏ। 17ଯେଣୁ ଈଶ୍ବର ଶାସ୍ତ୍ର ଦ୍ୱାରା ଫାରୋକୁ କହନ୍ତି, “ଆମ୍ଭେ ଯେପରି ତୁମ୍ଭଠାରେ ଆମ୍ଭର ଶକ୍ତି ଦେଖାଉ, ଆଉ ଯେପରି ସମସ୍ତ ପୃଥିବୀରେ ଆମ୍ଭର ନାମ ଘୋଷିତ ହୁଏ, ଏହି ଅଭିପ୍ରାୟରେ ତ ଆମ୍ଭେ ତୁମ୍ଭକୁ ଉତ୍ଥାପନ କଲୁ।” 18ଅତଏବ, ସେ ଯାହାକୁ ଇଚ୍ଛା କରନ୍ତି, ତାହାକୁ ଦୟା କରନ୍ତି, ପୁଣି, ଯାହାକୁ ଇଚ୍ଛା କରନ୍ତି, ତାହାକୁ କଠିନ କରନ୍ତି। 19ଏଥିରେ ତୁମ୍ଭେ ମୋତେ କହିବ, ତେବେ ସେ ଆଉ ଦୋଷ ଧରନ୍ତି କାହିଁକି? କାରଣ ତାହାଙ୍କର ଇଚ୍ଛା କିଏ ପ୍ରତିରୋଧ କରିପାରେ?

ସୁସମାଚାର

ମାଥି 10:32–36; 11:1

32“ଆଉ, ଯେ କେହି ଲୋକଙ୍କ ଆଗରେ ମୋତେ ସ୍ୱୀକାର କରିବ, ମୁଁ ମଧ୍ୟ ମୋହର ସ୍ୱର୍ଗସ୍ଥ ପିତାଙ୍କ ଆଗରେ ତାହାକୁ ସ୍ୱୀକାର କରିବି। 33ମାତ୍ର ଯେ କେହି ଲୋକଙ୍କ ଆଗରେ ମୋତେ ଅସ୍ୱୀକାର କରିବ, ମୁଁ ମଧ୍ୟ ମୋହର ସ୍ୱର୍ଗସ୍ଥ ପିତାଙ୍କ ଆଗରେ ତାହାକୁ ଅସ୍ୱୀକାର କରିବି।” 34“ମୁଁ ଯେ ପୃଥିବୀରେ ଶାନ୍ତି ଦେବାକୁ ଆସିଅଛି, ଏହା ମନେ କର ନାହିଁ; ଶାନ୍ତି ଦେବାକୁ ନ ଆସି ବରଂ ଖଡ୍ଗ ଦେବାକୁ ଆସିଅଛି। 35କାରଣ ମୁଁ ‘ପିତାଙ୍କ ସହିତ ପୁତ୍ରର ଓ ମାତା ସହିତ କନ୍ୟାର ପୁଣି, ଶାଶୁ ସହିତ ବୋହୁର ବିରୋଧ ବଢ଼ାଇବାକୁ ଆସିଅଛି, 36ଆଉ ମନୁଷ୍ୟର ନିଜ ପରିଜନ ହିଁ ତାହାର ଶତ୍ରୁ ହେବେ।’ 11:1ଯୀଶୁ ଆପଣା ବାର ଜଣ ଶିଷ୍ୟଙ୍କୁ ଆଦେଶ ଦେବାର ସମାପ୍ତ କଲା ପରେ ଗାଲିଲୀର ନଗରସମୂହରେ ଶିକ୍ଷା ଦେବାକୁ ଓ ଘୋଷଣା କରିବାକୁ ସେ ସ୍ଥାନରୁ ବାହାରିଗଲେ।

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଜୁନ 26 ନାଗରିକ ପଞ୍ଜିକାର ଜୁଲାଇ 9। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର