Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜୁଲାଇ 2027 › ଜୁଲାଇ 10

ଅର୍ଥୋଡକ୍ସ ପଞ୍ଜିକା · 27 ଜୁନ (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 10 ଜୁଲାଇ 2027

ଶନିବାର · ପେଣ୍ଟିକଷ୍ଟ ପରେ ତୃତୀୟ ସପ୍ତାହ · ସ୍ୱର 1

ପର୍ବ ଓ ସନ୍ଥ

St. Joanna the Myrrhbearer (1st C)

ପ୍ରେରିତମାନଙ୍କ ଉପବାସ

ମାଛ ଚଳିବ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପତ୍ର

ରୋମୀ 3:28–4:3

28ତେବେ ଆମ୍ଭମାନଙ୍କ ମୀମାଂସା ଏହି, ମନୁଷ୍ୟ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ବ୍ୟତୀତ ବିଶ୍ୱାସ ଦ୍ୱାରା ଧାର୍ମିକ ଗଣିତ ହୁଏ। 29କିମ୍ବା ଈଶ୍ବର କି କେବଳ ଯିହୁଦୀମାନଙ୍କର ଈଶ୍ବର? ସେ କି ଅଣଯିହୁଦୀମାନଙ୍କର ମଧ୍ୟ ଈଶ୍ବର ନୁହଁନ୍ତି? ହଁ, ଅଣଯିହୁଦୀମାନଙ୍କର ମଧ୍ୟ। 30କାରଣ ଈଶ୍ବର ତ ଏକ, ଆଉ ସେ ବିଶ୍ୱାସ ହେତୁ ସୁନ୍ନତିକୁ ଓ ବିଶ୍ୱାସ ଦ୍ୱାରା ଅସୁନ୍ନତିକୁ ଧାର୍ମିକ ଗଣିବେ। 31ତେବେ, ଆମ୍ଭେମାନେ କି ବିଶ୍ୱାସ ଦ୍ୱାରା ମୋଶାଙ୍କ ବ୍ୟବସ୍ଥାକୁ ଲୋପ କରୁଅଛୁ? ତାହା କେବେ ହେଁ ନ ହେଉ, ବରଂ ଆମ୍ଭେମାନେ ମୋଶାଙ୍କ ବ୍ୟବସ୍ଥାକୁ ସଂସ୍ଥାପନ କରୁଅଛୁ। 4:1ତେବେ ଶରୀର ଅନୁସାରେ ଆମ୍ଭମାନଙ୍କ ପିତୃ-ପୁରୁଷ ଅବ୍ରହାମ କଅଣ ପାଇଅଛନ୍ତି ବୋଲି ଆମ୍ଭେମାନେ କହିବା? 2କାରଣ ଅବ୍ରହାମ ଯଦି କ୍ରିୟାକର୍ମ ଦ୍ୱାରା ଧାର୍ମିକ ଗଣିତ ହେଲେ, ତେବେ ତାହାଙ୍କ ଗର୍ବର କାରଣ ଅଛି; କିନ୍ତୁ ଈଶ୍ବରଙ୍କ ନିକଟରେ ନୁହେଁ। 3କାରଣ ପବିତ୍ର ଶାସ୍ତ୍ର କଅଣ କୁହେ? ଅବ୍ରହାମ ଈଶ୍ବରଙ୍କଠାରେ ବିଶ୍ୱାସ କଲେ, ଆଉ ତାହାଙ୍କ ପକ୍ଷରେ ତାହା ଧାର୍ମିକତା ବୋଲି ଗଣିତ ହେଲା।

ସୁସମାଚାର

ମାଥି 7:24–8:4

24ଏଣୁ ଯେ କେହି ମୋହର ଏହି ସମସ୍ତ କଥା ଶୁଣେ ଓ ପାଳନ କରେ, ସେ ପଥର ଉପରେ ଘର ତିଆରି କରିବା ଜଣେ ବୁଦ୍ଧିମାନ ଲୋକ ସଦୃଶ ହେବ। 25ବର୍ଷା ହେଲା, ବଢ଼ି ଆସିଲା ପୁଣି, ବତାସ ବହିଲା ଓ ସେହି ଘରକୁ ଧକ୍କା ମାରିଲା, ଆଉ ତାହା ପଡ଼ିଲା ନାହିଁ, କାରଣ ପଥର ଉପରେ ତାହାର ମୂଳଦୁଆ ଥିଲା। 26ଆଉ ଯେ କେହି ମୋହର ଏହି ସମସ୍ତ କଥା ଶୁଣି ପାଳନ କରେ ନାହିଁ, ସେ ବାଲି ଉପରେ ଘର ତିଆରି କରିବା ଜଣେ ମୂର୍ଖ ଲୋକ ଭଳି ହେବ। 27ବର୍ଷା ହେଲା, ବଢ଼ି ଆସିଲା ପୁଣି, ବତାସ ବହିଲା ଓ ସେହି ଘରକୁ ଧକ୍କା ମାରିଲା, ଆଉ ତାହା ପଡ଼ିଗଲା, ପୁଣି, ତାହାର ପତନ ଭୟଙ୍କର ହେଲା।” 28ଯୀଶୁ ଏହିସବୁ କଥା ଶେଷ କରନ୍ତେ ଲୋକମାନେ ତାହାଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟାନ୍ୱିତ ହେଲେ, 29କାରଣ ସେ ସେମାନଙ୍କର ଶାସ୍ତ୍ରୀମାନଙ୍କ ପରି ଶିକ୍ଷା ନ ଦେଇ ଅଧିକାରପ୍ରାପ୍ତ ବ୍ୟକ୍ତିଙ୍କ ପରି ସେମାନଙ୍କୁ ଶିକ୍ଷା ଦେଉଥିଲେ। 8:1ଯୀଶୁ ପାହାଡ ଉପରୁ ଓହ୍ଲାଇ ଆସନ୍ତେ ବହୁସଂଖ୍ୟକ ଲୋକ ତାହାଙ୍କ ପଛେ ପଛେ ଚାଲିଲେ। 2ଆଉ ଦେଖ, ଜଣେ କୁଷ୍ଠରୋଗୀ ତାହାଙ୍କ ପାଖକୁ ଆସି ପ୍ରଣାମ କରି କହିଲା, ହେ ପ୍ରଭୁ, ଆପଣ ଯଦି ଇଚ୍ଛା କରନ୍ତି, ତାହାହେଲେ ମୋତେ ଶୁଚି କରିପାରନ୍ତି। 3ସେଥିରେ ସେ ହାତ ବଢ଼ାଇ ତାହାକୁ ଛୁଇଁ କହିଲେ, “ମୁଁ ଇଚ୍ଛା କରୁଅଛି, ଶୁଚି ହୁଅ।” ସେହିକ୍ଷଣି ସେ ଆପଣା କୁଷ୍ଠରୋଗରୁ ଶୁଚି ହେଲା। 4ଆଉ ଯୀଶୁ ତାହାକୁ କହିଲେ, “ସାବଧାନ, କାହାକୁ କୁହ ନାହିଁ, କିନ୍ତୁ ଯାଅ, ନିଜକୁ ଯାଜକଙ୍କୁ ଦେଖାଅ, ପୁଣି, ମୋଶା ଯେଉଁ ନୈବେଦ୍ୟ ବିଷୟରେ ଆଦେଶ ଦେଇଅଛନ୍ତି, ତାହା ସେମାନଙ୍କ ପାଖରେ ସାକ୍ଷ୍ୟ ଦେବା ପାଇଁ ଉତ୍ସର୍ଗ କର।”

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଜୁନ 27 ନାଗରିକ ପଞ୍ଜିକାର ଜୁଲାଇ 10। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର