Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜୁଲାଇ 2027 › ଜୁଲାଇ 11

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 11 ଜୁଲାଇ 2027

ରବିବାର · ସାଧାରଣ କାଳର 15ତମ ସପ୍ତାହ

ପର୍ବ ଓ ସନ୍ଥ

ସାଧାରଣ କାଳର 15ତମ ରବିବାର

ରବିବାର · ଉପାସନାର ରଙ୍ଗ: ସବୁଜ

ଦିନର ପାଠ

ପ୍ରଥମ ପାଠ

ଆମୋ 7:12–15

12ଆହୁରି, ଅମତ୍‍ସୀୟ ଆମୋଷଙ୍କୁ କହିଲା, “ହେ ଦର୍ଶକ, ତୁମ୍ଭେ ଯାଅ, ଯିହୁଦା ଦେଶକୁ ପଳାଅ, ସେଠାରେ ଭୋଜନ କର ଓ ସେଠାରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର; 13ମାତ୍ର ବେଥେଲ୍‍ରେ ପୁନର୍ବାର ଆଉ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର ନାହିଁ; କାରଣ ତାହା ରାଜାଙ୍କର ପବିତ୍ର ସ୍ଥାନ ଓ ତାହା ରାଜକୀୟ ଗୃହ ଅଟେ।” 14ତହିଁରେ ଆମୋଷ ଉତ୍ତର କରି ଅମତ୍‍ସୀୟଙ୍କୁ କହିଲେ, “ମୁଁ ଭବିଷ୍ୟଦ୍‍ବକ୍ତା ନ ଥିଲି, କିଅବା କୌଣସି ଭବିଷ୍ୟଦ୍‍ବକ୍ତାଙ୍କ ପୁତ୍ର ନ ଥିଲି; ମାତ୍ର ମୁଁ ଗୋପାଳକ ଓ ଡିମ୍ବିରି ବୃକ୍ଷର କୃଷକ ଥିଲି; 15ପୁଣି, ସଦାପ୍ରଭୁ ପଲର ପଶ୍ଚାଦ୍‍ଗମନରୁ ମୋତେ ନେଲେ ଓ ସଦାପ୍ରଭୁ ମୋତେ କହିଲେ, ‘ଯାଅ, ଆମ୍ଭର ଇସ୍ରାଏଲ ଲୋକ ନିକଟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର।’

ପ୍ରତିଉତ୍ତର ଗୀତ

ଗୀତ 85:8–13

8ସଦାପ୍ରଭୁ ପରମେଶ୍ୱର ଯାହା କହିବେ, ତାହା ଆମ୍ଭେ ଶୁଣିବୁ; କାରଣ ସେ ଆପଣା ଲୋକମାନଙ୍କୁ ଓ ଆପଣା ସଦ୍‍ଭକ୍ତମାନଙ୍କୁ ଶାନ୍ତିର କଥା କହିବେ; ମାତ୍ର ସେମାନେ ପୁନର୍ବାର ମୂର୍ଖତା ପ୍ରତି ନ ଫେରନ୍ତୁ। 9ଯେପରି ଆମ୍ଭମାନଙ୍କ ଦେଶରେ ଗୌରବ ବାସ କରିବ, ଏଥିପାଇଁ ନିଶ୍ଚୟ ତାହାଙ୍କ ଭୟକାରୀମାନଙ୍କ ନିକଟରେ ତାହାଙ୍କ ପରିତ୍ରାଣ ଅଛି। 10ଦୟା ଓ ସତ୍ୟତା ପରସ୍ପର ମିଳିତ ହୋଇଅଛନ୍ତି; ଧର୍ମ ଓ ଶାନ୍ତି ପରସ୍ପର ଚୁମ୍ବନ କରିଅଛନ୍ତି। 11ପୃଥିବୀରୁ ସତ୍ୟତା ଅଙ୍କୁରିତ ହେଉଅଛି; ପୁଣି, ଧାର୍ମିକତା ସ୍ୱର୍ଗରୁ ଦୃଷ୍ଟିପାତ କରିଅଛି। 12ସଦାପ୍ରଭୁ ମଙ୍ଗଳ ପ୍ରଦାନ କରିବେ; ତହିଁରେ ଆମ୍ଭମାନଙ୍କ ଦେଶ ଫଳ ଉତ୍ପନ୍ନ କରିବ। 13ଧର୍ମ ତାହାଙ୍କର ଆଗେ ଆଗେ ଯିବ ଓ ତାହାଙ୍କ ପଦଚିହ୍ନକୁ ଗମନର ପଥ କରିବ।

ଦ୍ୱିତୀୟ ପାଠ

ଏଫି 1:3–14

3ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଈଶ୍ବର ଓ ପିତା ଧନ୍ୟ ହେଉନ୍ତୁ, ସେ ଖ୍ରୀଷ୍ଟଙ୍କଠାରେ ଆମ୍ଭମାନଙ୍କୁ ସମସ୍ତ ଆତ୍ମିକ ଆଶୀର୍ବାଦ ଦ୍ୱାରା ସ୍ୱର୍ଗରେ ଆଶୀର୍ବାଦ କରିଅଛନ୍ତି, 4ଅର୍ଥାତ୍‍ ଆମ୍ଭେମାନେ ଯେପରି ତାହାଙ୍କ ସାକ୍ଷାତରେ ପବିତ୍ର ଓ ଅନିନ୍ଦନୀୟ ହେଉ, ଏଥିପାଇଁ ସେ ଜଗତର ପତ୍ତନ ପୂର୍ବେ ତାହାଙ୍କଠାରେ ଆମ୍ଭମାନଙ୍କୁ ମନୋନୀତ କଲେ; 5ପୁଣି, ଈଶ୍ବର ଆମ୍ଭମାନଙ୍କୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଆପଣା ନିମନ୍ତେ ପୁତ୍ର କରିବାକୁ ଆପଣା ସ୍ୱଚ୍ଛନ୍ଦ ଇଚ୍ଛାନୁସାରେ ଆମ୍ଭମାନଙ୍କୁ ପ୍ରେମରେ ପୂର୍ବରୁ ନିରୂପଣ କଲେ; 6ଏହା ତାହାଙ୍କ ଅନୁଗ୍ରହର ଗୌରବର ପ୍ରଶଂସା ନିମନ୍ତେ ହୋଇଅଛି; ସେହି ଅନୁଗ୍ରହ ସେ ପ୍ରିୟତମଙ୍କ ଦ୍ୱାରା ଆମ୍ଭମାନଙ୍କୁ ଦାନ କରିଅଛନ୍ତି। 7ଈଶ୍ବରଙ୍କ ଅନୁଗ୍ରହ ଅନୁସାରେ ଆମ୍ଭେମାନେ ସେହି ପ୍ରିୟତମଙ୍କଠାରେ ଖ୍ରୀଷ୍ଟ ଯୀଶୁଙ୍କ ରକ୍ତ ଦ୍ୱାରା ମୁକ୍ତି, ଅର୍ଥାତ୍‍ ଅପରାଧ ସବୁର କ୍ଷମା ପ୍ରାପ୍ତ ହୋଇଅଛୁ। 8ସେହି ଅନୁଗ୍ରହ ସେ ସମସ୍ତ ପ୍ରକାର ଜ୍ଞାନ ଓ ବୁଦ୍ଧି ଦେଇ ଆମ୍ଭମାନଙ୍କ ପ୍ରତି ପ୍ରଚୁର କରିଅଛନ୍ତି। 9ପୂର୍ବରୁ ସଙ୍କଳ୍ପ କରିଥିବା ଆପଣା ମଙ୍ଗଳମୟ ଇଚ୍ଛାନୁସାରେ ସେ ଆମ୍ଭମାନଙ୍କୁ ଆପଣା ଇଚ୍ଛାର ନିଗୂଢ଼ତତ୍ତ୍ୱ ଜ୍ଞାତ କରାଇଅଛନ୍ତି, 10ଯେପରି କାଳର ପୂର୍ଣ୍ଣତା ସମ୍ବନ୍ଧୀୟ ତାହାଙ୍କ ସଙ୍କଳ୍ପାନୁସାରେ ସ୍ୱର୍ଗରେ କି ମର୍ତ୍ତ୍ୟରେ ଥିବା ସମସ୍ତ ବିଷୟ ସେ ଆପଣା ନିମନ୍ତେ ଖ୍ରୀଷ୍ଟଙ୍କଠାରେ ଏକୀଭୂତ କରିବେ। 11ତାହାଙ୍କଠାରେ ମଧ୍ୟ ଆମ୍ଭେ ବିଶ୍ୱାସୀମାନେ ଅଧିକାର ସ୍ୱରୂପ ହୋଇଅଛୁ, ଯେଣୁ ଯେଉଁ ଈଶ୍ବର ଆପଣା ଇଚ୍ଛାର ସଙ୍କଳ୍ପାନୁସାରେ ସମସ୍ତ ବିଷୟ ସାଧନ କରନ୍ତି, ତାହାଙ୍କ ଅଭିପ୍ରାୟ ଅନୁସାରେ ଆମ୍ଭେ ବିଶ୍ୱାସୀମାନେ ପୂର୍ବରୁ ନିରୂପିତ ହେଲୁ, 12ଆମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ପୂର୍ବରୁ ଭରସା କରିଥିଲୁ, ତାହା ଯେପରି ଈଶ୍ବରଙ୍କ ଗୌରବର ପ୍ରଶଂସାର କାରଣ ହେଉ। 13ତାହାଙ୍କ ଦ୍ୱାରା ତୁମ୍ଭେମାନେ ସୁଦ୍ଧା ସତ୍ୟ ବାକ୍ୟ, ଅର୍ଥାତ୍‍ ତୁମ୍ଭମାନଙ୍କ ପରିତ୍ରାଣର ସୁସମାଚାର ଶୁଣି ବିଶ୍ୱାସ କରି ପ୍ରତିଜ୍ଞାତ ପବିତ୍ର ଆତ୍ମାଙ୍କ ଦ୍ୱାରା ମଧ୍ୟ ମୁଦ୍ରାଙ୍କିତ ହୋଇଅଛ; 14ଈଶ୍ବରଙ୍କ ଗୌରବର ପ୍ରଶଂସା ନିମନ୍ତେ ତାହାଙ୍କ ନିଜସ୍ୱ ମୁକ୍ତି ଉଦ୍ଦେଶ୍ୟରେ ସେ ଆମ୍ଭମାନଙ୍କ ଅଧିକାରର ବଇନାସ୍ୱରୂପ।

ସୁସମାଚାର

ମାର୍କ 6:7–13

7ପରେ ସେ ଚାରିଆଡ଼େ ଗ୍ରାମେ ଗ୍ରାମେ ଭ୍ରମଣ କରି ଶିକ୍ଷା ଦେବାକୁ ଲାଗିଲେ। ଇତିମଧ୍ୟରେ ସେ ବାର ଶିଷ୍ୟମାନଙ୍କୁ ନିକଟକୁ ଡାକି ସେମାନଙ୍କୁ ଦୁଇ ଦୁଇ ଜଣ କରି ପ୍ରେରଣ କରିବାକୁ ଆରମ୍ଭ କଲେ ଏବଂ ଅଶୁଚି ଆତ୍ମାମାନଙ୍କ ଉପରେ ସେମାନଙ୍କୁ ଅଧିକାର ଦେଲେ, 8ଆଉ ଯାତ୍ରା ନିମନ୍ତେ କେବଳ ଖଣ୍ଡେ ବାଡ଼ି ବିନା ରୁଟି କି ଝୋଲି କି ଗାଞ୍ଜିଆରେ ପଇସା ନ ନେବାକୁ ସେମାନଙ୍କୁ ଆଜ୍ଞା ଦେଲେ; 9କିନ୍ତୁ ସେମାନଙ୍କୁ ପାଦୁକା ପିନ୍ଧିବାକୁ କହିଲେ, ଦୁଇଟି ଅଙ୍ଗରଖା ପିନ୍ଧିବାକୁ ବାରଣ କଲେ। 10ପୁଣି, ସେ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଯେକୌଣସି ଗୃହରେ ପ୍ରବେଶ କରିବ, ସେ ସ୍ଥାନରୁ ପ୍ରସ୍ଥାନ ନ କରିବା ପର୍ଯ୍ୟନ୍ତ ସେଠାରେ ରୁହ। 11ମାତ୍ର ଯେକୌଣସି ସ୍ଥାନରେ ଲୋକମାନେ ତୁମ୍ଭମାନଙ୍କୁ ଗ୍ରହଣ କରିବେ ନାହିଁ, ବା ତୁମ୍ଭମାନଙ୍କ କଥା ଶୁଣିବେ ନାହିଁ, ସେ ସ୍ଥାନରୁ ପ୍ରସ୍ଥାନ ସମୟରେ ସେମାନଙ୍କ ନିକଟରେ ସାକ୍ଷ୍ୟ ଦେବା ନିମନ୍ତେ ତୁମ୍ଭମାନଙ୍କ ପାଦଧୂଳି ଝାଡି଼ଦିଅ।” 12ସେଥିରେ ସେମାନେ ପ୍ରସ୍ଥାନ କରି ମନ-ପରିବର୍ତ୍ତନ କରିବା ଯେ କର୍ତ୍ତବ୍ୟ, ଏହା ପ୍ରଚାର କଲେ, 13ପୁଣି, ଅନେକ ଭୂତ ଛଡ଼ାଇଲେ ଓ ଅନେକ ରୋଗୀ ଲୋକଙ୍କୁ ତୈଳ ଲଗାଇ ସୁସ୍ଥ କଲେ।

ଆଜିର ସନ୍ଥ

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର