ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜୁଲାଇ 2027 › ଜୁଲାଇ 12
ଅର୍ଥୋଡକ୍ସ ପଞ୍ଜିକା · 29 ଜୁନ (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 12 ଜୁଲାଇ 2027
ସୋମବାର · ପେଣ୍ଟିକଷ୍ଟ ପରେ ଚତୁର୍ଥ ସପ୍ତାହ · ସ୍ୱର 2
ପର୍ବ ଓ ସନ୍ଥ
The Holy Glorious and All-Praised Leaders of the Apostles, Peter and Paul
ଉପବାସ
ଉପବାସ ନାହିଁ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ସନ୍ଧ୍ୟା ପ୍ରାର୍ଥନା: ପାଠ
3ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଈଶ୍ବର ଓ ପିତା ଧନ୍ୟ; ସେ ମୃତମାନଙ୍କ ମଧ୍ୟରୁ ଯୀଶୁ ଖ୍ରୀଷ୍ଟଙ୍କ ପୁନରୁତ୍ଥାନ ଦ୍ୱାରା ଜୀବନଦାୟକ ଭରସା ପ୍ରାପ୍ତି ନିମନ୍ତେ, 4ଅର୍ଥାତ୍ ଯେଉଁ ଅକ୍ଷୟ, ଅକଳଙ୍କିତ, ଅଜର ଅଧିକାର ତୁମ୍ଭମାନଙ୍କ ନିମନ୍ତେ ସ୍ୱର୍ଗରେ ସଞ୍ଚିତ ହୋଇଅଛି, ତାହା ପାଇବା ନିମନ୍ତେ ଆପଣାର ମହାଦୟାରେ ଆମ୍ଭମାନଙ୍କୁ ନୂତନ ଜନ୍ମ ଦେଇଅଛନ୍ତି। 5ଯେଉଁ ପରିତ୍ରାଣ ଶେଷକାଳରେ ପ୍ରକାଶିତ ହେବା ପାଇଁ ପ୍ରସ୍ତୁତ ହୋଇଅଛି, ସେଥିନିମନ୍ତେ ତୁମ୍ଭେମାନେ ଈଶ୍ବରଙ୍କ ଶକ୍ତିରେ ବିଶ୍ୱାସ ଦ୍ୱାରା ସୁରକ୍ଷିତ ହେଉଅଛ। 6ଏଥିରେ ତୁମ୍ଭେମାନେ ଆନନ୍ଦ କରୁଅଛ, ତଥାପି ବର୍ତ୍ତମାନ ଅଳ୍ପ ସମୟ ପାଇଁ ନାନା ପରୀକ୍ଷା ଦ୍ୱାରା ଦୁଃଖଭୋଗ କରିବା ତୁମ୍ଭମାନଙ୍କ ପକ୍ଷରେ ଆବଶ୍ୟକ ହୁଏ, 7ଯେପରି ଅଗ୍ନି ଦ୍ୱାରା ପରୀକ୍ଷିତ କ୍ଷୟଣୀୟ ସୁବର୍ଣ୍ଣ ଅପେକ୍ଷା ଅଧିକ ବହୁମୂଲ୍ୟ ଯେ ତୁମ୍ଭମାନଙ୍କର ପରୀକ୍ଷାସିଦ୍ଧ ବିଶ୍ୱାସ, ତାହା ଯୀଶୁ ଖ୍ରୀଷ୍ଟଙ୍କ ପ୍ରକାଶିତ ହେବା ସମୟରେ ପ୍ରଶଂସା, ଗୌରବ ଓ ସମ୍ଭ୍ରମର କାରଣ ହେବ। 8ତୁମ୍ଭେମାନେ ତାହାଙ୍କୁ ନ ଦେଖି ପ୍ରେମ କରୁଅଛ, ପୁଣି, ଏବେ ସୁଦ୍ଧା ନ ଦେଖିଲେ ହେଁ ତାହାଙ୍କଠାରେ ବିଶ୍ୱାସ କରି ଅକଥନୀୟ ଓ ଗୌରବଯୁକ୍ତ ଆନନ୍ଦରେ 9ଆନନ୍ଦିତ ହୋଇ ତୁମ୍ଭମାନଙ୍କ ବିଶ୍ୱାସର ଫଳ ଯେ ଆତ୍ମାର ପରିତ୍ରାଣ, ତାହା ପାଉଅଛ। ଭାବବାଦୀମାନେ ତୁମ୍ଭମାନଙ୍କ ନିମନ୍ତେ ନିରୂପିତ ଅନୁଗ୍ରହ ବିଷୟରେ ଭାବବାଣୀ ପ୍ରକାଶ କଲେ,
ସନ୍ଧ୍ୟା ପ୍ରାର୍ଥନା: ପାଠ
13ଅତଏବ, ଆପଣା ଆପଣା ମନରୂପ କଟି ବନ୍ଧନ କରି ସଚେତନ ଥାଅ, ପୁଣି, ଯୀଶୁ ଖ୍ରୀଷ୍ଟଙ୍କ ପ୍ରକାଶିତ ହେବା ସମୟରେ ଯେଉଁ ଅନୁଗ୍ରହ ତୁମ୍ଭମାନଙ୍କ ପ୍ରତି ବର୍ତ୍ତିବ, ସେଥିରେ ସମ୍ପୂର୍ଣ୍ଣ ରୂପେ ଭରସା ରଖ। 14ତୁମ୍ଭମାନଙ୍କ ପୂର୍ବ ଅଜ୍ଞାନତା ସମୟର କୁଅଭିଳାଷର ଅନୁରୂପୀ ହୁଅ ନାହିଁ, 15ମାତ୍ର ତୁମ୍ଭମାନଙ୍କର ଆହ୍ୱାନକର୍ତ୍ତା ଯେପରି ପବିତ୍ର, ତୁମ୍ଭେମାନେ ମଧ୍ୟ ଆଜ୍ଞାବହ ସନ୍ତାନମାନଙ୍କ ପରି ସମସ୍ତ ଆଚରଣରେ ସେହିପରି ପବିତ୍ର ହୁଅ। 16ଯେଣୁ ପବିତ୍ର ଶାସ୍ତ୍ରରେ ଲେଖାଅଛି, ତୁମ୍ଭେମାନେ ପବିତ୍ର ହୁଅ, କାରଣ ଆମ୍ଭେ ପବିତ୍ର। 17ଆଉ ଯେ ମୁଖାପେକ୍ଷା ନ କରି ପ୍ରତ୍ୟେକ ଲୋକର କର୍ମାନୁସାରେ ବିଚାର କରନ୍ତି, ତାହାଙ୍କୁ ଯଦି ପିତା ବୋଲି ସମ୍ବୋଧନ କରୁଅଛ, ତେବେ ଆପଣା ଆପଣାର ପ୍ରବାସକାଳ ଭୟ ସହକାରେ କ୍ଷେପଣ କର; 18ଯେଣୁ ତୁମ୍ଭେମାନେ ଜାଣ ଯେ, ତୁମ୍ଭମାନଙ୍କ ପିତୃ-ପୁରୁଷମାନଙ୍କଠାରୁ ପ୍ରାପ୍ତ ପରମ୍ପରାଗତ ନିରର୍ଥକ ଆଚାର-ବ୍ୟବହାରରୁ ରୂପା କି ସୁନା ପରି କ୍ଷୟଣୀୟ ବସ୍ତୁ ଦ୍ୱାରା ମୁକ୍ତ ନ ହୋଇ 19ବରଂ ନିଖୁନ୍ତ ଓ ନିଷ୍କଳଙ୍କ ମେଷଶାବକ ସଦୃଶ ଖ୍ରୀଷ୍ଟଙ୍କ ବହୁମୂଲ୍ୟ ରକ୍ତରେ ମୁକ୍ତ ହୋଇଅଛ।
ସନ୍ଧ୍ୟା ପ୍ରାର୍ଥନା: ପାଠ
11ହେ ପ୍ରିୟମାନେ, ତୁମ୍ଭେ ବିଦେଶୀ ଓ ପ୍ରବାସୀ ବୋଲି ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ଶାରୀରିକ ଅଭିଳାଷଗୁଡ଼ିକରୁ ବିମୁଖ ହୁଅ, ସେଗୁଡ଼ିକ ଆତ୍ମାର ବିରୁଦ୍ଧରେ ଯୁଦ୍ଧ କରେ। 12ତୁମ୍ଭେମାନେ ଅଣଯିହୁଦୀମାନଙ୍କ ମଧ୍ୟରେ ସଦାଚରଣ କର, ଯେପରି ସେମାନେ ଯେଉଁ ବିଷୟରେ ତୁମ୍ଭମାନଙ୍କୁ ଦୁଷ୍କର୍ମକାରୀ ବୋଲି ନିନ୍ଦା କରନ୍ତି, ତୁମ୍ଭମାନଙ୍କର ସୁକର୍ମ ଦେଖି ସେହି ବିଷୟରେ କୃପାଦୃଷ୍ଟି ଦିନରେ ଈଶ୍ବରଙ୍କ ଗୌରବ କରିବେ। 13ପ୍ରଭୁଙ୍କ ସକାଶେ ସମସ୍ତେ ମାନବୀୟ ବିଧାନର ବଶୀଭୂତ ହୁଅ, 14ସର୍ବପ୍ରଧାନ ରାଜା ହେଉନ୍ତୁ କିଅବା ଦୁଷ୍କର୍ମକାରୀମାନଙ୍କୁ ପ୍ରତିଫଳ ଦେବା ନିମନ୍ତେ ଓ ସତ୍କର୍ମକାରୀମାନଙ୍କୁ ପ୍ରଶଂସା କରିବା ନିମନ୍ତେ ତାହାଙ୍କ ଦ୍ୱାରା ପ୍ରେରିତ ଶାସନକର୍ତ୍ତାମାନେ ହେଉନ୍ତୁ, ସେମାନଙ୍କର ବଶୀଭୂତ ହୁଅ। 15କାରଣ ତୁମ୍ଭେମାନେ ଯେ ସତ୍କର୍ମ କରି ନିର୍ବୋଧମାନଙ୍କ ଅଜ୍ଞାନର କଥା ବନ୍ଦ କର, ଏହା ଈଶ୍ବରଙ୍କ ଇଚ୍ଛା; 16ତୁମ୍ଭେମାନେ ସ୍ୱାଧୀନ ହେଲେ ହେଁ ତୁମ୍ଭମାନଙ୍କର ସ୍ୱାଧୀନତାକୁ ଦୁଷ୍ଟତାର ଆବରଣ ସ୍ୱରୂପେ ବ୍ୟବହାର ନ କରି ବରଂ ଈଶ୍ବରଙ୍କ ଦାସ ହୋଇ ସତ୍କର୍ମ କର। 17ସମସ୍ତଙ୍କୁ ସମାଦର କର, ଭାଇମାନଙ୍କୁ ପ୍ରେମ କର, ଈଶ୍ବରଙ୍କୁ ଭୟ କର, ରାଜାଙ୍କୁ ସମାଦର କର। 18ହେ ଦାସମାନେ, ତୁମ୍ଭେମାନେ ଭୟ ସହକାରେ ଆପଣା ଆପଣା କର୍ତ୍ତାଙ୍କର ବଶୀଭୂତ ହୁଅ, କେବଳ ଉତ୍ତମ ଓ ଦୟାଳୁ କର୍ତ୍ତାମାନଙ୍କର ନୁହେଁ, ମାତ୍ର ନିର୍ଦ୍ଦୟମାନଙ୍କର ମଧ୍ୟ ବଶୀଭୂତ ହୁଅ। 19କାରଣ କେହି ଯେବେ ଈଶ୍ବରଙ୍କୁ ବିଶ୍ୱାସ କରିବାରୁ ଅନ୍ୟାୟରେ ଦୁଃଖଭୋଗ କରି କଷ୍ଟ ସହ୍ୟ କରେ, ତେବେ ତାହା ପ୍ରଶଂସାର ବିଷୟ। 20ଯେଣୁ ତୁମ୍ଭେମାନେ ଆପଣା ଆପଣା ଦୋଷ ହେତୁ ଯଦି ପ୍ରହାର ସହ୍ୟ କର, ତେବେ ସେଥିରେ ଅବା କଅଣ ସୁଖ୍ୟାତି? କିନ୍ତୁ ଯଦି ସତ୍କର୍ମ କରି ଦୁଃଖ ସହ୍ୟ କର, ତେବେ ତାହା ଈଶ୍ବରଙ୍କ ନିକଟରେ ପ୍ରଶଂସାର ବିଷୟ। 21ଏଥିନିମନ୍ତେ ହିଁ ତୁମ୍ଭେମାନେ ଆହୂତ ହୋଇଅଛ, କାରଣ ତୁମ୍ଭେମାନେ ଯେପରି ଖ୍ରୀଷ୍ଟଙ୍କର ପଦଚିହ୍ନ ଦେଇ ଗମନ କର, ସେଥିପାଇଁ ସେ ମଧ୍ୟ ତୁମ୍ଭମାନଙ୍କ ନିମନ୍ତେ ଦୁଃଖଭୋଗ କରି ତୁମ୍ଭମାନଙ୍କୁ ଗୋଟିଏ ଆଦର୍ଶ ଦେଖାଇଦେଇ ଯାଇଅଛନ୍ତି; 22“ସେ କୌଣସି ପାପ କଲେ ନାହିଁ, କିଅବା ତାହାଙ୍କ ମୁଖରେ କୌଣସି ଛଳକଥା ନ ଥିଲା।” 23ସେ ନିନ୍ଦା ପାଇବା ବଦଳରେ ଫେରି ନିନ୍ଦା କଲେ ନାହିଁ; ଦୁଃଖଭୋଗ ସହ୍ୟ କରିବା ବଦଳରେ ପ୍ରତିହିଂସା କରିବାକୁ ଭୟ ଦେଖାଇଲେ ନାହିଁ, କିନ୍ତୁ ନ୍ୟାୟବିଚାରକର୍ତ୍ତା ଈଶ୍ବରଙ୍କ ହସ୍ତରେ ସମସ୍ତ ବିଷୟ ସମର୍ପଣ କଲେ; 24ଆମ୍ଭେମାନେ ଯେପରି ପାପ ପ୍ରତି ମୃତ ହୋଇ ଧାର୍ମିକତା ନିମନ୍ତେ ଜୀବନଯାପନ କରୁ, ଏଥିନିମନ୍ତେ ସେ ଆପେ କ୍ରୁଶ ଉପରେ ନିଜ ଶରୀରରେ ଆମ୍ଭମାନଙ୍କର ସମସ୍ତ ପାପ ବହନ କଲେ; ତାହାଙ୍କ ପ୍ରହାରରେ ତୁମ୍ଭେମାନେ ସୁସ୍ଥ ହୋଇଅଛ।
ପ୍ରଭାତୀ ପ୍ରାର୍ଥନା: ସୁସମାଚାର
15ସେମାନେ ଭୋଜନ କଲା ଉତ୍ତାରେ ଯୀଶୁ ଶିମୋନ ପିତରଙ୍କୁ ପଚାରିଲେ, “ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କଅଣ ମୋତେ ଏମାନଙ୍କଠାରୁ ଅଧିକ ପ୍ରେମ କରୁଅଛ?” ସେ ତାହାଙ୍କୁ କହିଲେ, ହଁ, ପ୍ରଭୁ, ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି। ସେ ତାହାଙ୍କୁ କହିଲେ, “ମୋହର ମେଷଶାବକମାନଙ୍କୁ ଚରାଅ।” 16ସେ ପୁନର୍ବାର ଦ୍ୱିତୀୟ ଥର ତାହାଙ୍କୁ ପଚାରିଲେ, “ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କଅଣ ମୋତେ ପ୍ରେମ କରୁଅଛ?” ସେ ତାହାଙ୍କୁ କହିଲେ, ହଁ, ପ୍ରଭୁ, ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି। ସେ ତାହାଙ୍କୁ କହିଲେ, “ମୋହର ମେଷମାନଙ୍କୁ ପ୍ରତିପାଳନ କର।” 17ସେ ତୃତୀୟ ଥର ତାହାଙ୍କୁ ପଚାରିଲେ, “ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କଅଣ ମୋତେ ସ୍ନେହ କରୁଅଛ? ତୁମ୍ଭେ କଅଣ ମୋତେ ସ୍ନେହ କରୁଅଛ,” ଏହା କହି ସେ ତୃତୀୟ ଥର ପିତରଙ୍କୁ ପଚାରିବାରୁ ସେ ଦୁଃଖିତ ହୋଇ ତାହାଙ୍କୁ କହିଲେ, ପ୍ରଭୁ, ଆପଣ ସମସ୍ତ ବିଷୟ ଜାଣନ୍ତି; ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି। ଯୀଶୁ ତାହାଙ୍କୁ କହିଲେ, “ମୋହର ମେଷମାନଙ୍କୁ ଚରାଅ। 18ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, ଯୁବକ ଥିବା ସମୟରେ ତୁମ୍ଭେ ଆପଣା କଟି ବନ୍ଧନ କରି ଯେଉଁ ଆଡ଼େ ଇଚ୍ଛା, ସେହି ଆଡ଼େ ଭ୍ରମଣ କରୁଥିଲ, କିନ୍ତୁ ବୃଦ୍ଧ ହେଲେ ତୁମ୍ଭେ ଆପଣା ହସ୍ତ ବିସ୍ତାର କରିବ ଓ ଅନ୍ୟ ଜଣେ ତୁମ୍ଭର କଟି ବନ୍ଧନ କରି, ଯେଉଁ ଆଡ଼େ ତୁମ୍ଭର ଇଚ୍ଛା ନ ଥିବ, ସେଆଡ଼େ ତୁମ୍ଭକୁ ଘେନିଯିବ।” 19ସେ କେଉଁ ପ୍ରକାର ମୃତ୍ୟୁଭୋଗ ଦ୍ୱାରା ଈଶ୍ବରଙ୍କୁ ଗୌରବାନ୍ୱିତ କରିବେ, ସେଥିର ସୂଚନା ଦେଇ ସେ ଏହା କହିଲେ। ଏହା କହିଲା ଉତ୍ତାରେ ସେ ତାହାଙ୍କୁ କହିଲେ, “ମୋହର ଅନୁଗାମୀ ହୁଅ।” 20ଯୀଶୁ ଯେଉଁ ଶିଷ୍ୟଙ୍କୁ ପ୍ରେମ କରୁଥିଲେ ଓ ଯେ ମଧ୍ୟ ରାତ୍ରିଭୋଜ ସମୟରେ ତାହାଙ୍କ ବକ୍ଷସ୍ଥଳରେ ଆଉଜିପଡ଼ି, ପ୍ରଭୁ, ଆପଣଙ୍କୁ କିଏ ଶତ୍ରୁ ହସ୍ତରେ ସମର୍ପଣ କରିବ ବୋଲି ପଚାରିଥିଲେ, ସେହି ଶିଷ୍ୟଙ୍କୁ ପିତର ବୁଲିପଡ଼ି ପଛରେ ଆସୁଥିବା ଦେଖିଲେ। 21ପିତର ତାହାଙ୍କୁ ଦେଖି ଯୀଶୁଙ୍କୁ ପଚାରିଲେ, ପ୍ରଭୁ, ଏହାର ବିଷୟରେ କଅଣ? 22ଯୀଶୁ ତାହାଙ୍କୁ କହିଲେ, “ମୋହର ଆଗମନ ପର୍ଯ୍ୟନ୍ତ ସେ ରହୁ ବୋଲି ଯଦି ମୁଁ ଇଚ୍ଛା କରେ, ତାହାହେଲେ ସେଥିରେ ତୁମ୍ଭର କଅଣ ଅଛି? ତୁମ୍ଭେ ମୋହର ଅନୁଗାମୀ ହୁଅ।” 23ସେଥିରେ ସେହି ଶିଷ୍ୟ ଯେ ମରିବ ନାହିଁ, ଭାଇମାନଙ୍କ ମଧ୍ୟରେ ଏହି କଥା ବ୍ୟାପିଗଲା, ମାତ୍ର ସେ ମରିବ ନାହିଁ ବୋଲି ଯୀଶୁ ତାହାଙ୍କୁ କହି ନ ଥିଲେ, “କିନ୍ତୁ ମୋହର ଆଗମନ ପର୍ଯ୍ୟନ୍ତ ସେ ରହୁ ବୋଲି ଯଦି ମୁଁ ଇଚ୍ଛା କରେ, ତାହାହେଲେ ସେଥିରେ ତୁମ୍ଭର କଅଣ ଅଛି” ବୋଲି କହିଥିଲେ। 24ଯେ ଏହି ସମସ୍ତ ବିଷୟରେ ସାକ୍ଷ୍ୟ ଦେଉଅଛନ୍ତି ଓ ଏହି ସମସ୍ତ ଲେଖିଅଛନ୍ତି, ସେ ସେହି ଶିଷ୍ୟ; ଆଉ, ତାହାଙ୍କ ସାକ୍ଷ୍ୟ ଯେ ସତ୍ୟ, ତାହା ଆମ୍ଭେମାନେ ଜାଣୁ। 25ପୁଣି, ଯୀଶୁ ଆହୁରି ଅନେକ ଅନେକ କର୍ମ ମଧ୍ୟ କରିଥିଲେ; ସେହିସବୁ ଯଦି ଗୋଟି ଗୋଟି କରି ଲେଖା ଯାଆନ୍ତା, ତାହାହେଲେ ଏତେ ପୁସ୍ତକ ଲେଖା ହୁଅନ୍ତା ଯେ, ମୋହର ବିଚାରରେ ସମୁଦାୟ ଜଗତରେ ସୁଦ୍ଧା ସେହିସବୁ ରଖିବା ନିମନ୍ତେ ସ୍ଥାନ ହୁଅନ୍ତା ନାହିଁ।
ପତ୍ର (ପ୍ରେରିତମାନଙ୍କ ପାଇଁ)
21ମୁଁ ଲଜ୍ଜା ସହ ସ୍ୱୀକାର କରୁଅଛି ଯେ, ଆମ୍ଭେମାନେ ତ ଦୁର୍ବଳ ହୋଇଅଛୁ। ତଥାପି ଯେକୌଣସି ବିଷୟରେ କେହି ସାହସୀ ଅଟେ (ମୁଁ ନିର୍ବୋଧତାରେ କହୁଅଛି), ମୁଁ ମଧ୍ୟ ସାହସୀ। 22ସେମାନେ କି ଏବ୍ରୀୟ? ମୁଁ ମଧ୍ୟ ଏବ୍ରୀୟ। ସେମାନେ କି ଇସ୍ରାଏଲୀୟ? ମୁଁ ମଧ୍ୟ ଇସ୍ରାଏଲୀୟ। ସେମାନେ କି ଅବ୍ରହାମଙ୍କ ସନ୍ତାନ? ମୁଁ ମଧ୍ୟ ଅବ୍ରହାମଙ୍କ ସନ୍ତାନ। 23ସେମାନେ କି ଖ୍ରୀଷ୍ଟଙ୍କ ସେବକ? (ମୁଁ ପାଗଳ ପରି କହୁଅଛି), ମୁଁ ଅଧିକ ରୂପେ ଖ୍ରୀଷ୍ଟଙ୍କର ସେବକ, ଅଧିକ ପରିଶ୍ରମ କରିବାରେ, ଅଧିକ କାରାବାସ ଭୋଗରେ, ଅପରିମିତ ପ୍ରହାର ସହ୍ୟ କରିବାରେ, ବାରମ୍ବାର ମୃତ୍ୟୁର ସମ୍ମୁଖୀନ ହେବାରେ; 24ମୁଁ ଯିହୁଦୀମାନଙ୍କଠାରୁ ପାଞ୍ଚ ଥର ଅଣଚାଳିଶ ପ୍ରହାର ପାଇଅଛି, 25ତିନି ଥର ବେତ୍ରାଘାତ, ଥରେ ପ୍ରସ୍ତରାଘାତ, ତିନି ଥର ଜାହାଜଭଙ୍ଗ ସହିଅଛି, ଅଗାଧ ଜଳରେ ଦିବାରାତ୍ର କ୍ଷେପଣ କରିଅଛି, 26ଅନେକ ଥର ଯାତ୍ରା କରିବାରେ, ନଦୀର ବିପଦରେ, ଡକାଇତଙ୍କ ବିପଦରେ, ସ୍ୱଜାତିଠାରୁ ବିପଦରେ, ଅଣଯିହୁଦୀମାନଙ୍କଠାରୁ ବିପଦରେ, ନଗରର ବିପଦରେ, ପ୍ରାନ୍ତରର ବିପଦରେ, ସମୁଦ୍ରର ବିପଦରେ, 27ଭଣ୍ଡ ଭାଇମାନଙ୍କଠାରୁ ବିପଦରେ, ପରିଶ୍ରମ ଓ କଷ୍ଟ ଭୋଗରେ, ଅନେକ ଥର ଉଜାଗରରେ, କ୍ଷୁଧା ଓ ତୃଷ୍ଣାରେ, ଅନେକ ଥର ଉପବାସରେ, ଶୀତ ଓ ଉଲଗ୍ନତାରେ ମଧ୍ୟ ରହିଅଛି। 28ଅବଶିଷ୍ଟ ସମସ୍ତ ବିଷୟ ଛଡ଼ା ଆଉ ଗୋଟିଏ ବିଷୟ ପ୍ରତିଦିନ ମୋʼ ଉପରେ ମାଡ଼ିପଡ଼ୁଅଛି, ଅର୍ଥାତ୍ ମଣ୍ଡଳୀ-ସମୂହ ନିମନ୍ତେ ଚିନ୍ତା। 29କେହି ଦୁର୍ବଳ ହେଲେ ମୁଁ କଅଣ ଦୁର୍ବଳ ନୁହେଁ? କେହି ବିଘ୍ନ ପାଇଲେ ମୁଁ କଅଣ ଉତ୍ତପ୍ତ ହୁଏ ନାହିଁ? 30ଯଦି ମୋହର ଦର୍ପ କରିବାର ଆବଶ୍ୟକ ହୁଏ, ତେବେ ମୁଁ ମୋହର ଦୁର୍ବଳତା ବିଷୟରେ ଦର୍ପ କରିବି। 31ମୁଁ ଯେ ମିଥ୍ୟା କହୁ ନାହିଁ, ଏହା ପ୍ରଭୁ ଯୀଶୁଙ୍କ ଈଶ୍ବର ଓ ପିତା ଜାଣନ୍ତି; ସେ ଯୁଗେ ଯୁଗେ ଧନ୍ୟ। 32ଦମ୍ମେଶକରେ ହାରେତା ରାଜାଙ୍କ ଶାସନକର୍ତ୍ତା ମୋତେ ଧରିବା ନିମନ୍ତେ ଉକ୍ତ ସହରରେ ପ୍ରହରୀମାନଙ୍କୁ ଜଗାଇଥିଲେ, 33ଆଉ ଟୋକାଇରେ ଗୋଟିଏ ଝରକା ବାଟେ ପ୍ରାଚୀର ଦେଇ ମୋତେ ଓହ୍ଲାଇ ଦିଆଗଲା, ପୁଣି, ମୁଁ ତାହାଙ୍କ ହସ୍ତରୁ ରକ୍ଷା ପାଇଲି। 12:1ଯଦ୍ୟପି ଦର୍ପ କରିବା ହିତକର ନୁହେଁ, ତଥାପି ମୋତେ ଦର୍ପ କରିବାକୁ ପଡ଼ୁଅଛି; ମୁଁ ପ୍ରଭୁଙ୍କ ଦର୍ଶନ ଓ ପ୍ରକାଶିତ ବିଷୟ କହିବି। 2ମୁଁ ଖ୍ରୀଷ୍ଟାଶ୍ରିତ ଜଣେ ଲୋକକୁ ଜାଣେ, ସେ ଚଉଦ ବର୍ଷ ପୂର୍ବେ ତୃତୀୟ ସ୍ୱର୍ଗ ପର୍ଯ୍ୟନ୍ତ ନୀତ ହେଲା, (ସେ ଶରୀରରେ ଥିଲା କି ଶରୀରର ବାହାରେ ଥିଲା, ମୁଁ ଜାଣେ ନାହିଁ; ଈଶ୍ବର ଜାଣନ୍ତି)। 3ହଁ, ମୁଁ ଏହିପରି ଜଣେ ଲୋକକୁ ଜାଣେ, ସେ ପାରଦୀଶକୁ ନୀତ ହେଲା (ସେ ଶରୀରରେ ଥିଲା କି ଶରୀରର ବାହାରେ ଥିଲା, ମୁଁ ଜାଣେ ନାହିଁ; ଈଶ୍ବର ଜାଣନ୍ତି)। 4ଆଉ ଯାହା ମନୁଷ୍ୟ ପକ୍ଷରେ କହିବା ବିଧେୟ ନୁହେଁ, ଏପରି ଅକଥନୀୟ ବାକ୍ୟ ଶ୍ରବଣ କଲା। 5ଏହିପରି ଜଣକ ବିଷୟରେ ମୁଁ ଦର୍ପ କରିବି, କିନ୍ତୁ ମୋʼ ନିଜ ବିଷୟରେ ମୋହର ଦୁର୍ବଳତା ବିନା ଆଉ କାହିଁରେ ଦର୍ପ କରିବି ନାହିଁ। 6ଆଉ ଦର୍ପ କରିବାକୁ ଇଚ୍ଛା କଲେ ହେଁ ମୁଁ ନିର୍ବୋଧ ହେବି ନାହିଁ, ଯେଣୁ ମୁଁ ସତ୍ୟ କହିବି କିନ୍ତୁ କାଳେ କୌଣସି ଲୋକ ମୋତେ ଯେପ୍ରକାର ଦେଖେ କିମ୍ବା ମୋʼଠାରୁ ଯେପ୍ରକାର ଶୁଣେ, ମୋʼ ପ୍ରତି ପ୍ରକାଶିତ ବିଷୟରେ ଅତ୍ୟଧିକ ଶ୍ରେଷ୍ଠତା ହେତୁ ଯେପରି ମୋʼ ବିଷୟରେ ଅଧିକ ବୋଧ ନ କରେ, ଏଥିପାଇଁ ମୁଁ କ୍ଷାନ୍ତ ହୋଇଥାଏ। 7ଏଣୁ ମୁଁ ଯେପରି ଅତିଶୟ ଗର୍ବୀ ନ ହୁଏ, ଏଥିନିମନ୍ତେ ମୋହର ଶରୀରରେ ଗୋଟିଏ କଣ୍ଟକ ଦିଆଗଲା, ମୋତେ ପ୍ରହାର କରିବା ପାଇଁ ଶୟତାନର ଦୂତକୁ ପଠାଗଲା, ଯେପରି ମୁଁ ଅତିଶୟ ଗର୍ବୀ ନ ହୁଏ। 8ଯେପରି ତାହା ମୋʼଠାରୁ ଦୂର ହୁଏ, ଏଥିପାଇଁ ମୁଁ ପ୍ରଭୁଙ୍କୁ ସେ ବିଷୟରେ ତିନି ଥର ବିନତି କଲି। 9ଆଉ, ସେ ମୋତେ କହିଅଛନ୍ତି, “ଆମ୍ଭର ଅନୁଗ୍ରହ ତୁମ୍ଭ ନିମନ୍ତେ ଯଥେଷ୍ଟ, କାରଣ ଦୁର୍ବଳତାରେ ଆମ୍ଭର ଶକ୍ତି ସିଦ୍ଧ ହୁଏ।” ଅତଏବ, ଯେପରି ଖ୍ରୀଷ୍ଟଙ୍କ ଶକ୍ତି ମୋ ଉପରେ ଅବସ୍ଥାନ କରେ, ଏଥିପାଇଁ ମୁଁ ଅତି ଆନନ୍ଦରେ ବରଂ ମୋହର ଦୁର୍ବଳତାରେ ଦର୍ପ କରିବି।
ସୁସମାଚାର (ପ୍ରେରିତମାନଙ୍କ ପାଇଁ)
13ପରେ ଯୀଶୁ କାଇସରିୟା ଫିଲିପ୍ପୀ ଅଞ୍ଚଳକୁ ଆସି ଆପଣା ଶିଷ୍ୟମାନଙ୍କୁ ପଚାରିବାକୁ ଲାଗିଲେ, “ମନୁଷ୍ୟପୁତ୍ର କିଏ ବୋଲି ଲୋକେ କଅଣ କହନ୍ତି?” 14ଏଥିରେ ସେମାନେ କହିଲେ, କେହି କେହି କହନ୍ତି, ବାପ୍ତିଜକ ଯୋହନ, କେହି କେହି ଏଲୀୟ, ଆଉ କେହି କେହି ଯିରିମୀୟ ଅବା ଭାବବାଦୀମାନଙ୍କ ମଧ୍ୟରୁ ଜଣେ। 15ସେ ସେମାନଙ୍କୁ ପଚାରିଲେ, “କିନ୍ତୁ ମୁଁ କିଏ ବୋଲି ତୁମ୍ଭେମାନେ କଅଣ କହୁଅଛ?” 16ଶିମୋନ ପିତର ଉତ୍ତର ଦେଲେ, ଆପଣ ଖ୍ରୀଷ୍ଟ, ଜୀବନ୍ତ ଈଶ୍ବରଙ୍କ ପୁତ୍ର। 17ଏଥିରେ ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ହେ ଯୂନସର ପୁତ୍ର ଶିମୋନ, ତୁମ୍ଭେ ଧନ୍ୟ, କାରଣ ମନୁଷ୍ୟ ତୁମ୍ଭ ନିକଟରେ ଏହା ପ୍ରକାଶ କରି ନାହିଁ, ବରଂ ମୋହର ସ୍ୱର୍ଗସ୍ଥ ପିତା ଈଶ୍ବର ପ୍ରକାଶ କରିଅଛନ୍ତି। 18ଆଉ ମୁଁ ମଧ୍ୟ ତୁମ୍ଭକୁ କହୁଅଛି, ତୁମ୍ଭେ ପିତର, ପୁଣି, ଏହି ପଥର ଉପରେ ମୁଁ ଆପଣା ମଣ୍ଡଳୀ ତୋଳିବି, ଆଉ ପାତାଳର ବଳ ତାହାକୁ ପରାଜୟ କରିବ ନାହିଁ। 19ମୁଁ ତୁମ୍ଭଙ୍କୁ ସ୍ୱର୍ଗରାଜ୍ୟର ଚାବି ଦେବି, ଆଉ ତୁମ୍ଭେ ପୃଥିବୀରେ ଯାହା କିଛି ବନ୍ଦ କରିବ, ସ୍ୱର୍ଗରେ ତାହା ବନ୍ଦ ରହିବ, ପୁଣି, ପୃଥିବୀରେ ଯାହା କିଛି ମୁକ୍ତ କରିବ, ସ୍ୱର୍ଗରେ ତାହା ମୁକ୍ତ ରହିବ।”
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଜୁନ 29 ନାଗରିକ ପଞ୍ଜିକାର ଜୁଲାଇ 12। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର