ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜୁଲାଇ 2027 › ଜୁଲାଇ 13
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 13 ଜୁଲାଇ 2027
ମଙ୍ଗଳବାର · ସାଧାରଣ କାଳର 15ତମ ସପ୍ତାହ
ପର୍ବ ଓ ସନ୍ଥ
ସାଧାରଣ କାଳର 15ତମ ସପ୍ତାହର ମଙ୍ଗଳବାର
ଇଚ୍ଛାଧୀନ ସ୍ମୃତି ଦିବସ · ଉପାସନାର ରଙ୍ଗ: ସବୁଜ
ସନ୍ଥ ହେନେରୀ · ଇଚ୍ଛାଧୀନ ସ୍ମୃତି ଦିବସ
ଦିନର ପାଠ
ପ୍ରଥମ ପାଠ
1ଏଥିଉତ୍ତାରେ ଲେବୀ ବଂଶଜାତ ଜଣେ ମନୁଷ୍ୟ ଯାଇ ଲେବୀ ବଂଶରୁ ଜାତ ଏକ କନ୍ୟାକୁ ବିବାହ କଲା। 2ତହୁଁ ସେ ସ୍ତ୍ରୀ ଗର୍ଭଧାରଣ କରି ଗୋଟିଏ ପୁତ୍ର ପ୍ରସବ କଲା; ପୁଣି, ବାଳକକୁ ଅତି ସୁନ୍ଦର ଦେଖି ସେ ତାକୁ ତିନି ମାସ ଯାଏ ଗୋପନରେ ରଖିଲା। 3ତହିଁ ଉତ୍ତାରେ ଆଉ ଗୋପନ କରି ନ ପାରି ସେ ଗୋଟିଏ ନଳନିର୍ମିତ ପେଡ଼ି ଘେନି ମାଟିଆ ତେଲ ଓ ଝୁଣା ଲେପନ କରି ତହିଁ ମଧ୍ୟରେ ସେହି ବାଳକକୁ ଥୋଇ ନୀଳ ନଦୀତୀରସ୍ଥ ନଳବନରେ ରଖିଲା। 4ପୁଣି, ତାହାର କି ଦଶା ହେବ, ତାହା ଦେଖିବା ନିମନ୍ତେ ତାହାର ଭଗିନୀ ଦୂରରେ ଠିଆ ହୋଇ ରହିଲା। 5ଏଥିଉତ୍ତାରେ ଫାରୋଙ୍କ କନ୍ୟା ସ୍ନାନ ନିମନ୍ତେ ନଦୀକୁ ଆସନ୍ତେ, ତାହାର ସହଚରୀଗଣ ନଦୀ ତୀରରେ ଭ୍ରମଣ କରୁଥିଲେ। ଏଥିମଧ୍ୟରେ ସେ ନଳବନରେ ଗୋଟିଏ ପେଡ଼ି ଦେଖି ତାହା ଆଣିବାକୁ ଆପଣା ଦାସୀକୁ ପଠାଇଲା। 6ସେ ପେଡ଼ି ଫିଟାଇ ସେହି ବାଳକକୁ ଦେଖିଲା; ଆଉ ଦେଖ, ସେହି ବାଳକଟି କାନ୍ଦୁଅଛି; ତହିଁରେ ସେ ଦୟା ବହି କହିଲା, “ଏଇଟି ଜଣେ ଏବ୍ରୀୟ ବାଳକ।” 7ସେତେବେଳେ ତାହାର ଭଗିନୀ ଫାରୋଙ୍କର କନ୍ୟାକୁ କହିଲା, “ମୁଁ ଯାଇ ଆପଣଙ୍କ ନିମନ୍ତେ ଏହି ବାଳକକୁ ସ୍ତନ୍ୟପାନ କରାଇବା ପାଇଁ କି ଏବ୍ରୀୟା ସ୍ତ୍ରୀଗଣ ମଧ୍ୟରୁ ଜଣେ ଧାତ୍ରୀକୁ ଡାକି ଆଣିବି?” 8ତହିଁରେ ଫାରୋଙ୍କର କନ୍ୟା କହିଲା, “ଯାଅ,” ତହୁଁ ସେ ବାଳିକା ଯାଇ ସେହି ବାଳକର ମାତାକୁ ଡାକି ଆଣିଲା। 9ତେବେ ଫାରୋଙ୍କର କନ୍ୟା ତାହାଙ୍କୁ କହିଲା, “ତୁମ୍ଭେ ଏ ବାଳକକୁ ନେଇ ମୋʼ ନିମନ୍ତେ ସ୍ତନ୍ୟପାନ କରାଅ; ମୁଁ ତୁମ୍ଭକୁ ବେତନ ଦେବି,” ତହିଁରେ ସେହି ସ୍ତ୍ରୀ ବାଳକକୁ ନେଇ ସ୍ତନ୍ୟପାନ କରାଇଲା। 10ଏଥିଉତ୍ତାରେ ବାଳକ ବଢ଼ନ୍ତେ, ସେ ତାକୁ ନେଇ ଫାରୋଙ୍କର କନ୍ୟାକୁ ଦେଲା। ତହିଁରେ ବାଳକ ତାହାର ପୁତ୍ର ହେଲା। ତେଣୁ ସେ ତାହାର ନାମ ମୋଶା ଦେଲା; “କାରଣ ସେ କହିଲା, ମୁଁ ଜଳରୁ ଏହାକୁ ଆକର୍ଷଣ କଲି।” 11କାଳକ୍ରମେ ମୋଶା ବଡ଼ ହେଲା ଉତ୍ତାରେ ଦିନକରେ ସେ ଆପଣା ଭ୍ରାତୃଗଣ ନିକଟକୁ ଯାଇ ସେମାନଙ୍କୁ ଭାର ବହିବାର ଦେଖିଲେ; ପୁଣି, ଜଣେ ମିସରୀୟ ତାହାର ଭ୍ରାତୃଗଣ ମଧ୍ୟରୁ ଜଣେ ଏବ୍ରୀଙ୍କୁ ପ୍ରହାର କରୁଥିବାର ଦେଖିଲେ। 12ଏହେତୁ ସେ ଏଣେତେଣେ ଅନାଇ କାହାକୁ ନ ଦେଖି ସେହି ମିସରୀୟକୁ ବଧ କରି ବାଲିରେ ପୋତି ଦେଲେ। 13ଆଉ ଦ୍ୱିତୀୟ ଦିନ ସେ ବାହାରକୁ ଯାଇ ଦୁଇ ଜଣ ଏବ୍ରୀଙ୍କୁ ବିବାଦ କରୁଥିବାର ଦେଖି ଦୋଷୀ ଲୋକଙ୍କୁ କହିଲେ, “ତୁମ୍ଭେ ଆପଣା ଭାଇଙ୍କୁ କାହିଁକି ପ୍ରହାର କରୁଅଛ?” 14ତହିଁରେ ସେ କହିଲା, “କିଏ ତୁମ୍ଭକୁ ଆମ୍ଭମାନଙ୍କ ଉପରେ ରାଜା ଓ ବିଚାରକର୍ତ୍ତା କରି ନିଯୁକ୍ତ କରିଅଛି? ତୁମ୍ଭେ ଯେପରି ସେହି ମିସରୀୟ ଲୋକକୁ ବଧ କଲ, ସେହିପରି କି ମୋତେ ବଧ କରିବାକୁ ଚାହୁଁଅଛ?” ତହିଁରେ ମୋଶା ଭୟଭୀତ ହୋଇ କହିଲେ, “ଏ କଥା ଅବଶ୍ୟ ପ୍ରକାଶିତ ହୋଇଅଛି।” 15ଏଥିଉତ୍ତାରେ ଫାରୋ ଏ କଥା ଶୁଣି ମୋଶାଙ୍କୁ ବଧ କରିବା ପାଇଁ ଚେଷ୍ଟା କଲେ। ମାତ୍ର ମୋଶା ଫାରୋଙ୍କ ସମ୍ମୁଖରୁ ପଳାଇ ମିଦୀୟନ ଦେଶରେ ବାସ କରିବାକୁ ଯାଇ ଗୋଟିଏ କୂପ ନିକଟରେ ବସିଲେ।
ପ୍ରତିଉତ୍ତର ଗୀତ
2ମୁଁ ଗଭୀର ପଙ୍କରେ ବୁଡ଼ି ଯାଉଅଛି, ମୋହର ଛିଡ଼ା ହେବାର ସ୍ଥାନ ନାହିଁ; ମୁଁ ଗଭୀର ଜଳରାଶିରେ ଉପସ୍ଥିତ ହୋଇଅଛି, ପ୍ଲାବନ ମୋʼ ଉପର ଦେଇ ଯାଉଅଛି। 13ମାତ୍ର ହେ ସଦାପ୍ରଭୋ, ଗ୍ରାହ୍ୟ ସମୟରେ ମୋହର ପ୍ରାର୍ଥନା ତୁମ୍ଭଠାରେ ଅଛି; ହେ ପରମେଶ୍ୱର, ତୁମ୍ଭ ଦୟାର ବାହୁଲ୍ୟରେ, ତୁମ୍ଭ ପରିତ୍ରାଣର ସତ୍ୟତାନୁସାରେ ମୋତେ ଉତ୍ତର ଦିଅ। 29ମାତ୍ର ମୁଁ ଦୁଃଖୀ ଓ ଶୋକାକୁଳ ଅଟେ; ହେ ପରମେଶ୍ୱର, ତୁମ୍ଭର ପରିତ୍ରାଣ ମୋତେ ଉଚ୍ଚରେ ସ୍ଥାପନ କରୁ। 30ମୁଁ ଗୀତରେ ପରମେଶ୍ୱରଙ୍କ ନାମର ପ୍ରଶଂସା କରିବି ଓ ଧନ୍ୟବାଦ ଦେଇ ତାହାଙ୍କର ଗୌରବ କରିବି। 32ନମ୍ର ଲୋକମାନେ ତାହା ଦେଖି ଆନନ୍ଦିତ ଅଛନ୍ତି; ହେ ପରମେଶ୍ୱରଙ୍କ ଅନ୍ୱେଷଣକାରୀଗଣ, ତୁମ୍ଭମାନଙ୍କ ଅନ୍ତଃକରଣ ସଜୀବ ହେଉ। 33କାରଣ ସଦାପ୍ରଭୁ ଦୀନହୀନମାନଙ୍କ କଥା ଶୁଣନ୍ତି ଓ ଆପଣା ବନ୍ଦୀମାନଙ୍କୁ ତୁଚ୍ଛ କରନ୍ତି ନାହିଁ।
ସୁସମାଚାର
20ସେତେବେଳେ ଯେଉଁ ଯେଉଁ ନଗରରେ ତାହାଙ୍କର ଅଧିକାଂଶ ଆଶ୍ଚର୍ଯ୍ୟର କାର୍ଯ୍ୟ କରାଯାଇଥିଲା, ସେହି ସେହି ନଗରକୁ ସେ ତିରସ୍କାର କରିବାକୁ ଲାଗିଲେ, କାରଣ ସେମାନେ ମନ-ପରିବର୍ତ୍ତନ କରି ନ ଥିଲେ। 21“ହାୟ, ଦଣ୍ଡର ପାତ୍ର କୋରାଜୀନ୍, ହାୟ, ଦଣ୍ଡର ପାତ୍ର ବେଥ୍ସାଇଦା, କାରଣ ତୁମ୍ଭମାନଙ୍କ ମଧ୍ୟରେ ଯେଉଁ ଯେଉଁ ମହତର କାର୍ଯ୍ୟ କରାଯାଇଅଛି, ସେହିସବୁ ଯେବେ ସୋର ଓ ସୀଦୋନ ସହରମାନଙ୍କରେ କରାଯାଇଥାଆନ୍ତା, ତେବେ ସେମାନେ ସମୟ ପୂର୍ବରୁ ଅଖା ପିନ୍ଧି ପାଉଁଶରେ ବସି ମନ-ପରିବର୍ତ୍ତନ କରିଥାଆନ୍ତେ। 22ତଥାପି ମୁଁ ତୁମ୍ଭମାନଙ୍କୁ କହୁଅଛି, ବିଚାର ଦିନରେ ତୁମ୍ଭମାନଙ୍କ ଦଶା ଅପେକ୍ଷା ସୋର ଓ ସୀଦୋନର ଦଶା ସହନୀୟ ହେବ। 23ଆଉ ରେ କଫର୍ନାହୂମ, ତୁ କଅଣ ସ୍ୱର୍ଗ ପର୍ଯ୍ୟନ୍ତ ଉନ୍ନତ ହେବୁ? ପାତାଳ ପର୍ଯ୍ୟନ୍ତ ତୋର ଅଧୋଗତି ହେବ, କାରଣ ତୋʼ ମଧ୍ୟରେ ଯେଉଁ ଯେଉଁ ମହତର କାର୍ଯ୍ୟ କରାଯାଇଅଛି, ସେହିସବୁ ଯେବେ ସଦୋମରେ କରାଯାଇଥାଆନ୍ତା, ତେବେ ତାହା ଆଜି ପର୍ଯ୍ୟନ୍ତ ରହିଥାଆନ୍ତା। 24ତଥାପି ମୁଁ ତୁମ୍ଭମାନଙ୍କୁ କହୁଅଛି, ବିଚାର ଦିନରେ ତୋର ଦଶା ଅପେକ୍ଷା ସଦୋମ ଦେଶର ଦଶା ସହନୀୟ ହେବ।”
ଆଜିର ସନ୍ଥ
- ସନ୍ଥ ହେନେରୀ
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର