ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜୁଲାଇ 2027 › ଜୁଲାଇ 13
ଅର୍ଥୋଡକ୍ସ ପଞ୍ଜିକା · 30 ଜୁନ (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 13 ଜୁଲାଇ 2027
ମଙ୍ଗଳବାର · ପେଣ୍ଟିକଷ୍ଟ ପରେ ଚତୁର୍ଥ ସପ୍ତାହ · ସ୍ୱର 2
ପର୍ବ ଓ ସନ୍ଥ
Synaxis of the Twelve Glorious and All-Praised Apostles: Peter and Andrew, James and John, Phillip, Bartholomew, Thomas, Matthew, James the son of Alpheus, Jude [Thaddeus], Simon Zealotes, and Matthias
ଉପବାସ
ଉପବାସ ନାହିଁ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପତ୍ର (ସୋମବାର ପାଇଁ)
18ଅତଏବ, ସେ ଯାହାକୁ ଇଚ୍ଛା କରନ୍ତି, ତାହାକୁ ଦୟା କରନ୍ତି, ପୁଣି, ଯାହାକୁ ଇଚ୍ଛା କରନ୍ତି, ତାହାକୁ କଠିନ କରନ୍ତି। 19ଏଥିରେ ତୁମ୍ଭେ ମୋତେ କହିବ, ତେବେ ସେ ଆଉ ଦୋଷ ଧରନ୍ତି କାହିଁକି? କାରଣ ତାହାଙ୍କର ଇଚ୍ଛା କିଏ ପ୍ରତିରୋଧ କରିପାରେ? 20କିନ୍ତୁ ହେ ଭାଇ, ତୁମ୍ଭେ କିଏ ଯେ ଈଶ୍ବରଙ୍କ ପ୍ରତିବାଦ କର? ନିର୍ମିତ ବସ୍ତୁ କି ନିର୍ମାତାଙ୍କୁ କହିବ, ମୋତେ ଏପରି ଗଢ଼ିଲ କାହିଁକି? 21କିମ୍ବା ଗୋଟିଏ ମାଟିପିଣ୍ଡୁଳାରୁ ଗୋଟିଏ ପାତ୍ର ଆଦର ନିମନ୍ତେ ଓ ଅନ୍ୟଟି ଅନାଦର ନିମନ୍ତେ ଗଢ଼ିବା ପାଇଁ କି ମାଟି ଉପରେ କୁମ୍ଭକାରର ଅଧିକାର ନାହିଁ? 22କିନ୍ତୁ ଈଶ୍ବର ଆପଣା କ୍ରୋଧ ପ୍ରଦର୍ଶନ କରିବା ନିମନ୍ତେ ଓ ଆପଣା ଶକ୍ତି ଜ୍ଞାତ କରାଇବା ନିମନ୍ତେ ଇଚ୍ଛା କଲେ ସୁଦ୍ଧା ଯଦି ବିନାଶାର୍ଥେ ପ୍ରସ୍ତୁତ ହୋଇଥିବା କ୍ରୋଧର ପାତ୍ରଗୁଡ଼ିକ ପ୍ରତି ଦୀର୍ଘସହିଷ୍ଣୁତା ସହ ଧୈର୍ଯ୍ୟ ଧରିଅଛନ୍ତି, 23ଆଉ, ଯଦି ଗୌରବ ନିମନ୍ତେ ତାହାଙ୍କ ଦ୍ୱାରା ପୂର୍ବରୁ ପ୍ରସ୍ତୁତ ହୋଇଥିବା ଦୟାର ପାତ୍ର ଯେ ଆମ୍ଭେମାନେ, ଆମ୍ଭମାନଙ୍କ ନିକଟରେ ଆପଣା ଗୌରବରୂପ ଧନ ପ୍ରକାଶ କରିବା ନିମନ୍ତେ ତାହା କରିଅଛନ୍ତି; ତାହାହେଲେ ତୁମ୍ଭେ କଅଣ କହିବ? 24ସେଥିନିମନ୍ତେ ତ ସେ କେବଳ ଯିହୁଦୀମାନଙ୍କ ମଧ୍ୟରୁ ନୁହେଁ, ମାତ୍ର ଅଣଯିହୁଦୀମାନଙ୍କ ମଧ୍ୟରୁ ସୁଦ୍ଧା ଆମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି, 25ଯେପରି ସେ ହୋଶେୟଙ୍କ ପୁସ୍ତକରେ ମଧ୍ୟ କହନ୍ତି, “ଯେଉଁମାନେ ଆମ୍ଭର ଲୋକ ନ ଥିଲେ, ସେମାନଙ୍କୁ ଆମ୍ଭେ ଆମ୍ଭର ଲୋକ ବୋଲି କହିବା; ଆଉ, ଯେ ଅପ୍ରିୟ ଥିଲା, ତାହାକୁ ପ୍ରିୟ ବୋଲି କହିବା।” 26ପୁଣି, “ଯେଉଁ ସ୍ଥାନରେ ‘ତୁମ୍ଭେମାନେ ଆମ୍ଭର ଲୋକ ନୁହଁ ବୋଲି ସେମାନଙ୍କୁ କୁହାଯାଇଥିଲା, ସେହି ସ୍ଥାନରେ ସେମାନେ ଜୀବନ୍ତ ଈଶ୍ବରଙ୍କ ପୁତ୍ରଗଣ ବୋଲି ଖ୍ୟାତ ହେବେ।’” 27ପୁଣି, ଯିଶାଇୟ ଇସ୍ରାଏଲ ସମ୍ବନ୍ଧରେ ଉଚ୍ଚସ୍ୱରରେ କହନ୍ତି, “ଇସ୍ରାଏଲର ସନ୍ତାନମାନଙ୍କ ସଂଖ୍ୟା ସମୁଦ୍ରର ବାଲି ପରି ହେଲେ ସୁଦ୍ଧା କେବଳ ଅବଶିଷ୍ଟାଂଶ ପରିତ୍ରାଣ ପ୍ରାପ୍ତ ହେବେ; 28ଯେଣୁ ପ୍ରଭୁ ପୃଥିବୀରେ ଆପଣା ବାକ୍ୟ ସାଧନ କରିବେ, ସେ ତାହା ସମ୍ପୂର୍ଣ୍ଣ ରୂପେ ସଂକ୍ଷିପ୍ତରେ କରିବେ।” 29ପୁଣି, ଯେପରି ଯିଶାଇୟ ପୂର୍ବେ କହିଅଛନ୍ତି, “ବାହିନୀମାନଙ୍କ ପ୍ରଭୁ ଯଦି ଆମ୍ଭମାନଙ୍କ ନିମନ୍ତେ ଗୋଟିଏ ଅବଶିଷ୍ଟାଂଶ ରଖି ନ ଥାଆନ୍ତେ, ତେବେ ଆମ୍ଭେମାନେ ସଦୋମ ପରି ହୋଇଥାଆନ୍ତୁ, ଓ ଗମୋରା ତୁଲ୍ୟ କରାଯାଇଥାଆନ୍ତୁ।” 30ତେବେ, ଆମ୍ଭେମାନେ କଅଣ କହିବା? ଯେଉଁ ଅଣଯିହୁଦୀମାନେ ଧାର୍ମିକତାର ଅନୁଗମନ କରୁ ନ ଥିଲେ, ସେମାନେ ଧାର୍ମିକତା, ଏପରିକି ବିଶ୍ୱାସମୂଳକ ଧାର୍ମିକତା ଲାଭ କରିଅଛନ୍ତି। 31କିନ୍ତୁ ଇସ୍ରାଏଲ ଧାର୍ମିକତାର ବ୍ୟବସ୍ଥା ଅନୁଗମନ କରୁ କରୁ ସେହି ବ୍ୟବସ୍ଥା ପର୍ଯ୍ୟନ୍ତ ପହଞ୍ଚିଲା ନାହିଁ। 32କାହିଁକି? କାରଣ ସେମାନେ ବିଶ୍ୱାସ ଦ୍ୱାରା ତାହା ନ ଖୋଜି କର୍ମ ଦ୍ୱାରା ଖୋଜୁଥିଲେ। ସେମାନେ ସେହି ବାଧାଜନକ ପ୍ରସ୍ତରରେ ଝୁଣ୍ଟି ପଡ଼ିଲେ, 33ଯେପରି ଲେଖାଅଛି, “ଦେଖ, ଆମ୍ଭେ ସିୟୋନରେ ଗୋଟିଏ ବାଧାଜନକ ପ୍ରସ୍ତର ଓ ବିଘ୍ନଜନକ ପାଷାଣ ସ୍ଥାପନ କରୁଅଛୁ, ଆଉ, ଯେ ତାହାଙ୍କଠାରେ ବିଶ୍ୱାସ କରେ, ସେ ଲଜ୍ଜିତ ହେବ ନାହିଁ।”
ପତ୍ର
11ଯେଣୁ ଶାସ୍ତ୍ର କହେ, ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ଲଜ୍ଜିତ ହେବ ନାହିଁ। 12କାରଣ ଯିହୁଦୀ ଓ ଗ୍ରୀକ୍ ମଧ୍ୟରେ କିଛି ପ୍ରଭେଦ ନାହିଁ; ଯେଣୁ ସମସ୍ତଙ୍କର ତ ଏକ ପ୍ରଭୁ, ଆଉ ଯେତେ ଲୋକ ତାହାଙ୍କ ନିକଟରେ ପ୍ରାର୍ଥନା କରନ୍ତି, ସେ ସମସ୍ତଙ୍କ ପ୍ରତି ସେ ଅନୁଗ୍ରହର ନିଧିସ୍ୱରୂପ। 13କାରଣ ଯେ କେହି ପ୍ରଭୁଙ୍କ ନାମ ଧରି ପ୍ରାର୍ଥନା କରିବ, ସେ ପରିତ୍ରାଣ ପ୍ରାପ୍ତ ହେବ। 14ତେବେ ଯାହାଙ୍କୁ ସେମାନେ ବିଶ୍ୱାସ କରି ନାହାନ୍ତି, ତାହାଙ୍କ ନିକଟରେ କିପରି ପ୍ରାର୍ଥନା କରିବେ? ପୁଣି, ଯାହାଙ୍କ କଥା ସେମାନେ ଶୁଣି ନାହାନ୍ତି, କିପରି ତାହାଙ୍କଠାରେ ବିଶ୍ୱାସ କରିବେ? ଆଉ ପ୍ରଚାରକ ବିନା ସେମାନେ କିପରି ଶୁଣିବେ? 15ପୁଣି, ପ୍ରେରିତ ନ ହେଲେ କିପରି ପ୍ରଚାର କରିବେ? ଯେପରି ଲେଖାଅଛି, “ଯେଉଁମାନେ ଶୁଭ ବିଷୟର ସୁସମାଚାର ଆଣନ୍ତି, ସେମାନଙ୍କର ପାଦ କିପରି ଶୋଭାଯୁକ୍ତ।” 16କିନ୍ତୁ ସମସ୍ତେ ସୁସମାଚାରର ବଶୀଭୂତ ହେଲେ ନାହିଁ। କାରଣ ଯିଶାଇୟ କହନ୍ତି, “ହେ ପ୍ରଭୁ, କିଏ ଆମ୍ଭମାନଙ୍କ ସମ୍ବାଦ ବିଶ୍ୱାସ କରିଅଛି?” 17ଅତଏବ, ବିଶ୍ୱାସ ଶ୍ରବଣରୁ ଜାତ ହୁଏ ଓ ଶ୍ରବଣ ଖ୍ରୀଷ୍ଟଙ୍କ ବାକ୍ୟ ଦ୍ୱାରା ହୁଏ। 18କିନ୍ତୁ ମୁଁ କହେ, “ସେମାନେ କି ଶୁଣି ନାହାନ୍ତି? ହଁ, ନିଶ୍ଚୟ; ସମୁଦାୟ ପୃଥିବୀରେ ସେମାନଙ୍କ ସ୍ୱର, ଆଉ ଜଗତର ସୀମା ପର୍ଯ୍ୟନ୍ତ ସେମାନଙ୍କ ବାକ୍ୟ ବ୍ୟାପିଗଲା।” 19କିନ୍ତୁ ମୁଁ କହେ, ଇସ୍ରାଏଲ କଅଣ ଜାଣି ନାହାନ୍ତି? ପ୍ରଥମରେ ମୋଶା କହନ୍ତି, “ଆମ୍ଭେ ନଗଣ୍ୟ ଜାତି ଦ୍ୱାରା ତୁମ୍ଭମାନଙ୍କର ଈର୍ଷା ଜନ୍ମାଇବା, ଗୋଟିଏ ନିର୍ବୋଧ ଜାତି ଦ୍ୱାରା ତୁମ୍ଭମାନଙ୍କୁ କ୍ରୋଧାନ୍ୱିତ କରିବା।” 20ତାହା ପରେ ଯିଶାଇୟ ସାହସରେ କହନ୍ତି, “ଯେଉଁମାନେ ଆମ୍ଭର ଅନ୍ୱେଷଣ କରୁ ନ ଥିଲେ, ସେମାନେ ଆମ୍ଭକୁ ପ୍ରାପ୍ତ ହେଲେ; ଯେଉଁମାନେ ଆମ୍ଭ ବିଷୟ ପଚାରୁ ନ ଥିଲେ, ସେମାନଙ୍କ ନିକଟରେ ଆମ୍ଭେ ପ୍ରକାଶିତ ହେଲୁ।” 21କିନ୍ତୁ ସେ ଇସ୍ରାଏଲ ବିଷୟରେ କହନ୍ତି, “ଆମ୍ଭେ ଅନାଜ୍ଞାବହ ଓ ପ୍ରତିକୂଳବାଦୀ ଲୋକମାନଙ୍କ ପ୍ରତି ଦିନଯାକ ହସ୍ତ ବିସ୍ତାର କରିଅଛୁ।” 11:1ତେବେ ମୁଁ କହେ, ଈଶ୍ବର କି ଆପଣା ଲୋକମାନଙ୍କୁ ପରିତ୍ୟାଗ କରିଅଛନ୍ତି? ତାହା କେବେ ହେଁ ନ ହେଉ, କାରଣ ମୁଁ ମଧ୍ୟ ଅବ୍ରହାମଙ୍କ ବଂଶଜାତ ବିନ୍ୟାମୀନଙ୍କ ଗୋଷ୍ଠୀର ଜଣେ ଇସ୍ରାଏଲୀୟ ଲୋକ। 2ଈଶ୍ବର ଆପଣାର ଯେଉଁ ଲୋକମାନଙ୍କୁ ପୂର୍ବରୁ ଜାଣିଥିଲେ, ସେମାନଙ୍କୁ ପରିତ୍ୟାଗ କରି ନାହାନ୍ତି; ଏଲୀୟଙ୍କ ବିବରଣରେ ଶାସ୍ତ୍ର କଅଣ କହେ, ତାହା କି ତୁମ୍ଭେମାନେ ଜାଣ ନାହିଁ? ସେ କିପରି ଇସ୍ରାଏଲ ବିରୁଦ୍ଧରେ ଈଶ୍ବରଙ୍କଠାରେ ନିବେଦନ କରନ୍ତି,
ପତ୍ର (ପ୍ରେରିତମାନଙ୍କ ପାଇଁ)
9କାରଣ ମୋହର ମନେ ହୁଏ, ଆମ୍ଭେମାନେ ଯେ ପ୍ରେରିତ, ଆମ୍ଭମାନଙ୍କୁ ଈଶ୍ବର ମୃତ୍ୟୁମୁଖରେ ସମର୍ପିତ ସର୍ବଶେଷର ଲୋକମାନଙ୍କ ସଦୃଶ ପ୍ରଦର୍ଶନ କରିଅଛନ୍ତି, ଯେଣୁ ଆମ୍ଭେମାନେ ଜଗତ, ଦୂତ ଓ ମନୁଷ୍ୟମାନଙ୍କ ନିକଟରେ କୌତୁକର ବିଷୟ ହୋଇଅଛୁ। 10ଆମ୍ଭେମାନେ ଖ୍ରୀଷ୍ଟଙ୍କ ନିମନ୍ତେ ମୂର୍ଖ, କିନ୍ତୁ ତୁମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ବୁଦ୍ଧିମାନ; ଆମ୍ଭେମାନେ ଦୁର୍ବଳ, କିନ୍ତୁ ତୁମ୍ଭେମାନେ ବଳବାନ; ତୁମ୍ଭେମାନେ ଗୌରବପ୍ରାପ୍ତ, କିନ୍ତୁ ଆମ୍ଭେମାନେ ଅନାଦୃତ। 11ଏ ସମୟ ପର୍ଯ୍ୟନ୍ତ ସୁଦ୍ଧା ଆମ୍ଭେମାନେ କ୍ଷୁଧିତ ଓ ତୃଷିତ, ବସ୍ତ୍ରହୀନ ଓ ପ୍ରହାରିତ ହେଉଅଛୁ, ପୁଣି, ନିରାଶ୍ରୟ ହୋଇ ଭ୍ରମଣ କରୁ କରୁ 12ସ୍ୱହସ୍ତରେ କର୍ମ କରି ପରିଶ୍ରମ କରୁଅଛୁ, ନିନ୍ଦିତ ହୋଇ ଆଶୀର୍ବାଦ କରୁଅଛୁ, ତାଡ଼ନା ପ୍ରାପ୍ତ ହୋଇ ସହ୍ୟ କରୁଅଛୁ, 13ଅପବାଦିତ ହୋଇ ମିଳନର କଥା କହୁଅଛୁ; ଏପର୍ଯ୍ୟନ୍ତ ସୁଦ୍ଧା ଆମ୍ଭେମାନେ ଜଗତର ଆବର୍ଜନା, ସମସ୍ତଙ୍କର କଳଙ୍କ ସ୍ୱରୂପ ହୋଇଅଛୁ। 14ମୁଁ ତୁମ୍ଭମାନଙ୍କୁ ଲଜ୍ଜା ଦେବା ନିମନ୍ତେ ଏହି ସମସ୍ତ ବିଷୟ ଲେଖୁ ନାହିଁ, କିନ୍ତୁ ମୋହର ପ୍ରିୟ ସନ୍ତାନ ବୋଲି ମନେ କରି ତୁମ୍ଭମାନଙ୍କୁ ଚେତନା ଦେବା ନିମନ୍ତେ ଏହି ସମସ୍ତ ଲେଖୁଅଛି। 15କାରଣ ଯଦ୍ୟପି ଖ୍ରୀଷ୍ଟଙ୍କ ବିଷୟରେ ତୁମ୍ଭମାନଙ୍କର ଦଶ ସହସ୍ର ଶିକ୍ଷକ ଥାଆନ୍ତେ, ତଥାପି ତୁମ୍ଭମାନଙ୍କର ଅନେକ ପିତା ନାହାନ୍ତି; କାରଣ ଖ୍ରୀଷ୍ଟ ଯୀଶୁଙ୍କଠାରେ ମୁଁ ତୁମ୍ଭମାନଙ୍କୁ ସୁସମାଚାର ଦ୍ୱାରା ଜନ୍ମ ଦେଇଅଛି। 16ଏଣୁ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରେ, ତୁମ୍ଭେମାନେ ମୋହର ଅନୁକାରୀ ହୁଅ।
ସୁସମାଚାର (ସୋମବାର ପାଇଁ)
2ଏଥିମଧ୍ୟରେ ବାପ୍ତିଜକ ଯୋହନ ଖ୍ରୀଷ୍ଟଙ୍କ କର୍ମର ବିବରଣ କାରାଗାରରେ ଶୁଣି ଆପଣା ଶିଷ୍ୟମାନଙ୍କ ଦ୍ୱାରା ତାହାଙ୍କୁ ପଚାରି ପଠାଇଲେ, 3ଯାହାଙ୍କର ଆଗମନ ହେବ, ସେହି ବ୍ୟକ୍ତି କି ଆପଣ, ଅବା ଆମ୍ଭେମାନେ ଅନ୍ୟ ଜଣଙ୍କ ଅପେକ୍ଷାରେ ରହିବୁ? 4ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ତୁମ୍ଭେମାନେ ଯାଇ, ଯାହା ଯାହା ଶୁଣିଅଛ ଓ ଦେଖିଅଛ, ସେହିସବୁ ଯୋହନଙ୍କୁ ଜଣାଅ; 5ଅନ୍ଧମାନେ ଦୃଷ୍ଟି ପାଆନ୍ତି, ଖଞ୍ଜମାନେ ଗମନ କରନ୍ତି, କୁଷ୍ଠରୋଗୀମାନେ ଶୁଚି ହୁଅନ୍ତି, ବଧିରମାନେ ଶ୍ରବଣ କରନ୍ତି, ମୃତମାନେ ଉତ୍ଥାପିତ ହୁଅନ୍ତି, ପୁଣି, ଦରିଦ୍ରମାନଙ୍କ ନିକଟରେ ସୁସମାଚାର ପ୍ରଚାରିତ ହୁଏ; 6ଆଉ, ଯେ କେହି ମୋʼ ଠାରେ ବିଘ୍ନର କାରଣ ନ ପାଏ, ସେ ଧନ୍ୟ।” 7ସେମାନେ ଚାଲିଯାଉଥିବା ସମୟରେ ଯୀଶୁ ଯୋହନଙ୍କ ସମ୍ବନ୍ଧରେ ଲୋକସମୂହକୁ କହିବାକୁ ଲାଗିଲେ, “ତୁମ୍ଭେମାନେ କଅଣ ଦେଖିବା ପାଇଁ ପ୍ରାନ୍ତରକୁ ବାହାରିଯାଇଥିଲ? କଅଣ ପବନରେ ଦୋହଲୁଥିବା ଗୋଟିଏ ନଳ? 8ତାହାହେଲେ ତୁମ୍ଭେମାନେ କଅଣ ଦେଖିବା ପାଇଁ ବାହାରିଯାଇଥିଲ? କଅଣ ସୂକ୍ଷ୍ମ ବସ୍ତ୍ର ପିନ୍ଧିଥିବା ଜଣେ ବ୍ୟକ୍ତିଙ୍କୁ? ଦେଖ, ଯେଉଁମାନେ ସୂକ୍ଷ୍ମ ବସ୍ତ୍ର ପିନ୍ଧନ୍ତି, ସେମାନେ ରାଜପ୍ରାସାଦରେ ଥାଆନ୍ତି। 9ତାହା ନ ହେଲେ କି ନିମନ୍ତେ ବାହାରିଯାଇଥିଲ? କଅଣ ଜଣେ ଭାବବାଦୀଙ୍କୁ ଦେଖିବାକୁ? ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଭାବବାଦୀଙ୍କ ଅପେକ୍ଷା ଅଧିକ ଶ୍ରେଷ୍ଠ ବ୍ୟକ୍ତିଙ୍କୁ; 10ଯାହାଙ୍କ ବିଷୟରେ ଏହା ଲେଖାଅଛି, ‘ଦେଖ, ଆମ୍ଭେ ଆପଣା ଦୂତକୁ ତୁମ୍ଭ ଆଗରେ ପଠାଉଅଛୁ, ସେ ତୁମ୍ଭ ସମ୍ମୁଖରେ ତୁମ୍ଭର ପଥ ପ୍ରସ୍ତୁତ କରିବ, ଏ ସେହି ବ୍ୟକ୍ତି।’ 11ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସ୍ତ୍ରୀଗର୍ଭଜାତ ସମସ୍ତଙ୍କ ମଧ୍ୟରେ ବାପ୍ତିଜକ ଯୋହନଙ୍କଠାରୁ ମହାନ କେହି ଉତ୍ପନ୍ନ ହୋଇ ନାହାନ୍ତି; ତଥାପି ସ୍ୱର୍ଗରାଜ୍ୟରେ ଯେ କ୍ଷୁଦ୍ରତମ, ସେ ତାହାଙ୍କଠାରୁ ମହାନ। 12ଆଉ, ବାପ୍ତିଜକ ଯୋହନଙ୍କ ସମୟଠାରୁ ଆଜି ପର୍ଯ୍ୟନ୍ତ ସ୍ୱର୍ଗରାଜ୍ୟ ବଳରେ ଆକ୍ରାନ୍ତ ହେଉଅଛି; ପୁଣି, ବଳରେ ଆକ୍ରମଣକାରୀମାନେ ପରାକ୍ରମରେ ତାହା ଅଧିକାର କରୁଅଛନ୍ତି। 13କାରଣ ସମସ୍ତ ଭାବବାଦୀ ଓ ମୋଶାଙ୍କ ବ୍ୟବସ୍ଥା ବାପ୍ତିଜକ ଯୋହନଙ୍କ ସମୟ ପର୍ଯ୍ୟନ୍ତ ଭାବବାଣୀ କରୁଥିଲେ। 14ଆଉ, ତୁମ୍ଭେମାନେ ଯେବେ ଗ୍ରହଣ କରିବାକୁ ଇଚ୍ଛା କର, ତେବେ ଯେଉଁ ଏଲୀୟଙ୍କ ଆସିବାର ଅଛି, ଏ ସେହି। 15ଯାହାର କାନ ଅଛି, ସେ ଶୁଣୁ।
ସୁସମାଚାର
16କିନ୍ତୁ ମୁଁ କାହା ସାଙ୍ଗରେ ବର୍ତ୍ତମାନ ପୁରୁଷର ତୁଳନା କରିବି? ପିଲାମାନଙ୍କ ପରି ଯେଉଁମାନେ ହାଟବଜାରରେ ବସି ଅନ୍ୟମାନଙ୍କୁ ଡାକି କହନ୍ତି, 17‘ଆମ୍ଭେମାନେ ତୁମ୍ଭମାନଙ୍କ ପାଖରେ ବଂଶୀ ବଜାଇଲୁ, ତୁମ୍ଭେମାନେ ନାଚିଲ ନାହିଁ; ଆମ୍ଭେମାନେ ବିଳାପ କଲୁ, ତୁମ୍ଭେମାନେ ଛାତିରେ ମାରି ହେଲ ନାହିଁ ବର୍ତ୍ତମାନ ପୁରୁଷ ସେମାନଙ୍କ ପରି।’ 18କାରଣ ଯୋହନ ଆସି ଭୋଜନପାନ କଲେ ନାହିଁ, ଆଉ ଲୋକେ କହନ୍ତି, ‘ସେ ଭୂତଗ୍ରସ୍ତ।’ 19ମନୁଷ୍ୟପୁତ୍ର ଆସି ଭୋଜନପାନ କରନ୍ତି, ଆଉ ଲୋକେ କହନ୍ତି, ଦେଖ, ଏ ଜଣେ ପେଟୁକ ଓ ମଦୁଆ, କରଗ୍ରାହୀ ଓ ପାପୀମାନଙ୍କର ବନ୍ଧୁ; ମାତ୍ର ଜ୍ଞାନ ଆପଣା କର୍ମ ଦ୍ୱାରା ଯଥାର୍ଥ ବୋଲି ପ୍ରମାଣିତ ହେଲା।” 20ସେତେବେଳେ ଯେଉଁ ଯେଉଁ ନଗରରେ ତାହାଙ୍କର ଅଧିକାଂଶ ଆଶ୍ଚର୍ଯ୍ୟର କାର୍ଯ୍ୟ କରାଯାଇଥିଲା, ସେହି ସେହି ନଗରକୁ ସେ ତିରସ୍କାର କରିବାକୁ ଲାଗିଲେ, କାରଣ ସେମାନେ ମନ-ପରିବର୍ତ୍ତନ କରି ନ ଥିଲେ।
ସୁସମାଚାର (ପ୍ରେରିତମାନଙ୍କ ପାଇଁ)
13ସେ ପର୍ବତ ଉପରକୁ ଯାଇ, ଯେଉଁମାନଙ୍କୁ ଇଚ୍ଛା କଲେ, ସେମାନଙ୍କୁ ନିକଟକୁ ଡାକିଲେ ଓ ସେମାନେ ତାହାଙ୍କ ପାଖକୁ ଆସିଲେ। 14ପୁଣି, ସେ ବାର ଜଣକୁ ନିଯୁକ୍ତ କଲେ, ଯେପରି ସେମାନେ ତାହାଙ୍କ ସାଙ୍ଗରେ ରହିବେ ଓ ସେ ସେମାନଙ୍କୁ ପ୍ରଚାର କରିବା ନିମନ୍ତେ ପ୍ରେରଣ କରିବେ, 15ଆଉ ସେମାନେ ଭୂତ ଛଡ଼ାଇବାକୁ ଅଧିକାର ପାଇବେ। 16ଯୀଶୁ ଏହି ବାର ଜଣଙ୍କୁ ନିଯୁକ୍ତ କଲେ ଯଥା, ଶିମୋନ, ଯାହାଙ୍କୁ ସେ ପିତର ବୋଲି ଉପନାମ ଦେଲେ। 17ଜେବଦୀଙ୍କ ପୁତ୍ର ଯାକୁବ ଓ ତାହାଙ୍କ ଭାଇ ଯୋହନ, ଯେଉଁମାନଙ୍କୁ ସେ ବିନେରିଗୋଷ୍, ଅର୍ଥାତ୍ ମେଘନାଦର ପୁତ୍ର ବୋଲି ଉପନାମ ଦେଲେ; 18ଆନ୍ଦ୍ରିୟ, ଫିଲିପ୍ପ, ବାର୍ଥଲମୀ, ମାଥିଉ, ଥୋମା, ଆଲଫିଙ୍କ ପୁତ୍ର ଯାକୁବ, ଥଦ୍ଦୀୟ, କିଣାନୀୟ ଶିମୋନ, 19ପୁଣି, ଇଷ୍କାରିୟୋତୀୟ ଯିହୂଦା, ଯେ ଯୀଶୁଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା।
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଜୁନ 30 ନାଗରିକ ପଞ୍ଜିକାର ଜୁଲାଇ 13। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର