ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜୁଲାଇ 2027 › ଜୁଲାଇ 15
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 15 ଜୁଲାଇ 2027
ଗୁରୁବାର · ସାଧାରଣ କାଳର 15ତମ ସପ୍ତାହ
ପର୍ବ ଓ ସନ୍ଥ
ସାଧାରଣ କାଳର 15ତମ ସପ୍ତାହର ଗୁରୁବାର
ସ୍ମୃତି ଦିବସ · ଉପାସନାର ରଙ୍ଗ: ଧଳା
ସନ୍ଥ ବୋନାଭେଞ୍ଚର୍, ଧର୍ମାଧ୍ୟକ୍ଷ ଓ ମଣ୍ଡଳୀର ଆଚାର୍ଯ୍ୟ · ସ୍ମୃତି ଦିବସ
ଦିନର ପାଠ
ପ୍ରଥମ ପାଠ
13ଏଥିଉତ୍ତାରେ ମୋଶା ପରମେଶ୍ୱରଙ୍କୁ କହିଲେ, “ଦେଖ, ମୁଁ ଯେତେବେଳେ ଇସ୍ରାଏଲର ସନ୍ତାନମାନଙ୍କ ନିକଟକୁ ଯାଇ ସେମାନଙ୍କୁ କହିବି, ‘କି ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ପରମେଶ୍ୱର ମୋତେ ତୁମ୍ଭମାନଙ୍କ ନିକଟକୁ ପଠାଇଅଛନ୍ତି;’ ପୁଣି, ସେମାନେ ପଚାରିବେ, ‘ତାହାଙ୍କର ନାମ କଅଣ?’ ସେତେବେଳେ ମୁଁ କି ଉତ୍ତର ଦେବି?” 14ତହିଁରେ ପରମେଶ୍ୱର ମୋଶାଙ୍କୁ କହିଲେ, “ଆମ୍ଭେ ଯେ ଅଛୁ, ସେ ଅଛୁ,” ପୁଣି, ସେ କହିଲେ, “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କହିବ, ‘ସ୍ୱୟମ୍ଭୂ (ଆମ୍ଭେ ଅଛୁ) ତୁମ୍ଭମାନଙ୍କ ନିକଟକୁ ମୋତେ ପଠାଇଅଛନ୍ତି।’” 15ପରମେଶ୍ୱର ମୋଶାଙ୍କୁ ଆହୁରି କହିଲେ, “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଏହି କଥା କହିବ, ‘ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର, ଅର୍ଥାତ୍, ଅବ୍ରହାମର ପରମେଶ୍ୱର, ଇସ୍ହାକର ପରମେଶ୍ୱର ଓ ଯାକୁବର ପରମେଶ୍ୱର ଯେ ସଦାପ୍ରଭୁ (ସ୍ୱୟମ୍ଭୂ), ସେ ତୁମ୍ଭମାନଙ୍କ ନିକଟକୁ ମୋତେ ପଠାଇଅଛନ୍ତି; ଆମ୍ଭର ଏହି ନାମ ଅନନ୍ତକାଳସ୍ଥାୟୀ, ପୁଣି, ପୁରୁଷାନୁକ୍ରମେ ସ୍ମରଣୀୟ ଅଟେ।’ 16ତୁମ୍ଭେ ଯାଇ ଇସ୍ରାଏଲ ବଂଶର ପ୍ରାଚୀନଗଣକୁ ଏକତ୍ର କରି ଏହି କଥା କୁହ, ‘ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର, ଅର୍ଥାତ୍, ଅବ୍ରହାମ, ଇସ୍ହାକ ଓ ଯାକୁବର ପରମେଶ୍ୱର ସଦାପ୍ରଭୁ ମୋତେ ଦର୍ଶନ ଦେଇ କହିଅଛନ୍ତି, ଆମ୍ଭେ ତୁମ୍ଭମାନଙ୍କର ଓ ମିସରରେ ତୁମ୍ଭମାନଙ୍କ ପ୍ରତି ଯାହା ଯାହା କରାଯାଉଅଛି, ସେସମସ୍ତ ବିଷୟର ଧ୍ୟାନ ଦେଇଅଛୁ। 17ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ମିସରର କ୍ଳେଶରୁ ଉଦ୍ଧାର କରି କିଣାନୀୟମାନଙ୍କ, ହିତ୍ତୀୟମାନଙ୍କ, ଇମୋରୀୟମାନଙ୍କ, ପରିଷୀୟମାନଙ୍କ, ହିବ୍ବୀୟମାନଙ୍କ ଓ ଯିବୂଷୀୟମାନଙ୍କର ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ନେଇଯିବୁ ବୋଲି କହିଅଛୁ।’ 18ଏଥିରେ ସେମାନେ ତୁମ୍ଭ ରବରେ ଅବଧାନ କରିବେ; ତହୁଁ ତୁମ୍ଭେ ଓ ଇସ୍ରାଏଲ ବଂଶର ପ୍ରାଚୀନବର୍ଗ ମିସରର ରାଜା ନିକଟକୁ ଯାଇ ଏହି କଥା କହିବ, ‘ଏବ୍ରୀୟ ଲୋକମାନଙ୍କ ପରମେଶ୍ୱର ସଦାପ୍ରଭୁ ଆମ୍ଭମାନଙ୍କ ସହିତ ସାକ୍ଷାତ କରିଅଛନ୍ତି; ଏହେତୁ ବିନୟ କରୁଅଛୁ, ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ନିମିତ୍ତ ଏବେ ଆମ୍ଭମାନଙ୍କୁ ତିନି ଦିନର ପଥ ପ୍ରାନ୍ତରକୁ ଯିବା ପାଇଁ ଅନୁମତି ଦେଉନ୍ତୁ।’ 19ମାତ୍ର ଆମ୍ଭେ ଜାଣୁ, ମିସରର ରାଜା ତୁମ୍ଭମାନଙ୍କୁ ଯିବା ପାଇଁ ଅନୁମତି ଦେବ ନାହିଁ, ପରାକ୍ରାନ୍ତ ହସ୍ତ ପ୍ରକାଶିତ ହେଲେ ସୁଦ୍ଧା ଦେବ ନାହିଁ। 20ତହିଁରେ ଆମ୍ଭେ ଆପଣା ହସ୍ତ ବିସ୍ତାର କରି ଦେଶ ମଧ୍ୟରେ ଯେସକଳ ଆଶ୍ଚର୍ଯ୍ୟକର୍ମ କରିବା; ତଦ୍ଦ୍ୱାରା ମିସରକୁ ଆଘାତ କଲା ଉତ୍ତାରେ ସେ ତୁମ୍ଭମାନଙ୍କୁ ଯିବାକୁ ଦେବ।
ପ୍ରତିଉତ୍ତର ଗୀତ
1ସଦାପ୍ରଭୁଙ୍କର ଧନ୍ୟବାଦ କର, ତାହାଙ୍କ ନାମରେ ପ୍ରାର୍ଥନା କର, ଗୋଷ୍ଠୀବର୍ଗ ମଧ୍ୟରେ ତାହାଙ୍କ କ୍ରିୟାସକଳ ଜଣାଅ। 5ହେ ତାହାଙ୍କ ଦାସ ଅବ୍ରହାମର ବଂଶ, ହେ ତାହାଙ୍କର ମନୋନୀତ ଲୋକେ, ଯାକୁବର ସନ୍ତାନଗଣ, 8ସେ ଆପଣା ନିୟମ, ଅର୍ଥାତ୍, ଯେଉଁ ବାକ୍ୟ ସେ ସହସ୍ର ପୁରୁଷ-ପରମ୍ପରା ପ୍ରତି ଆଦେଶ କରିଥିଲେ, 9ଯେଉଁ ନିୟମ ସେ ଅବ୍ରହାମ ସଙ୍ଗେ କରିଥିଲେ ଓ ଆପଣାର ଯେଉଁ ଶପଥ ସେ ଇସ୍ହାକ ନିକଟରେ କରିଥିଲେ, ତାହା ସେ ସଦାକାଳ ସ୍ମରଣ କରିଅଛନ୍ତି। 24ଏଥିଉତ୍ତାରେ ସେ ଆପଣା ଲୋକମାନଙ୍କୁ ଅତିଶୟ ବୃଦ୍ଧି କଲେ ଓ ସେମାନଙ୍କ ବିପକ୍ଷଗଣ ଅପେକ୍ଷା ସେମାନଙ୍କୁ ବଳବାନ କଲେ। 25ସେ ଆପଣା ଲୋକମାନଙ୍କୁ ଘୃଣା କରିବା ପାଇଁ ଓ ଆପଣା ଦାସମାନଙ୍କ ସହିତ ଧୂର୍ତ୍ତ ବ୍ୟବହାର କରିବା ପାଇଁ ସେମାନଙ୍କ ମନପରିବର୍ତ୍ତନ କଲେ। 26ସେ ଆପଣା ସେବକ ମୋଶାଙ୍କୁ ଓ ଆପଣା ମନୋନୀତ ହାରୋଣଙ୍କୁ ପଠାଇଲେ। 27ସେମାନେ ଲୋକମାନଙ୍କ ମଧ୍ୟରେ ତାହାଙ୍କର ବିବିଧ ଲକ୍ଷଣ ଓ ହାମ୍ ଦେଶରେ ନାନା ଅଦ୍ଭୁତ କର୍ମ ପ୍ରକାଶ କଲେ।
ସୁସମାଚାର
28ହେ ପରିଶ୍ରାନ୍ତ ଓ ଭାରଗ୍ରସ୍ତ ଲୋକ ସମସ୍ତେ, ମୋʼ ନିକଟକୁ ଆସ, ମୁଁ ତୁମ୍ଭମାନଙ୍କୁ ବିଶ୍ରାମ ଦେବି। 29ମୋହର ଜୁଆଳି ଆପଣା ଆପଣା ଉପରେ ଘେନ, ପୁଣି, ମୋʼ ନିକଟରୁ ଶିଖ, କାରଣ, ମୁଁ ମୃଦୁଶୀଳ ଓ ନମ୍ରଚିତ୍ତ, ଆଉ ତୁମ୍ଭେମାନେ ଆପଣା ଆପଣା ଆତ୍ମାରେ ବିଶ୍ରାମ ପାଇବ; 30ଯେଣୁ ମୋହର ଜୁଆଳି ସହଜ ଓ ମୋହର ଭାର ଉଶ୍ୱାସ।”
ଆଜିର ସନ୍ଥ
- ସନ୍ଥ ବୋନାଭେଞ୍ଚର୍, ଧର୍ମାଧ୍ୟକ୍ଷ ଓ ମଣ୍ଡଳୀର ଆଚାର୍ଯ୍ୟ
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର