Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜୁଲାଇ 2027 › ଜୁଲାଇ 15

ଅର୍ଥୋଡକ୍ସ ପଞ୍ଜିକା · 2 ଜୁଲାଇ (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 15 ଜୁଲାଇ 2027

ଗୁରୁବାର · ପେଣ୍ଟିକଷ୍ଟ ପରେ ଚତୁର୍ଥ ସପ୍ତାହ · ସ୍ୱର 2

ପର୍ବ ଓ ସନ୍ଥ

Placing of the Honorable Robe of the Most Holy Mother of God at Blachernæ (5th C)

ଉପବାସ

ଉପବାସ ନାହିଁ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପତ୍ର

ରୋମୀ 11:13–24

13କିନ୍ତୁ ଅଣଯିହୁଦୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ମୁଁ କହୁଅଛି। ମୁଁ ଅଣଯିହୁଦୀମାନଙ୍କ ନିମନ୍ତେ ପ୍ରେରିତ ହେବାରୁ ମୋʼ ସେବକପଦର ଗୌରବ କରୁଅଛି, 14ଯେପରି କୌଣସି ପ୍ରକାରେ ମୋହର ସ୍ୱଜାତିମାନଙ୍କୁ ଉଦ୍‍ଯୋଗୀ କରାଇ ସେମାନଙ୍କ ମଧ୍ୟରୁ କେତେକଙ୍କୁ ପରିତ୍ରାଣ କରିପାରେ। 15କାରଣ ଯଦି ସେମାନଙ୍କର ତୁଚ୍ଛ କରିବା ଦ୍ୱାରା ସଂସାରର ମିଳନ ଘଟିଲା, ତେବେ ସେମାନଙ୍କ ଗ୍ରହଣ ଦ୍ୱାରା କଅଣ ନିଶ୍ଚୟ ମୃତମାନଙ୍କ ମଧ୍ୟରୁ ଜୀବନ ଲାଭ ନ ହେବ? 16ଆଉ ଯଦି ପ୍ରଥମ ଉତ୍ସର୍ଗୀକୃତ ଅଂଶ ପବିତ୍ର, ତାହାହେଲେ ସମସ୍ତ ପିଠୋଉ ମଧ୍ୟ ପବିତ୍ର; ପୁଣି, ଯଦି ମୂଳ ପବିତ୍ର, ତେବେ ଶାଖାସବୁ ମଧ୍ୟ ପବିତ୍ର। 17କିନ୍ତୁ ଯଦି ଘରୋଇ ଜୀତବୃକ୍ଷର କେତେକ ଶାଖା ଉଚ୍ଛିନ୍ନ ହେଲା ଓ ତୁମ୍ଭେ ବନ୍ୟ ଜୀତବୃକ୍ଷର ଶାଖା ହେଲେ ହେଁ ସେହି ଘରୋଇ ଜୀତବୃକ୍ଷରେ କଲମ କରାଗଲ, ପୁଣି, ସେମାନଙ୍କ ସହିତ ଜୀତବୃକ୍ଷ ମୂଳର ରସର ଅଂଶୀ ହେଲ, 18ତେବେ ସେହି ଡାଳଗୁଡ଼ିକ ବିରୁଦ୍ଧରେ ଗର୍ବ କର ନାହିଁ; କିନ୍ତୁ ଯଦି ଗର୍ବ କର, ତୁମ୍ଭେ ଯେ ମୂଳକୁ ଧରି ନାହଁ, ମାତ୍ର ମୂଳ ତୁମ୍ଭକୁ ଧରିଅଛି, ଏହା ଜାଣିଥାଅ। 19ତେବେ ତୁମ୍ଭେ କହିବ, ମୁଁ ଯେପରି କଲମ ହୋଇପାରେ, ଏଥିନିମନ୍ତେ ଡାଳଗୁଡ଼ିକ ଉଚ୍ଛିନ୍ନ ହୋଇଅଛି। 20ଭଲ କଥା, ସେମାନଙ୍କର ଅବିଶ୍ୱାସ ହେତୁ ସେମାନେ ଉଚ୍ଛିନ୍ନ ହେଲେ, ଆଉ ବିଶ୍ୱାସ ହେତୁ ତୁମ୍ଭେ ସ୍ଥାନ ପ୍ରାପ୍ତ ହୋଇଅଛ। ଗର୍ବିତମନା ହୁଅ ନାହିଁ, କିନ୍ତୁ ଭୟ କର; 21କାରଣ ଯଦି ଈଶ୍ବର ସ୍ୱାଭାବିକ ଶାଖାଗୁଡ଼ିକୁ ଛାଡ଼ିଦେଲେ ନାହିଁ, ତେବେ ତୁମ୍ଭକୁ ମଧ୍ୟ ଛାଡ଼ିବେ ନାହିଁ। 22ଅତଏବ, ଈଶ୍ବରଙ୍କ ଦୟା ଓ କଠୋରତା ବୁଝ; ଯେଉଁମାନେ ପତିତ ହେଲେ, ସେମାନଙ୍କ ପ୍ରତି କଠୋରତା, କିନ୍ତୁ ତୁମ୍ଭେ ଯଦି ଈଶ୍ବରଙ୍କ ଦୟାର ଶରଣାପନ୍ନ ହୋଇ ରହିଥାଅ, ତାହାହେଲେ ତୁମ୍ଭ ପ୍ରତି ତାହାଙ୍କ ଦୟା; ନୋହିଲେ ତୁମ୍ଭେ ମଧ୍ୟ କଟାଯିବ। 23ଆଉ, ସେମାନେ ଯଦି ଅବିଶ୍ୱାସରେ ନ ରୁହନ୍ତି, ତେବେ ସେମାନେ ମଧ୍ୟ କଲମ କରାଯିବେ, କାରଣ ସେମାନଙ୍କୁ ଆଉ ଥରେ କଲମ କରିବା ନିମନ୍ତେ ଈଶ୍ବର ସମର୍ଥ ଅଟନ୍ତି। 24କାରଣ ଯାହା ସ୍ୱଭାବତଃ ବନ୍ୟ ଜୀତବୃକ୍ଷ, ଯଦି ସେଥିରୁ ତୁମ୍ଭେ କଟାଯାଇ ଅସ୍ୱାଭାବିକଭାବେ ଉତ୍ତମ ଜୀତବୃକ୍ଷରେ କଲମ କରାଗଲ, ତେବେ ସ୍ୱାଭାବିକ ଶାଖା ଯେ ଏମାନେ, ଏମାନେ କେତେ ଅଧିକ ଭାବରେ ନିଜ ଜୀତବୃକ୍ଷରେ କଲମ କରାଯିବେ!

ସୁସମାଚାର

ମାଥି 11:27–30

27ମୋହର ପିତାଙ୍କ କର୍ତ୍ତୃକ ସମସ୍ତ ବିଷୟ ମୋʼ ଠାରେ ସମର୍ପିତ ହୋଇଅଛି, ଆଉ ପୁତ୍ରଙ୍କୁ କେହି ଜାଣେ ନାହିଁ, କେବଳ ପିତା ଜାଣନ୍ତି, ପୁଣି, ପିତାଙ୍କୁ କେହି ଜାଣେ ନାହିଁ, କେବଳ ପୁତ୍ର ଜାଣନ୍ତି, ଆଉ ପୁତ୍ର ଯାହା ପାଖରେ ତାହାଙ୍କୁ ପ୍ରକାଶ କରିବାକୁ ଇଚ୍ଛା କରନ୍ତି, ସେ ଜାଣେ। 28ହେ ପରିଶ୍ରାନ୍ତ ଓ ଭାରଗ୍ରସ୍ତ ଲୋକ ସମସ୍ତେ, ମୋʼ ନିକଟକୁ ଆସ, ମୁଁ ତୁମ୍ଭମାନଙ୍କୁ ବିଶ୍ରାମ ଦେବି। 29ମୋହର ଜୁଆଳି ଆପଣା ଆପଣା ଉପରେ ଘେନ, ପୁଣି, ମୋʼ ନିକଟରୁ ଶିଖ, କାରଣ, ମୁଁ ମୃଦୁଶୀଳ ଓ ନମ୍ରଚିତ୍ତ, ଆଉ ତୁମ୍ଭେମାନେ ଆପଣା ଆପଣା ଆତ୍ମାରେ ବିଶ୍ରାମ ପାଇବ; 30ଯେଣୁ ମୋହର ଜୁଆଳି ସହଜ ଓ ମୋହର ଭାର ଉଶ୍ୱାସ।”

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଜୁଲାଇ 2 ନାଗରିକ ପଞ୍ଜିକାର ଜୁଲାଇ 15। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର