ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜୁଲାଇ 2027 › ଜୁଲାଇ 16
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 16 ଜୁଲାଇ 2027
ଶୁକ୍ରବାର · ସାଧାରଣ କାଳର 15ତମ ସପ୍ତାହ
ପର୍ବ ଓ ସନ୍ଥ
ସାଧାରଣ କାଳର 15ତମ ସପ୍ତାହର ଶୁକ୍ରବାର
ଇଚ୍ଛାଧୀନ ସ୍ମୃତି ଦିବସ · ଉପାସନାର ରଙ୍ଗ: ସବୁଜ
କର୍ମିଲ ପର୍ବତର ମାତା ମରୀୟମ · ଇଚ୍ଛାଧୀନ ସ୍ମୃତି ଦିବସ
ଉପବାସ ଓ ପ୍ରାୟଶ୍ଚିତ୍ତ
ପ୍ରାୟଶ୍ଚିତ୍ତର ଦିନ
ପ୍ରତ୍ୟେକ ଶୁକ୍ରବାର ପ୍ରାୟଶ୍ଚିତ୍ତର ଦିନ; ପ୍ରତ୍ୟେକ ବିଶପ୍ ସମ୍ମିଳନୀ ଏହା କିପରି ପାଳିବାକୁ ହେବ ସ୍ଥିର କରେ: ମାଂସରୁ ବିରତି କିମ୍ବା ପ୍ରାୟଶ୍ଚିତ୍ତର ଅନ୍ୟ କାର୍ଯ୍ୟ। ଉପବାସ 18ରୁ 59 ବର୍ଷ ପର୍ଯ୍ୟନ୍ତ, ବିରତି 14 ବର୍ଷରୁ ବାଧ୍ୟତାମୂଳକ।
ଦିନର ପାଠ
ପ୍ରଥମ ପାଠ
10ପୁଣି, ମୋଶା ଓ ହାରୋଣ ଫାରୋଙ୍କ ସମ୍ମୁଖରେ ଏହି ସମସ୍ତ ଆଶ୍ଚର୍ଯ୍ୟକର୍ମ କରିଥିଲେ; ମାତ୍ର ସଦାପ୍ରଭୁ ଫାରୋଙ୍କର ହୃଦୟ କଠିନ କରନ୍ତେ, ସେ ଆପଣା ଦେଶରୁ ଇସ୍ରାଏଲ-ସନ୍ତାନଗଣଙ୍କୁ ଯିବାକୁ ଦେଲେ ନାହିଁ। 12:1ଏଥିଉତ୍ତାରେ ମିସର ଦେଶରେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ, 2“ଏହି ମାସ ତୁମ୍ଭମାନଙ୍କର ପ୍ରଧାନ ମାସ ଓ ବର୍ଷର ପ୍ରଥମ ମାସ ହେବ। 3ତୁମ୍ଭେମାନେ ଇସ୍ରାଏଲୀୟ ସମଗ୍ର ମଣ୍ଡଳୀକୁ ଏହି କଥା କୁହ, ଏହି ମାସର ଦଶମ ଦିନରେ ତୁମ୍ଭମାନଙ୍କର ପ୍ରତ୍ୟେକ ମନୁଷ୍ୟ ପିତୃଗୃହାନୁସାରେ ପ୍ରତ୍ୟେକ ପରିବାର ନିମନ୍ତେ ଏକ ଏକ ମେଷଶାବକ ନେବ। 4ଆଉ, ଗୋଟିଏ ମେଷଶାବକ ନେବା ନିମନ୍ତେ ଯଦି କୌଣସି ପରିଜନ ଅଳ୍ପ ହେବ, ତେବେ ସେ ଓ ତାହାର ଗୃହ ନିକଟବର୍ତ୍ତୀ ପ୍ରତିବାସୀ, ପ୍ରାଣୀଗଣର ସଂଖ୍ୟାନୁସାରେ ଏକ ମେଷଶାବକ ନେବେ; ତୁମ୍ଭେମାନେ ପ୍ରତ୍ୟେକ ଜଣର ଭୋଜନ ଶକ୍ତି ଅନୁସାରେ ମେଷଶାବକର ଅଟକଳ କରିବ। 5ତୁମ୍ଭେମାନେ ମେଷପଲ ବା ଛାଗପଲ ମଧ୍ୟରୁ ଶାବକ ନେବ; ତାହା ନିର୍ଦ୍ଦୋଷ, ଏକ ବର୍ଷୀୟ ଓ ପୁଂଶାବକ ହେବ; 6ସେହି ମାସର ଚତୁର୍ଦ୍ଦଶ ଦିନ ଯାଏ ତାକୁ ବନ୍ଦ କରି ରଖିବ; ଏଥିଉତ୍ତାରେ ଇସ୍ରାଏଲ-ମଣ୍ଡଳୀର ସମସ୍ତ ସମାଜ ସନ୍ଧ୍ୟାକାଳରେ ସେହି ଶାବକକୁ ବଧ କରିବେ। 7ପୁଣି, ଲୋକମାନେ ତାହାର କିଛି ରକ୍ତ ନେଇ ଯେଉଁ ଯେଉଁ ଗୃହ ମଧ୍ୟରେ ମେଷ ଭୋଜନ କରିବେ, ସେହି ସେହି ଗୃହ ଦ୍ୱାରର ଦୁଇ ବାଜୁବନ୍ଧ ଓ କପାଳୀ ଉପରେ ତାହା ଲଗାଇବେ। 8ଆଉ ସେହି ରାତ୍ରିରେ ତାହାର ମାଂସ ଭୋଜନ କରିବେ; ଅଗ୍ନିରେ ଦଗ୍ଧ କରି ତାଡ଼ିଶୂନ୍ୟ ରୁଟି ଓ ପିତା ଶାକ ସହିତ ତାହା ଭୋଜନ କରିବେ। 9ତୁମ୍ଭେମାନେ ସେହି ମାଂସ ଅପକ୍ୱ କିମ୍ବା ଜଳରେ ସିଦ୍ଧ କରି ଭୋଜନ କରିବ ନାହିଁ, ମାତ୍ର ଅଗ୍ନିରେ ତାହାର ମୁଣ୍ଡ ଓ ଜଙ୍ଘ ଶରୀର ସମେତ ଦଗ୍ଧ କରି ଭୋଜନ କରିବ। 10ପୁଣି, ପ୍ରଭାତ ଯାଏ ତହିଁର କିଛି ରଖିବ ନାହିଁ; ଯଦି ପ୍ରଭାତ ପର୍ଯ୍ୟନ୍ତ କିଛି ଅବଶିଷ୍ଟ ରହିବ, ତାହା ଅଗ୍ନିରେ ଭସ୍ମସାତ୍ କରିବ। 11ଏହି ପ୍ରକାରେ ତୁମ୍ଭେମାନେ ତାହା ଚଞ୍ଚଳ ଭୋଜନ କରିବ, କାରଣ ତୁମ୍ଭେମାନେ କଟିବନ୍ଧନ କରି ପାଦରେ ପାଦୁକା ଦେଇ ହସ୍ତରେ ଯଷ୍ଟି ଘେନି ଯାତ୍ରା କରିବା ନିମନ୍ତେ ପ୍ରସ୍ତୁତ ହେବ; ଏହା ସଦାପ୍ରଭୁଙ୍କର ନିସ୍ତାର ପର୍ବ। 12ଯେହେତୁ ଆମ୍ଭେ ଆଜି ରାତ୍ରି ମିସର ଦେଶର ମଧ୍ୟଦେଇ ଯାଇ ମିସର ଦେଶସ୍ଥ ମନୁଷ୍ୟ ଓ ପଶୁର ସମସ୍ତ ପ୍ରଥମଜାତକୁ ସଂହାର କରିବା; ପୁଣି, ମିସରୀୟ ସମସ୍ତ ଦେବତାର ବିଚାର କରି ଦଣ୍ଡ ଦେବା; ଆମ୍ଭେ ସଦାପ୍ରଭୁ। 13ଏଣୁକରି ତୁମ୍ଭେମାନେ ଯେଉଁ ଯେଉଁ ଗୃହରେ ଥାଅ, ସେହି ସେହି ଗୃହରେ ସେହି ରକ୍ତ ଚିହ୍ନ ସ୍ୱରୂପେ ରହିବ; ଆଉ ଆମ୍ଭେ ମିସର ଦେଶକୁ ଦଣ୍ଡ ଦେବା ସମୟରେ ସେହି ରକ୍ତ ଦେଖିଲେ, ତୁମ୍ଭମାନଙ୍କୁ ଛାଡ଼ି ଆଗକୁ ଯିବା, ପୁଣି, ସଂହାରକ ଆଘାତ ତୁମ୍ଭମାନଙ୍କ ପ୍ରତି ଘଟିବ ନାହିଁ। 14ଆଉ ସେହି ଦିନ ତୁମ୍ଭମାନଙ୍କର ସ୍ମରଣୀୟ ହେବ, ପୁଣି, ତୁମ୍ଭେମାନେ ସେହି ଦିନକୁ ସଦାପ୍ରଭୁଙ୍କ ପର୍ବ ରୂପେ ପାଳନ କରିବ; ପୁରୁଷାନୁକ୍ରମେ ଅନନ୍ତକାଳୀନ ବିଧିମତେ ଏହି ପର୍ବ ପାଳନ କରିବ।
ପ୍ରତିଉତ୍ତର ଗୀତ
12ମୋʼ ପ୍ରତି ସଦାପ୍ରଭୁଙ୍କର ସବୁ ମଙ୍ଗଳଦାନ ପାଲଟେ ମୁଁ ତାହାଙ୍କୁ କି ପ୍ରତିଦାନ କରିବି? 13ମୁଁ ପରିତ୍ରାଣର ପାତ୍ର ଗ୍ରହଣ କରିବି ଓ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବି। 15ସଦାପ୍ରଭୁଙ୍କ ଦୃଷ୍ଟିରେ ତାହାଙ୍କ ସଦ୍ଭକ୍ତମାନଙ୍କ ମରଣ ବହୁମୂଲ୍ୟ ଅଟେ। 16ହେ ସଦାପ୍ରଭୋ, ମୁଁ ନିତାନ୍ତ ତୁମ୍ଭର ଦାସ; ମୁଁ ତୁମ୍ଭର ଦାସ, ତୁମ୍ଭ ଦାସୀର ପୁତ୍ର; ତୁମ୍ଭେ ମୋହର ବନ୍ଧନସବୁ ମୁକୁଳାଇଅଛ। 17ମୁଁ ତୁମ୍ଭ ନିକଟରେ ଧନ୍ୟବାଦାର୍ଥକ ବଳି ଉତ୍ସର୍ଗ କରିବି, ମୁଁ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବି। 18ମୁଁ ତାହାଙ୍କ ଲୋକମାନଙ୍କ ସାକ୍ଷାତରେ, ସଦାପ୍ରଭୁଙ୍କ ଗୃହର ପ୍ରାଙ୍ଗଣରେ,
ସୁସମାଚାର
1ସେହି ସମୟରେ ଯୀଶୁ ବିଶ୍ରାମବାର ଦିନରେ ଶସ୍ୟକ୍ଷେତ୍ର ଦେଇ ଗଲେ, ଆଉ ତାହାଙ୍କର ଶିଷ୍ୟମାନେ କ୍ଷୁଧିତ ହୋଇ ଶସ୍ୟର ଶିଁଷା ଛିଣ୍ଡାଇ ଖାଇବାକୁ ଲାଗିଲେ। 2କିନ୍ତୁ ଫାରୂଶୀମାନେ ତାହା ଦେଖି ତାହାଙ୍କୁ କହିଲେ, ଦେଖ, ବିଶ୍ରାମବାର ଦିନରେ ଯାହା କରିବା ବିଧିସଙ୍ଗତ ନୁହେଁ, ତାହା ତୁମ୍ଭର ଶିଷ୍ୟମାନେ କରୁଅଛନ୍ତି। 3ମାତ୍ର ସେ ସେମାନଙ୍କୁ କହିଲେ, “ଦାଉଦ ଓ ତାହାଙ୍କ ସଙ୍ଗୀମାନେ କ୍ଷୁଧିତ ହେବା ସମୟରେ ସେ କଅଣ କରୁଥିଲେ, ତାହା କି ତୁମ୍ଭେମାନେ ପାଠ କରି ନାହଁ? 4ସେ କିପରି ଈଶ୍ବରଙ୍କ ଗୃହରେ ପ୍ରବେଶ କରି, ଯେଉଁ ଉତ୍ସର୍ଗୀକୃତ ରୁଟି କେବଳ ଯାଜକମାନଙ୍କ ଭୋଜନ କରିବା ବିଧିସଙ୍ଗତ ଥିଲା, କିନ୍ତୁ ତାଙ୍କର ଓ ତାହାଙ୍କ ସଙ୍ଗୀମାନଙ୍କର ଭୋଜନ କରିବା ବିଧିସଙ୍ଗତ ନ ଥିଲା, ତାହା ସେମାନେ ଭୋଜନ କରିଥିଲେ। 5କିମ୍ବା ବିଶ୍ରାମବାର ଦିନରେ ଯାଜକମାନେ ମନ୍ଦିର ମଧ୍ୟରେ ବିଶ୍ରାମବାରକୁ ଅପବିତ୍ର କଲେ ହେଁ ନିର୍ଦ୍ଦୋଷ ଅଟନ୍ତି, ମୋଶାଙ୍କ ବ୍ୟବସ୍ଥାରେ ତୁମ୍ଭେମାନେ କଅଣ ଏହା ପାଠ କରି ନାହଁ? 6ମାତ୍ର ମୁଁ ତୁମ୍ଭମାନଙ୍କୁ କହୁଅଛି, ମନ୍ଦିର ଅପେକ୍ଷା ମହତ ବିଷୟ ଏଠାରେ ଅଛି। 7କିନ୍ତୁ ଆମ୍ଭେ ବଳିଦାନ ଭଲ ନ ପାଇ ଦୟା ଭଲ ପାଉ, ଏ ଉକ୍ତିର ଅର୍ଥ ଯେବେ ଜାଣିଥାଆନ୍ତ, ତେବେ ଏହି ନିର୍ଦ୍ଦୋଷ ଲୋକଙ୍କୁ ଦୋଷୀ କରି ନ ଥାଆନ୍ତ। 8କାରଣ ମନୁଷ୍ୟପୁତ୍ର ବିଶ୍ରାମବାରର ପ୍ରଭୁ ଅଟନ୍ତି।”
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର