Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜୁଲାଇ 2027 › ଜୁଲାଇ 16

ଅର୍ଥୋଡକ୍ସ ପଞ୍ଜିକା · 3 ଜୁଲାଇ (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 16 ଜୁଲାଇ 2027

ଶୁକ୍ରବାର · ପେଣ୍ଟିକଷ୍ଟ ପରେ ଚତୁର୍ଥ ସପ୍ତାହ · ସ୍ୱର 2

ପର୍ବ ଓ ସନ୍ଥ

Martyr Hyacinth of Cæsarea in Cappadocia († 108)

ଉପବାସ ଦିନ

ଉପବାସ: ତେଲ ସହିତ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପତ୍ର

ରୋମୀ 11:25–36

25କାରଣ, ହେ ଭାଇମାନେ, ତୁମ୍ଭେମାନେ ଯେପରି ଆପଣା ଆପଣାକୁ ବୁଦ୍ଧିମାନ ବୋଲି ମନେ ନ କର ଏଥିନିମନ୍ତେ ତୁମ୍ଭେମାନେ ଯେ ଏହି ନିଗୂଢ଼ତତ୍ତ୍ୱ ସମ୍ବନ୍ଧରେ ଅଜ୍ଞ ରୁହ, ଏହା ମୋହର ଇଚ୍ଛା ନୁହେଁ, ଅର୍ଥାତ୍‍, ଯେପର୍ଯ୍ୟନ୍ତ ଅଣଯିହୁଦୀମାନେ ପୂର୍ଣ୍ଣ ସଂଖ୍ୟାରେ ପ୍ରବେଶ କରି ନାହାନ୍ତି, ସେପର୍ଯ୍ୟନ୍ତ ଇସ୍ରାଏଲ ଅଂଶକ୍ରମେ କଠିନ ହୋଇଅଛି; 26ଆଉ, ଏହି ପ୍ରକାରେ ସମସ୍ତ ଇସ୍ରାଏଲ ପରିତ୍ରାଣ ପାଇବେ, ଯେପରି ଲେଖାଅଛି, “ସିୟୋନରୁ ଉଦ୍ଧାରକର୍ତ୍ତା ଆଗମନ କରିବେ, ସେ ଯାକୁବଠାରୁ ଅଧର୍ମ ଦୂର କରିବେ। 27ଆଉ, ଯେତେବେଳେ ଆମ୍ଭେ ସେମାନଙ୍କର ପାପସବୁ ହରଣ କରିବା, ସେତେବେଳେ ଏହା ସେମାନଙ୍କ ସହିତ ଆମ୍ଭର ନିୟମ ହେବ।” 28ସୁସମାଚାର ବିଷୟ ବିଚାର କଲେ ସେମାନେ ତୁମ୍ଭମାନଙ୍କ ସକାଶେ ବିରୋଧର ପାତ୍ର, କିନ୍ତୁ ନିର୍ବାଚନ ବିଷୟ ବିଚାର କଲେ ପିତୃ-ପୁରୁଷଙ୍କ ସକାଶେ ସେମାନେ ଈଶ୍ବରଙ୍କ ପ୍ରିୟପାତ୍ର। 29କାରଣ, ଈଶ୍ବରଙ୍କ ଦାନସମୂହ ଓ ଆହ୍ୱାନ ଅନ୍ୟଥା ହୁଏ ନାହିଁ। 30ଯେଣୁ ତୁମ୍ଭେମାନେ ଯେପରି ପୂର୍ବେ ଈଶ୍ବରଙ୍କ ଅନାଜ୍ଞାବହ ଥିଲ, କିନ୍ତୁ ଏବେ ଯିହୁଦୀମାନଙ୍କ ଅନାଜ୍ଞାବହତା ଦ୍ୱାରା ଦୟା ପ୍ରାପ୍ତ ହୋଇଅଛ, 31ସେହିପରି ଏମାନେ ମଧ୍ୟ ଏବେ ଅନାଜ୍ଞାବହ ହୋଇଅଛନ୍ତି, ଯେପରି ତୁମ୍ଭମାନଙ୍କ ପ୍ରତି ପ୍ରକାଶିତ ଦୟା ଦ୍ୱାରା ଏମାନେ ସୁଦ୍ଧା ଏବେ ଦୟା ପ୍ରାପ୍ତ ହୁଅନ୍ତି। 32କାରଣ ସମସ୍ତଙ୍କୁ ଦୟା କରିବା ନିମନ୍ତେ ଈଶ୍ବର ସମସ୍ତଙ୍କୁ ଅନାଜ୍ଞାବହତାରେ ସମର୍ପଣ କରିଅଛନ୍ତି। 33ଆହା! ଈଶ୍ବରଙ୍କ ବୁଦ୍ଧି ଓ ଜ୍ଞାନରୂପ ନିଧି କେଡ଼େ ଗଭୀର! ତାହାଙ୍କର ବିଚାରସବୁ କିପରି ବୋଧର ଅଗମ୍ୟ ଓ ତାହାଙ୍କ ପଥସବୁ କିପରି ରହସ୍ୟାବୃତ! 34“କାରଣ, ପ୍ରଭୁଙ୍କର ମନ କିଏ ଜାଣିଅଛି? କିମ୍ବା ତାହାଙ୍କର ପରାମର୍ଶଦାତା କିଏ ହୋଇଅଛି?” 35“ଅବା କିଏ ତାହାଙ୍କୁ ପ୍ରଥମରେ ଦାନ କରିଅଛି, ଆଉ ତାହାକୁ ପ୍ରତିଦାନ କରାଯିବ?” 36“ଯେଣୁ ସମସ୍ତ ବିଷୟ ତାହାଙ୍କଠାରୁ, ତାହାଙ୍କ ଦ୍ୱାରା ଓ ତାହାଙ୍କ ନିମନ୍ତେ; ଯୁଗେ ଯୁଗେ ଗୌରବ ତାହାଙ୍କର। ଆମେନ୍‍।”

ସୁସମାଚାର

ମାଥି 12:1–8

1ସେହି ସମୟରେ ଯୀଶୁ ବିଶ୍ରାମବାର ଦିନରେ ଶସ୍ୟକ୍ଷେତ୍ର ଦେଇ ଗଲେ, ଆଉ ତାହାଙ୍କର ଶିଷ୍ୟମାନେ କ୍ଷୁଧିତ ହୋଇ ଶସ୍ୟର ଶିଁଷା ଛିଣ୍ଡାଇ ଖାଇବାକୁ ଲାଗିଲେ। 2କିନ୍ତୁ ଫାରୂଶୀମାନେ ତାହା ଦେଖି ତାହାଙ୍କୁ କହିଲେ, ଦେଖ, ବିଶ୍ରାମବାର ଦିନରେ ଯାହା କରିବା ବିଧିସଙ୍ଗତ ନୁହେଁ, ତାହା ତୁମ୍ଭର ଶିଷ୍ୟମାନେ କରୁଅଛନ୍ତି। 3ମାତ୍ର ସେ ସେମାନଙ୍କୁ କହିଲେ, “ଦାଉଦ ଓ ତାହାଙ୍କ ସଙ୍ଗୀମାନେ କ୍ଷୁଧିତ ହେବା ସମୟରେ ସେ କଅଣ କରୁଥିଲେ, ତାହା କି ତୁମ୍ଭେମାନେ ପାଠ କରି ନାହଁ? 4ସେ କିପରି ଈଶ୍ବରଙ୍କ ଗୃହରେ ପ୍ରବେଶ କରି, ଯେଉଁ ଉତ୍ସର୍ଗୀକୃତ ରୁଟି କେବଳ ଯାଜକମାନଙ୍କ ଭୋଜନ କରିବା ବିଧିସଙ୍ଗତ ଥିଲା, କିନ୍ତୁ ତାଙ୍କର ଓ ତାହାଙ୍କ ସଙ୍ଗୀମାନଙ୍କର ଭୋଜନ କରିବା ବିଧିସଙ୍ଗତ ନ ଥିଲା, ତାହା ସେମାନେ ଭୋଜନ କରିଥିଲେ। 5କିମ୍ବା ବିଶ୍ରାମବାର ଦିନରେ ଯାଜକମାନେ ମନ୍ଦିର ମଧ୍ୟରେ ବିଶ୍ରାମବାରକୁ ଅପବିତ୍ର କଲେ ହେଁ ନିର୍ଦ୍ଦୋଷ ଅଟନ୍ତି, ମୋଶାଙ୍କ ବ୍ୟବସ୍ଥାରେ ତୁମ୍ଭେମାନେ କଅଣ ଏହା ପାଠ କରି ନାହଁ? 6ମାତ୍ର ମୁଁ ତୁମ୍ଭମାନଙ୍କୁ କହୁଅଛି, ମନ୍ଦିର ଅପେକ୍ଷା ମହତ ବିଷୟ ଏଠାରେ ଅଛି। 7କିନ୍ତୁ ଆମ୍ଭେ ବଳିଦାନ ଭଲ ନ ପାଇ ଦୟା ଭଲ ପାଉ, ଏ ଉକ୍ତିର ଅର୍ଥ ଯେବେ ଜାଣିଥାଆନ୍ତ, ତେବେ ଏହି ନିର୍ଦ୍ଦୋଷ ଲୋକଙ୍କୁ ଦୋଷୀ କରି ନ ଥାଆନ୍ତ। 8କାରଣ ମନୁଷ୍ୟପୁତ୍ର ବିଶ୍ରାମବାରର ପ୍ରଭୁ ଅଟନ୍ତି।”

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଜୁଲାଇ 3 ନାଗରିକ ପଞ୍ଜିକାର ଜୁଲାଇ 16। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର