ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜୁଲାଇ 2027 › ଜୁଲାଇ 17
ଅର୍ଥୋଡକ୍ସ ପଞ୍ଜିକା · 4 ଜୁଲାଇ (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 17 ଜୁଲାଇ 2027
ଶନିବାର · ପେଣ୍ଟିକଷ୍ଟ ପରେ ଚତୁର୍ଥ ସପ୍ତାହ · ସ୍ୱର 2
ପର୍ବ ଓ ସନ୍ଥ
Saint Andrew, Archbishop of Crete († 712-726)
ଉପବାସ
ଉପବାସ ନାହିଁ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପତ୍ର
11ସେହି ପ୍ରକାରେ ତୁମ୍ଭେମାନେ ମଧ୍ୟ ଆପଣା ଆପଣାକୁ ପାପ ପ୍ରତି ମୃତ, କିନ୍ତୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଥାଇ ଈଶ୍ବରଙ୍କ ପ୍ରତି ଜୀବିତ ବୋଲି ଗଣନା କର। 12ଅତଏବ ପାପ ତୁମ୍ଭମାନଙ୍କ ମର୍ତ୍ତ୍ୟ ଶରୀରରେ ରାଜତ୍ୱ ନ କରୁ, ତାହା କଲେ, ତୁମ୍ଭେମାନେ ସେଥିର କୁଅଭିଳାଷଗୁଡ଼ାକର ବଶବର୍ତ୍ତୀ ହେବ; 13କିମ୍ବା ଆପଣା ଆପଣାର ଅଙ୍ଗପ୍ରତ୍ୟଙ୍ଗକୁ ଅଧାର୍ମିକତାର ଅସ୍ତ୍ରଶସ୍ତ୍ର ରୂପେ ପାପ ନିକଟରେ ସମର୍ପଣ କର ନାହିଁ, କିନ୍ତୁ ମୃତମାନଙ୍କ ମଧ୍ୟରୁ ଜୀବିତ ହେଲା ପରି ଆପଣା ଆପଣାକୁ ଈଶ୍ବରଙ୍କ ନିକଟରେ ସମର୍ପଣ କର, ପୁଣି, ଆପଣା ଆପଣା ଅଙ୍ଗପ୍ରତ୍ୟଙ୍ଗକୁ ଧାର୍ମିକତାର ଅସ୍ତ୍ରଶସ୍ତ୍ର ରୂପେ ଈଶ୍ବରଙ୍କ ନିକଟରେ ସମର୍ପଣ କର। 14କାରଣ ପାପ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବ ନାହିଁ, ଯେଣୁ ତୁମ୍ଭେମାନେ ମୋଶାଙ୍କ ବ୍ୟବସ୍ଥାର ଅଧୀନ ନୁହଁ, ମାତ୍ର ଅନୁଗ୍ରହର ଅଧୀନ ଅଟ। 15ତେବେ କଅଣ? ଆମ୍ଭେମାନେ ଯେ ମୋଶାଙ୍କ ବ୍ୟବସ୍ଥାର ଅଧୀନ ନୋହୁଁ, ମାତ୍ର ଅନୁଗ୍ରହର ଅଧୀନ ଅଟୁ, ଏଥିନିମନ୍ତେ କି ପାପ କରିବା? ତାହା କେବେ ହେଁ ନ ହେଉ। 16ମୃତ୍ୟୁଜନକ ପାପ କିମ୍ବା ଧାର୍ମିକତାଜନକ ଆଜ୍ଞାବହତା, ଏହା ମଧ୍ୟରୁ ଯାହା ନିକଟରେ ତୁମ୍ଭେମାନେ ଆଜ୍ଞାବହ ହେବା ନିମନ୍ତେ ଆପଣା ଆପଣାକୁ ଦାସ ରୂପେ ସମର୍ପଣ କର, ଅର୍ଥାତ୍ ଯାହାର ଆଜ୍ଞା ପାଳନ କର, ତାହାର ଯେ ତୁମ୍ଭେମାନେ ଦାସ ଅଟ, ଏହା କଅଣ ଜାଣ ନାହିଁ? 17କିନ୍ତୁ ଈଶ୍ବରଙ୍କର ଧନ୍ୟବାଦ ହେଉ ଯେ, ତୁମ୍ଭେମାନେ, ଯେଉଁମାନେ କି ପୂର୍ବରେ ପାପର ଦାସ ଥିଲ, ଏବେ ଯେଉଁ ଶିକ୍ଷାର ଆଦର୍ଶ ନିକଟରେ ସମର୍ପିତ ହୋଇଅଛ, ହୃଦୟ ସହ ସେଥିର ଆଜ୍ଞାବହ ହୋଇଅଛ,
ସୁସମାଚାର
14ପରେ ଯୀଶୁ ପିତରଙ୍କ ଘରକୁ ଆସି ତାହାଙ୍କ ଶାଶୁଙ୍କୁ ଜ୍ୱରରେ ଶଯ୍ୟାଗତା ଥିବା ଦେଖିଲେ; 15ସେଥିରେ ସେ ତାହାଙ୍କର ହସ୍ତ ସ୍ପର୍ଶ କଲେ, ଆଉ ତାହାଙ୍କୁ ଜ୍ୱର ଛାଡ଼ିଗଲା, ପୁଣି, ସେ ଉଠି ତାହାଙ୍କର ସେବା କରିବାକୁ ଲାଗିଲେ। 16ସନ୍ଧ୍ୟା ହୁଅନ୍ତେ ଲୋକମାନେ ଅନେକ ଭୂତଗ୍ରସ୍ତ ଲୋକଙ୍କୁ ତାହାଙ୍କ ନିକଟକୁ ଆଣିଲେ, ସେଥିରେ ସେ କଥା ମାତ୍ରକେ ଭୂତଗୁଡ଼ାକ ଛଡ଼ାଇଲେ ଏବଂ ସମସ୍ତ ପୀଡ଼ିତ ଲୋକଙ୍କୁ ସୁସ୍ଥ କଲେ, 17ଯେପରି ଯିଶାଇୟ ଭାବବାଦୀଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ସଫଳ ହୁଏ, “‘ନିଜେ ଆମ୍ଭମାନଙ୍କର ଦୁର୍ବଳତାସବୁ ଗ୍ରହଣ କଲେ ଓ ବ୍ୟାଧିସବୁ ବହନ କଲେ।’” 18ଯୀଶୁ ଆପଣାର ଚାରିଆଡ଼େ ଲୋକସମୂହ ଦେଖି ଆରପାରିକୁ ଯିବା ପାଇଁ ଆଜ୍ଞା ଦେଲେ। 19ପୁଣି, ଜଣେ ଶାସ୍ତ୍ରୀ ତାହାଙ୍କ ନିକଟକୁ ଆସି କହିଲେ, ହେ ଗୁରୁ, ଆପଣ ଯେକୌଣସି ସ୍ଥାନକୁ ଯିବେ, ମୁଁ ଆପଣଙ୍କ ଅନୁଗମନ କରିବି। 20ସେଥିରେ ଯୀଶୁ ତାହାକୁ କହିଲେ, “କୋକିଶିଆଳିର ଗାତ ଅଛି, ଆକାଶ ପକ୍ଷୀର ବସା ଅଛି, ମାତ୍ର ମନୁଷ୍ୟପୁତ୍ରର ମୁଣ୍ଡ ଗୁଞ୍ଜିବାର ସ୍ଥାନ ନାହିଁ।” 21ପୁଣି, ଶିଷ୍ୟମାନଙ୍କ ମଧ୍ୟରୁ ଆଉ ଜଣେ ତାହାଙ୍କୁ କହିଲେ, ହେ ପ୍ରଭୁ, ପ୍ରଥମେ ଯାଇ ମୋହର ପିତାଙ୍କ ମୃତ୍ୟୁ ପର୍ଯ୍ୟନ୍ତ ଅପେକ୍ଷା କରିବା ପାଇଁ ଏବଂ ତାହାଙ୍କୁ ସମାଧି ଦେବା ପର୍ଯ୍ୟନ୍ତ ରହିବା ପାଇଁ ମୋତେ ଅନୁମତି ଦିଅନ୍ତୁ। 22କିନ୍ତୁ ଯୀଶୁ ତାହାଙ୍କୁ କହିଲେ, “ମୋହର ଅନୁଗମନ କର, ମୃତମାନଙ୍କୁ ଆପଣା ଆପଣା ମୃତ ଲୋକଙ୍କୁ ସମାଧି ଦେବା ପାଇଁ ଛାଡ଼ିଦିଅ।” 23ସେ ନୌକାରେ ଚଢ଼ନ୍ତେ ତାହାଙ୍କର ଶିଷ୍ୟମାନେ ତାହାଙ୍କ ପଛେ ପଛେ ଗଲେ।
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଜୁଲାଇ 4 ନାଗରିକ ପଞ୍ଜିକାର ଜୁଲାଇ 17। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର