Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜୁଲାଇ 2027 › ଜୁଲାଇ 18

ଅର୍ଥୋଡକ୍ସ ପଞ୍ଜିକା · 5 ଜୁଲାଇ (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 18 ଜୁଲାଇ 2027

ରବିବାର · ସ୍ୱର 3

ପର୍ବ ଓ ସନ୍ଥ

ପେଣ୍ଟିକଷ୍ଟ ପରେ ଚତୁର୍ଥ ରବିବାର

ଉପବାସ

ଉପବାସ ନାହିଁ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ସନ୍ଧ୍ୟା ପ୍ରାର୍ଥନା: ପାଠ (ସନ୍ଥ ଆଥାନାସିୟସ୍‌ଙ୍କ ପାଇଁ)

ଏହି ଅନୁବାଦରେ ନାହିଁ

ସନ୍ଧ୍ୟା ପ୍ରାର୍ଥନା: ପାଠ (ସନ୍ଥ ଆଥାନାସିୟସ୍‌ଙ୍କ ପାଇଁ)

ଏହି ଅନୁବାଦରେ ନାହିଁ

ସନ୍ଧ୍ୟା ପ୍ରାର୍ଥନା: ପାଠ (ସନ୍ଥ ଆଥାନାସିୟସ୍‌ଙ୍କ ପାଇଁ)

ଏହି ଅନୁବାଦରେ ନାହିଁ

ସନ୍ଧ୍ୟା ପ୍ରାର୍ଥନା: ପାଠ (ସନ୍ଥ ସର୍ଗିୟସ୍‌ଙ୍କ ପାଇଁ)

ହିତୋ 10; ହିତୋ 3; ହିତୋ 8 (ବଛାଯାଇଥିବା ପଦ)

ସନ୍ଧ୍ୟା ପ୍ରାର୍ଥନା: ପାଠ (ସନ୍ଥ ସର୍ଗିୟସ୍‌ଙ୍କ ପାଇଁ)

ହିତୋ 10:31–11:12

31ଧାର୍ମିକର ମୁଖ ଜ୍ଞାନ ଜନ୍ମାଏ, ମାତ୍ର କୁଟିଳବାଦୀ ଜିହ୍ୱା ଉଚ୍ଛିନ୍ନ ହେବ। 32ଧାର୍ମିକର ଓଷ୍ଠାଧର ତୁଷ୍ଟିକର କଥା ଜାଣେ, ମାତ୍ର ଦୁଷ୍ଟର ମୁଖ କୁଟିଳ କଥା କହେ। 11:1ଅଯଥାର୍ଥ ନିକ୍ତି ସଦାପ୍ରଭୁଙ୍କର ଘୃଣା ବିଷୟ। ମାତ୍ର ଯଥାର୍ଥ ବଟଖରା ତାହାଙ୍କର ତୁଷ୍ଟିକର। 2ଅହଙ୍କାର ଆସିଲେ ଲଜ୍ଜା ଆସେ; ମାତ୍ର ନମ୍ରଶୀଳ ଲୋକଠାରେ ଜ୍ଞାନ ଥାଏ। 3ସରଳାଚାରୀମାନଙ୍କ ସରଳତା ସେମାନଙ୍କୁ ପଥ ଦେଖାଇବ, ମାତ୍ର ବିଶ୍ୱାସଘାତକମାନଙ୍କ କୁଟିଳାଚରଣ ସେମାନଙ୍କୁ ନାଶ କରିବ। 4ପରମେଶ୍ୱରଙ୍କ କ୍ରୋଧର ଦିନରେ ଧନ ନିଷ୍ଫଳ, ମାତ୍ର ଧାର୍ମିକତା ମୃତ୍ୟୁରୁ ରକ୍ଷା କରେ। 5ସାଧୁର ଧାର୍ମିକତା ତାହାର ପଥ ନିର୍ଦ୍ଦେଶ କରିବ, ମାତ୍ର ଦୁଷ୍ଟ ଆପଣା ଦୁଷ୍ଟତାରେ ନିପାତିତ ହେବ। 6ସରଳ ଲୋକଙ୍କର ଧାର୍ମିକତା ସେମାନଙ୍କୁ ଉଦ୍ଧାର କରେ, ମାତ୍ର ବିଶ୍ୱାସଘାତକମାନେ ଆପଣା ଆପଣା କୁଅଭିଳାଷରେ ଧରା ପଡ଼ିବେ। 7ଦୁଷ୍ଟ ମଲେ, ତାହାର ଭରସା ନଷ୍ଟ ହୁଏ ଓ ଅଧାର୍ମିକମାନଙ୍କର ଆଶା ବିନଷ୍ଟ ହୁଏ। 8ଧାର୍ମିକ ଦୁଃଖରୁ ଉଦ୍ଧାର ପାଏ, ପୁଣି, ଦୁଷ୍ଟ ତାହା ବଦଳେ ତହିଁକୁ ଆସେ। 9ଭକ୍ତିହୀନ ଲୋକ ଆପଣା ମୁଖରେ ପ୍ରତିବାସୀକୁ ନାଶ କରେ, ମାତ୍ର ଧାର୍ମିକ ଜ୍ଞାନରେ ଉଦ୍ଧାର ପ୍ରାପ୍ତ ହୁଏ। 10ଧାର୍ମିକର ମଙ୍ଗଳ ହେଲେ, ନଗର ଆନନ୍ଦ କରେ; ପୁଣି, ଦୁଷ୍ଟର ବିନାଶ ହେଲେ, ଜୟଧ୍ୱନି ହୁଏ। 11ସରଳ ଲୋକର ଆଶୀର୍ବାଦରେ ନଗର ଉନ୍ନତ ହୁଏ, ମାତ୍ର ଦୁଷ୍ଟ ଲୋକର ମୁଖରେ ତାହାର ନିପାତ ହୁଏ। 12ଯେ ଆପଣା ପ୍ରତିବାସୀକୁ ତୁଚ୍ଛ କରେ, ସେ ନିର୍ବୋଧ; ମାତ୍ର ବୁଦ୍ଧିମାନ ତୁନି ହୋଇ ରହେ।

ସନ୍ଧ୍ୟା ପ୍ରାର୍ଥନା: ପାଠ (ସନ୍ଥ ସର୍ଗିୟସ୍‌ଙ୍କ ପାଇଁ)

ଏହି ଅନୁବାଦରେ ନାହିଁ

ପ୍ରଭାତୀ ପ୍ରାର୍ଥନାର ଚତୁର୍ଥ ସୁସମାଚାର

ଲୂକ 24:1–12

1ଆଉ ବିଶ୍ରାମବାର ଦିନରେ ସେମାନେ ବିଧି ଅନୁସାରେ ବିଶ୍ରାମ କଲେ, କିନ୍ତୁ ସପ୍ତାହର ପ୍ରଥମ ଦିନର ଅତି ପ୍ରତ୍ୟୁଷରେ ସେମାନେ ସେମାନଙ୍କ ପ୍ରସ୍ତୁତ ସୁଗନ୍ଧିଦ୍ରବ୍ୟ ଘେନି ସମାଧି-ସ୍ଥାନ ନିକଟକୁ ଗଲେ। 2ପୁଣି, ସେମାନେ ସମାଧିରୁ ପଥରଟା ଗଡ଼ାଇ ଦିଆଯାଇଥିବା ଦେଖିଲେ, 3କିନ୍ତୁ ଭିତରକୁ ଯାଇ ପ୍ରଭୁ ଯୀଶୁଙ୍କ ଶରୀର ପାଇଲେ ନାହିଁ। 4ଆଉ, ସେମାନେ ସେ ସମ୍ବନ୍ଧରେ ହତବୁଦ୍ଧି ହେଉଅଛନ୍ତି, ଏପରି ସମୟରେ ଦେଖ, ଉଜ୍ଜ୍ୱଳବସ୍ତ୍ର ପରିହିତ ଦୁଇ ଜଣ ବ୍ୟକ୍ତି ସେମାନଙ୍କ ନିକଟରେ ଉପସ୍ଥିତ ହେଲେ; 5ସେଥିରେ ସେମାନେ ଭୀତ ହୋଇ ଅଧୋମୁଖ ହୁଅନ୍ତେ ସେମାନେ ସେମାନଙ୍କୁ କହିଲେ, ମୃତମାନଙ୍କ ମଧ୍ୟରେ ତୁମ୍ଭେମାନେ କାହିଁକି ଜୀବିତଙ୍କର ଅନ୍ୱେଷଣ କରୁଅଛ? 6ସେ ଏଠାରେ ନାହାନ୍ତି, ମାତ୍ର ଉଠିଅଛନ୍ତି। “ମନୁଷ୍ୟପୁତ୍ରଙ୍କୁ ଯେ ଅବଶ୍ୟ ପାପୀମାନଙ୍କ ହସ୍ତରେ ସମର୍ପିତ ହୋଇ କ୍ରୁଶରେ ହତ ହେବାକୁ ଓ ତୃତୀୟ ଦିବସରେ ପୁନରୁତ୍ଥାନ କରିବାକୁ ହେବ,” 7ଏହି ଯେଉଁ ବାକ୍ୟ ସେ ଗାଲିଲୀରେ ଥିବା ସମୟରେ ତୁମ୍ଭମାନଙ୍କୁ କହିଥିଲେ, ତାହା ସ୍ମରଣ କର। 8ସେଥିରେ ସେମାନେ ତାହାଙ୍କ ବାକ୍ୟ ସ୍ମରଣ କଲେ, 9ପୁଣି, ସମାଧିରୁ ବାହୁଡ଼ିଯାଇ ଏକାଦଶ ଶିଷ୍ୟମାନଙ୍କୁ ଓ ଅନ୍ୟ ସମସ୍ତଙ୍କୁ ଏହିସବୁ ସମ୍ବାଦ ଦେଲେ। 10ଏମାନେ ମଗ୍‌ଦଲୀନୀ ମରୀୟମ, ଯୋହାନା, ଯାକୁବଙ୍କ ମାତା ମରୀୟମ ଓ ଏମାନଙ୍କ ସାଙ୍ଗରେ ଥିବା ଅନ୍ୟ ସ୍ତ୍ରୀଲୋକମାନେ; ଏମାନେ ପ୍ରେରିତମାନଙ୍କୁ ଏହିସବୁ ବିଷୟ ଜଣାଇଲେ। 11ମାତ୍ର ଏସମସ୍ତ କଥା ସେମାନଙ୍କ ନିକଟରେ କଳ୍ପିତ ଗଳ୍ପ ପରି ଲାଗିଲା, ଆଉ ସେମାନେ ସେମାନଙ୍କୁ ବିଶ୍ୱାସ କଲେ ନାହିଁ। 12[କିନ୍ତୁ ପିତର ଉଠି ସମାଧି ନିକଟକୁ ଦୌଡ଼ିଗଲେ ପୁଣି, ନଇଁପଡ଼ି ଚାହିଁ କେବଳ ସୂକ୍ଷ୍ମ ବସ୍ତ୍ରସବୁ ଦେଖିଲେ, ଆଉ ସେ ସେହି ଘଟଣା ବିଷୟରେ ଚମତ୍କୃତ ହୋଇ ଆପଣା ଘରକୁ ଚାଲିଗଲେ।]

ପତ୍ର

ରୋମୀ 6:18–23

18ପୁଣି, ପାପରୁ ମୁକ୍ତ ହୋଇ ଧାର୍ମିକତାର ଦାସ ହୋଇଅଛ। 19ତୁମ୍ଭମାନଙ୍କ ମାନବୀୟ ଦୁର୍ବଳତା ହେତୁ ମୁଁ ମନୁଷ୍ୟ ଭାବରେ କହୁଅଛି; ତୁମ୍ଭେମାନେ ଯେପରି ଅଧର୍ମ ନିମନ୍ତେ ଆପଣା ଆପଣା ଅଙ୍ଗପ୍ରତ୍ୟଙ୍ଗକୁ ଅଶୁଚିତା ଓ ଅଧର୍ମ ନିକଟରେ ଦାସ ରୂପେ ସମର୍ପଣ କରିଥିଲ, ସେହିପରି ଏବେ ଆପଣା ଆପଣା ଅଙ୍ଗପ୍ରତ୍ୟଙ୍ଗକୁ ପବିତ୍ରତା ନିମନ୍ତେ ଧାର୍ମିକତା ନିକଟରେ ଦାସ ରୂପେ ସମର୍ପଣ କର। 20କାରଣ ତୁମ୍ଭେମାନେ ପାପର ଦାସ ଥିବା ସମୟରେ ଧାର୍ମିକତା ସମ୍ବନ୍ଧରେ ସ୍ୱାଧୀନ ଥିଲ। 21ତେବେ, ସେହି ସମୟରେ ତୁମ୍ଭମାନଙ୍କର କି ଫଳ ଥିଲା? ଯେ ସମସ୍ତ ବିଷୟରେ ତୁମ୍ଭେମାନେ ଏବେ ଲଜ୍ଜାବୋଧ କରୁଅଛ, କେବଳ ସେତିକି ମାତ୍ର; ସେହି ସମସ୍ତର ପରିଣାମ ତ ମୃତ୍ୟୁ। 22କିନ୍ତୁ ଏବେ ପାପର ଅଧୀନତାରୁ ମୁକ୍ତ ହୋଇ ଈଶ୍ବରଙ୍କ ଦାସ ହେବାରୁ ତୁମ୍ଭେମାନେ ପବିତ୍ରତା ଉଦ୍ଦେଶ୍ୟରେ ଫଳ ପାଉଅଛ, ଆଉ ଏଥିର ପରିଣାମ ଅନନ୍ତ ଜୀବନ। 23କାରଣ ପାପର ବେତନ ମୃତ୍ୟୁ, କିନ୍ତୁ ଈଶ୍ବରଙ୍କ ଅନୁଗ୍ରହ ଦାନ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଅନନ୍ତ ଜୀବନ ଅଟେ।

ପତ୍ର (ଦୁଇ ସନ୍ଥଙ୍କ ମଧ୍ୟରୁ ଯେକୌଣସି ଜଣଙ୍କ ପାଇଁ)

ଗାଲା 5:22–6:2

22କିନ୍ତୁ ପବିତ୍ର ଆତ୍ମାଙ୍କ ଫଳ ପ୍ରେମ, ଆନନ୍ଦ, ଶାନ୍ତି, ଦୀର୍ଘସହିଷ୍ଣୁତା, ପରୋପକାରିତା, 23ଭଦ୍ରତା, ବିଶ୍ୱସ୍ତତା, ମୃଦୁତା ଓ ଆତ୍ମସଂଯମ; ଏହି ସମସ୍ତ ବିରୁଦ୍ଧରେ କୌଣସି ମୋଶାଙ୍କ ବ୍ୟବସ୍ଥା ନାହିଁ। 24ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କର, ସେମାନେ ଶରୀରକୁ ସେଥିର କାମନା ଓ ଅଭିଳାଷ ସହିତ କ୍ରୁଶରେ ହତ କରିଅଛନ୍ତି। 25ଯଦି ଆମ୍ଭେମାନେ ପବିତ୍ର ଆତ୍ମାଙ୍କ ଦ୍ୱାରା ଜୀବନ ପ୍ରାପ୍ତ କରିଅଛୁ, ତେବେ ପବିତ୍ର ଆତ୍ମାଙ୍କ ଦ୍ୱାରା ମଧ୍ୟ ଆଚରଣ କରୁ। 26ଆମ୍ଭେମାନେ ବୃଥା ଗର୍ବୀ ହୋଇ ପରସ୍ପରକୁ ବିରକ୍ତ ନ କରୁ ଓ ପରସ୍ପରକୁ ଈର୍ଷା ନ କରୁ। 6:1ହେ ଭାଇମାନେ, ଯଦି କେହି କୌଣସି ଅପରାଧରେ ଧରାପଡ଼େ, ଆତ୍ମିକ ଯେ ତୁମ୍ଭେମାନେ, ତୁମ୍ଭେମାନେ ମୃଦୁ ଭାବରେ ସେହି ପ୍ରକାର ଲୋକକୁ ସଂଶୋଧନ କର, ପୁଣି, କେଜାଣି ନିଜେ ମଧ୍ୟ ପରୀକ୍ଷାରେ ପଡ଼ିପାର, ଏଥିପାଇଁ ଆପଣା ବିଷୟରେ ସାବଧାନ ହୁଅ। 2ପରସ୍ପରର ଭାର ବହନ କର; ଏହି ପ୍ରକାରେ ତୁମ୍ଭେମାନେ ଖ୍ରୀଷ୍ଟଙ୍କ ବ୍ୟବସ୍ଥା ସଫଳ କରିବ।

ସୁସମାଚାର

ମାଥି 8:5–13

5ଯୀଶୁ କଫର୍ନାହୂମ ନଗରରେ ପ୍ରବେଶ କରନ୍ତେ ଜଣେ ଶତ-ସେନାପତି ତାହାଙ୍କ ପାଖକୁ ଆସି ବିନତି କରି କହିଲେ, 6ହେ ପ୍ରଭୁ, ମୋହର ଦାସ ପକ୍ଷାଘାତ ରୋଗରେ ଅତିଶୟ ଯନ୍ତ୍ରଣା ପାଇ ଗୃହରେ ଶଯ୍ୟାଗତ ଅଛି। 7ସେ ତାହାକୁ କହିଲେ, “ମୁଁ ଯାଇ ତାହାକୁ ସୁସ୍ଥ କରିବି।” 8କିନ୍ତୁ ଶତ-ସେନାପତି ଉତ୍ତର ଦେଲେ, ପ୍ରଭୁ, ଆପଣ ଯେ ମୋʼ ଘରେ ପାଦ ପକାଇବେ, ମୁଁ ଏପରି ଯୋଗ୍ୟ ନୁହେଁ; କିନ୍ତୁ କେବଳ ପଦେ ଆଜ୍ଞା କରନ୍ତୁ, ମୋହର ଦାସ ସୁସ୍ଥ ହେବ। 9କାରଣ ମୁଁ ପରାଧୀନ ମନୁଷ୍ୟ ହେଲେ ସୁଦ୍ଧା ମୋହର ଅଧୀନରେ ସୈନ୍ୟମାନେ ଅଛନ୍ତି; ମୁଁ ଜଣକୁ ଯାଅ କହିଲେ ସେ ଯାଏ; ଅନ୍ୟକୁ ଆସ କହିଲେ ସେ ଆସେ; ପୁଣି, ମୋହର ଦାସକୁ ଏହା କର କହିଲେ ସେ କରେ। 10ଯୀଶୁ ଏହା ଶୁଣି ଚମତ୍କୃତ ହୋଇ ପଛରେ ଆସୁଥିବା ଲୋକଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଇସ୍ରାଏଲ ମଧ୍ୟରେ କାହାରିଠାରେ ଏଡ଼େ ବଡ଼ ବିଶ୍ୱାସ ପାଇ ନାହିଁ। 11କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଅନେକେ ପୂର୍ବ ଓ ପଶ୍ଚିମରୁ ଆସି ଅବ୍ରହାମ, ଇସ୍‌ହାକ ଓ ଯାକୁବଙ୍କ ସହିତ ସ୍ୱର୍ଗରାଜ୍ୟରେ ଭୋଜନରେ ବସିବେ, 12ମାତ୍ର ରାଜ୍ୟର ସନ୍ତାନମାନେ ବାହାର ଅନ୍ଧକାରରେ ପକାଯିବେ; ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ।” 13ଆଉ ଯୀଶୁ ଶତ-ସେନାପତିଙ୍କୁ କହିଲେ, “ଯାଅ, ତୁମ୍ଭେ ଯେପରି ବିଶ୍ୱାସ କରୁଅଛ, ତୁମ୍ଭ ପ୍ରତି ସେହିପରି ହେଉ।” ସେହିକ୍ଷଣି ଦାସଟି ସୁସ୍ଥ ହେଲା।

ସୁସମାଚାର (ଦୁଇ ସନ୍ଥଙ୍କ ମଧ୍ୟରୁ ଯେକୌଣସି ଜଣଙ୍କ ପାଇଁ)

ଲୂକ 6:17–23

17ଆଉ ସେ ସେମାନଙ୍କ ସହିତ ଓହ୍ଲାଇ ଗୋଟିଏ ସମତଳ ଭୂମିରେ ଠିଆ ହେଲେ, ପୁଣି, ତାହାଙ୍କର ଅନେକ ଶିଷ୍ୟ ଏବଂ ସମସ୍ତ ଯିହୂଦିୟା ପ୍ରଦେଶ, ଯିରୂଶାଲମ ଆଉ ସୋର ଓ ସୀଦୋନର ଉପକୂଳରୁ ଅନେକେ ଉପସ୍ଥିତ ହେଲେ; 18ସେମାନେ ତାହାଙ୍କ ବାକ୍ୟ ଶୁଣିବାକୁ ଓ ଆପଣା ଆପଣା ରୋଗରୁ ସୁସ୍ଥ ହେବାକୁ ଆସିଥିଲେ, ଆଉ ଯେଉଁମାନେ ଅଶୁଚି ଆତ୍ମାଗୁଡ଼ାକ ଦ୍ୱାରା କଷ୍ଟ ପାଉଥିଲେ, ସେମାନେ ସୁସ୍ଥ କରାଗଲେ; 19ପୁଣି, ଲୋକସମୂହ ତାହାଙ୍କୁ ଛୁଇଁବାକୁ ଚେଷ୍ଟା କରୁଥିଲେ, କାରଣ ତାହାଙ୍କଠାରୁ ଶକ୍ତି ବାହାରି ସମସ୍ତଙ୍କୁ ସୁସ୍ଥ କରୁଥିଲା। 20ସେ ସମୟରେ ସେ ଆପଣା ଶିଷ୍ୟମାନଙ୍କୁ ଦେଖି କହିଲେ, “ଦୀନହୀନ ଯେ ତୁମ୍ଭେମାନେ, ତୁମ୍ଭେମାନେ ଧନ୍ୟ, କାରଣ ଈଶ୍ବରଙ୍କ ରାଜ୍ୟ ତୁମ୍ଭମାନଙ୍କର। 21ବର୍ତ୍ତମାନ କ୍ଷୁଧିତ ଯେ ତୁମ୍ଭେମାନେ, ତୁମ୍ଭେମାନେ ଧନ୍ୟ, କାରଣ ତୁମ୍ଭେମାନେ ପରିତୃପ୍ତ ହେବ। ବର୍ତ୍ତମାନ ରୋଦନ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ଧନ୍ୟ, କାରଣ ତୁମ୍ଭେମାନେ ହାସ୍ୟ କରିବ। 22ଲୋକେ ଯେବେ ତୁମ୍ଭମାନଙ୍କୁ ଘୃଣା କରନ୍ତି ଓ ମନୁଷ୍ୟପୁତ୍ରଙ୍କ ହେତୁ ଅଲଗା କରନ୍ତି ପୁଣି, ନିନ୍ଦା କରନ୍ତି ଓ ତୁମ୍ଭମାନଙ୍କ ନାମକୁ ମନ୍ଦ ବୋଲି ଅଗ୍ରାହ୍ୟ କରନ୍ତି, ତେବେ ତୁମ୍ଭେମାନେ ଧନ୍ୟ। 23ସେହି ଦିନ ଆନନ୍ଦରେ ନୃତ୍ୟ କର, କାରଣ ଦେଖ, ସ୍ୱର୍ଗରେ ତୁମ୍ଭମାନଙ୍କର ପୁରସ୍କାର ପ୍ରଚୁର; ଆଉ ସେହିପରି ତ ସେମାନଙ୍କ ପିତୃ-ପୁରୁଷମାନେ ଭାବବାଦୀମାନଙ୍କ ପ୍ରତି କରୁଥିଲେ।”

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଜୁଲାଇ 5 ନାଗରିକ ପଞ୍ଜିକାର ଜୁଲାଇ 18। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର