ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜୁଲାଇ 2027 › ଜୁଲାଇ 19
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 19 ଜୁଲାଇ 2027
ସୋମବାର · ସାଧାରଣ କାଳର 16ତମ ସପ୍ତାହ
ପର୍ବ ଓ ସନ୍ଥ
ସାଧାରଣ କାଳର 16ତମ ସପ୍ତାହର ସୋମବାର
ସାଧାରଣ ଦିନ · ଉପାସନାର ରଙ୍ଗ: ସବୁଜ
ଦିନର ପାଠ
ପ୍ରଥମ ପାଠ
5ଏଥିଉତ୍ତାରେ ଲୋକମାନେ ପଳାଇଅଛନ୍ତି, ଏହି ସମ୍ବାଦ ମିସରୀୟ ରାଜାଙ୍କୁ ଜଣାଯାଆନ୍ତେ, ଲୋକମାନଙ୍କ ବିଷୟରେ ଫାରୋଙ୍କର ଓ ତାଙ୍କର ଦାସମାନଙ୍କ ଅନ୍ତଃକରଣ ପରିବର୍ତ୍ତିତ ହେଲା; ତହୁଁ ସେମାନେ କହିଲେ, “ଆମ୍ଭେମାନେ ଏ କି କର୍ମ କରିଅଛୁ? କାହିଁକି ଇସ୍ରାଏଲକୁ ଆପଣାମାନଙ୍କ ଦାସତ୍ୱରୁ ଛାଡ଼ି ଦେଇଅଛୁ?” 6ତହୁଁ ରାଜା ଆପଣା ରଥ ପ୍ରସ୍ତୁତ କରାଇଲେ ଓ ଆପଣା ଲୋକମାନଙ୍କୁ ସଙ୍ଗରେ ନେଲେ। 7ପୁଣି, ଛଅ ଶହ ବଛା ରଥ ଓ ମିସରୀୟମାନଙ୍କର ସମସ୍ତ ରଥ ଓ ପ୍ରତ୍ୟେକ ରଥରେ ଯୋଦ୍ଧାମାନଙ୍କୁ ନେଲେ। 8ଆଉ ସଦାପ୍ରଭୁ ମିସରୀୟ ରାଜା ଫାରୋଙ୍କର ହୃଦୟ କଠିନ କରନ୍ତେ, ସେ ଇସ୍ରାଏଲ-ସନ୍ତାନଗଣର ପଛେ ପଛେ ଗୋଡ଼ାଇଲେ; ସେତେବେଳେ ଇସ୍ରାଏଲ ସନ୍ତାନମାନେ ଊର୍ଦ୍ଧ୍ୱ ହସ୍ତରେ ଯାତ୍ରା କରୁଥିଲେ। 9ତହୁଁ ମିସରୀୟମାନେ, ଅର୍ଥାତ୍, ଫାରୋଙ୍କର ସମସ୍ତ ଅଶ୍ୱ, ରଥ ଓ ଅଶ୍ୱାରୂଢ଼ ସୈନ୍ୟଗଣ ସେମାନଙ୍କ ପଛେ ପଛେ ଦୌଡ଼ି ବାଲ-ସଫୋନ ଅଗ୍ରତେ ପୀହହୀରୋତ ନିକଟରେ ସମୁଦ୍ର ତୀରରେ ସେମାନେ ଛାଉଣି କରିବା ସମୟରେ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ। 10ଆଉ ଫାରୋ ନିକଟବର୍ତ୍ତୀ ହୁଅନ୍ତେ, ଇସ୍ରାଏଲ-ସନ୍ତାନଗଣ ଅନାଇ ଆପଣାମାନଙ୍କ ପଶ୍ଚାତ୍ ପଶ୍ଚାତ୍ ଆଗମନକାରୀ ମିସରୀୟମାନଙ୍କୁ ଦେଖି ଅତିଶୟ ଭୀତ ହେଲେ, ପୁଣି, ଇସ୍ରାଏଲ ସନ୍ତାନମାନେ ସଦାପ୍ରଭୁଙ୍କୁ ଡାକ ପକାଇଲେ। 11ପୁଣି, ମୋଶାଙ୍କୁ କହିଲେ, “ମିସରରେ କବର ନ ଥିଲା ବୋଲି କି ପ୍ରାନ୍ତରରେ ତୁମ୍ଭେ ଆମ୍ଭମାନଙ୍କୁ ମାରିବାକୁ ଆଣିଲ? ଆମ୍ଭମାନଙ୍କ ସଙ୍ଗରେ ଏରୂପ ବ୍ୟବହାର କରି ଆମ୍ଭମାନଙ୍କୁ ମିସରରୁ କାହିଁକି ବାହାର କରି ଆଣିଲ? 12ଆମ୍ଭମାନଙ୍କୁ ରହିବାକୁ ଦିଅ, ‘ଆମ୍ଭେମାନେ ମିସରୀୟମାନଙ୍କର ଦାସ୍ୟକର୍ମ କରିବା, କାରଣ ପ୍ରାନ୍ତରରେ ମରିବା ଅପେକ୍ଷା ମିସରୀୟମାନଙ୍କର ସେବା କରିବା ଆମ୍ଭମାନଙ୍କର ମଙ୍ଗଳ, ଆମ୍ଭେମାନେ କି ମିସରରେ ତୁମ୍ଭଙ୍କୁ ଏହି କଥା କହି ନ ଥିଲୁ?’” 13ତହୁଁ ମୋଶା ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ଭୟ କର ନାହିଁ, ସୁସ୍ଥିର ହୁଅ; ସଦାପ୍ରଭୁ ଆଜି କିପରି ତୁମ୍ଭମାନଙ୍କୁ ଉଦ୍ଧାର କରିବେ, ତାହା ଦେଖ; ତୁମ୍ଭେମାନେ ଆଜି ଯେପରି ମିସରୀୟମାନଙ୍କୁ ଦେଖୁଅଛ, ସେପରି ଅନନ୍ତକାଳ ପର୍ଯ୍ୟନ୍ତ ଆଉ କେବେ ଦେଖିବ ନାହିଁ। 14ସଦାପ୍ରଭୁ ତୁମ୍ଭମାନଙ୍କ ନିମନ୍ତେ ଯୁଦ୍ଧ କରିବେ, ତୁମ୍ଭେମାନେ ନୀରବ ରହିବ।” 15ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଆମ୍ଭଙ୍କୁ କାହିଁକି ଡାକୁଅଛ? ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ, ସେମାନେ ଅଗ୍ରସର ହେଉନ୍ତୁ। 16ପୁଣି, ତୁମ୍ଭେ ଆପଣା ଯଷ୍ଟି ଉଠାଅ ଓ ସମୁଦ୍ର ଉପରେ ହସ୍ତ ବିସ୍ତାର କରି ତାହା ଦୁଇ ଭାଗ କର; ତହିଁରେ ଇସ୍ରାଏଲ-ସନ୍ତାନଗଣ ଶୁଷ୍କ ପଥ ଦେଇ ସମୁଦ୍ର ମଧ୍ୟରେ ପ୍ରବେଶ କରିବେ। 17ପୁଣି, ଆମ୍ଭେ, ଦେଖ, ଆମ୍ଭେ ମିସରୀୟମାନଙ୍କ ହୃଦୟ କଠିନ କରନ୍ତେ, ସେମାନେ ସେମାନଙ୍କ ପଛେ ପଛେ ଯିବେ, ତହିଁରେ ଆମ୍ଭେ ଫାରୋ ଓ ତାହାର ସମସ୍ତ ସୈନ୍ୟ, ରଥ ଓ ଅଶ୍ୱାରୂଢ଼ ଲୋକମାନଙ୍କ ଦ୍ୱାରା ସମ୍ଭ୍ରମ ପ୍ରାପ୍ତ ହେବା। 18ଆଉ ଫାରୋ, ତାହାର ରଥ ଓ ତାହାର ଅଶ୍ୱାରୂଢ଼ ଲୋକମାନଙ୍କ ଦ୍ୱାରା ସମ୍ଭ୍ରମ ପ୍ରାପ୍ତ ହେଲା ଉତ୍ତାରେ ଆମ୍ଭେ ଯେ ସଦାପ୍ରଭୁ, ଏହା ମିସରୀୟ ଲୋକମାନେ ଜାଣିବେ।”
ପ୍ରତିଉତ୍ତର ଗୀତ
1ସେତେବେଳେ ମୋଶା ଓ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏହି ଗୀତ ଗାନ କଲେ, ଯଥା, “ଆମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିବା, କାରଣ ସେ ଅତିଶୟ ଉନ୍ନତ ହୋଇଅଛନ୍ତି; ସେ ଅଶ୍ୱ ଓ ଅଶ୍ୱାରୋହୀଙ୍କୁ ସମୁଦ୍ରରେ ନିକ୍ଷେପ କରିଅଛନ୍ତି। 2ସଦାପ୍ରଭୁ ଆମ୍ଭର ବଳ ଓ ଗାନ, ପୁଣି, ସେ ଆମ୍ଭର ପରିତ୍ରାଣ ହୋଇଅଛନ୍ତି; ସେ ଆମ୍ଭର ପରମେଶ୍ୱର, ଆମ୍ଭେ ତାହାଙ୍କର ପ୍ରଶଂସା କରିବା; ସେ ଆମ୍ଭର ପୈତୃକ ପରମେଶ୍ୱର, ଆମ୍ଭେ ତାହାଙ୍କର ଗୁଣାନୁବାଦ କରିବା। 3ସଦାପ୍ରଭୁ ଯୁଦ୍ଧବୀର; ସଦାପ୍ରଭୁ ତାହାଙ୍କର ନାମ। 4ସେ ଫାରୋଙ୍କର ରଥ ଓ ସୈନ୍ୟଗଣକୁ ସମୁଦ୍ରରେ ନିକ୍ଷେପ କରିଅଛନ୍ତି; ପୁଣି, ତାଙ୍କର ବଛା ବୀରମାନେ ସୂଫ ସାଗରରେ ନିମଗ୍ନ ହୋଇଅଛନ୍ତି। 5ଗଭୀର ଜଳ ସେମାନଙ୍କୁ ଆଚ୍ଛାଦନ କରିଅଛି, ସେମାନେ ପ୍ରସ୍ତର ତୁଲ୍ୟ ଅଗାଧ ଜଳରେ ବୁଡ଼ିଗଲେ। 6ହେ ସଦାପ୍ରଭୁ, ତୁମ୍ଭର ଦକ୍ଷିଣ ହସ୍ତ ବଳରେ ଗୌରବାନ୍ୱିତ; ହେ ସଦାପ୍ରଭୁ, ତୁମ୍ଭର ଦକ୍ଷିଣ ହସ୍ତ ଶତ୍ରୁକୁ ଚୂର୍ଣ୍ଣ କରେ,
ସୁସମାଚାର
38ସେତେବେଳେ ଶାସ୍ତ୍ରୀ ଓ ଫାରୂଶୀମାନଙ୍କ ମଧ୍ୟରୁ କେତେକ ଜଣ ତାହାଙ୍କୁ ଉତ୍ତର ଦେଲେ ହେ ଗୁରୁ, ଆମ୍ଭେମାନେ ଆପଣଙ୍କଠାରୁ ଗୋଟିଏ ଚିହ୍ନ ଦେଖିବାକୁ ଇଚ୍ଛା କରୁଅଛୁ। 39କିନ୍ତୁ ସେ ସେମାନଙ୍କୁ ଉତ୍ତର ଦେଲେ, “ଦୁଷ୍ଟ ଓ ବ୍ୟଭିଚାରୀ ବଂଶ ଚିହ୍ନ ଅନ୍ୱେଷଣ କରନ୍ତି, ମାତ୍ର ଭାବବାଦୀ ଯୂନସଙ୍କ ଚିହ୍ନ ବିନା ଅନ୍ୟ କୌଣସି ଚିହ୍ନ ସେମାନଙ୍କୁ ଦିଆଯିବ ନାହିଁ। 40କାରଣ ଯୂନସ ଯେପରି ତିନି ଦିନ ଓ ତିନି ରାତି ଏକ ବୃହତ୍ ମତ୍ସ୍ୟର ପେଟରେ ଥିଲେ, ମନୁଷ୍ୟପୁତ୍ର ସେହିପରି ତିନି ଦିନ ଓ ତିନି ରାତି ଭୂଗର୍ଭରେ ରହିବେ। 41ନୀନିବୀ ସହରର ଲୋକମାନେ ବିଚାରରେ ଏହି ବର୍ତ୍ତମାନ ପୁରୁଷ ସହିତ ଉଠି ଏମାନଙ୍କୁ ଦୋଷୀ କରିବେ, କାରଣ ସେମାନେ ଯୂନସଙ୍କ ପ୍ରଚାରରେ ମନ-ପରିବର୍ତ୍ତନ କଲେ, ଆଉ ଦେଖ, ଯୂନସଙ୍କ ଅପେକ୍ଷା ମହତ ବିଷୟ ଏ ସ୍ଥାନରେ ଅଛି। 42ଆଉ, ଦକ୍ଷିଣ ଦେଶର ରାଣୀ ବିଚାରରେ ଏହି ବର୍ତ୍ତମାନ ପୁରୁଷ ସହିତ ଉଠି ଏମାନଙ୍କୁ ଦୋଷୀ କରିବେ କାରଣ ସେ ଶଲୋମନଙ୍କ ଜ୍ଞାନର କଥା ଶୁଣିବାକୁ ପୃଥିବୀର ପ୍ରାନ୍ତରୁ ଆସିଲେ, ଆଉ ଦେଖ, ଶଲୋମନଙ୍କ ଅପେକ୍ଷା ମହତ ବିଷୟ ଏ ସ୍ଥାନରେ ଅଛି।”
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର