ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜୁଲାଇ 2027 › ଜୁଲାଇ 19
ଅର୍ଥୋଡକ୍ସ ପଞ୍ଜିକା · 6 ଜୁଲାଇ (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 19 ଜୁଲାଇ 2027
ସୋମବାର · ପେଣ୍ଟିକଷ୍ଟ ପରେ ପଞ୍ଚମ ସପ୍ତାହ · ସ୍ୱର 3
ପର୍ବ ଓ ସନ୍ଥ
Venerable Sisoes the Great († 429)
ଉପବାସ
ଉପବାସ ନାହିଁ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପତ୍ର
4କାରଣ ଯେପରି ଏକ ଶରୀରରେ ଆମ୍ଭମାନଙ୍କର ଅନେକ ଅଙ୍ଗପ୍ରତ୍ୟଙ୍ଗ ଅଛି, କିନ୍ତୁ ସମସ୍ତ ଅଙ୍ଗପ୍ରତ୍ୟଙ୍ଗର କାର୍ଯ୍ୟ ଏକ-ପ୍ରକାର ନୁହେଁ, 5ସେହିପରି ଅନେକ ଯେ ଆମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ଏକ ଶରୀର ଓ ପ୍ରତ୍ୟେକେ ପରସ୍ପର ଅଙ୍ଗପ୍ରତ୍ୟଙ୍ଗ। 15ଯେଉଁମାନେ ଆନନ୍ଦ କରନ୍ତି, ସେମାନଙ୍କ ସହିତ ଆନନ୍ଦ କର; ଯେଉଁମାନେ ରୋଦନ କରନ୍ତି, ସେମାନଙ୍କ ସହିତ ରୋଦନ କର। 16ପରସ୍ପର ପ୍ରତି ଏକମନା ହୁଅ; ଉଚ୍ଚାଭିମାନୀ ନ ହୋଇ ଦୀନ ଲୋକମାନଙ୍କର ସଙ୍ଗୀ ହୁଅ। ଆପଣା ଆପଣା ବୁଦ୍ଧିରେ ବୁଦ୍ଧିମାନ ନ ହୁଅ। 17ମନ୍ଦ ବଦଳରେ କାହାରି ମନ୍ଦ କର ନାହିଁ; ସମସ୍ତ ମନୁଷ୍ୟଙ୍କ ଦୃଷ୍ଟିରେ ଯାହା ଯାହା ଉତ୍ତମ, ସେହିସବୁ ଚିନ୍ତା କର; 18ସମ୍ଭବ ହେଲେ, ତୁମ୍ଭର ଯେତେ ପର୍ଯ୍ୟନ୍ତ ସାଧ୍ୟ, ସମସ୍ତ ଲୋକଙ୍କ ସହିତ ଶାନ୍ତିରେ ରୁହ। 19ହେ ପ୍ରିୟମାନେ, ତୁମ୍ଭେମାନେ ନିଜେ ନିଜେ ପ୍ରତିଶୋଧ ନିଅ ନାହିଁ, କିନ୍ତୁ ଈଶ୍ବରଙ୍କ କ୍ରୋଧ ପାଇଁ ସ୍ଥାନ ଛାଡ଼ିଦିଅ; କାରଣ ଲେଖାଅଛି, “ପ୍ରଭୁ କହନ୍ତି, ପ୍ରତିଶୋଧ ନେବା ଆମ୍ଭର ଅଧିକାର, ଆମ୍ଭେ ପ୍ରତିଫଳ ଦେବା।” 20“ବରଂ ଯଦି ତୁମ୍ଭର ଶତ୍ରୁ କ୍ଷୁଧିତ, ତେବେ ତାହାକୁ ଭୋଜନ କରାଅ; ଯଦି ସେ ତୃଷିତ ତାହାକୁ ପାନ କରାଅ; କାରଣ ଏହିପରି କଲେ ତୁମ୍ଭେ ତାହାର ମସ୍ତକ ଉପରେ ଜ୍ୱଳନ୍ତା ଅଙ୍ଗାର ଗଦା କରିବ।” 21କୁକର୍ମରେ ପରାଜିତ ନ ହୋଇ ସତ୍କର୍ମରେ କୁକର୍ମକୁ ପରାଜୟ କର।
ସୁସମାଚାର
9ସେ ସେହି ସ୍ଥାନରୁ ଚାଲିଯାଇ ସେମାନଙ୍କ ସମାଜଗୃହରେ ପ୍ରବେଶ କଲେ। 10ଆଉ ଦେଖ, ସେଠାରେ ଜଣେ ଲୋକ ଥିଲା, ତାହାର ଗୋଟିଏ ହାତ ଶୁଖିଯାଇଥିଲା। ପୁଣି, ସେମାନେ ତାହାଙ୍କ ବିରୁଦ୍ଧରେ ଅଭିଯୋଗ କରିବା ଉଦ୍ଦେଶ୍ୟରେ ତାହାଙ୍କୁ ପଚାରିଲେ, ବିଶ୍ରାମବାର ଦିନରେ ସୁସ୍ଥ କରିବା କଅଣ ବିଧିସଙ୍ଗତ? 11କିନ୍ତୁ ସେ ସେମାନଙ୍କୁ କହିଲେ, “ଯଦି କାହାରି ଗୋଟିଏ ମେଣ୍ଢା ଥାଏ ଓ ତାହା ବିଶ୍ରାମବାର ଦିନରେ ଖାତରେ ପଡ଼ିଯାଏ, ତାହାହେଲେ ଯେ ତାହାକୁ ଧରି ନ ଉଠାଇବ, ଏପରି ଲୋକ ତୁମ୍ଭମାନଙ୍କ ମଧ୍ୟରେ କିଏ ଅଛି? 12ତେବେ, ମେଣ୍ଢାଠାରୁ ମନୁଷ୍ୟ ଆହୁରି କେତେ ଅଧିକ ଶ୍ରେଷ୍ଠ। ଏଣୁ ବିଶ୍ରାମବାର ଦିନରେ ମଙ୍ଗଳ ସାଧନ କରିବା ବିଧିସଙ୍ଗତ। 13ସେତେବେଳେ ସେ ସେହି ଲୋକଙ୍କୁ କହିଲେ, ତୁମ୍ଭର ହାତ ବଢ଼ାଅ।” ସେଥିରେ ସେ ହାତ ବଢ଼ାଇଲା ଓ ତାହା ଅନ୍ୟ ହାତ ପରି ପୁଣି, ଭଲ ହୋଇଗଲା।
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଜୁଲାଇ 6 ନାଗରିକ ପଞ୍ଜିକାର ଜୁଲାଇ 19। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର