Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜୁଲାଇ 2027 › ଜୁଲାଇ 20

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 20 ଜୁଲାଇ 2027

ମଙ୍ଗଳବାର · ସାଧାରଣ କାଳର 16ତମ ସପ୍ତାହ

ପର୍ବ ଓ ସନ୍ଥ

ସାଧାରଣ କାଳର 16ତମ ସପ୍ତାହର ମଙ୍ଗଳବାର

ଇଚ୍ଛାଧୀନ ସ୍ମୃତି ଦିବସ · ଉପାସନାର ରଙ୍ଗ: ସବୁଜ

ସନ୍ଥ ଆପୋଲିନାରିସ୍, ଧର୍ମାଧ୍ୟକ୍ଷ ଓ ଶହୀଦ · ଇଚ୍ଛାଧୀନ ସ୍ମୃତି ଦିବସ

ଦିନର ପାଠ

ପ୍ରଥମ ପାଠ

ଯାତ୍ରା 14:21–15:1

21ଏଥିଉତ୍ତାରେ ମୋଶା ସମୁଦ୍ର ଉପରେ ଆପଣା ହସ୍ତ ବିସ୍ତାର କରନ୍ତେ, ସଦାପ୍ରଭୁ ସେହି ସମସ୍ତ ରାତ୍ରି ପ୍ରବଳ ପୂର୍ବୀୟ ବାୟୁ ଦ୍ୱାରା ସମୁଦ୍ରକୁ ପଶ୍ଚାତ୍‍ ହଟାଇ ଶୁଷ୍କ କଲେ ଓ ଜଳ ଦୁଇ ଭାଗ ହେଲା। 22ତହିଁରେ ଇସ୍ରାଏଲ-ସନ୍ତାନଗଣ ଶୁଷ୍କ ପଥ ଦେଇ ସମୁଦ୍ର ମଧ୍ୟରେ ଗମନ କଲେ, ପୁଣି, ସେମାନଙ୍କ ଦକ୍ଷିଣରେ ଓ ବାମରେ ଜଳ ପ୍ରାଚୀର ତୁଲ୍ୟ ହେଲା। 23ଏଥିଉତ୍ତାରେ ମିସରୀୟମାନେ, ଅର୍ଥାତ୍‍, ଫାରୋଙ୍କର ସମସ୍ତ ଅଶ୍ୱ, ରଥ, ଓ ଅଶ୍ୱାରୂଢ଼ ଲୋକ ସମସ୍ତେ ଦୌଡ଼ି ସେମାନଙ୍କ ପଛେ ପଛେ ସମୁଦ୍ରରେ ପ୍ରବେଶ କଲେ। 24ମାତ୍ର ରାତ୍ରିର ଶେଷ ପ୍ରହରରେ ସଦାପ୍ରଭୁ ଅଗ୍ନି ଓ ମେଘସ୍ତମ୍ଭ ଦେଇ ମିସରୀୟମାନଙ୍କ ସୈନ୍ୟକୁ ଅନାଇଲେ ଓ ମିସରୀୟମାନଙ୍କ ସୈନ୍ୟକୁ ଅସ୍ତବ୍ୟସ୍ତ କଲେ। 25ସେ ସେମାନଙ୍କ ରଥର ଚକ୍ର ବାହାର କରି ପକାନ୍ତେ, ସେମାନେ ଅତି କଷ୍ଟରେ ରଥ ଚଳାଇଲେ; ତହିଁରେ ମିସରୀୟ ଲୋକମାନେ କହିଲେ, “ଆସ, ଆମ୍ଭେମାନେ ଇସ୍ରାଏଲ ସମ୍ମୁଖରୁ ପଳାଇ ଯାଉ; କାରଣ ସଦାପ୍ରଭୁ ସେମାନଙ୍କର ସପକ୍ଷ ହୋଇ ମିସରୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରୁଅଛନ୍ତି।” 26ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ସମୁଦ୍ର ଉପରେ ଆପଣା ହସ୍ତ ବିସ୍ତାର କର; ତହିଁରେ ମିସରୀୟମାନଙ୍କ, ସେମାନଙ୍କ ରଥ ଓ ଅଶ୍ୱାରୂଢ଼ ଲୋକମାନଙ୍କ ଉପରେ ପୁନର୍ବାର ଜଳ ଆସିବ।” 27ତହୁଁ ମୋଶା ସମୁଦ୍ର ଉପରେ ହସ୍ତ ବିସ୍ତାର କଲେ, ଆଉ ପ୍ରଭାତ ସମୟକୁ ସମୁଦ୍ର ପୁନର୍ବାର ସମାନ ହେବାକୁ ଲାଗିଲା; ତହୁଁ ମିସରୀୟମାନେ ଉଜାଣି ପଳାୟନ କରନ୍ତେ, ସଦାପ୍ରଭୁ ସମୁଦ୍ର ମଧ୍ୟରେ ସେମାନଙ୍କୁ ନିକ୍ଷେପ କଲେ। 28ପୁଣି, ଜଳ ପୁନର୍ବାର ଆସି ସେମାନଙ୍କ ରଥ ଓ ଅଶ୍ୱାରୂଢ଼ ଲୋକମାନଙ୍କୁ ଆଚ୍ଛାଦନ କଲା; ତହିଁରେ ଫାରୋଙ୍କର ଯେଉଁସବୁ ସୈନ୍ୟ ସେମାନଙ୍କ ପଛେ ପଛେ ସମୁଦ୍ର ମଧ୍ୟରେ ପ୍ରବେଶ କରିଥିଲେ, ସେମାନଙ୍କ ମଧ୍ୟରୁ ଜଣେ ମଧ୍ୟ ଅବଶିଷ୍ଟ ରହିଲା ନାହିଁ। 29ମାତ୍ର ଇସ୍ରାଏଲ-ସନ୍ତାନଗଣ ଶୁଷ୍କ ପଥରେ ସମୁଦ୍ର ମଧ୍ୟଦେଇ ଗମନ କଲେ; ପୁଣି, ଜଳ ସେମାନଙ୍କ ବାମ ଓ ଦକ୍ଷିଣରେ ପ୍ରାଚୀର ତୁଲ୍ୟ ହେଲା। 30ଏହି ପ୍ରକାରେ ସେହି ଦିନ ସଦାପ୍ରଭୁ ମିସରୀୟମାନଙ୍କ ହସ୍ତରୁ ଇସ୍ରାଏଲଙ୍କୁ ରକ୍ଷା କଲେ ଓ ଇସ୍ରାଏଲ ମିସରୀୟମାନଙ୍କୁ ସମୁଦ୍ର ତୀରରେ ମୃତ ଦେଖିଲେ। 31ସଦାପ୍ରଭୁ ମିସରୀୟମାନଙ୍କ ବିରୁଦ୍ଧରେ ଏହି ଯେଉଁ ମହତ୍ କର୍ମ କଲେ, ତାହା ଇସ୍ରାଏଲ ଦେଖିଲେ; ତହିଁରେ ଲୋକମାନେ ସଦାପ୍ରଭୁଙ୍କୁ ଭୟ କରି ସଦାପ୍ରଭୁଙ୍କଠାରେ ଓ ତାହାଙ୍କ ଦାସ ମୋଶାଙ୍କଠାରେ ବିଶ୍ୱାସ କଲେ। 15:1ସେତେବେଳେ ମୋଶା ଓ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏହି ଗୀତ ଗାନ କଲେ, ଯଥା, “ଆମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିବା, କାରଣ ସେ ଅତିଶୟ ଉନ୍ନତ ହୋଇଅଛନ୍ତି; ସେ ଅଶ୍ୱ ଓ ଅଶ୍ୱାରୋହୀଙ୍କୁ ସମୁଦ୍ରରେ ନିକ୍ଷେପ କରିଅଛନ୍ତି।

ପ୍ରତିଉତ୍ତର ଗୀତ

ଯାତ୍ରା 15:8–10, 12, 17

8ତୁମ୍ଭ ନାସିକାର ନିଃଶ୍ୱାସ ଦ୍ୱାରା ଜଳ ରାଶୀକୃତ ହେଲା; ସ୍ରୋତସକଳ ସେତୁ ପରି ଛିଡ଼ା ହୋଇ ରହିଲା; ସମୁଦ୍ର ମଧ୍ୟସ୍ଥଳରେ ଗଭୀର ଜଳ ଜମାଟ ହୋଇଗଲା। 9ଶତ୍ରୁ କହିଲା: ‘ଆମ୍ଭେ ପଛେ ପଛେ ଗୋଡ଼ାଇବା, ଆମ୍ଭେ ସେମାନଙ୍କୁ ଧରିବା, ଆମ୍ଭେ ଲୁଟିତ ଦ୍ରବ୍ୟ ବିଭାଗ କରି ନେବା; ସେମାନଙ୍କ ଉପରେ ଆମ୍ଭର ଅଭିଳାଷ ପୂର୍ଣ୍ଣ ହେବ; ଆମ୍ଭେ ଆପଣା ଖଡ୍ଗ ନିଷ୍କୋଷ କରିବା, ଆମ୍ଭର ହସ୍ତ ସେମାନଙ୍କୁ ବିନାଶ କରିବ।’ 10ମାତ୍ର ତୁମ୍ଭେ ଆପଣା ନିଃଶ୍ୱାସ ଦ୍ୱାରା ଫୁଙ୍କି ଦେଲ, ସମୁଦ୍ର ସେମାନଙ୍କୁ ଆଚ୍ଛାଦନ କଲା, ସେମାନେ ସୀସା ପରି ଗଭୀର ଜଳରେ ବୁଡ଼ିଗଲେ। 12ତୁମ୍ଭେ ଆପଣା ଦକ୍ଷିଣ ହସ୍ତ ବିସ୍ତାର କଲ, ପୃଥିବୀ ସେମାନଙ୍କୁ ଗ୍ରାସ କଲା। 17ହେ ସଦାପ୍ରଭୁ, ତୁମ୍ଭେ ଆପଣା ନିବାସ ନିମନ୍ତେ ଯେଉଁ ସ୍ଥାନ ପ୍ରସ୍ତୁତ କରିଅଛ, ପ୍ରଭୁ, ତୁମ୍ଭର ହସ୍ତ ଯେଉଁ ଧର୍ମଧାମ ସ୍ଥାପନ କରିଅଛି, ତୁମ୍ଭେ ସେମାନଙ୍କୁ ଆଣି ଆପଣାର ସେହି ଅଧିକାର-ପର୍ବତରେ ରୋପଣ କରିବ।

ସୁସମାଚାର

ମାଥି 12:46–50

46ସେ ଲୋକସମୂହକୁ କଥା କହୁଥିବା ସମୟରେ, ଦେଖ, ତାହାଙ୍କ ମାଆ ଓ ଭାଇମାନେ ବାହାରେ ଠିଆ ହୋଇ ତାହାଙ୍କ ସାଙ୍ଗରେ କଥା କହିବାକୁ ଇଚ୍ଛା କରୁଥିଲେ। 47ସେଥିରେ ଜଣେ ତାହାଙ୍କୁ କହିଲା, ଦେଖନ୍ତୁ, ଆପଣଙ୍କ ମାଆ ଓ ଭାଇମାନେ ବାହାରେ ଠିଆ ହୋଇ ଆପଣଙ୍କ ସାଙ୍ଗରେ କଥା କହିବାକୁ ଇଚ୍ଛା କରୁଅଛନ୍ତି। 48କିନ୍ତୁ ଯେ ତାହାଙ୍କୁ ଏହି କଥା କହିଲା ତାହାଙ୍କୁ ସେ ଉତ୍ତର ଦେଲେ, “ମୋହର ମାଆ କିଏ? ଆଉ, ମୋହର ଭାଇମାନେ କିଏ?” 49ପୁଣି, ସେ ଆପଣା ଶିଷ୍ୟମାନଙ୍କ ଆଡ଼କୁ ହାତ ବଢ଼ାଇ କହିଲେ, “ଦେଖ, ମୋହର ମାଆ ଓ ମୋହର ଭାଇମାନେ, 50କାରଣ ଯେ କେହି ମୋହର ସ୍ୱର୍ଗସ୍ଥ ପିତାଙ୍କ ଇଚ୍ଛା ସାଧନ କରେ, ସେ ମୋହର ଭାଇ, ଭଉଣୀ ଓ ମାଆ।”

ଆଜିର ସନ୍ଥ

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର