Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜୁଲାଇ 2027 › ଜୁଲାଇ 21

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 21 ଜୁଲାଇ 2027

ବୁଧବାର · ସାଧାରଣ କାଳର 16ତମ ସପ୍ତାହ

ପର୍ବ ଓ ସନ୍ଥ

ସାଧାରଣ କାଳର 16ତମ ସପ୍ତାହର ବୁଧବାର

ଇଚ୍ଛାଧୀନ ସ୍ମୃତି ଦିବସ · ଉପାସନାର ରଙ୍ଗ: ସବୁଜ

ବ୍ରିଣ୍ଡିସିର ସନ୍ଥ ଲରେନ୍ସ, ପୁରୋହିତ ଓ ମଣ୍ଡଳୀର ଆଚାର୍ଯ୍ୟ · ଇଚ୍ଛାଧୀନ ସ୍ମୃତି ଦିବସ

ଦିନର ପାଠ

ପ୍ରଥମ ପାଠ

ଯାତ୍ରା 16:1–5, 9–15

1ଏଥିଉତ୍ତାରେ ସେମାନେ ଏଲୀମଠାରୁ ଯାତ୍ରା କଲେ, ଆଉ ମିସର ଦେଶରୁ ପ୍ରସ୍ଥାନ କଲା ଉତ୍ତାରେ ଦ୍ୱିତୀୟ ମାସର ପଞ୍ଚଦଶ ଦିନରେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀ ଏଲୀମ ଓ ସୀନୟର ମଧ୍ୟବର୍ତ୍ତୀ ସୀନ୍‍ ପ୍ରାନ୍ତରରେ ଉପସ୍ଥିତ ହେଲେ। 2ସେତେବେଳେ ଇସ୍ରାଏଲ ସନ୍ତାନମାନଙ୍କ ସମସ୍ତ ମଣ୍ଡଳୀ ମୋଶା ଓ ହାରୋଣଙ୍କ ବିରୁଦ୍ଧରେ ପ୍ରାନ୍ତରରେ ବଚସା କଲେ। 3ପୁଣି, ଇସ୍ରାଏଲ-ସନ୍ତାନଗଣ ସେମାନଙ୍କୁ କହିଲେ, “ହାୟ, ହାୟ, ଆମ୍ଭେମାନେ ଯେତେବେଳେ ମାଂସ ହାଣ୍ଡି ପାଖରେ ବସି ତୃପ୍ତି ପର୍ଯ୍ୟନ୍ତ ଅନ୍ନ ଭୋଜନ କରୁଥିଲୁ, ସେତେବେଳେ ଯଦି ଆମ୍ଭେମାନେ ମିସର ଦେଶରେ ସଦାପ୍ରଭୁଙ୍କ ହସ୍ତରେ ମରିଥାʼନ୍ତୁ। ତୁମ୍ଭେମାନେ ଏହି ସମସ୍ତ ମଣ୍ଡଳୀକୁ କ୍ଷୁଧାରେ ମାରିବା ପାଇଁ ଆମ୍ଭମାନଙ୍କୁ ବାହାର କରି ଏହି ପ୍ରାନ୍ତରକୁ ଆଣିଅଛ।” 4ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଦେଖ, ଆମ୍ଭେ ତୁମ୍ଭମାନଙ୍କ ନିମନ୍ତେ ଆକାଶରୁ ଖାଦ୍ୟଦ୍ରବ୍ୟ ବୃଷ୍ଟି କରିବା; ପୁଣି, ଲୋକମାନେ ବାହାରକୁ ଯାଇ ପ୍ରତିଦିନ ଦିନର ନିରୂପିତ ପରିମାଣାନୁସାରେ ଖାଦ୍ୟ ସଂଗ୍ରହ କରିବେ; ତହିଁରେ ସେମାନେ ଆମ୍ଭର ବ୍ୟବସ୍ଥାନୁସାରେ ଚାଲିବେ କି ନାହିଁ, ଆମ୍ଭେ ସେମାନଙ୍କର ଏହି ପରୀକ୍ଷା ନେବା। 5ଷଷ୍ଠ ଦିନରେ ସେମାନେ ଯାହା ଆଣିବେ, ତାହା ରାନ୍ଧିଲେ ଦିନକୁ ଦିନ ଯାହା ସଂଗ୍ରହ କରନ୍ତି, ତାହା ଦୁଇଗୁଣ ହେବ।” 9ଆଉ ମୋଶା ହାରୋଣଙ୍କୁ କହିଲେ, “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀକୁ କୁହ, ‘ତୁମ୍ଭେମାନେ ସଦାପ୍ରଭୁଙ୍କ ଛାମୁକୁ ଆସ, ସେ ତୁମ୍ଭମାନଙ୍କର ବଚସା ଶୁଣିଅଛନ୍ତି।’” 10ତହିଁରେ ହାରୋଣ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀକୁ ଏହା କହିବା ସମୟରେ ସେମାନେ ପ୍ରାନ୍ତର ଆଡ଼େ ଅନାନ୍ତେ, ଦେଖ, ମେଘସ୍ତମ୍ଭ ମଧ୍ୟରେ ସଦାପ୍ରଭୁଙ୍କର ପ୍ରତାପ ଦେଖାଗଲା। 11ପୁଣି, ସଦାପ୍ରଭୁ ମୋଶାଙ୍କୁ କହିଲେ, 12“ଆମ୍ଭେ ଇସ୍ରାଏଲ-ସନ୍ତାନଗଣର ବଚସା ଶୁଣିଅଛୁ; ତୁମ୍ଭେ ସେମାନଙ୍କୁ କୁହ, ‘ତୁମ୍ଭେମାନେ ସନ୍ଧ୍ୟା ସମୟରେ ମାଂସ ଭୋଜନ କରିବ ଓ ପ୍ରଭାତରେ ଅନ୍ନରେ ପରିତୃପ୍ତ ହେବ; ତହିଁରେ ଆମ୍ଭେ ଯେ ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱର ଅଟୁ, ତାହା ତୁମ୍ଭେମାନେ ଜାଣିବ।’” 13ଏଥିଉତ୍ତାରେ ସନ୍ଧ୍ୟା ସମୟରେ ଭାଟୋଇ ପକ୍ଷୀଗଣ ଆସି ଛାଉଣି-ସ୍ଥାନ ଆଚ୍ଛାଦନ କଲେ, ପୁଣି, ପ୍ରାତଃକାଳରେ ଛାଉଣି ସ୍ଥାନର ଚାରିଆଡ଼େ କାକର ପଡ଼ିଲା। 14ଏଉତ୍ତାରେ ପତିତ କାକର ଊର୍ଦ୍ଧ୍ୱଗତ ହେଲାରୁ ଭୂମିସ୍ଥିତ କାକର ପରି ଗୋଲାକାର କ୍ଷୁଦ୍ର ଦ୍ରବ୍ୟ ପ୍ରାନ୍ତର ଉପରେ ପଡ଼ି ରହିଲା। 15ଆଉ ଇସ୍ରାଏଲ-ସନ୍ତାନଗଣ ତାହା ଦେଖି ପରସ୍ପରକୁ କହିଲେ, “ଏହା କʼଣ ଅଟେ?” ଯେହେତୁ ତାହା କʼଣ ଥିଲା, ସେମାନେ ଜାଣିଲେ ନାହିଁ। ତହିଁରେ ମୋଶା କହିଲେ, “ଏହା ତୁମ୍ଭମାନଙ୍କ ଭୋଜନ ନିମନ୍ତେ ସଦାପ୍ରଭୁଙ୍କ ଦତ୍ତ ଅନ୍ନ।

ପ୍ରତିଉତ୍ତର ଗୀତ

ଗୀତ 78:18–19, 23–28

18ପୁଣି, ସେମାନେ ଆପଣାମାନଙ୍କ ଅଭିଳାଷ ପୂରଣାର୍ଥେ ଭକ୍ଷ୍ୟ ମାଗି ଆପଣା ଆପଣା ମନରେ ପରମେଶ୍ୱରଙ୍କର ପରୀକ୍ଷା କଲେ। 19ହଁ, ସେମାନେ ପରମେଶ୍ୱରଙ୍କ ପ୍ରତିକୂଳରେ କଥା କହିଲେ; ସେମାନେ କହିଲେ, “ପରମେଶ୍ୱର କି ପ୍ରାନ୍ତରରେ ମେଜ ସଜାଇ ପାରିବେ? 23ତଥାପି ସେ ଉପରିସ୍ଥ ମେଘମାଳକୁ ଆଜ୍ଞା କଲେ ଓ ଆକାଶର ଦ୍ୱାର ମୁକ୍ତ କଲେ। 24ଆଉ, ସେ ଭୋଜନାର୍ଥେ ସେମାନଙ୍କ ଉପରେ ମାନ୍ନା ବର୍ଷାଇଲେ ଓ ସେମାନଙ୍କୁ ସ୍ୱର୍ଗର ଶସ୍ୟ ପ୍ରଦାନ କଲେ। 25ପରାକ୍ରମୀଗଣର ଆହାର ମନୁଷ୍ୟ ଭୋଜନ କଲା; ସେ ସେମାନଙ୍କ ତୃପ୍ତି ପର୍ଯ୍ୟନ୍ତ ଭକ୍ଷ୍ୟ ପଠାଇଲେ। 26ସେ ଆକାଶରେ ପୂର୍ବୀୟ ବାୟୁ ବହାଇଲେ ଓ ନିଜ ପରାକ୍ରମ ଦ୍ୱାରା ଦକ୍ଷିଣ ବାୟୁ ଚଳାଇଲେ। 27ମଧ୍ୟ ସେ ଧୂଳି ପରି ସେମାନଙ୍କ ଉପରେ ମାଂସ ବର୍ଷାଇଲେ, ପୁଣି, ସମୁଦ୍ରର ବାଲି ପରି ପକ୍ଷୀମାନଙ୍କୁ ବର୍ଷାଇଲେ; 28ସେ ସେମାନଙ୍କ ଛାଉଣି ମଧ୍ୟରେ, ସେମାନଙ୍କ ଆବାସର ଚତୁର୍ଦ୍ଦିଗରେ ତାହା ବର୍ଷାଇଲେ।

ସୁସମାଚାର

ମାଥି 13:1–9

1ସେହି ଦିନ ଯୀଶୁ ଘରୁ ବାହାରିଯାଇ ସମୁଦ୍ରକୂଳରେ ବସିଲେ। 2ସେଥିରେ ତାହାଙ୍କ ପାଖରେ ବହୁସଂଖ୍ୟକ ଲୋକ ଏକତ୍ର ହେବାରୁ ସେ ଯାଇ ଗୋଟିଏ ନୌକାରେ ବସିଲେ, ପୁଣି, ଲୋକସମୂହ କୂଳରେ ଠିଆ ହୋଇ ରହିଲେ। 3ଆଉ, ସେ ଦୃଷ୍ଟାନ୍ତ ଦ୍ୱାରା ସେମାନଙ୍କୁ ଅନେକ କଥା କହିଲେ ଦେଖ “ଜଣେ ବୁଣାଳୀ ବୁଣିବାକୁ ବାହାରିଗଲା। 4ସେ ବୁଣୁ ବୁଣୁ କେତେକ ବିହନ ବାଟ ପାଖରେ ପଡ଼ିଲା ପୁଣି, ଚଢ଼େଇମାନେ ଆସି ସେଗୁଡ଼ିକ ଖାଇଗଲେ। 5ଆଉ କେତେକ ଅଳ୍ପ ମାଟି ଥିବା ପଥୁରିଆ ଭୂମିରେ ପଡ଼ିଲା ଏବଂ ବେଶୀ ମାଟି ନ ଥିବାରୁ ଶୀଘ୍ର ଗଜା ହେଲା, 6କିନ୍ତୁ ସୂର୍ଯ୍ୟ ଉଠନ୍ତେ ଜଳିପୋଡ଼ିଗଲା ଓ ଚେର ନ ଥିବାରୁ ଶୁଖିଗଲା। 7ଆଉ କେତେକ କଣ୍ଟାଗଛଗୁଡ଼ାକ ମଝିରେ ପଡ଼ିଲା ପୁଣି, କଣ୍ଟାଗଛଗୁଡ଼ାକ ଉଠି ବଡ଼ ହୋଇ ସେଗୁଡ଼ିକୁ ଚାପି ପକାଇଲା। 8ମାତ୍ର ଅନ୍ୟ କେତେକ ଭଲ ଭୂମିରେ ପଡ଼ିଲା ଓ ଫଳ ଫଳିଲା, କେତେକ ଶହେ ଗୁଣ କେତେକ ଷାଠିଏ ଗୁଣ କେତେକ ତିରିଶ ଗୁଣ। 9ଯିଏ ଶୁଣିବାକୁ ଇଚ୍ଛା କରୁଅଛି, ସେ ଶୁଣୁ।”

ଆଜିର ସନ୍ଥ

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର