ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜୁଲାଇ 2027 › ଜୁଲାଇ 22
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 22 ଜୁଲାଇ 2027
ଗୁରୁବାର · ସାଧାରଣ କାଳର 16ତମ ସପ୍ତାହ
ପର୍ବ ଓ ସନ୍ଥ
ସନ୍ଥ ମଗ୍ଦଲୀନୀ ମରୀୟମ
ପର୍ବ · ଉପାସନାର ରଙ୍ଗ: ଧଳା
ଦିନର ପାଠ
ପ୍ରଥମ ପାଠ
କିମ୍ବା: ଦ୍ଵି.କରି 5:14–17
1ଯାହାଙ୍କୁ ମୋହର ପ୍ରାଣ ପ୍ରେମ କରେ, ତାଙ୍କୁ ମୁଁ ରାତ୍ରିକାଳେ ଆପଣା ଶଯ୍ୟାରେ ଖୋଜିଲି; ମୁଁ ତାଙ୍କୁ ଖୋଜିଲି, ମାତ୍ର ପାଇଲି ନାହିଁ। 2“ମୁଁ କହିଲି, ମୁଁ ଏବେ ଉଠି ନଗର ଭ୍ରମଣ କରିବି, ଯାହାଙ୍କୁ ମୋʼ ପ୍ରାଣ ପ୍ରେମ କରେ, ତାଙ୍କୁ ମୁଁ ଗଳି ଗଳି ଓ ଛକେ ଛକେ ଖୋଜିବି;” ମୁଁ ତାଙ୍କୁ ଖୋଜିଲି, ମାତ୍ର ପାଇଲି ନାହିଁ। 3ନଗର ଭ୍ରମଣକାରୀ ପ୍ରହରୀମାନେ ମୋତେ ଦେଖିଲେ; ମୁଁ ସେମାନଙ୍କୁ ପଚାରିଲି, ଯାହାଙ୍କୁ ମୋʼ ପ୍ରାଣ ପ୍ରେମ କରେ, “ତାଙ୍କୁ କି ତୁମ୍ଭେମାନେ ଦେଖିଲ?” 4ସେମାନଙ୍କୁ ଛାଡ଼ିବାର ଅଳ୍ପକ୍ଷଣ ଉତ୍ତାରେ ଯାହାଙ୍କୁ ମୋʼ ପ୍ରାଣ ପ୍ରେମ କରେ, ତାଙ୍କୁ ପାଇଲି; ମୁଁ ଆପଣା ମାତୃଗୃହକୁ ଓ ମୋʼ ଗର୍ଭଧାରିଣୀଙ୍କ ଅନ୍ତଃପୁରକୁ ନ ଆଣିବା ପର୍ଯ୍ୟନ୍ତ ତାଙ୍କୁ ଧରି ରଖିଲି, ଆଉ ଯିବାକୁ ଦେଲି ନାହିଁ।
ପ୍ରତିଉତ୍ତର ଗୀତ
1ଦାଉଦଙ୍କର ଗୀତ, ସେ ଯିହୁଦା-ପ୍ରାନ୍ତରରେ ଥିବା ବେଳେ ରଚିତ। ହେ ପରମେଶ୍ୱର, ତୁମ୍ଭେ ମୋହର ପରମେଶ୍ୱର; ବ୍ୟାକୁଳରେ ମୁଁ ତୁମ୍ଭର ଅନ୍ୱେଷଣ କରିବି; ଜଳଶୂନ୍ୟ ଶୁଷ୍କ ଓ ଶ୍ରାନ୍ତିକର ଦେଶରେ ମୋʼ ପ୍ରାଣ ତୁମ୍ଭ ନିମନ୍ତେ ତୃଷିତ ହୁଏ ଓ ମୋʼ ଶରୀର ତୁମ୍ଭ ପାଇଁ ଲାଳସା କରେ। 2ତେଣୁ ତୁମ୍ଭ ପରାକ୍ରମ ଓ ଗୌରବ ଦେଖିବା ପାଇଁ ମୁଁ ପବିତ୍ର ସ୍ଥାନରେ ତୁମ୍ଭ ପ୍ରତି ଚାହିଁ ରହିଅଛି। 3କାରଣ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଜୀବନ ଅପେକ୍ଷା ଉତ୍ତମ; ମୋହର ଓଷ୍ଠାଧର ତୁମ୍ଭର ପ୍ରଶଂସା କରିବ। 4ଏହିରୂପେ ମୁଁ ଯାବଜ୍ଜୀବନ ତୁମ୍ଭର ଧନ୍ୟବାଦ କରିବି; ମୁଁ ତୁମ୍ଭ ନାମରେ ଆପଣା ହସ୍ତ ଉଠାଇବି; 5ଯେପରି ମେଦ ଓ ମଜ୍ଜାରେ, ସେପରି ମୋହର ପ୍ରାଣ ପରିତୃପ୍ତ ହେବ ଓ ମୋʼ ମୁଖ ଆନନ୍ଦିତ ଓଷ୍ଠାଧରରେ ତୁମ୍ଭର ପ୍ରଶଂସା କରିବ। 7କାରଣ ତୁମ୍ଭେ ମୋହର ସହାୟ ହୋଇଅଛ, ଆଉ ତୁମ୍ଭ ପକ୍ଷର ଛାୟାରେ ମୁଁ ଉଲ୍ଲାସ କରିବି। 8ମୋହର ପ୍ରାଣ ତୁମ୍ଭ ପଛେ ପଛେ ଲାଗିଥାଏ; ତୁମ୍ଭର ଦକ୍ଷିଣ ହସ୍ତ ମୋତେ ଧରି ରଖେ।
ସୁସମାଚାର
1ସପ୍ତାହର ପ୍ରଥମ ଦିନ ପ୍ରତ୍ୟୁଷରେ ଅନ୍ଧକାର ଥାଉ ଥାଉ ମଗ୍ଦଲୀନୀ ମରୀୟମ ସମାଧି ନିକଟକୁ ଆସି ସେଥିରୁ ପଥର ଘୁଞ୍ଚାଯାଇଥିବା ଦେଖିଲେ। 11କିନ୍ତୁ ମରୀୟମ ରୋଦନ କରୁ କରୁ ବାହାରେ ସମାଧି ନିକଟରେ ଠିଆ ହୋଇ ରହିଲେ; ପୁଣି, ରୋଦନ କରୁ କରୁ ସେ ନଇଁପଡ଼ି ସମାଧି ଭିତରକୁ ଚାହିଁ, 12ଯୀଶୁଙ୍କ ଶରୀର ଯେଉଁ ସ୍ଥାନରେ ରଖାଯାଇଥିଲା, ସେଥିର ମୁଣ୍ଡ ପାଖରେ ଜଣେ ଓ ପାଦ ପାଖରେ ଆଉ ଜଣେ, ଏହିପରି ଦୁଇ ଜଣ ଶୁକ୍ଳ ବସ୍ତ୍ର ପରିହିତ ଦୂତଙ୍କୁ ବସିଥିବା ଦେଖିଲେ। 13ସେମାନେ ତାହାଙ୍କୁ କହିଲେ, ଗୋ ନାରୀ, କାହିଁକି ରୋଦନ କରୁଅଛ? ସେ ସେମାନଙ୍କୁ କହିଲେ, କେଉଁମାନେ ମୋହର ପ୍ରଭୁଙ୍କୁ ଘେନିଯାଇଅଛନ୍ତି, ଆଉ ତାହାଙ୍କୁ କେଉଁ ସ୍ଥାନରେ ରଖିଅଛନ୍ତି, ତାହା ମୁଁ ଜାଣେ ନାହିଁ। 14ସେ ଏହା କହି ପଛକୁ ବୁଲିପଡ଼ି ଯୀଶୁଙ୍କୁ ଠିଆ ହୋଇଥିବା ଦେଖିଲେ, କିନ୍ତୁ ସେ ଯେ ଯୀଶୁ, ତାହା ଜାଣିଲେ ନାହିଁ। 15ଯୀଶୁ ତାହାଙ୍କୁ କହିଲେ, “ଗୋ ନାରୀ, କାହିଁକି ରୋଦନ କରୁଅଛ? କାହାର ଅନ୍ୱେଷଣ କରୁଅଛ?” ସେ ତାହାଙ୍କୁ ଉଦ୍ୟାନର ମାଳୀ ବୋଲି ମନେ କରି କହିଲେ, ମହାଶୟ, ଆପଣ ଯଦି ତାହାଙ୍କୁ ଘେନିଯାଇଅଛନ୍ତି, ତାହାହେଲେ ତାହାଙ୍କୁ କେଉଁ ସ୍ଥାନରେ ରଖିଅଛନ୍ତି, ମୋତେ କୁହନ୍ତୁ, ଆଉ ମୁଁ ତାହାଙ୍କୁ ଘେନିଯିବି। 16ଯୀଶୁ ତାହାଙ୍କୁ କହିଲେ, “ମରୀୟମ।” ସେ ବୁଲିପଡ଼ି ଏବ୍ରୀ ଭାଷାରେ ତାହାଙ୍କୁ କହିଲେ, ରାବ୍ବୂନୀ, ଅର୍ଥାତ୍, ହେ ଗୁରୁ। 17ଯୀଶୁ ତାହାଙ୍କୁ କହିଲେ, “ମୋତେ ଧରି ରଖ ନାହିଁ, କାରଣ ମୁଁ ଏପର୍ଯ୍ୟନ୍ତ ପିତାଙ୍କ ନିକଟକୁ ଆରୋହଣ କରି ନାହିଁ; କିନ୍ତୁ ମୋହର ଭାଇମାନଙ୍କ ନିକଟକୁ ଯାଇ ସେମାନଙ୍କୁ କୁହ, ‘ମୁଁ ମୋହର ପିତା ଓ ତୁମ୍ଭମାନଙ୍କର ପିତା, ମୋହର ଈଶ୍ବର ଓ ତୁମ୍ଭମାନଙ୍କର ଈଶ୍ବରଙ୍କ ନିକଟକୁ ଆରୋହଣ କରୁଅଛି।’” 18ମଗ୍ଦଲୀନୀ ମରୀୟମ ଯାଇ, ମୁଁ ପ୍ରଭୁଙ୍କୁ ଦେଖିଅଛି, ଆଉ ସେ ମୋତେ ଏହିସବୁ କହିଅଛନ୍ତି ବୋଲି ଶିଷ୍ୟମାନଙ୍କୁ ସମ୍ବାଦ ଦେଲେ।
ଆଜିର ସନ୍ଥ
- ସନ୍ଥ ମଗ୍ଦଲୀନୀ ମରୀୟମ
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର