Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜୁଲାଇ 2027 › ଜୁଲାଇ 22

ଅର୍ଥୋଡକ୍ସ ପଞ୍ଜିକା · 9 ଜୁଲାଇ (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 22 ଜୁଲାଇ 2027

ଗୁରୁବାର · ପେଣ୍ଟିକଷ୍ଟ ପରେ ପଞ୍ଚମ ସପ୍ତାହ · ସ୍ୱର 3

ପର୍ବ ଓ ସନ୍ଥ

Hieromartyr Pancratios, Bishop of Taoromina in Sicily (1st C)

ଉପବାସ

ଉପବାସ ନାହିଁ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପତ୍ର

ରୋମୀ 15:17–29

17ଏଣୁ ଈଶ୍ବରଙ୍କ ସେବା ବିଷୟରେ ମୋହର ଖ୍ରୀଷ୍ଟ ଯୀଶୁଙ୍କଠାରେ ଦର୍ପ କରିବାର ଅଛି। 18କାରଣ ଅଣଯିହୁଦୀମାନଙ୍କୁ ଆଜ୍ଞାବହ କରିବା ନିମନ୍ତେ ଖ୍ରୀଷ୍ଟ ମୋʼ ଦ୍ୱାରା ବାକ୍ୟରେ ଓ କର୍ମରେ, ଅର୍ଥାତ୍‍ ନାନା ଚିହ୍ନ ଓ ଆଶ୍ଚର୍ଯ୍ୟକର୍ମରେ, ପବିତ୍ର ଆତ୍ମାଙ୍କ ଶକ୍ତିରେ ଯାହା ଯାହା ସାଧନ କରି ନାହାନ୍ତି, ଏପରି କୌଣସି ବିଷୟ କହିବାକୁ ମୁଁ ସାହସ କରିବି ନାହିଁ। 19ଏହି ପ୍ରକାରେ ଯିରୂଶାଲମଠାରୁ ଇଲ୍ଲୁରିକ ଦେଶ ପର୍ଯ୍ୟନ୍ତ ଚତୁର୍ଦ୍ଦିଗରେ ମୁଁ ଖ୍ରୀଷ୍ଟଙ୍କ ସୁସମାଚାର ସମ୍ପୂର୍ଣ୍ଣ ରୂପେ ପ୍ରଚାର କରିଅଛି, 20ହଁ, ଯେପରି ମୁଁ ଅନ୍ୟ ଲୋକର ମୂଳଦୁଆ ଉପରେ ନ ଗଢ଼େ, ଏଥିନିମନ୍ତେ ଯେଉଁ ସ୍ଥାନରେ ଖ୍ରୀଷ୍ଟଙ୍କ ନାମ ଉଚ୍ଚାରିତ ହୋଇ ନାହିଁ, ଏପରି ସ୍ଥାନରେ ସୁସମାଚାର ପ୍ରଚାର କରିବା ପାଇଁ ମୁଁ ଲକ୍ଷ୍ୟ କରି ଆସିଅଛି; 21ଯେପରି ଲେଖାଅଛି, “ଯେଉଁମାନେ ତାହାଙ୍କ ସମ୍ବାଦ ପାଇ ନାହାନ୍ତି, ସେମାନେ ଦେଖିବେ, ଆଉ ଯେଉଁମାନେ ଶୁଣି ନାହାନ୍ତି, ସେମାନେ ବୁଝିବେ।” 22ଏହି କାରଣରୁ ମଧ୍ୟ ମୁଁ ତୁମ୍ଭମାନଙ୍କ ନିକଟକୁ ଯିବା ନିମନ୍ତେ ଅନେକ ଥର ରୋକାଯାଇଅଛି; 23କିନ୍ତୁ ଏବେ ଏହିସବୁ ଅଞ୍ଚଳରେ କାର୍ଯ୍ୟ କରିବାକୁ ଆଉ ସ୍ଥାନ ନ ଥିବାରୁ ପୁଣି, ଅନେକ ବର୍ଷ ହେଲା ତୁମ୍ଭମାନଙ୍କ ନିକଟକୁ ଯିବା ନିମନ୍ତେ ଆକାଂକ୍ଷା କରି ଆସୁଥିବାରୁ, 24ମୁଁ ସ୍ପେନ ଦେଶକୁ ଯିବା ସମୟରେ ଆସିବି; କାରଣ ବାଟରେ ତୁମ୍ଭମାନଙ୍କୁ ସାକ୍ଷାତ କରି ପ୍ରଥମରେ ତୁମ୍ଭମାନଙ୍କ ସହଭାଗିତାରେ କେତେକ ପରିମାଣରେ ତୃପ୍ତିଲାଭ କଲା ଉତ୍ତାରେ ସେ ସ୍ଥାନକୁ ଯିବା ନିମନ୍ତେ ତୁମ୍ଭେମାନେ ମୋତେ ବାଟ ବଳାଇଦେବ ବୋଲି ଆଶା କରୁଅଛି। 25କିନ୍ତୁ ଏବେ ସାଧୁମାନଙ୍କର ସେବା କରିବା ନିମନ୍ତେ ମୁଁ ଯିରୂଶାଲମ ସହରକୁ ଯାଉଅଛି। 26କାରଣ ଯିରୂଶାଲମସ୍ଥ ସାଧୁମାନଙ୍କ ମଧ୍ୟରେ ଯେଉଁମାନେ ଦରିଦ୍ର, ସେମାନଙ୍କ ନିମନ୍ତେ ମାକିଦନିଆ ଓ ଆଖାୟାର ମଣ୍ଡଳୀ-ସମୂହ ସହଭାଗିତାସୂଚକ କିଛି ଦାନ ସଂଗ୍ରହ କରିବାକୁ ଭଲ ମଣିଅଛନ୍ତି। 27ହଁ, ସେମାନେ ଏହା ଭଲ ମଣିଅଛନ୍ତି ସତ, ହେଲେ ସେମାନେ ସେମାନଙ୍କ ନିକଟରେ ଋଣୀ ମଧ୍ୟ ଅଟନ୍ତି; କାରଣ ଯଦି ଅଣଯିହୁଦୀମାନେ ସେମାନଙ୍କ ଆତ୍ମିକ ବିଷୟର ସହଭାଗୀ ହୋଇଅଛନ୍ତି, ତେବେ ସେମାନେ ସାଂସାରିକ ବିଷୟରେ ମଧ୍ୟ ସେମାନଙ୍କର ସେବା କରିବା ନିମନ୍ତେ ଋଣୀ। 28ଅତଏବ, ଏହି କର୍ମ ସମ୍ପନ୍ନ କଲା ଉତ୍ତାରେ ଓ ଏହି ସଂଗୃହୀତ ଧନରୂପ ଫଳ ସେମାନଙ୍କ ହସ୍ତରେ ସମର୍ପଣ କଲା ପରେ ତୁମ୍ଭମାନଙ୍କ ନିକଟ ଦେଇ ସ୍ପେନକୁ ଯିବି। 29ଆଉ ମୁଁ ଜାଣେ, ଯେତେବେଳେ ମୁଁ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେବି, ସେତେବେଳେ ଖ୍ରୀଷ୍ଟଙ୍କ ଆଶୀର୍ବାଦର ପୂର୍ଣ୍ଣତାରେ ଉପସ୍ଥିତ ହେବି।

ସୁସମାଚାର

ମାଥି 12:46–13:3

46ସେ ଲୋକସମୂହକୁ କଥା କହୁଥିବା ସମୟରେ, ଦେଖ, ତାହାଙ୍କ ମାଆ ଓ ଭାଇମାନେ ବାହାରେ ଠିଆ ହୋଇ ତାହାଙ୍କ ସାଙ୍ଗରେ କଥା କହିବାକୁ ଇଚ୍ଛା କରୁଥିଲେ। 47ସେଥିରେ ଜଣେ ତାହାଙ୍କୁ କହିଲା, ଦେଖନ୍ତୁ, ଆପଣଙ୍କ ମାଆ ଓ ଭାଇମାନେ ବାହାରେ ଠିଆ ହୋଇ ଆପଣଙ୍କ ସାଙ୍ଗରେ କଥା କହିବାକୁ ଇଚ୍ଛା କରୁଅଛନ୍ତି। 48କିନ୍ତୁ ଯେ ତାହାଙ୍କୁ ଏହି କଥା କହିଲା ତାହାଙ୍କୁ ସେ ଉତ୍ତର ଦେଲେ, “ମୋହର ମାଆ କିଏ? ଆଉ, ମୋହର ଭାଇମାନେ କିଏ?” 49ପୁଣି, ସେ ଆପଣା ଶିଷ୍ୟମାନଙ୍କ ଆଡ଼କୁ ହାତ ବଢ଼ାଇ କହିଲେ, “ଦେଖ, ମୋହର ମାଆ ଓ ମୋହର ଭାଇମାନେ, 50କାରଣ ଯେ କେହି ମୋହର ସ୍ୱର୍ଗସ୍ଥ ପିତାଙ୍କ ଇଚ୍ଛା ସାଧନ କରେ, ସେ ମୋହର ଭାଇ, ଭଉଣୀ ଓ ମାଆ।” 13:1ସେହି ଦିନ ଯୀଶୁ ଘରୁ ବାହାରିଯାଇ ସମୁଦ୍ରକୂଳରେ ବସିଲେ। 2ସେଥିରେ ତାହାଙ୍କ ପାଖରେ ବହୁସଂଖ୍ୟକ ଲୋକ ଏକତ୍ର ହେବାରୁ ସେ ଯାଇ ଗୋଟିଏ ନୌକାରେ ବସିଲେ, ପୁଣି, ଲୋକସମୂହ କୂଳରେ ଠିଆ ହୋଇ ରହିଲେ। 3ଆଉ, ସେ ଦୃଷ୍ଟାନ୍ତ ଦ୍ୱାରା ସେମାନଙ୍କୁ ଅନେକ କଥା କହିଲେ ଦେଖ “ଜଣେ ବୁଣାଳୀ ବୁଣିବାକୁ ବାହାରିଗଲା।

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଜୁଲାଇ 9 ନାଗରିକ ପଞ୍ଜିକାର ଜୁଲାଇ 22। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର