ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜୁଲାଇ 2027 › ଜୁଲାଇ 23
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 23 ଜୁଲାଇ 2027
ଶୁକ୍ରବାର · ସାଧାରଣ କାଳର 16ତମ ସପ୍ତାହ
ପର୍ବ ଓ ସନ୍ଥ
ସାଧାରଣ କାଳର 16ତମ ସପ୍ତାହର ଶୁକ୍ରବାର
ଇଚ୍ଛାଧୀନ ସ୍ମୃତି ଦିବସ · ଉପାସନାର ରଙ୍ଗ: ସବୁଜ
ସନ୍ଥ ବ୍ରିଜେଟ୍, ସନ୍ନ୍ୟାସିନୀ · ଇଚ୍ଛାଧୀନ ସ୍ମୃତି ଦିବସ
ଉପବାସ ଓ ପ୍ରାୟଶ୍ଚିତ୍ତ
ପ୍ରାୟଶ୍ଚିତ୍ତର ଦିନ
ପ୍ରତ୍ୟେକ ଶୁକ୍ରବାର ପ୍ରାୟଶ୍ଚିତ୍ତର ଦିନ; ପ୍ରତ୍ୟେକ ବିଶପ୍ ସମ୍ମିଳନୀ ଏହା କିପରି ପାଳିବାକୁ ହେବ ସ୍ଥିର କରେ: ମାଂସରୁ ବିରତି କିମ୍ବା ପ୍ରାୟଶ୍ଚିତ୍ତର ଅନ୍ୟ କାର୍ଯ୍ୟ। ଉପବାସ 18ରୁ 59 ବର୍ଷ ପର୍ଯ୍ୟନ୍ତ, ବିରତି 14 ବର୍ଷରୁ ବାଧ୍ୟତାମୂଳକ।
ଦିନର ପାଠ
ପ୍ରଥମ ପାଠ
1ଏଥିଉତ୍ତାରେ ପରମେଶ୍ୱର ଏହିସବୁ କଥା କହିଲେ, ଯଥା, 2“ଯେ ତୁମ୍ଭକୁ ଦାସଗୃହ ସ୍ୱରୂପ ମିସର ଦେଶରୁ ବାହାର କରି ଆଣିଅଛନ୍ତି, ତୁମ୍ଭର ସେହି ସଦାପ୍ରଭୁ ପରମେଶ୍ୱର ଆମ୍ଭେ ଅଟୁ।” 3ଆମ୍ଭ ସାକ୍ଷାତରେ ତୁମ୍ଭର ଆଉ କୌଣସି ଦେବତା ହେବ ନାହିଁ। 4ତୁମ୍ଭେ ଆପଣା ନିମନ୍ତେ କୌଣସି ଖୋଦିତ ପ୍ରତିମା ନିର୍ମାଣ କରିବ ନାହିଁ; କି ଉପରିସ୍ଥ ସ୍ୱର୍ଗରେ, କି ନୀଚସ୍ଥ ପୃଥିବୀରେ, କି ପୃଥିବୀର ନୀଚସ୍ଥ ଜଳରେ ଥିବା କୌଣସି ବସ୍ତୁର ପ୍ରତିମୂର୍ତ୍ତି ନିର୍ମାଣ କରିବ ନାହିଁ। 5ତୁମ୍ଭେ ସେମାନଙ୍କୁ ପ୍ରଣାମ କରିବ ନାହିଁ, କି ସେମାନଙ୍କର ସେବା କରିବ ନାହିଁ; ଯେହେତୁ ଆମ୍ଭେ ତୁମ୍ଭର ସଦାପ୍ରଭୁ ପରମେଶ୍ୱର ସ୍ୱଗୌରବ ରକ୍ଷଣରେ ଉଦ୍ଯୋଗୀ ପରମେଶ୍ୱର ଅଟୁ, ପୁଣି, ଯେଉଁମାନେ ଆମ୍ଭଙ୍କୁ ଘୃଣା କରନ୍ତି, ଆମ୍ଭେ ସେମାନଙ୍କ ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ସନ୍ତାନମାନଙ୍କ ଉପରେ ପୈତୃକ ଅପରାଧର ପ୍ରତିଫଳଦାତା; 6ମାତ୍ର ଯେଉଁମାନେ ଆମ୍ଭଙ୍କୁ ପ୍ରେମ କରନ୍ତି ଓ ଆମ୍ଭର ଆଜ୍ଞା ପାଳନ କରନ୍ତି, ଆମ୍ଭେ ସେମାନଙ୍କର ସହସ୍ର ପୁରୁଷ ପର୍ଯ୍ୟନ୍ତ ଦୟାକାରୀ। 7ତୁମ୍ଭେ ଆପଣା ସଦାପ୍ରଭୁ ପରମେଶ୍ୱରଙ୍କ ନାମ ମିଥ୍ୟାରେ ନେବ ନାହିଁ; ଯେହେତୁ ଯେକେହି ତାହାଙ୍କର ନାମ ମିଥ୍ୟାରେ ନିଏ, ସଦାପ୍ରଭୁ ତାହାକୁ ନିରପରାଧ ଗଣନା କରିବେ ନାହିଁ। 8ବିଶ୍ରାମ ଦିନ ପବିତ୍ର ରୂପେ ପାଳିବାକୁ ସ୍ମରଣ କର। 9ଛଅ ଦିନ ପରିଶ୍ରମ ଓ ଆପଣାର ସବୁ କର୍ମ କରିବ; 10ମାତ୍ର ସପ୍ତମ ଦିନ ତୁମ୍ଭ ସଦାପ୍ରଭୁ ପରମେଶ୍ୱରଙ୍କର ବିଶ୍ରାମ ଦିନ ଅଟେ; ତହିଁରେ ତୁମ୍ଭେ, କି ତୁମ୍ଭର ପୁତ୍ର, କି ତୁମ୍ଭର କନ୍ୟା, ତୁମ୍ଭର ଦାସ, କି ଦାସୀ, ତୁମ୍ଭର ପଶୁ, କି ତୁମ୍ଭର ନଗରଦ୍ୱାରବର୍ତ୍ତୀ ବିଦେଶୀ, କେହି କୌଣସି କାର୍ଯ୍ୟ କରିବ ନାହିଁ। 11ଯେହେତୁ ସଦାପ୍ରଭୁ ଆକାଶମଣ୍ଡଳ ଓ ପୃଥିବୀ ଓ ସମୁଦ୍ର ଓ ତନ୍ମଧ୍ୟସ୍ଥିତ ସମସ୍ତ ବସ୍ତୁ ଛଅ ଦିନରେ ନିର୍ମାଣ କରି ସପ୍ତମ ଦିନରେ ବିଶ୍ରାମ କଲେ; ଏହେତୁ ସଦାପ୍ରଭୁ ବିଶ୍ରାମ ଦିନକୁ ଆଶୀର୍ବାଦ କରି ପବିତ୍ର କରିଅଛନ୍ତି। 12ତୁମ୍ଭେ ଆପଣା ପିତା ଓ ଆପଣା ମାତାଙ୍କୁ ସମ୍ଭ୍ରମ କର; ତହିଁରେ ତୁମ୍ଭର ସଦାପ୍ରଭୁ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ତୁମ୍ଭର ଦୀର୍ଘ ପରମାୟୁ ହେବ। 13ତୁମ୍ଭେ ନରହତ୍ୟା କରିବ ନାହିଁ। 14ତୁମ୍ଭେ ବ୍ୟଭିଚାର କରିବ ନାହିଁ। 15ତୁମ୍ଭେ ଚୋରି କରିବ ନାହିଁ। 16ତୁମ୍ଭେ ଆପଣା ପ୍ରତିବାସୀ ବିରୁଦ୍ଧରେ ମିଥ୍ୟା ସାକ୍ଷ୍ୟ ଦେବ ନାହିଁ। 17ତୁମ୍ଭେ ଆପଣା ପ୍ରତିବାସୀର ଗୃହକୁ ଲୋଭ କରିବ ନାହିଁ, ତୁମ୍ଭେ ଆପଣା ପ୍ରତିବାସୀର ଭାର୍ଯ୍ୟା, କି ଦାସ, କି ଦାସୀ, କି ତାହାର ଗୋରୁ, କି ଗଧ, କି ତୁମ୍ଭ ପ୍ରତିବାସୀର କୌଣସି ବସ୍ତୁକୁ ଲୋଭ କରିବ ନାହିଁ।
ପ୍ରତିଉତ୍ତର ଗୀତ
8ସଦାପ୍ରଭୁଙ୍କର ବିଧିସବୁ ଯଥାର୍ଥ, ଚିତ୍ତର ଆନନ୍ଦଜନକ; ସଦାପ୍ରଭୁଙ୍କର ଆଜ୍ଞା ନିର୍ମଳ, ଚକ୍ଷୁର ଦୀପ୍ତିଦାୟକ। 9ସଦାପ୍ରଭୁଙ୍କ ଭୟ ଶୁଚି, ସଦାକାଳସ୍ଥାୟୀ। ସଦାପ୍ରଭୁଙ୍କ ଶାସନସକଳ ସତ୍ୟ ଓ ସର୍ବତୋଭାବେ ନ୍ୟାଯ୍ୟ। 10ତାହାସବୁ ସୁବର୍ଣ୍ଣ ଓ ପ୍ରଚୁର ଶୁଦ୍ଧ ସୁବର୍ଣ୍ଣ ଅପେକ୍ଷା ବାଞ୍ଛନୀୟ; ଆଉ, ମଧୁ ଓ ମଧୁଚାକଠାରୁ ସୁମିଷ୍ଟ। 11ଆହୁରି, ତଦ୍ଦ୍ୱାରା ତୁମ୍ଭ ଦାସ ଚେତନା ପାଏ; ତହିଁର ପ୍ରତିପାଳନରେ ମହାଫଳ ଥାଏ।
ସୁସମାଚାର
18“ତେବେ ତୁମ୍ଭେମାନେ ବୀଜ ବୁଣାଳୀର ଦୃଷ୍ଟାନ୍ତ ଶୁଣ। 19ଯେ କେହି ରାଜ୍ୟର ବାକ୍ୟ ଶୁଣି ନ ବୁଝେ, ପାପାତ୍ମା ଆସି ତାହାର ହୃଦୟରେ ଯାହା ବୁଣାଯାଇଥିଲା, ତାହା ହରଣ କରିନିଏ, ସେ ଜଣକ ବୁଣାଯାଇଥିବା ବାଟ ପାଖ ଭୂମି ସଦୃଶ। 20ଯେ ବାକ୍ୟ ଶୁଣିବାକ୍ଷଣି ଆନନ୍ଦରେ ତାହା ଗ୍ରହଣ କରେ, କିନ୍ତୁ ତାହାଠାରେ ଚେର ନ ମାଡ଼ିବାରୁ କ୍ଷଣକାଳମାତ୍ର ସ୍ଥିର ହୋଇ ରୁହେ, 21ପରେ ବାକ୍ୟ ସକାଶେ କ୍ଲେଶ ବା ତାଡ଼ନା ଘଟିଲେ ସେହିକ୍ଷଣି ବିଘ୍ନ ପାଏ, ସେହି ଜଣକ ବୁଣାଯାଇଥିବା ପଥୁରିଆ ଭୂମି ସଦୃଶ। 22ଯେ ବାକ୍ୟ ଶୁଣେ, ପୁଣି, ସାଂସାରିକ ଚିନ୍ତା ଓ ଧନର ମାୟା ବାକ୍ୟକୁ ଚାପିପକାଏ, ଆଉ ସେ ଫଳହୀନ ହୁଏ, ସେହି ଜଣକ ବୁଣାଯାଇଥିବା କଣ୍ଟକମୟ ଭୂମି ସଦୃଶ। 23କିନ୍ତୁ ଯେ ବାକ୍ୟ ଶୁଣି ବୁଝେ ଓ ପ୍ରକୃତରେ ଫଳ ଫଳେ, କେହି ଶହେ ଗୁଣ, କେହି ଷାଠିଏ ଗୁଣ, କେହି ତିରିଶ ଗୁଣ, ସେହି ଜଣକ ବୁଣାଯାଇଥିବା ଉତ୍ତମ ଭୂମି ସଦୃଶ।”
ଆଜିର ସନ୍ଥ
- ସନ୍ଥ ବ୍ରିଜେଟ୍, ସନ୍ନ୍ୟାସିନୀ
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର