Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜୁଲାଇ 2027 › ଜୁଲାଇ 23

ଅର୍ଥୋଡକ୍ସ ପଞ୍ଜିକା · 10 ଜୁଲାଇ (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 23 ଜୁଲାଇ 2027

ଶୁକ୍ରବାର · ପେଣ୍ଟିକଷ୍ଟ ପରେ ପଞ୍ଚମ ସପ୍ତାହ · ସ୍ୱର 3

ପର୍ବ ଓ ସନ୍ଥ

Holy 45 Martyrs at Nicopolis in Armenia († c. a 319): Leontius, Mauricius, Daniel, Anthony, Alexander, Meneus, Janicita, Sisinius, Biriladus, and others

ଉପବାସ ଦିନ

ଉପବାସ: ତେଲ ସହିତ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ସନ୍ଧ୍ୟା ପ୍ରାର୍ଥନା: ପାଠ

ଏହି ଅନୁବାଦରେ ନାହିଁ

ସନ୍ଧ୍ୟା ପ୍ରାର୍ଥନା: ପାଠ

ଏହି ଅନୁବାଦରେ ନାହିଁ

ସନ୍ଧ୍ୟା ପ୍ରାର୍ଥନା: ପାଠ

ଏହି ଅନୁବାଦରେ ନାହିଁ

ପ୍ରଭାତୀ ପ୍ରାର୍ଥନା: ସୁସମାଚାର

ମାଥି 11:27–30

27ମୋହର ପିତାଙ୍କ କର୍ତ୍ତୃକ ସମସ୍ତ ବିଷୟ ମୋʼ ଠାରେ ସମର୍ପିତ ହୋଇଅଛି, ଆଉ ପୁତ୍ରଙ୍କୁ କେହି ଜାଣେ ନାହିଁ, କେବଳ ପିତା ଜାଣନ୍ତି, ପୁଣି, ପିତାଙ୍କୁ କେହି ଜାଣେ ନାହିଁ, କେବଳ ପୁତ୍ର ଜାଣନ୍ତି, ଆଉ ପୁତ୍ର ଯାହା ପାଖରେ ତାହାଙ୍କୁ ପ୍ରକାଶ କରିବାକୁ ଇଚ୍ଛା କରନ୍ତି, ସେ ଜାଣେ। 28ହେ ପରିଶ୍ରାନ୍ତ ଓ ଭାରଗ୍ରସ୍ତ ଲୋକ ସମସ୍ତେ, ମୋʼ ନିକଟକୁ ଆସ, ମୁଁ ତୁମ୍ଭମାନଙ୍କୁ ବିଶ୍ରାମ ଦେବି। 29ମୋହର ଜୁଆଳି ଆପଣା ଆପଣା ଉପରେ ଘେନ, ପୁଣି, ମୋʼ ନିକଟରୁ ଶିଖ, କାରଣ, ମୁଁ ମୃଦୁଶୀଳ ଓ ନମ୍ରଚିତ୍ତ, ଆଉ ତୁମ୍ଭେମାନେ ଆପଣା ଆପଣା ଆତ୍ମାରେ ବିଶ୍ରାମ ପାଇବ; 30ଯେଣୁ ମୋହର ଜୁଆଳି ସହଜ ଓ ମୋହର ଭାର ଉଶ୍ୱାସ।”

ପତ୍ର

ରୋମୀ 16:1–16

1କେଙ୍କ୍ରେୟା ସହରରେ ଥିବା ମଣ୍ଡଳୀର ସେବିକା ଆମ୍ଭମାନଙ୍କ ଭଉଣୀ ଫୈବୀଙ୍କ ସପକ୍ଷରେ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, 2ତୁମ୍ଭେମାନେ ସାଧୁମାନଙ୍କୁ ଯଥାଯୋଗ୍ୟ ଭାବରେ ତାହାଙ୍କୁ ପ୍ରଭୁଙ୍କ ନାମରେ ଗ୍ରହଣ କରିବ, ଆଉ ଯେକୌଣସି ବିଷୟରେ ତୁମ୍ଭମାନଙ୍କଠାରୁ ତାଙ୍କର ସାହାଯ୍ୟ ଆବଶ୍ୟକ ହେବ, ସେ ବିଷୟରେ ତାହାଙ୍କୁ ସାହାଯ୍ୟ କରିବ; କାରଣ ସେ ନିଜେ ମଧ୍ୟ ଅନେକଙ୍କର ଓ ମୋʼ ନିଜର ଉପକାର କରିଅଛନ୍ତି। 3“ଖ୍ରୀଷ୍ଟ ଯୀଶୁଙ୍କ କାର୍ଯ୍ୟରେ ମୋହର ସହକର୍ମୀ ପ୍ରୀସ୍କା ଓ ଆକ୍ୱିଲାଙ୍କୁ ନମସ୍କାର ଜଣାଅ; 4ସେମାନେ ମୋହର ପ୍ରାଣ ନିମନ୍ତେ ଆପଣା ଆପଣା ପ୍ରାଣକୁ ବିପଦଗ୍ରସ୍ତ କଲେ; କେବଳ ମୁଁ ଯେ ସେମାନଙ୍କୁ ଧନ୍ୟବାଦ ଦେଉଅଛି, ତାହା ନୁହେଁ, କିନ୍ତୁ ଅଣଯିହୁଦୀମାନଙ୍କ ମଣ୍ଡଳୀ-ସମୂହ ମଧ୍ୟ ସେମାନଙ୍କୁ ଧନ୍ୟବାଦ ଦେଉଅଛନ୍ତି; 5ଆଉ ସେମାନଙ୍କ ଗୃହରେ ଥିବା ମଣ୍ଡଳୀକୁ ନମସ୍କାର ଜଣାଅ। ମୋହର ପ୍ରିୟ ଏପାଇନେତଙ୍କୁ ନମସ୍କାର ଜଣାଅ, ସେ ଖ୍ରୀଷ୍ଟଙ୍କ ଉଦ୍ଦେଶ୍ୟରେ ଏସିଆର ପ୍ରଥମ ଫଳ ସ୍ୱରୂପ ଅଟନ୍ତି। 6ମରୀୟମଙ୍କୁ ନମସ୍କାର ଜଣାଅ, ସେ ତୁମ୍ଭମାନଙ୍କ ନିମନ୍ତେ ବହୁ ପରିଶ୍ରମ କରିଥିଲେ। 7ମୋହର ସ୍ୱଜାତୀୟ ଓ ସହବନ୍ଦୀ ଆନ୍ଦ୍ରନିକ ଓ ଯୂନିୟାଙ୍କୁ ନମସ୍କାର ଜଣାଅ; ସେମାନେ ପ୍ରେରିତମାନଙ୍କ ମଧ୍ୟରେ ବିଖ୍ୟାତ ଓ ମୋହର ପୂର୍ବରେ ସୁଦ୍ଧା ଖ୍ରୀଷ୍ଟଙ୍କ ଆଶ୍ରିତ ହୋଇଅଛନ୍ତି। 8ପ୍ରଭୁଙ୍କଠାରେ ମୋହର ପ୍ରିୟ ଆମ୍ପ୍ଳିୟାତାଙ୍କୁ ନମସ୍କାର ଜଣାଅ। 9ଖ୍ରୀଷ୍ଟଙ୍କ ସେବାରେ ଆମ୍ଭମାନଙ୍କ ସହକର୍ମୀ ଉର୍ବାଣଙ୍କୁ ଓ ମୋହର ପ୍ରିୟ ସ୍ତାଖୁଙ୍କୁ ନମସ୍କାର ଜଣାଅ। 10ଖ୍ରୀଷ୍ଟଙ୍କଠାରେ ପରୀକ୍ଷାସିଦ୍ଧ ଆପେଲ୍ଲାଙ୍କୁ ନମସ୍କାର ଜଣାଅ। ଆରିସ୍ତବୂଲଙ୍କ ପରିବାରସ୍ଥ ଲୋକମାନଙ୍କୁ ନମସ୍କାର ଜଣାଅ। 11ମୋହର ସ୍ୱଜାତୀୟ ହେରୋଦୀୟୋନଙ୍କୁ ନମସ୍କାର ଜଣାଅ। ନାର୍କିସଙ୍କ ପରିବାର ମଧ୍ୟରେ ଯେଉଁମାନେ ପ୍ରଭୁଙ୍କ ଆଶ୍ରିତ ଅଛନ୍ତି, ସେମାନଙ୍କୁ ନମସ୍କାର ଜଣାଅ। 12ପ୍ରଭୁଙ୍କ କାର୍ଯ୍ୟରେ ପରିଶ୍ରମ କରୁଥିବା କ୍ରୁଫେଣା ଓ କ୍ରୁଫୋସାଙ୍କୁ ନମସ୍କାର ଜଣାଅ। ପ୍ରିୟ ପର୍ଶିଙ୍କୁ ନମସ୍କାର ଜଣାଅ, ସେ ପ୍ରଭୁଙ୍କ କାର୍ଯ୍ୟରେ ବହୁ ପରିଶ୍ରମ କରିଅଛନ୍ତି। 13ପ୍ରଭୁଙ୍କ ମନୋନୀତ ରୂଫଙ୍କୁ ଓ ତାଙ୍କର ମାତାଙ୍କୁ ନମସ୍କାର ଜଣାଅ, ସେ ମଧ୍ୟ ମୋହର ମାତା ସ୍ୱରୂପ। 14ଅସୁଙ୍କ୍ରିତ, ଫ୍ଳେଗୋନ୍‍, ହର୍ମୀସ୍‍, ପାତ୍ରବା, ହର୍ମାସ୍, ଆଉ ସେମାନଙ୍କ ସାଙ୍ଗରେ ଥିବା ଭାଇମାନଙ୍କୁ ନମସ୍କାର ଜଣାଅ। 15ଫିଲଲଗ ଓ ଯୂଲିଅ, ନୀରୂସ୍‍ ଓ ତାହାଙ୍କ ଭଉଣୀ; ପୁଣି, ଅଲୁମ୍ପା ଓ ସେମାନଙ୍କ ସାଙ୍ଗରେ ଥିବା ସମସ୍ତ ସାଧୁଙ୍କୁ ନମସ୍କାର ଜଣାଅ। 16ପବିତ୍ର ଚୁମ୍ବନ ଦେଇ ପରସ୍ପରକୁ ନମସ୍କାର କର। ଖ୍ରୀଷ୍ଟଙ୍କ ସମସ୍ତ ମଣ୍ଡଳୀ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି।”

ପତ୍ର (ସନ୍ଥ ଆଣ୍ଟୋନିଙ୍କ ପାଇଁ)

ଗାଲା 5:22–6:2

22କିନ୍ତୁ ପବିତ୍ର ଆତ୍ମାଙ୍କ ଫଳ ପ୍ରେମ, ଆନନ୍ଦ, ଶାନ୍ତି, ଦୀର୍ଘସହିଷ୍ଣୁତା, ପରୋପକାରିତା, 23ଭଦ୍ରତା, ବିଶ୍ୱସ୍ତତା, ମୃଦୁତା ଓ ଆତ୍ମସଂଯମ; ଏହି ସମସ୍ତ ବିରୁଦ୍ଧରେ କୌଣସି ମୋଶାଙ୍କ ବ୍ୟବସ୍ଥା ନାହିଁ। 24ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କର, ସେମାନେ ଶରୀରକୁ ସେଥିର କାମନା ଓ ଅଭିଳାଷ ସହିତ କ୍ରୁଶରେ ହତ କରିଅଛନ୍ତି। 25ଯଦି ଆମ୍ଭେମାନେ ପବିତ୍ର ଆତ୍ମାଙ୍କ ଦ୍ୱାରା ଜୀବନ ପ୍ରାପ୍ତ କରିଅଛୁ, ତେବେ ପବିତ୍ର ଆତ୍ମାଙ୍କ ଦ୍ୱାରା ମଧ୍ୟ ଆଚରଣ କରୁ। 26ଆମ୍ଭେମାନେ ବୃଥା ଗର୍ବୀ ହୋଇ ପରସ୍ପରକୁ ବିରକ୍ତ ନ କରୁ ଓ ପରସ୍ପରକୁ ଈର୍ଷା ନ କରୁ। 6:1ହେ ଭାଇମାନେ, ଯଦି କେହି କୌଣସି ଅପରାଧରେ ଧରାପଡ଼େ, ଆତ୍ମିକ ଯେ ତୁମ୍ଭେମାନେ, ତୁମ୍ଭେମାନେ ମୃଦୁ ଭାବରେ ସେହି ପ୍ରକାର ଲୋକକୁ ସଂଶୋଧନ କର, ପୁଣି, କେଜାଣି ନିଜେ ମଧ୍ୟ ପରୀକ୍ଷାରେ ପଡ଼ିପାର, ଏଥିପାଇଁ ଆପଣା ବିଷୟରେ ସାବଧାନ ହୁଅ। 2ପରସ୍ପରର ଭାର ବହନ କର; ଏହି ପ୍ରକାରେ ତୁମ୍ଭେମାନେ ଖ୍ରୀଷ୍ଟଙ୍କ ବ୍ୟବସ୍ଥା ସଫଳ କରିବ।

ସୁସମାଚାର

ମାଥି 13:3–9

3ଆଉ, ସେ ଦୃଷ୍ଟାନ୍ତ ଦ୍ୱାରା ସେମାନଙ୍କୁ ଅନେକ କଥା କହିଲେ ଦେଖ “ଜଣେ ବୁଣାଳୀ ବୁଣିବାକୁ ବାହାରିଗଲା। 4ସେ ବୁଣୁ ବୁଣୁ କେତେକ ବିହନ ବାଟ ପାଖରେ ପଡ଼ିଲା ପୁଣି, ଚଢ଼େଇମାନେ ଆସି ସେଗୁଡ଼ିକ ଖାଇଗଲେ। 5ଆଉ କେତେକ ଅଳ୍ପ ମାଟି ଥିବା ପଥୁରିଆ ଭୂମିରେ ପଡ଼ିଲା ଏବଂ ବେଶୀ ମାଟି ନ ଥିବାରୁ ଶୀଘ୍ର ଗଜା ହେଲା, 6କିନ୍ତୁ ସୂର୍ଯ୍ୟ ଉଠନ୍ତେ ଜଳିପୋଡ଼ିଗଲା ଓ ଚେର ନ ଥିବାରୁ ଶୁଖିଗଲା। 7ଆଉ କେତେକ କଣ୍ଟାଗଛଗୁଡ଼ାକ ମଝିରେ ପଡ଼ିଲା ପୁଣି, କଣ୍ଟାଗଛଗୁଡ଼ାକ ଉଠି ବଡ଼ ହୋଇ ସେଗୁଡ଼ିକୁ ଚାପି ପକାଇଲା। 8ମାତ୍ର ଅନ୍ୟ କେତେକ ଭଲ ଭୂମିରେ ପଡ଼ିଲା ଓ ଫଳ ଫଳିଲା, କେତେକ ଶହେ ଗୁଣ କେତେକ ଷାଠିଏ ଗୁଣ କେତେକ ତିରିଶ ଗୁଣ। 9ଯିଏ ଶୁଣିବାକୁ ଇଚ୍ଛା କରୁଅଛି, ସେ ଶୁଣୁ।”

ସୁସମାଚାର (ସନ୍ଥ ଆଣ୍ଟୋନିଙ୍କ ପାଇଁ)

ମାଥି 4:25–5:12

25ପୁଣି, ଗାଲିଲୀ, ଦେକାପଲି, ଯିରୂଶାଲମ, ଯିହୂଦିୟା ପ୍ରଦେଶ ଓ ଯର୍ଦ୍ଦନ ନଦୀର ଅପର ପାରିରୁ ବହୁସଂଖ୍ୟକ ଲୋକ ଆସି ତାହାଙ୍କ ପଶ୍ଚାତ୍‌ଗମନ କଲେ। 5:1ଲୋକମାନଙ୍କୁ ଦେଖି ଯୀଶୁ ପାହାଡ ଉପରକୁ ଚଢ଼ିଲେ, ପୁଣି, ବସିବା ପରେ ତାହାଙ୍କ ଶିଷ୍ୟମାନେ ତାହାଙ୍କ ପାଖକୁ ଆସିଲେ। 2ସେଥିରେ ସେ ମୁଖ ଫିଟାଇ ସେମାନଙ୍କୁ ଶିକ୍ଷା ଦେଇ କହିବାକୁ ଲାଗିଲେ, 3“ଆତ୍ମାରେ ଦୀନହୀନ ଲୋକେ ଧନ୍ୟ, କାରଣ ସ୍ୱର୍ଗରାଜ୍ୟ ସେମାନଙ୍କର। 4ଶୋକାର୍ତ୍ତ ଲୋକେ ଧନ୍ୟ, କାରଣ ସେମାନେ ସାନ୍ତ୍ୱନାପ୍ରାପ୍ତ ହେବେ। 5ନମ୍ର ଲୋକେ ଧନ୍ୟ, କାରଣ ସେମାନେ ପୃଥିବୀର ଅଧିକାରୀ ହେବେ। 6ଧାର୍ମିକତା ନିମନ୍ତେ କ୍ଷୁଧିତ ଓ ତୃଷିତ ଲୋକେ ଧନ୍ୟ, କାରଣ ସେମାନେ ପରିତୃପ୍ତ ହେବେ। 7ଦୟାଳୁ ଲୋକେ ଧନ୍ୟ, କାରଣ ସେମାନେ ଦୟା ପ୍ରାପ୍ତ ହେବେ। 8ଶୁଦ୍ଧଚିତ୍ତ ଲୋକେ ଧନ୍ୟ, କାରଣ ସେମାନେ ଈଶ୍ବରଙ୍କ ଦର୍ଶନ ପାଇବେ। 9ଶାନ୍ତିକାରକ ଲୋକେ ଧନ୍ୟ, କାରଣ ସେମାନେ ଈଶ୍ବରଙ୍କ ସନ୍ତାନ ଭାବରେ ପରିଚିତ ହେବେ। 10ଧାର୍ମିକତା ନିମନ୍ତେ ତାଡ଼ନାପ୍ରାପ୍ତ ଲୋକେ ଧନ୍ୟ, କାରଣ ସ୍ୱର୍ଗରାଜ୍ୟ ସେମାନଙ୍କର। 11ଲୋକେ ଯେବେ ତୁମ୍ଭମାନଙ୍କୁ ମୋʼ ସକାଶେ ନିନ୍ଦା ଓ ତାଡ଼ନା କରନ୍ତି, ପୁଣି, ମିଥ୍ୟାରେ ତୁମ୍ଭମାନଙ୍କ ବିରୁଦ୍ଧରେ ସମସ୍ତ ପ୍ରକାର ମନ୍ଦ କଥା କହନ୍ତି, ତେବେ ତୁମ୍ଭେମାନେ ଧନ୍ୟ। 12ଆନନ୍ଦ କର ଓ ଉଲ୍ଲସିତ ହୁଅ, କାରଣ ସ୍ୱର୍ଗରେ ତୁମ୍ଭମାନଙ୍କର ପୁରସ୍କାର ପ୍ରଚୁର; ସେହିପରି ତ ସେମାନେ ତୁମ୍ଭମାନଙ୍କ ପୂର୍ବରୁ ଆସିଥିବା ଭାବବାଦୀମାନଙ୍କୁ ତାଡ଼ନା କରିଥିଲେ।

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଜୁଲାଇ 10 ନାଗରିକ ପଞ୍ଜିକାର ଜୁଲାଇ 23। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର