Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜୁଲାଇ 2027 › ଜୁଲାଇ 24

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 24 ଜୁଲାଇ 2027

ଶନିବାର · ସାଧାରଣ କାଳର 16ତମ ସପ୍ତାହ

ପର୍ବ ଓ ସନ୍ଥ

ସାଧାରଣ କାଳର 16ତମ ସପ୍ତାହର ଶନିବାର

ଇଚ୍ଛାଧୀନ ସ୍ମୃତି ଦିବସ · ଉପାସନାର ରଙ୍ଗ: ସବୁଜ

ସନ୍ଥ ଶାରବେଲ୍ ମାଖଲୁଫ୍, ପୁରୋହିତ · ଇଚ୍ଛାଧୀନ ସ୍ମୃତି ଦିବସ

ଦିନର ପାଠ

ପ୍ରଥମ ପାଠ

ଯାତ୍ରା 24:3–8

3ତେବେ ମୋଶା ଆସି ସଦାପ୍ରଭୁଙ୍କର ସେହି ସବୁ ବାକ୍ୟ ଓ ନିୟମ ବିଷୟ ଲୋକମାନଙ୍କୁ କହନ୍ତେ, ସମସ୍ତେ ଏକସ୍ୱରରେ ଉତ୍ତର କଲେ, “ସଦାପ୍ରଭୁ ଯେଉଁସବୁ କଥା କହିଅଛନ୍ତି, ତାହାସବୁ ଆମ୍ଭେମାନେ ପାଳନ କରିବା।” 4ଏଥିଉତ୍ତାରେ ମୋଶା ସଦାପ୍ରଭୁଙ୍କର ସମସ୍ତ ବାକ୍ୟ ଲେଖିଲେ, ପୁଣି, ପ୍ରଭାତରେ ଉଠି ପର୍ବତ ତଳେ ଗୋଟିଏ ଯଜ୍ଞବେଦି ଓ ଇସ୍ରାଏଲର ଦ୍ୱାଦଶ ବଂଶାନୁସାରେ ଦ୍ୱାଦଶ ସ୍ତମ୍ଭ ନିର୍ମାଣ କଲେ। 5ଆଉ, ସେ ଇସ୍ରାଏଲ-ସନ୍ତାନଗଣର ଯୁବାମାନଙ୍କୁ ପଠାନ୍ତେ, ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମାର୍ଥେ ଓ ମଙ୍ଗଳାର୍ଥେ ବୃଷମାନଙ୍କୁ ବଳିଦାନ କଲେ। 6ତହୁଁ ମୋଶା ରକ୍ତ ଘେନି ତହିଁର ଅର୍ଦ୍ଧେକ ପାତ୍ରରେ ରଖିଲେ, ଆଉ ଅର୍ଦ୍ଧେକ ରକ୍ତ ବେଦି ଉପରେ ସେଚନ କଲେ। 7ପୁଣି, ନିୟମ-ପୁସ୍ତକ ନେଇ ଲୋକମାନଙ୍କ କର୍ଣ୍ଣଗୋଚରରେ ପାଠ କଲେ; ତହିଁରେ ସେମାନେ କହିଲେ, “ସଦାପ୍ରଭୁ ଯାହା ଯାହା କହିଅଛନ୍ତି, ତାହାସବୁ ଆମ୍ଭେମାନେ ପାଳନ କରିବା ଓ ଆଜ୍ଞାବହ ହେବା।” 8ତହୁଁ ମୋଶା ସେହି ରକ୍ତ ଘେନି ଲୋକମାନଙ୍କ ଉପରେ ସେଚନ କରି କହିଲେ, “ଦେଖ, ସଦାପ୍ରଭୁ ତୁମ୍ଭମାନଙ୍କ ସହିତ ଏହି ସମସ୍ତ ବାକ୍ୟ ସମ୍ବନ୍ଧୀୟ ଯେଉଁ ନିୟମ କରିଅଛନ୍ତି, ସେହି ନିୟମର ରକ୍ତ ଏହି।”

ପ୍ରତିଉତ୍ତର ଗୀତ

ଗୀତ 50:1–2, 5–6, 14–15

1ଆସଫର ଗୀତ। ପରମେଶ୍ୱର, ସଦାପ୍ରଭୁ ପରମେଶ୍ୱର କଥା କହିଅଛନ୍ତି ଓ ସୂର୍ଯ୍ୟର ଉଦୟ-ସ୍ଥାନଠାରୁ ତହିଁର ଅସ୍ତ-ସ୍ଥାନ ପର୍ଯ୍ୟନ୍ତ ସେ ପୃଥିବୀକୁ ଆହ୍ୱାନ କରିଅଛନ୍ତି। 2ସୌନ୍ଦର୍ଯ୍ୟର ସିଦ୍ଧି ସ୍ୱରୂପ ସିୟୋନଠାରୁ ପରମେଶ୍ୱର ପ୍ରକାଶିତ ହୋଇଅଛନ୍ତି। 5“ଯେଉଁମାନେ ବଳିଦାନ ଦ୍ୱାରା ଆମ୍ଭ ସଙ୍ଗେ ନିୟମ କରିଅଛନ୍ତି, ଆମର ସେହି ସଦ୍‍ଭକ୍ତଗଣଙ୍କୁ ଆମ୍ଭ ନିକଟରେ ଏକତ୍ର କର।” 6ପୁଣି, ସ୍ୱର୍ଗ ତାହାଙ୍କର ଧର୍ମ ପ୍ରକାଶ କରିବ; କାରଣ ପରମେଶ୍ୱର ସ୍ୱୟଂ ବିଚାରକର୍ତ୍ତା। [ସେଲା] 14ତୁମ୍ଭେ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଧନ୍ୟବାଦରୂପ ବଳି ଉତ୍ସର୍ଗ କର ଓ ସର୍ବୋପରିସ୍ଥଙ୍କ ଉଦ୍ଦେଶ୍ୟରେ ଆପଣା ମାନତ ପୂର୍ଣ୍ଣ କର; 15ପୁଣି, ସଙ୍କଟ ଦିନରେ ଆମ୍ଭକୁ ଡାକ; ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା, ଆଉ ତୁମ୍ଭେ ଆମ୍ଭର ମହିମା ପ୍ରକାଶ କରିବ।”

ସୁସମାଚାର

ମାଥି 13:24–30

24ଯୀଶୁ ସେମାନଙ୍କୁ ଆଉ ଗୋଟିଏ ଦୃଷ୍ଟାନ୍ତ ଦେଇ କହିଲେ, “ସ୍ୱର୍ଗରାଜ୍ୟ ଆପଣା କ୍ଷେତରେ ଭଲ ବିହନ ବୁଣାଯାଇଥିବା ଜଣେ ବ୍ୟକ୍ତିଙ୍କ ସଦୃଶ; 25ମାତ୍ର ଲୋକେ ନିଦ୍ରା ଯାଇଥିବା ସମୟରେ ତାହାଙ୍କ ଶତ୍ରୁ ଆସି ସେହି ଗହମ ମଧ୍ୟରେ ବାଳୁଙ୍ଗା ବୁଣିଦେଇ ଚାଲିଗଲେ। 26ଯେତେବେଳେ ପତ୍ର ବାହାରି ଫଳ ଫଳିବାକୁ ଲାଗିଲା, ସେତେବେଳେ ବାଳୁଙ୍ଗା ମଧ୍ୟ ଦେଖାଗଲା। 27ସେଥିରେ ଘରମାଲିକଙ୍କ ଦାସମାନେ ତାହାଙ୍କ ପାଖକୁ ଆସି କହିଲେ, ‘ସାଆନ୍ତେ, ଆପଣ କଅଣ ନିଜ କ୍ଷେତରେ ଭଲ ବିହନ ବୁଣି ନ ଥିଲେ? ତେବେ ବାଳୁଙ୍ଗାଗୁଡ଼ାକ କେଉଁଠାରୁ ହେଲା?’ 28ସେ ସେମାନଙ୍କୁ କହିଲେ, ‘ଜଣେ ଶତ୍ରୁ ଏହା କରିଅଛି।’ ପୁଣି, ଦାସମାନେ ତାହାଙ୍କୁ କହିଲେ, ଆମ୍ଭେମାନେ ଯାଇ ସେଗୁଡ଼ାକ ଉପାଡ଼ି ଏକାଠି କରୁ, ଏହା କଅଣ ଆପଣଙ୍କର ଇଚ୍ଛା? 29କିନ୍ତୁ ସେ କହିଲେ, ‘ନା, କାଳେ ତୁମ୍ଭେମାନେ ବାଳୁଙ୍ଗା ଏକାଠି କରୁ କରୁ ସେଗୁଡ଼ାକ ସାଙ୍ଗରେ ଗହମ ଉପାଡ଼ି ପକାଇବ। 30ଶସ୍ୟ ନ କାଟିବା ଯାଏ ଦୁହିଁକୁ ଏକାଠି ବଢ଼ିବାକୁ ଛାଡ଼ିଦିଅ, ଆଉ ଶସ୍ୟ କାଟିବା ସମୟରେ ମୁଁ କଟାଳିମାନଙ୍କୁ କହିବି, ପୋଡ଼ିବା ପାଇଁ ଆଗେ ବାଳୁଙ୍ଗା ଏକାଠି କରି ବିଡ଼ା ବାନ୍ଧ, କିନ୍ତୁ ଗହମ ମୋ ଅମାରରେ ସଂଗ୍ରହ କରି ରଖ।’”

ଆଜିର ସନ୍ଥ

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର