Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜୁଲାଇ 2027 › ଜୁଲାଇ 24

ଅର୍ଥୋଡକ୍ସ ପଞ୍ଜିକା · 11 ଜୁଲାଇ (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 24 ଜୁଲାଇ 2027

ଶନିବାର · ପେଣ୍ଟିକଷ୍ଟ ପରେ ପଞ୍ଚମ ସପ୍ତାହ · ସ୍ୱର 3

ପର୍ବ ଓ ସନ୍ଥ

Remembrance of the Miracle of Saint Euphemia the All-Praiseworthy

ଉପବାସ

ଉପବାସ ନାହିଁ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପତ୍ର

ରୋମୀ 8:14–21

14ଯେଣୁ ଯେତେ ଲୋକ ଈଶ୍ବରଙ୍କ ଆତ୍ମାଙ୍କ ଦ୍ୱାରା ଚାଳିତ ହୁଅନ୍ତି, ସେମାନେ ଈଶ୍ବରଙ୍କ ସନ୍ତାନ। 15କାରଣ ତୁମ୍ଭେମାନେ ପୁନର୍ବାର ଭୟ କରିବା ନିମନ୍ତେ ଦାସତ୍ୱର ଆତ୍ମା ପାଇ ନାହଁ, କିନ୍ତୁ ପୁତ୍ରତ୍ୱର ଆତ୍ମା ପାଇଅଛ; ତଦ୍ୱାରା ଆମ୍ଭେମାନେ ଆବ୍ବା, ପିତଃ ବୋଲି ଡାକିଥାଉ। 16ଆମ୍ଭେମାନେ ଈଶ୍ବରଙ୍କ ସନ୍ତାନ ବୋଲି ସେହି ପବିତ୍ର ଆତ୍ମା ସ୍ୱୟଂ ଆମ୍ଭମାନଙ୍କ ଆତ୍ମା ସହିତ ସାକ୍ଷ୍ୟ ପ୍ରଦାନ କରନ୍ତି, 17ଆଉ ଯଦି ସନ୍ତାନ, ତେବେ ଉତ୍ତରାଧିକାରୀ, ଅର୍ଥାତ୍‍ ଯଦି ଖ୍ରୀଷ୍ଟଙ୍କ ସହିତ ଗୌରବାନ୍ୱିତ ମଧ୍ୟ ହେବା ନିମନ୍ତେ ଆମ୍ଭେମାନେ ତାହାଙ୍କ ସାଙ୍ଗରେ ଦୁଃଖଭୋଗ କରୁ, ତେବେ ଈଶ୍ବରଙ୍କ ଉତ୍ତରାଧିକାରୀ ଓ ଖ୍ରୀଷ୍ଟଙ୍କ ସହ ଉତ୍ତରାଧିକାରୀ ଅଟୁ। 18କାରଣ ମୋʼ ବିଚାରରେ, ଯେଉଁ ଗୌରବ ଆମ୍ଭମାନଙ୍କ ପ୍ରତି ପ୍ରକାଶିତ ହେବ, ତାହା ତୁଳନାରେ ଏହି ବର୍ତ୍ତମାନ କାଳର ଦୁଃଖଭୋଗ କିଛି ହିଁ ନୁହେଁ। 19ଯେଣୁ ସୃଷ୍ଟିର ଏକାନ୍ତ ଆକାଂକ୍ଷା ଈଶ୍ବରଙ୍କ ସନ୍ତାନମାନଙ୍କର ପ୍ରକାଶ ନିମନ୍ତେ ଅପେକ୍ଷା କରୁଅଛି। 20କାରଣ ସୃଷ୍ଟି ଅସାରତାର ବଶୀଭୂତ ହେଲା, ତାହାର ନିଜ ଇଚ୍ଛାରୁ ନୁହେଁ, କିନ୍ତୁ ଯେ ତାହାକୁ ବଶୀଭୂତ କଲେ, ତାହାଙ୍କ ଇଚ୍ଛାରୁ; 21ଆଉ ତାହା ଭରସାଯୁକ୍ତ ହୋଇ ବଶୀଭୂତ ହେଲା, ଯେଣୁ ସୃଷ୍ଟି ନିଜେ ମଧ୍ୟ ଈଶ୍ବରଙ୍କ ସନ୍ତାନମାନଙ୍କ ଗୌରବମୟ ଅବସ୍ଥା ସମ୍ବନ୍ଧୀୟ ସ୍ୱାଧୀନତା ପ୍ରାପ୍ତି ନିମନ୍ତେ କ୍ଷୟର ଦାସତ୍ୱରୁ ମୁକ୍ତ ହେବ।

ସୁସମାଚାର

ମାଥି 9:9–13

9ଯୀଶୁ ସେଠାରୁ ଯାଉ ଯାଉ ମାଥିଉ ନାମକ ଜଣେ ବ୍ୟକ୍ତିଙ୍କୁ କର ଆଦାୟ ସ୍ଥାନରେ ବସିଥିବା ଦେଖି ତାହାଙ୍କୁ କହିଲେ, “ମୋହର ଅନୁଗମନ କର।” ସେଥିରେ ସେ ଉଠି ତାହାଙ୍କର ଅନୁଗମନ କଲେ। 10ଆଉ ଯୀଶୁ ଗୃହରେ ଭୋଜନ କରିବାକୁ ବସିବା ସମୟରେ, ଦେଖ, ଅନେକ କରଗ୍ରାହୀ ଏବଂ ପାପୀ ଆସି ତାହାଙ୍କ ଓ ତାହାଙ୍କର ଶିଷ୍ୟମାନଙ୍କ ସାଙ୍ଗରେ ବସିଲେ। 11ଫାରୂଶୀମାନେ ତାହା ଦେଖି ତାହାଙ୍କ ଶିଷ୍ୟମାନଙ୍କୁ କହିବାକୁ ଲାଗିଲେ, “ତୁମ୍ଭମାନଙ୍କ ଗୁରୁ କାହିଁକି କରଗ୍ରାହୀ ଓ ପାପୀମାନଙ୍କ ସାଙ୍ଗରେ ଭୋଜନ କରନ୍ତି?” 12କିନ୍ତୁ ଯୀଶୁ ତାହା ଶୁଣି କହିଲେ, “ସୁସ୍ଥ ଲୋକମାନଙ୍କର ବୈଦ୍ୟଠାରେ ଆବଶ୍ୟକ ନାହିଁ, ମାତ୍ର ଅସୁସ୍ଥ ଲୋକମାନଙ୍କର ଆବଶ୍ୟକ ଅଛି। 13କିନ୍ତୁ ‘ଆମ୍ଭେ ବଳିଦାନ ଭଲ ନ ପାଇ ଦୟା ଭଲ ପାଉ,’ ଏହି ବାକ୍ୟର ମର୍ମ ତୁମ୍ଭେମାନେ ଯାଇ ଶିକ୍ଷା କର, କାରଣ ମୁଁ ଧାର୍ମିକମାନଙ୍କୁ ଆହ୍ୱାନ କରିବା ନିମନ୍ତେ ଆସି ନାହିଁ, ମାତ୍ର ପାପୀମାନଙ୍କୁ ଆହ୍ୱାନ କରିବା ନିମନ୍ତେ ଆସିଅଛି।”

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଜୁଲାଇ 11 ନାଗରିକ ପଞ୍ଜିକାର ଜୁଲାଇ 24। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର