Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜୁଲାଇ 2027 › ଜୁଲାଇ 26

ଅର୍ଥୋଡକ୍ସ ପଞ୍ଜିକା · 13 ଜୁଲାଇ (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 26 ଜୁଲାଇ 2027

ସୋମବାର · ପେଣ୍ଟିକଷ୍ଟ ପରେ ଷଷ୍ଠ ସପ୍ତାହ · ସ୍ୱର 4

ପର୍ବ ଓ ସନ୍ଥ

Synaxis of the Archangel Gabriel

ଉପବାସ

ଉପବାସ ନାହିଁ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପତ୍ର

ରୋମୀ 16:17–24

17ହେ ଭାଇମାନେ, ତୁମ୍ଭେମାନେ ଯେଉଁ ଶିକ୍ଷା ପାଇଅଛ, ସେଥିର ବିପରୀତ ଯେଉଁମାନେ ଦଳଭେଦ ଓ ବିଘ୍ନର କାରଣ ଘଟାନ୍ତି, ସେମାନଙ୍କୁ ଚିହ୍ନି ରଖି ସେମାନଙ୍କଠାରୁ ପୃଥକ୍ ରହିବା ପାଇଁ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି; 18କାରଣ ଏହିପରି ଲୋକମାନେ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟଙ୍କର ଦାସ ନୁହଁନ୍ତି, କିନ୍ତୁ ଆପଣା ଆପଣା ଉଦରର ଦାସ ଅଟନ୍ତି, ପୁଣି, ମିଷ୍ଟବାକ୍ୟ ଓ ଚାଟୁଭାଷାରେ ସରଳ ହୃଦୟ ଲୋକଙ୍କର ମନ ଭୁଲାନ୍ତି। 19ଯେଣୁ ତୁମ୍ଭମାନଙ୍କ ଆଜ୍ଞାବହତାର କଥା ସମସ୍ତ ଲୋକଙ୍କ ମଧ୍ୟରେ ବ୍ୟାପିଯାଇଅଛି; ଅତଏବ, ମୁଁ ତୁମ୍ଭମାନଙ୍କ ନିମନ୍ତେ ଆନନ୍ଦ କରୁଅଛି, କିନ୍ତୁ ତୁମ୍ଭେମାନେ ଯେପରି ସତ୍ ବିଷୟରେ ଜ୍ଞାନୀ ଓ ଅସତ୍‍ ବିଷୟରେ ଅମାୟିକ ହୁଅ, ଏହା ମୋହର ଇଚ୍ଛା। 20ଆଉ ଶାନ୍ତିଦାତା ଈଶ୍ବର ଶୟତାନକୁ ଶୀଘ୍ର ତୁମ୍ଭମାନଙ୍କ ପଦ ତଳେ ଦଳିପକାଇବେ। ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ। 21ମୋହର ସହକର୍ମୀ ତୀମଥି, ପୁଣି, ମୋହର ସ୍ୱଜାତୀୟ ଲୂକୀୟ, ଯାସୋନ ଓ ସୋସିପାତ୍ର ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି। 22ଏହି ପତ୍ର ଲେଖକ ଯେ ମୁଁ ତର୍ତ୍ତୀୟ, ମୁଁ ପ୍ରଭୁଙ୍କ ନାମରେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛି। 23ମୋହର ଓ ସମସ୍ତ ମଣ୍ଡଳୀର ଆତିଥ୍ୟକାରୀ ଗାୟ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି। ଏହି ନଗରର କୋଷାଧ୍ୟକ୍ଷ ଏରାଷ୍ଟ ଓ ଭାଇ କ୍ୱାର୍ତ୍ତ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି। 24[ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭ ସମସ୍ତଙ୍କ ସହବର୍ତ୍ତୀ ହେଉ। ଆମେନ୍‍।]

ସୁସମାଚାର

ମାଥି 13:10–23

10ଏହାପରେ ଶିଷ୍ୟମାନେ ତାହାଙ୍କ ପାଖକୁ ଆସି ପଚାରିଲେ, ଆପଣ କାହିଁକି ସେମାନଙ୍କୁ ଦୃଷ୍ଟାନ୍ତ ଦ୍ୱାରା କଥା କହୁଅଛନ୍ତି? 11ସେ ଉତ୍ତର ଦେଲେ, “କାରଣ ସ୍ୱର୍ଗରାଜ୍ୟର ନିଗୂଢ଼ ତତ୍ତ୍ୱସମୂହ ଜାଣିବା ନିମନ୍ତେ ତୁମ୍ଭମାନଙ୍କୁ ଶକ୍ତି ଦିଆଯାଇଅଛି, କିନ୍ତୁ ସେମାନଙ୍କୁ ଦିଆଯାଇନାହିଁ। 12ଯେଣୁ ଯାହାର ଅଛି, ତାହାକୁ ଦିଆଯିବ, ଆଉ ତାହାର ପ୍ରଚୁର ହେବ; କିନ୍ତୁ ଯାହାର ନାହିଁ, ତାହା ପାଖରେ ଯାହା ଅଛି, ତାହା ହିଁ ତାହାଠାରୁ ନିଆଯିବ। 13‘ସେମାନେ ଦେଖୁ ଦେଖୁ ଦେଖନ୍ତି ନାହିଁ ଓ ଶୁଣୁ ଶୁଣୁ ଶୁଣନ୍ତି ନାହିଁ କି ବୁଝନ୍ତି ନାହିଁ; ଏଣୁ ମୁଁ ସେମାନଙ୍କୁ ଦୃଷ୍ଟାନ୍ତ ଦ୍ୱାରା କଥା କହୁଅଛି। 14ଆଉ ଯିଶାଇୟ ଭାବବାଦୀଙ୍କର ଏହି ଭାବବାଣୀ ସେମାନଙ୍କ ସମ୍ବନ୍ଧରେ ସଫଳ ହେଉଅଛି, ତୁମ୍ଭେମାନେ ଶୁଣୁ ଶୁଣୁ ଶୁଣିବ, କିନ୍ତୁ କୌଣସି ପ୍ରକାରେ ବୁଝିବ ନାହିଁ, ପୁଣି, ଦେଖୁ ଦେଖୁ ଦେଖିବ, କିନ୍ତୁ କୌଣସି ପ୍ରକାରେ ଜ୍ଞାତ ହେବ ନାହିଁ; 15କାରଣ ଏହି ଲୋକଙ୍କର ହୃଦୟ ଜଡ଼ ହେଲା, ସେମାନେ କାନରେ କଷ୍ଟରେ ଶୁଣିଲେ ଓ ଆପଣା ଆପଣା ଆଖି ବୁଜିଲେ, ଯେପରି ସେମାନେ ଆଖିରେ ଦେଖିବେ ନାହିଁ ଓ କାନରେ ଶୁଣିବେ ନାହିଁ, ଆଉ ହୃଦୟରେ ବୁଝିବେ ନାହିଁ, ପୁଣି, ଫେରି ଆସିବେ ନାହିଁ, ଆଉ ଆମ୍ଭେ ସେମାନଙ୍କୁ ସୁସ୍ଥ କରିବୁ ନାହିଁ।’ 16କିନ୍ତୁ ଧନ୍ୟ ତୁମ୍ଭମାନଙ୍କର ଚକ୍ଷୁ, ଯେଣୁ ତାହା ଦେଖେ; ଧନ୍ୟ ତୁମ୍ଭମାନଙ୍କ କର୍ଣ୍ଣ, ଯେଣୁ ତାହା ଶୁଣେ। 17କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ଯାହା ଯାହା ଦେଖୁଅଛ, ସେହିସବୁ ଅନେକ ଭାବବାଦୀ ଓ ଧାର୍ମିକ ଲୋକ ଦେଖିବାକୁ ଇଚ୍ଛା କଲେ, କିନ୍ତୁ ଦେଖିଲେ ନାହିଁ; ପୁଣି, ତୁମ୍ଭେମାନେ ଯାହା ଶୁଣୁଅଛ, ସେହିସବୁ ସେମାନେ ଶୁଣିବାକୁ ଇଚ୍ଛା କଲେ, କିନ୍ତୁ ଶୁଣିଲେ ନାହିଁ।” 18“ତେବେ ତୁମ୍ଭେମାନେ ବୀଜ ବୁଣାଳୀର ଦୃଷ୍ଟାନ୍ତ ଶୁଣ। 19ଯେ କେହି ରାଜ୍ୟର ବାକ୍ୟ ଶୁଣି ନ ବୁଝେ, ପାପାତ୍ମା ଆସି ତାହାର ହୃଦୟରେ ଯାହା ବୁଣାଯାଇଥିଲା, ତାହା ହରଣ କରିନିଏ, ସେ ଜଣକ ବୁଣାଯାଇଥିବା ବାଟ ପାଖ ଭୂମି ସଦୃଶ। 20ଯେ ବାକ୍ୟ ଶୁଣିବାକ୍ଷଣି ଆନନ୍ଦରେ ତାହା ଗ୍ରହଣ କରେ, କିନ୍ତୁ ତାହାଠାରେ ଚେର ନ ମାଡ଼ିବାରୁ କ୍ଷଣକାଳମାତ୍ର ସ୍ଥିର ହୋଇ ରୁହେ, 21ପରେ ବାକ୍ୟ ସକାଶେ କ୍ଲେଶ ବା ତାଡ଼ନା ଘଟିଲେ ସେହିକ୍ଷଣି ବିଘ୍ନ ପାଏ, ସେହି ଜଣକ ବୁଣାଯାଇଥିବା ପଥୁରିଆ ଭୂମି ସଦୃଶ। 22ଯେ ବାକ୍ୟ ଶୁଣେ, ପୁଣି, ସାଂସାରିକ ଚିନ୍ତା ଓ ଧନର ମାୟା ବାକ୍ୟକୁ ଚାପିପକାଏ, ଆଉ ସେ ଫଳହୀନ ହୁଏ, ସେହି ଜଣକ ବୁଣାଯାଇଥିବା କଣ୍ଟକମୟ ଭୂମି ସଦୃଶ। 23କିନ୍ତୁ ଯେ ବାକ୍ୟ ଶୁଣି ବୁଝେ ଓ ପ୍ରକୃତରେ ଫଳ ଫଳେ, କେହି ଶହେ ଗୁଣ, କେହି ଷାଠିଏ ଗୁଣ, କେହି ତିରିଶ ଗୁଣ, ସେହି ଜଣକ ବୁଣାଯାଇଥିବା ଉତ୍ତମ ଭୂମି ସଦୃଶ।”

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଜୁଲାଇ 13 ନାଗରିକ ପଞ୍ଜିକାର ଜୁଲାଇ 26। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର