ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜୁଲାଇ 2027 › ଜୁଲାଇ 27
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 27 ଜୁଲାଇ 2027
ମଙ୍ଗଳବାର · ସାଧାରଣ କାଳର 17ତମ ସପ୍ତାହ
ପର୍ବ ଓ ସନ୍ଥ
ସାଧାରଣ କାଳର 17ତମ ସପ୍ତାହର ମଙ୍ଗଳବାର
ସାଧାରଣ ଦିନ · ଉପାସନାର ରଙ୍ଗ: ସବୁଜ
ଦିନର ପାଠ
ପ୍ରଥମ ପାଠ
7ଏସମୟରେ ଏପରି ଥିଲା ଯେ, ମୋଶା ଆପଣା ତମ୍ବୁ ନେଇ ଛାଉଣିର ବାହାରେ ଓ ଛାଉଣିଠାରୁ ଦୂରରେ ସ୍ଥାପନ କଲେ ଓ ତାହାର ନାମ ସମାଗମ-ତମ୍ବୁ ଦେଲେ। ସଦାପ୍ରଭୁଙ୍କ ଅନ୍ୱେଷଣକାରୀ ପ୍ରତ୍ୟେକ ଲୋକ ଛାଉଣିର ବାହାରସ୍ଥିତ ସେହି ସମାଗମ-ତମ୍ବୁ ନିକଟକୁ ଯାʼନ୍ତି। 8ପୁଣି, ଏପରି ଘଟିଲା ଯେ, ମୋଶା ବାହାର ହୋଇ ସେହି ତମ୍ବୁ ନିକଟକୁ ଯିବା ସମୟରେ ସମସ୍ତ ଲୋକ ଉଠି ଆପଣା ଆପଣା ତମ୍ବୁ ଦ୍ୱାରରେ ଠିଆ ହେଲେ, ଆଉ ଯେପର୍ଯ୍ୟନ୍ତ ମୋଶା ସେହି ତମ୍ବୁରେ ପ୍ରବେଶ କଲେ ନାହିଁ, ସେପର୍ଯ୍ୟନ୍ତ ସେମାନେ ତାଙ୍କର ପଶ୍ଚାତ୍ ଅନାଇ ରହିଲେ। 9ଏଉତ୍ତାରେ ମୋଶା ତମ୍ବୁରେ ପ୍ରବେଶ କରନ୍ତେ, ମେଘସ୍ତମ୍ଭ ଓହ୍ଲାଇ ତମ୍ବୁ ଦ୍ୱାରରେ ଅବସ୍ଥିତ ହେଲା; ତହିଁରେ ସଦାପ୍ରଭୁ ମୋଶାଙ୍କ ସହିତ ଆଳାପ କଲେ। 10ତମ୍ବୁ ଦ୍ୱାରରେ ଅବସ୍ଥିତ ମେଘସ୍ତମ୍ଭ ଦେଖନ୍ତେ, ସମସ୍ତ ଲୋକ ଉଠି ପ୍ରତ୍ୟେକେ ଆପଣା ଆପଣା ତମ୍ବୁ ଦ୍ୱାରରେ ଥାଇ ପ୍ରଣାମ କଲେ। 11ମନୁଷ୍ୟ ଯେପରି ମିତ୍ର ସହିତ ଆଳାପ କରେ, ସେପରି ସଦାପ୍ରଭୁ ମୁଖାମୁଖି ହୋଇ ମୋଶାଙ୍କ ସହିତ ଆଳାପ କଲେ; ଏଉତ୍ତାରେ ମୋଶା ଛାଉଣିକୁ ବାହୁଡ଼ି ଆସିଲେ, ମାତ୍ର ନୂନର ପୁତ୍ର ଯିହୋଶୂୟ ନାମକ ତାଙ୍କର ଯୁବା ପରିଚାରକ ତମ୍ବୁ ମଧ୍ୟରୁ ପ୍ରସ୍ଥାନ କଲେ ନାହିଁ। 34:5ତେବେ ସଦାପ୍ରଭୁ ମେଘରେ ଅବରୋହଣ କରି ସେ ସ୍ଥାନରେ ତାଙ୍କ ସହିତ ଠିଆ ହୋଇ “ସଦାପ୍ରଭୁଙ୍କ” ନାମ ଘୋଷଣା କଲେ। 6ଆଉ ସଦାପ୍ରଭୁ ତାଙ୍କ ସମ୍ମୁଖ ଦେଇ ଗମନ କରି ଏହା ଘୋଷଣା କଲେ, “ସଦାପ୍ରଭୁ, ସଦାପ୍ରଭୁ ପରମେଶ୍ୱର ସ୍ନେହଶୀଳ ଓ କୃପାମୟ, କ୍ରୋଧରେ ଧୀର, ଦୟା ଓ ସତ୍ୟତାରେ ପରିପୂର୍ଣ୍ଣ; 7ସହସ୍ର ସହସ୍ର ପୁରୁଷ ପର୍ଯ୍ୟନ୍ତ ଦୟାରକ୍ଷାକାରୀ, ଅପରାଧ ଓ ଆଜ୍ଞାଲଙ୍ଘନ ଓ ପାପ କ୍ଷମାକାରୀ, ତଥାପି ନିତାନ୍ତ ତହିଁର ଦଣ୍ଡଦାତା, ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ପୁତ୍ରପୌତ୍ରାଦି ଉପରେ ପିତୃଗଣର ଅପରାଧର ପ୍ରତିଫଳଦାତା।” 8ତହୁଁ ମୋଶା ଶୀଘ୍ର ଭୂମିରେ ନତ ମସ୍ତକ ହୋଇ ପ୍ରଣାମ କରି କହିଲେ, 9“ପ୍ରଭୋ, ମୁଁ ଯଦି ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ତେବେ ବିନୟ କରୁଅଛି, ପ୍ରଭୁ ଆମ୍ଭମାନଙ୍କ ମଧ୍ୟବର୍ତ୍ତୀ ହୋଇ ଗମନ କରନ୍ତୁ; କାରଣ ଏମାନେ ଶକ୍ତଗ୍ରୀବ ଲୋକ, ଆଉ ଆମ୍ଭମାନଙ୍କ ଅପରାଧ ଓ ପାପ ମୋଚନ କରି ଆପଣା ଅଧିକାରାର୍ଥେ ଆମ୍ଭମାନଙ୍କୁ ଗ୍ରହଣ କରନ୍ତୁ।” 28ସେହି ସମୟରେ ମୋଶା ସଦାପ୍ରଭୁଙ୍କ ସହିତ ସେହି ସ୍ଥାନରେ ଚାଳିଶ ଦିବାରାତ୍ର ଅବସ୍ଥାନ କଲେ; ସେ ଅନ୍ନ ଭୋଜନ କି ଜଳ ପାନ କଲେ ନାହିଁ। ସେ ସେହି ଦୁଇ ପ୍ରସ୍ତରରେ ନିୟମ-ବାକ୍ୟ, ଅର୍ଥାତ୍, ଦଶ ଆଜ୍ଞା ଲେଖିଲେ।
ପ୍ରତିଉତ୍ତର ଗୀତ
6ସଦାପ୍ରଭୁ ଧର୍ମକର୍ମ ସାଧନ କରନ୍ତି ଓ ଉପଦ୍ରବଗ୍ରସ୍ତ ସମସ୍ତଙ୍କ ପକ୍ଷରେ ସୁବିଚାର ନିଷ୍ପତ୍ତି କରନ୍ତି। 7ସେ ମୋଶାଙ୍କୁ ଆପଣା ପଥ ଓ ଇସ୍ରାଏଲ-ସନ୍ତାନଗଣକୁ ଆପଣା କ୍ରିୟାସବୁ ଜଣାଇଲେ। 8ସଦାପ୍ରଭୁ ସ୍ନେହଶୀଳ ଓ କୃପାମୟ, କ୍ରୋଧରେ ଧୀର ଓ ଅତ୍ୟନ୍ତ ଦୟାଳୁ। 9ସେ ନିରନ୍ତର ଧମକାଇବେ ନାହିଁ; କିଅବା ସଦାକାଳ ଆପଣା କ୍ରୋଧ ରଖିବେ ନାହିଁ। 10ସେ ଆମ୍ଭମାନଙ୍କ ପାପ ପ୍ରମାଣେ ଆମ୍ଭମାନଙ୍କ ପ୍ରତି ବ୍ୟବହାର କରି ନାହାନ୍ତି, କିଅବା ଆମ୍ଭମାନଙ୍କ ଅଧର୍ମାନୁସାରେ ଆମ୍ଭମାନଙ୍କୁ ପ୍ରତିଫଳ ଦେଇ ନାହାନ୍ତି। 11କାରଣ ପୃଥିବୀରୁ ଆକାଶମଣ୍ଡଳ ଯେପରି ଉଚ୍ଚ, ସେପରି ତାହାଙ୍କ ଭୟକାରୀମାନଙ୍କ ପ୍ରତି ତାହାଙ୍କ ଦୟା ମହତ। 12ପୂର୍ବରୁ ପଶ୍ଚିମ ଯେତେ ଦୂର, ସେ ଆମ୍ଭମାନଙ୍କଠାରୁ ଆମ୍ଭମାନଙ୍କ ଅପରାଧ ସେତେ ଦୂର କରିଅଛନ୍ତି। 13ପିତା ଆପଣା ସନ୍ତାନଗଣ ପ୍ରତି ଯେରୂପ ସ୍ନେହ ବହଇ, ସଦାପ୍ରଭୁ ଆପଣା ଭୟକାରୀମାନଙ୍କ ପ୍ରତି ସେରୂପ ସ୍ନେହ ବହନ୍ତି।
ସୁସମାଚାର
36ପରେ ସେ ଲୋକମାନଙ୍କୁ ପରିତ୍ୟାଗ କରି ଗୃହରେ ପ୍ରବେଶ କଲେ, ଆଉ ତାହାଙ୍କ ଶିଷ୍ୟମାନେ ତାହାଙ୍କ ପାଖକୁ ଆସି କହିଲେ, କ୍ଷେତର ବାଳୁଙ୍ଗାର ଦୃଷ୍ଟାନ୍ତ ଆମ୍ଭମାନଙ୍କୁ ସ୍ପଷ୍ଟ ରୂପେ ବୁଝାଇ ଦିଅନ୍ତୁ। 37ସେ ଉତ୍ତର ଦେଲେ, “ଉତ୍ତମ ବିହନ ଯେ ବୁଣନ୍ତି ସେ ମନୁଷ୍ୟପୁତ୍ର; 38କ୍ଷେତ ଜଗତ; ଭଲ ବିହନ ରାଜ୍ୟର ସନ୍ତାନମାନେ; ବାଳୁଙ୍ଗା ପାପାତ୍ମାର ସନ୍ତାନମାନେ; 39ଯେଉଁ ଶତ୍ରୁ ତାହା ବୁଣିଲା, ସେ ଶୟତାନ; ଶସ୍ୟ କାଟିବା ସମୟ ଯୁଗାନ୍ତ, ପୁଣି, କଟାଳିସବୁ ଦୂତମାନେ। 40ଅତଏବ, ବାଳୁଙ୍ଗା ଯେପରି ଏକାଠି କରାଯାଇ ନିଆଁରେ ପୋଡ଼ାଯାଏ ଯୁଗାନ୍ତ ସମୟରେ ସେପରି ଘଟିବ। 41ମନୁଷ୍ୟପୁତ୍ର ଆପଣା ଦୂତମାନଙ୍କୁ ପଠାଇବେ, ଆଉ ସେମାନେ ତାହାଙ୍କ ରାଜ୍ୟରୁ ସମସ୍ତ ବିଘ୍ନଜନକ ବିଷୟ ଓ ଅଧର୍ମାଚାରୀମାନଙ୍କୁ ସଂଗ୍ରହ କରିବେ, 42ପୁଣି, ସେମାନଙ୍କୁ ଅଗ୍ନିକୁଣ୍ଡରେ ଫୋପାଡ଼ି ଦେବେ, ସେଠାରେ ରୋଦନ ଓ ଦାନ୍ତର କିଡ଼ିମିଡ଼ି ହେବ। 43ସେତେବେଳେ ଧାର୍ମିକମାନେ ସେମାନଙ୍କ ପିତାଙ୍କ ରାଜ୍ୟରେ ସୂର୍ଯ୍ୟ ପରି ତେଜୋମୟ ଦେଖାଯିବେ। ଯାହାର କାନ ଅଛି, ସେ ଶୁଣୁ।”
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର