ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜୁଲାଇ 2027 › ଜୁଲାଇ 27
ଅର୍ଥୋଡକ୍ସ ପଞ୍ଜିକା · 14 ଜୁଲାଇ (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 27 ଜୁଲାଇ 2027
ମଙ୍ଗଳବାର · ପେଣ୍ଟିକଷ୍ଟ ପରେ ଷଷ୍ଠ ସପ୍ତାହ · ସ୍ୱର 4
ପର୍ବ ଓ ସନ୍ଥ
Apostle of the 70: Aquila (1st C)
ଉପବାସ
ଉପବାସ ନାହିଁ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପତ୍ର
1ପାଉଲ, ଈଶ୍ବରଙ୍କ ଇଚ୍ଛାରେ ଖ୍ରୀଷ୍ଟ ଯୀଶୁଙ୍କ ଆହୂତ ଜଣେ ପ୍ରେରିତ, ଓ ଭ୍ରାତା ସୋସ୍ଥିନା, 2କରିନ୍ଥ ସହରରେ ଥିବା ଈଶ୍ବରଙ୍କ ମଣ୍ଡଳୀ ନିକଟକୁ ପତ୍ର; ଯେଉଁମାନେ ସର୍ବତ୍ର, ସେମାନଙ୍କ ଓ ଆମ୍ଭମାନଙ୍କ ସ୍ଥାନରେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ପ୍ରାର୍ଥନା କରନ୍ତି, ସେ ସମସ୍ତଙ୍କ ସହିତ ଖ୍ରୀଷ୍ଟ ଯୀଶୁଙ୍କଠାରେ ପବିତ୍ରୀକୃତ ଓ ଆହୂତ ସାଧୁ ଯେ ତୁମ୍ଭେମାନେ, 3ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କ ପିତା ଈଶ୍ବର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ହେଉ। 4ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କୁ ଦିଆଯାଇଥିବା ଈଶ୍ବରଙ୍କ ଯେଉଁ ଅନୁଗ୍ରହ, ସେଥିନିମନ୍ତେ ମୁଁ ସର୍ବଦା ତୁମ୍ଭମାନଙ୍କ ବିଷୟରେ ଈଶ୍ବରଙ୍କୁ ଧନ୍ୟବାଦ ଦେଉଅଛି, 5କାରଣ ତାହାଙ୍କଠାରେ ସମସ୍ତ ବିଷୟରେ, ବିଶେଷତଃ ସମସ୍ତ ପ୍ରକାର ଶିକ୍ଷାଦାନରେ ଓ ସମସ୍ତ ପ୍ରକାର ଜ୍ଞାନରେ ତୁମ୍ଭେମାନେ ଧନବାନ ହୋଇଅଛ; 6ଏହି ପ୍ରକାରେ ଖ୍ରୀଷ୍ଟଙ୍କର ସାକ୍ଷ୍ୟ ତୁମ୍ଭମାନଙ୍କ ମଧ୍ୟରେ ସ୍ଥିରୀକୃତ ହୋଇଅଛି। 7ଏଣୁ ତୁମ୍ଭେମାନେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ପ୍ରକାଶ ନିମନ୍ତେ ଅପେକ୍ଷାରେ ଥାଇ କୌଣସି ଅନୁଗ୍ରହଦାନର ଊଣା ପଡ଼ୁ ନାହଁ; 8ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦିବସରେ ଯେପରି ତୁମ୍ଭେମାନେ ଅନିନ୍ଦନୀୟ ହୁଅ, ଏଥିପାଇଁ ସେ ତୁମ୍ଭମାନଙ୍କୁ ଶେଷ ପର୍ଯ୍ୟନ୍ତ ମଧ୍ୟ ସ୍ଥିର ରଖିବେ। 9ଈଶ୍ବର ବିଶ୍ୱସ୍ତ, ଯାହାଙ୍କ ଦ୍ୱାରା ତୁମ୍ଭେମାନେ ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟ, ଆମ୍ଭମାନଙ୍କ ପ୍ରଭୁଙ୍କର ସହଭାଗିତା ନିମନ୍ତେ ଆହୂତ ହୋଇଅଛ।
ପତ୍ର (ବୁଧବାର ପାଇଁ)
9କିନ୍ତୁ ଯେପରି ଲେଖାଅଛି, “ଚକ୍ଷୁ ଯାହା ଦେଖି ନାହିଁ, କର୍ଣ୍ଣ ଯାହା ଶୁଣି ନାହିଁ, ଆଉ ମନୁଷ୍ୟର ହୃଦୟରେ ଯାହା ଜାତ ହୋଇ ନାହିଁ, ଯେ ସମସ୍ତ ବିଷୟ ଈଶ୍ବର ଆପଣା ପ୍ରେମକାରୀ ଲୋକମାନଙ୍କ ନିମନ୍ତେ ପ୍ରସ୍ତୁତ କରିଅଛନ୍ତି।” 10କିନ୍ତୁ ଈଶ୍ବର ଆମ୍ଭମାନଙ୍କ ନିମନ୍ତେ ପବିତ୍ର ଆତ୍ମାଙ୍କ ଦ୍ୱାରା ସେ ସମସ୍ତ ପ୍ରକାଶ କରିଅଛନ୍ତି ଯେଣୁ ସେହି ଆତ୍ମା ସମସ୍ତ ବିଷୟ, ହଁ, ଈଶ୍ବରଙ୍କର ଗଭୀର ବିଷୟସବୁ ଅନୁସନ୍ଧାନ କରନ୍ତି। 11କାରଣ ମନୁଷ୍ୟର ବିଷୟସବୁ ମନୁଷ୍ୟଠାରେ ଥିବା ଆତ୍ମା ବିନା ଆଉ କିଏ ଜାଣେ? ସେହିପରି ମଧ୍ୟ ଈଶ୍ବରଙ୍କ ବିଷୟସବୁ ଈଶ୍ବରଙ୍କ ଆତ୍ମା ବିନା ଆଉ କେହି ଜାଣେ ନାହିଁ। 12ଯେପରି ଈଶ୍ବରଙ୍କ ଦ୍ୱାରା ଆମ୍ଭମାନଙ୍କୁ ଅନୁଗ୍ରହରେ ଦିଆଯାଇଥିବା ବିଷୟଗୁଡ଼ିକ ଆମ୍ଭେମାନେ ଜାଣି ପାରୁ, ଏଥିପାଇଁ ଆମ୍ଭେମାନେ ଜଗତର ଆତ୍ମା ନ ପାଇ ଈଶ୍ବରଙ୍କ ଆତ୍ମା ପାଇଅଛୁ। 13ସେହି ସମସ୍ତ ବିଷୟ ମଧ୍ୟ ଆମ୍ଭେମାନେ ମନୁଷ୍ୟର ଜ୍ଞାନର ଶିକ୍ଷା ଦ୍ୱାରା ବାକ୍ୟରେ କହି ନ ଥାଉ, ମାତ୍ର ଆତ୍ମିକ ବିଷୟସବୁ ଆତ୍ମିକ ବିଷୟ ଦ୍ୱାରା ବୁଝାଇ ଆତ୍ମାଙ୍କ ଦ୍ୱାରା ଶିକ୍ଷିତ ବାକ୍ୟରେ କହିଥାଉ। 14କିନ୍ତୁ ସାଂସାରିକ ମନୁଷ୍ୟ ଈଶ୍ବରଙ୍କ ଆତ୍ମାଙ୍କ ବିଷୟଗୁଡ଼ିକ ଗ୍ରହଣ କରେ ନାହିଁ, କାରଣ ସେହିସବୁ ତାହା ନିକଟରେ ମୂର୍ଖତା, ପୁଣି, ସେ ସେହିସବୁ ବୁଝି ପାରେ ନାହିଁ, ଯେଣୁ ସେହିସବୁକୁ ଆତ୍ମିକ ଭାବରେ ବିଚାର କରାଯାଏ। 15ମାତ୍ର ଯେ ଆତ୍ମିକମନା, ସେ ସମସ୍ତ ବିଷୟ ବିଚାର କରେ, ତଥାପି କେହି ତାହାର ବିଚାର କରେ ନାହିଁ। 16ଯେପରି ପବିତ୍ର ଶାସ୍ତ୍ରରେ ଲେଖାଅଛି, “କାରଣ, କିଏ ପ୍ରଭୁଙ୍କ ମନ ଜାଣିଅଛି ଯେ, ସେ ତାହାଙ୍କୁ ଶିକ୍ଷା ଦେଇ ପାରେ?” କିନ୍ତୁ ଆମ୍ଭେମାନେ ଖ୍ରୀଷ୍ଟଙ୍କ ମନ ପାଇଅଛୁ। 3:1ହେ ଭାଇମାନେ, ମୁଁ ଆତ୍ମିକମନା ଲୋକଙ୍କୁ କହିଲା ପରି ତୁମ୍ଭମାନଙ୍କୁ କହି ପାରିଲି ନାହିଁ, କିନ୍ତୁ ଶାରୀରିକମନା ଲୋକଙ୍କୁ ଓ ଖ୍ରୀଷ୍ଟଙ୍କଠାରେ ଶିଶୁମାନଙ୍କୁ କହିଲା ପରି ତୁମ୍ଭମାନଙ୍କୁ କହିଲି। 2ମୁଁ ତୁମ୍ଭମାନଙ୍କୁ ଦୁଗ୍ଧ ପାନ କରାଇ ଅନ୍ୟ ଖାଦ୍ୟ ଦେଲି ନାହିଁ, କାରଣ ତୁମ୍ଭେମାନେ ତାହା ଗ୍ରହଣ କରିବାକୁ ସମର୍ଥ ନ ଥିଲ, ଆଉ ଏବେ ମଧ୍ୟ ସମର୍ଥ ହୋଇ ନାହଁ, 3ଯେଣୁ, ଏପର୍ଯ୍ୟନ୍ତ ତୁମ୍ଭେମାନେ ଶାରୀରିକ ଅଟ। କାରଣ ଯେତେବେଳେ ତୁମ୍ଭମାନଙ୍କ ମଧ୍ୟରେ ଈର୍ଷା ଓ ବିବାଦ ରହିଅଛି, ତୁମ୍ଭେମାନେ କି ଶାରୀରିକ ନୁହଁ ଓ ମନୁଷ୍ୟର ସ୍ୱଭାବ ଅନୁସାରେ କି ଆଚରଣ କରୁ ନାହଁ? 4ଯେହେତୁ ଯେତେବେଳେ ଜଣେ କୁହେ, ମୁଁ ପାଉଲଙ୍କର, ପୁଣି, ଆଉ ଜଣେ କୁହେ, ମୁଁ ଆପଲ୍ଲଙ୍କର, ସେତେବେଳେ ତୁମ୍ଭେମାନେ କି ଶାରୀରିକ ନୁହଁ? 5ଆପଲ୍ଲ କିଏ? ପାଉଲ ବା କିଏ? ସେମାନେ ତ ସେବକ ମାତ୍ର, ଯେଉଁମାନଙ୍କ ଦ୍ୱାରା, ପ୍ରତ୍ୟେକକୁ ପ୍ରଭୁ ଯେପରି ଦେଇଅଛନ୍ତି, ତଦନୁସାରେ ତୁମ୍ଭେମାନେ ବିଶ୍ୱାସ କରିଅଛ। 6ମୁଁ ରୋପଣ କରିଅଛି, ଆପଲ୍ଲ ଜଳ ସେଚନ କରିଅଛନ୍ତି, କିନ୍ତୁ ଈଶ୍ବର ବୃଦ୍ଧି ସାଧନ କରିଅଛନ୍ତି। 7ଅତଏବ, ଯେ ରୋପଣ କରେ କିମ୍ବା ଯେ ଜଳ ସେଚନ କରେ, ସେ କିଛି ନୁହେଁ, ମାତ୍ର ବୃଦ୍ଧି ସାଧନ କରନ୍ତି ଯେ ଈଶ୍ବର, ସେ ସାର। 8ଯେ ରୋପଣ କରେ ଓ ଯେ ସେଚନ କରେ, ସେ ଦୁହେଁ ଏକ, କିନ୍ତୁ ପ୍ରତ୍ୟେକ ଜଣ ଆପଣା ପରିଶ୍ରମ ଅନୁସାରେ ନିଜର ପୁରସ୍କାର ପାଇବ।
ସୁସମାଚାର
24ଯୀଶୁ ସେମାନଙ୍କୁ ଆଉ ଗୋଟିଏ ଦୃଷ୍ଟାନ୍ତ ଦେଇ କହିଲେ, “ସ୍ୱର୍ଗରାଜ୍ୟ ଆପଣା କ୍ଷେତରେ ଭଲ ବିହନ ବୁଣାଯାଇଥିବା ଜଣେ ବ୍ୟକ୍ତିଙ୍କ ସଦୃଶ; 25ମାତ୍ର ଲୋକେ ନିଦ୍ରା ଯାଇଥିବା ସମୟରେ ତାହାଙ୍କ ଶତ୍ରୁ ଆସି ସେହି ଗହମ ମଧ୍ୟରେ ବାଳୁଙ୍ଗା ବୁଣିଦେଇ ଚାଲିଗଲେ। 26ଯେତେବେଳେ ପତ୍ର ବାହାରି ଫଳ ଫଳିବାକୁ ଲାଗିଲା, ସେତେବେଳେ ବାଳୁଙ୍ଗା ମଧ୍ୟ ଦେଖାଗଲା। 27ସେଥିରେ ଘରମାଲିକଙ୍କ ଦାସମାନେ ତାହାଙ୍କ ପାଖକୁ ଆସି କହିଲେ, ‘ସାଆନ୍ତେ, ଆପଣ କଅଣ ନିଜ କ୍ଷେତରେ ଭଲ ବିହନ ବୁଣି ନ ଥିଲେ? ତେବେ ବାଳୁଙ୍ଗାଗୁଡ଼ାକ କେଉଁଠାରୁ ହେଲା?’ 28ସେ ସେମାନଙ୍କୁ କହିଲେ, ‘ଜଣେ ଶତ୍ରୁ ଏହା କରିଅଛି।’ ପୁଣି, ଦାସମାନେ ତାହାଙ୍କୁ କହିଲେ, ଆମ୍ଭେମାନେ ଯାଇ ସେଗୁଡ଼ାକ ଉପାଡ଼ି ଏକାଠି କରୁ, ଏହା କଅଣ ଆପଣଙ୍କର ଇଚ୍ଛା? 29କିନ୍ତୁ ସେ କହିଲେ, ‘ନା, କାଳେ ତୁମ୍ଭେମାନେ ବାଳୁଙ୍ଗା ଏକାଠି କରୁ କରୁ ସେଗୁଡ଼ାକ ସାଙ୍ଗରେ ଗହମ ଉପାଡ଼ି ପକାଇବ। 30ଶସ୍ୟ ନ କାଟିବା ଯାଏ ଦୁହିଁକୁ ଏକାଠି ବଢ଼ିବାକୁ ଛାଡ଼ିଦିଅ, ଆଉ ଶସ୍ୟ କାଟିବା ସମୟରେ ମୁଁ କଟାଳିମାନଙ୍କୁ କହିବି, ପୋଡ଼ିବା ପାଇଁ ଆଗେ ବାଳୁଙ୍ଗା ଏକାଠି କରି ବିଡ଼ା ବାନ୍ଧ, କିନ୍ତୁ ଗହମ ମୋ ଅମାରରେ ସଂଗ୍ରହ କରି ରଖ।’”
ସୁସମାଚାର (ବୁଧବାର ପାଇଁ)
31ସେ ସେମାନଙ୍କୁ ଆଉ ଗୋଟିଏ ଦୃଷ୍ଟାନ୍ତ ଦେଇ କହିଲେ, “ସ୍ୱର୍ଗରାଜ୍ୟ ଏପ୍ରକାର ଗୋଟିଏ ସୋରିଷ ଦାନା ପରି, ଯାହା ନେଇ ଜଣେ ଲୋକ ଆପଣା କ୍ଷେତ୍ରରେ ବୁଣିଲା। 32ତାହା ତ ସବୁ ବୀଜଠାରୁ କ୍ଷୁଦ୍ର, ମାତ୍ର ତାହା ବଢ଼ିଲେ ସବୁ ଶାକଠାରୁ ବଡ଼ ହୋଇ ଏପରି ଗଛ ହୁଏ ଯେ, ଆକାଶର ଚଢ଼େଇମାନେ ଆସି ତାହାର ଡାଳରେ ବାସ କରନ୍ତି।” 33ସେ ସେମାନଙ୍କୁ ଆଉ ଗୋଟିଏ ଦୃଷ୍ଟାନ୍ତ କହିଲେ, “ସ୍ୱର୍ଗରାଜ୍ୟ ଖମୀର ସଦୃଶ; ଜଣେ ସ୍ତ୍ରୀ ତାହା ନେଇ ମହଣେ ମଇଦା ମଧ୍ୟରେ ଘୋଡ଼ାଇ ରଖିଲା ଆଉ ସେ ଶେଷରେ ସମସ୍ତ ଖମୀରମୟ ହେଲା।” 34ଏହି ସମସ୍ତ କଥା ଯୀଶୁ ଦୃଷ୍ଟାନ୍ତ ଦ୍ୱାରା ଲୋକସମୂହକୁ କହିଲେ, ଆଉ ଦୃଷ୍ଟାନ୍ତ ବିନା ସେ ସେମାନଙ୍କୁ କିଛି କହୁ ନ ଥିଲେ, 35ଯେପରି ଭାବବାଦୀଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ସଫଳ ହୁଏ, ଆମ୍ଭେ ଆପଣା ମୁଖ ଫିଟାଇ ଦୃଷ୍ଟାନ୍ତ ଦ୍ୱାରା କଥା କହିବା, ଜଗତ ସୃଷ୍ଟି ଦିନରୁ ଗୁପ୍ତ ବିଷୟସବୁ ବ୍ୟକ୍ତ କରିବା। 36ପରେ ସେ ଲୋକମାନଙ୍କୁ ପରିତ୍ୟାଗ କରି ଗୃହରେ ପ୍ରବେଶ କଲେ, ଆଉ ତାହାଙ୍କ ଶିଷ୍ୟମାନେ ତାହାଙ୍କ ପାଖକୁ ଆସି କହିଲେ, କ୍ଷେତର ବାଳୁଙ୍ଗାର ଦୃଷ୍ଟାନ୍ତ ଆମ୍ଭମାନଙ୍କୁ ସ୍ପଷ୍ଟ ରୂପେ ବୁଝାଇ ଦିଅନ୍ତୁ।
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଜୁଲାଇ 14 ନାଗରିକ ପଞ୍ଜିକାର ଜୁଲାଇ 27। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର