Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜୁଲାଇ 2027 › ଜୁଲାଇ 28

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 28 ଜୁଲାଇ 2027

ବୁଧବାର · ସାଧାରଣ କାଳର 17ତମ ସପ୍ତାହ

ପର୍ବ ଓ ସନ୍ଥ

ସାଧାରଣ କାଳର 17ତମ ସପ୍ତାହର ବୁଧବାର

ସାଧାରଣ ଦିନ · ଉପାସନାର ରଙ୍ଗ: ସବୁଜ

ଦିନର ପାଠ

ପ୍ରଥମ ପାଠ

ଯାତ୍ରା 34:29–35

29ଏଥିଉତ୍ତାରେ ମୋଶା ସୀନୟ ପର୍ବତରୁ ଓହ୍ଲାଇବା ସମୟରେ ସାକ୍ଷ୍ୟରୂପ ଦୁଇ ଖଣ୍ଡ ପ୍ରସ୍ତର ହସ୍ତରେ ଘେନି ପର୍ବତରୁ ଓହ୍ଲାଇଲେ, ମାତ୍ର ସଦାପ୍ରଭୁଙ୍କ ସହିତ ଆଳାପ କରିବା ସକାଶୁ ଆପଣା ମୁଖର ଚର୍ମ ଯେ ଉଜ୍ଜ୍ୱଳ ହୋଇଥିଲା, ତାହା ମୋଶା ଜାଣି ନ ଥିଲେ। 30ପୁଣି, ଯେତେବେଳେ ହାରୋଣ ଓ ଇସ୍ରାଏଲ-ସନ୍ତାନଗଣ ମୋଶାଙ୍କୁ ଦେଖିଲେ, ସେତେବେଳେ ତାଙ୍କର ମୁଖର ଚର୍ମ ଉଜ୍ଜ୍ୱଳ ଥିଲା; ଏଣୁ ସେମାନେ ତାଙ୍କ ନିକଟକୁ ଯିବା ପାଇଁ ଭୀତ ହେଲେ। 31ମାତ୍ର ମୋଶା ସେମାନଙ୍କୁ ଡାକନ୍ତେ, ହାରୋଣ ଓ ମଣ୍ଡଳୀର ଅଧ୍ୟକ୍ଷଗଣ ତାଙ୍କ ନିକଟକୁ ଫେରିଗଲେ; ତହିଁରେ ମୋଶା ସେମାନଙ୍କ ସହିତ ଆଳାପ କଲେ। 32ତହିଁ ଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ତାଙ୍କ ନିକଟକୁ ଗଲେ; ତହିଁରେ ସଦାପ୍ରଭୁ ସୀନୟ ପର୍ବତରେ ତାଙ୍କୁ ଯେଉଁ ଯେଉଁ କଥା କହିଥିଲେ, ତାହାସବୁ ସେ ଆଜ୍ଞା ରୂପେ ସେମାନଙ୍କୁ ଜଣାଇଲେ। 33ଆଉ, ମୋଶା ସେମାନଙ୍କ ସହିତ କଥୋପକଥନ ସମାପନ କଲା ଉତ୍ତାରେ ଆପଣା ମୁଖରେ ଘୁମୁଟା ଦେଲେ। 34ମାତ୍ର ମୋଶା ସଦାପ୍ରଭୁଙ୍କ ସହିତ କଥା କହିବା ପାଇଁ ଭିତରେ ତାହାଙ୍କ ସାକ୍ଷାତକୁ ଯାଇ ବାହାରକୁ ନ ଆସିବା ପର୍ଯ୍ୟନ୍ତ ସେହି ଘୁମୁଟା କାଢ଼ି ରଖିଲେ; ଆଉ ଯେଉଁ ଆଜ୍ଞା ପାଇଲେ, ବାହାରେ ଆସି ଇସ୍ରାଏଲ-ସନ୍ତାନଗଣକୁ ତାହା କହିଲେ। 35ତହିଁରେ ମୋଶାଙ୍କର ମୁଖର ଚର୍ମ ଉଜ୍ଜ୍ୱଳ ଅଟେ, ଏହା ଇସ୍ରାଏଲ-ସନ୍ତାନଗଣ ତାଙ୍କର ମୁଖ ପ୍ରତି ଅନାଇ ଦେଖିଲେ; ମୋଶା ସଦାପ୍ରଭୁଙ୍କ ସହିତ କଥା କହିବାକୁ ଯେପର୍ଯ୍ୟନ୍ତ ଭିତରକୁ ନ ଗଲେ; ସେପର୍ଯ୍ୟନ୍ତ ଆପଣା ମୁଖରେ ଘୁମୁଟା ଦେଲେ।

ପ୍ରତିଉତ୍ତର ଗୀତ

ଗୀତ 99:5–7, 9

5ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କର ପ୍ରଶଂସା କର ଓ ତାହାଙ୍କ ପାଦପୀଠରେ ପ୍ରଣାମ କର; ସେ ପବିତ୍ର ଅଟନ୍ତି। 6ତାହାଙ୍କ ଯାଜକଗଣ ମଧ୍ୟରେ ମୋଶା, ହାରୋଣ ଓ ତାହାଙ୍କ ନାମରେ ପ୍ରାର୍ଥନାକାରୀମାନଙ୍କ ମଧ୍ୟରେ ଶାମୁୟେଲ; ସେମାନେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ ଓ ସେ ସେମାନଙ୍କୁ ଉତ୍ତର ଦେଲେ। 7ସେ ମେଘ ସ୍ତମ୍ଭରେ ସେମାନଙ୍କ ନିକଟରେ କଥା କହିଲେ; ସେମାନେ ତାହାଙ୍କର ସାକ୍ଷ୍ୟ ଓ ସେମାନଙ୍କୁ ଦତ୍ତ ବିଧିସବୁ ପାଳନ କଲେ। 9ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କର ପ୍ରଶଂସା କର ଓ ତାହାଙ୍କ ପବିତ୍ର ପର୍ବତରେ ପ୍ରଣାମ କର; କାରଣ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ପବିତ୍ର ଅଟନ୍ତି।

ସୁସମାଚାର

ମାଥି 13:44–46

44“ସ୍ୱର୍ଗରାଜ୍ୟ କ୍ଷେତ୍ରରେ ଗୁପ୍ତ ହୋଇଥିବା ଧନ ସଦୃଶ। ଜଣେ ଲୋକ ତାହା ଦେଖି ଗୋପନ କରି ରଖିଲା ଓ ଆନନ୍ଦରେ ଯାଇ ଆପଣାର ସର୍ବସ୍ୱ ବିକ୍ରୟ କରି ସେହି କ୍ଷେତ୍ରକୁ କ୍ରୟ କଲା।” 45“ପୁନଶ୍ଚ, ସ୍ୱର୍ଗରାଜ୍ୟ ଉତ୍ତମ ଉତ୍ତମ ମୁକ୍ତା ଅନ୍ୱେଷଣ କରୁଥିବା ଜଣେ ବଣିକ ଭଳି। 46ଗୋଟିଏ ବହୁମୂଲ୍ୟ ମୁକ୍ତା ଦେଖି ସେ ଯାଇ ଆପଣାର ସର୍ବସ୍ୱ ବିକ୍ରୟ କରି ସେହି ମୁକ୍ତାକୁ କ୍ରୟ କଲା।”

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର