ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜୁଲାଇ 2027 › ଜୁଲାଇ 29
ଅର୍ଥୋଡକ୍ସ ପଞ୍ଜିକା · 16 ଜୁଲାଇ (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 29 ଜୁଲାଇ 2027
ଗୁରୁବାର · ପେଣ୍ଟିକଷ୍ଟ ପରେ ଷଷ୍ଠ ସପ୍ତାହ · ସ୍ୱର 4
ପର୍ବ ଓ ସନ୍ଥ
Hieromartyr Athenogoras, Bishop of Heracleopolis, and his 10 Disciples († c. 311)
ଉପବାସ
ଉପବାସ ନାହିଁ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପତ୍ର
18କେହି ଆପଣାକୁ ପ୍ରବଞ୍ଚନା ନ କରୁ। ଯଦି କୌଣସି ଲୋକ ଏହି ଯୁଗରେ ତୁମ୍ଭମାନଙ୍କ ମଧ୍ୟରେ ଆପଣାକୁ ଜ୍ଞାନୀ ବୋଲି ମନେ କରେ, ତେବେ ସେ ଯେପରି ଜ୍ଞାନୀ ହୋଇପାରେ, ଏଥିପାଇଁ ସେ ମୂର୍ଖ ହେଉ। 19କାରଣ ଏହି ଜଗତର ଜ୍ଞାନ ଈଶ୍ବରଙ୍କ ନିକଟରେ ମୂର୍ଖତା। ଯେଣୁ ପବିତ୍ର ଶାସ୍ତ୍ରରେ ଲେଖାଅଛି, “ସେ ଜ୍ଞାନୀମାନଙ୍କୁ ସେମାନଙ୍କର ଧୂର୍ତ୍ତତାରେ ଧରନ୍ତି,” 20ପୁନଶ୍ଚ, “ଜ୍ଞାନୀମାନଙ୍କର ତର୍କବିତର୍କ ଅସାର ବୋଲି ପ୍ରଭୁ ଜାଣନ୍ତି।” 21ଅତଏବ, କେହି ମନୁଷ୍ୟଠାରେ ଗର୍ବ ନ କରୁ; 22କାରଣ ସମସ୍ତ ବିଷୟ ତୁମ୍ଭମାନଙ୍କର ପାଉଲ କୁହ କି ଆପଲ୍ଲ କୁହ କି କୈଫା କୁହ, ଜଗତ କୁହ କି ଜୀବନ କୁହ କି ମରଣ କୁହ, ବର୍ତ୍ତମାନ ବିଷୟ କୁହ କି ଭବିଷ୍ୟତ ବିଷୟ କୁହ, ସମସ୍ତ ହିଁ ତୁମ୍ଭମାନଙ୍କର, 23ଏବଂ ତୁମ୍ଭେମାନେ ଖ୍ରୀଷ୍ଟଙ୍କର, ପୁଣି, ଖ୍ରୀଷ୍ଟ ଈଶ୍ବରଙ୍କର।
ସୁସମାଚାର
36ପରେ ସେ ଲୋକମାନଙ୍କୁ ପରିତ୍ୟାଗ କରି ଗୃହରେ ପ୍ରବେଶ କଲେ, ଆଉ ତାହାଙ୍କ ଶିଷ୍ୟମାନେ ତାହାଙ୍କ ପାଖକୁ ଆସି କହିଲେ, କ୍ଷେତର ବାଳୁଙ୍ଗାର ଦୃଷ୍ଟାନ୍ତ ଆମ୍ଭମାନଙ୍କୁ ସ୍ପଷ୍ଟ ରୂପେ ବୁଝାଇ ଦିଅନ୍ତୁ। 37ସେ ଉତ୍ତର ଦେଲେ, “ଉତ୍ତମ ବିହନ ଯେ ବୁଣନ୍ତି ସେ ମନୁଷ୍ୟପୁତ୍ର; 38କ୍ଷେତ ଜଗତ; ଭଲ ବିହନ ରାଜ୍ୟର ସନ୍ତାନମାନେ; ବାଳୁଙ୍ଗା ପାପାତ୍ମାର ସନ୍ତାନମାନେ; 39ଯେଉଁ ଶତ୍ରୁ ତାହା ବୁଣିଲା, ସେ ଶୟତାନ; ଶସ୍ୟ କାଟିବା ସମୟ ଯୁଗାନ୍ତ, ପୁଣି, କଟାଳିସବୁ ଦୂତମାନେ। 40ଅତଏବ, ବାଳୁଙ୍ଗା ଯେପରି ଏକାଠି କରାଯାଇ ନିଆଁରେ ପୋଡ଼ାଯାଏ ଯୁଗାନ୍ତ ସମୟରେ ସେପରି ଘଟିବ। 41ମନୁଷ୍ୟପୁତ୍ର ଆପଣା ଦୂତମାନଙ୍କୁ ପଠାଇବେ, ଆଉ ସେମାନେ ତାହାଙ୍କ ରାଜ୍ୟରୁ ସମସ୍ତ ବିଘ୍ନଜନକ ବିଷୟ ଓ ଅଧର୍ମାଚାରୀମାନଙ୍କୁ ସଂଗ୍ରହ କରିବେ, 42ପୁଣି, ସେମାନଙ୍କୁ ଅଗ୍ନିକୁଣ୍ଡରେ ଫୋପାଡ଼ି ଦେବେ, ସେଠାରେ ରୋଦନ ଓ ଦାନ୍ତର କିଡ଼ିମିଡ଼ି ହେବ। 43ସେତେବେଳେ ଧାର୍ମିକମାନେ ସେମାନଙ୍କ ପିତାଙ୍କ ରାଜ୍ୟରେ ସୂର୍ଯ୍ୟ ପରି ତେଜୋମୟ ଦେଖାଯିବେ। ଯାହାର କାନ ଅଛି, ସେ ଶୁଣୁ।”
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଜୁଲାଇ 16 ନାଗରିକ ପଞ୍ଜିକାର ଜୁଲାଇ 29। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର