Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜୁଲାଇ 2027 › ଜୁଲାଇ 30

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 30 ଜୁଲାଇ 2027

ଶୁକ୍ରବାର · ସାଧାରଣ କାଳର 17ତମ ସପ୍ତାହ

ପର୍ବ ଓ ସନ୍ଥ

ସାଧାରଣ କାଳର 17ତମ ସପ୍ତାହର ଶୁକ୍ରବାର

ଇଚ୍ଛାଧୀନ ସ୍ମୃତି ଦିବସ · ଉପାସନାର ରଙ୍ଗ: ସବୁଜ

ସନ୍ଥ ପିଟର୍ କ୍ରିସୋଲୋଗସ୍, ଧର୍ମାଧ୍ୟକ୍ଷ ଓ ମଣ୍ଡଳୀର ଆଚାର୍ଯ୍ୟ · ଇଚ୍ଛାଧୀନ ସ୍ମୃତି ଦିବସ

ଉପବାସ ଓ ପ୍ରାୟଶ୍ଚିତ୍ତ

ପ୍ରାୟଶ୍ଚିତ୍ତର ଦିନ

ପ୍ରତ୍ୟେକ ଶୁକ୍ରବାର ପ୍ରାୟଶ୍ଚିତ୍ତର ଦିନ; ପ୍ରତ୍ୟେକ ବିଶପ୍ ସମ୍ମିଳନୀ ଏହା କିପରି ପାଳିବାକୁ ହେବ ସ୍ଥିର କରେ: ମାଂସରୁ ବିରତି କିମ୍ବା ପ୍ରାୟଶ୍ଚିତ୍ତର ଅନ୍ୟ କାର୍ଯ୍ୟ। ଉପବାସ 18ରୁ 59 ବର୍ଷ ପର୍ଯ୍ୟନ୍ତ, ବିରତି 14 ବର୍ଷରୁ ବାଧ୍ୟତାମୂଳକ।

ଦିନର ପାଠ

ପ୍ରଥମ ପାଠ

ଲେବୀ 23:1, 4–11, 15–16, 27, 34–38

1ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, 4ତୁମ୍ଭେମାନେ ନିରୂପିତ ସମୟରେ ସଦାପ୍ରଭୁଙ୍କ ସ୍ଥାପିତ ପର୍ବ, ଅର୍ଥାତ୍‍, ପବିତ୍ର ସଭା ବୋଲି ଯାହା ଘୋଷଣା କରିବ, ତାହା ଏହି। 5ପ୍ରଥମ ମାସରେ, ମାସର ଚତୁର୍ଦ୍ଦଶ ଦିନର ସନ୍ଧ୍ୟା ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିସ୍ତାର ପର୍ବ ହେବ। 6ପୁଣି, ସେହି ମାସର ପଞ୍ଚଦଶ ଦିନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତାଡ଼ିଶୂନ୍ୟ ରୁଟିର ପର୍ବ ହେବ; ସାତ ଦିନ ଯାଏ ତୁମ୍ଭେମାନେ ତାଡ଼ିଶୂନ୍ୟ ରୁଟି ଭୋଜନ କରିବ। 7ପ୍ରଥମ ଦିନ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ। 8ମାତ୍ର ତୁମ୍ଭେମାନେ ସାତ ଦିନ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ; ସପ୍ତମ ଦିନରେ ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ।” 9ଆହୁରି ସଦାପ୍ରଭୁ ମୋଶାଙ୍କୁ କହିଲେ, 10“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେବା, ସେହି ଦେଶରେ ପ୍ରବେଶ କରି ଯେତେବେଳେ ତୁମ୍ଭେମାନେ ଶସ୍ୟ କାଟିବ, ସେତେବେଳେ ତୁମ୍ଭମାନଙ୍କର ପ୍ରଥମ କଟା ଶସ୍ୟର ଏକ ବିଡ଼ା ଯାଜକ ନିକଟକୁ ଆଣିବ। 11ତହିଁରେ ତୁମ୍ଭମାନଙ୍କ ପକ୍ଷରେ ଗ୍ରାହ୍ୟ ହେବା ନିମନ୍ତେ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ବିଡ଼ା ଦୋଳାଇବ; ବିଶ୍ରାମବାରର ପରଦିନ ଯାଜକ ତାହା ଦୋଳାଇବ। 15ଆହୁରି ସେହି ବିଶ୍ରାମବାରର ପରଦିନଠାରୁ ଯେଉଁ ଦିନ ଦୋଳନୀୟ ନୈବେଦ୍ୟରୂପ ବିଡ଼ା ଆଣିଲ, ସେହି ଦିନଠାରୁ ପୂର୍ଣ୍ଣ ସାତ ସପ୍ତାହ ଗଣନା କରିବ। 16ଏହିରୂପେ ସପ୍ତମ ବିଶ୍ରାମବାରର ପରଦିନ ପର୍ଯ୍ୟନ୍ତ ପଚାଶ ଦିନ ଗଣନା କରିବ; ଆଉ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଭକ୍ଷ୍ୟ ନୈବେଦ୍ୟ ଉତ୍ସର୍ଗ କରିବ। 27“ସେହି ସପ୍ତମ ମାସର ଦଶମ ଦିନ ଅବଶ୍ୟ ପ୍ରାୟଶ୍ଚିତ୍ତର ଦିନ ହେବ; ସେହି ଦିନ ତୁମ୍ଭମାନଙ୍କର ପବିତ୍ର ସଭା ହେବ, ତୁମ୍ଭେମାନେ ଆପଣା ଆପଣା ପ୍ରାଣକୁ କ୍ଲେଶ ଦେବ; ପୁଣି ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ। 34“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ଏହି ସପ୍ତମ ମାସର ପଞ୍ଚଦଶ ଦିନଠାରୁ ସାତ ଦିନ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପତ୍ରକୁଟୀର ପର୍ବ ହେବ। 35ପ୍ରଥମ ଦିନରେ ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ। 36ସାତ ଦିନ ପର୍ଯ୍ୟନ୍ତ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ; ଅଷ୍ଟମ ଦିନରେ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ପୁଣି, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ; ତାହା ମହାସଭା ଅଟେ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହଁ। 37ଏହିସବୁ ସଦାପ୍ରଭୁଙ୍କର ସ୍ଥାପିତ ପର୍ବ; ପୁଣି, ତୁମ୍ଭେମାନେ ପ୍ରତ୍ୟେକ ପର୍ବର ନିରୂପିତ ଦିନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର, ହୋମବଳି, ଭକ୍ଷ୍ୟ ନୈବେଦ୍ୟ, ବଳି ଓ ପେୟ-ନୈବେଦ୍ୟ ଉତ୍ସର୍ଗ କରିବାକୁ ପବିତ୍ର ସଭାର ଘୋଷଣା କରିବ। 38ନିୟମିତ ଭାବରେ ସାପ୍ତାହିକ ବିଶ୍ରାମବାର ପାଳନ କରିବା ବ୍ୟତୀତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦେଉଥିବା ତୁମ୍ଭମାନଙ୍କର ସକଳ ଦାନ, ସକଳ ମାନତ ଓ ସ୍ୱେଚ୍ଛାଦତ୍ତ ନୈବେଦ୍ୟ ସକଳ ବ୍ୟତୀତ ନିରୂପିତ ପର୍ବମାନଙ୍କରେ ଉତ୍ସର୍ଗ କରିବ।

ପ୍ରତିଉତ୍ତର ଗୀତ

ଗୀତ 81:2–5, 9–10

2ଗୀତ ଉଠାଅ ଓ ଦାରା, ନେବଲ ସହିତ ମନୋହର ବୀଣାଯନ୍ତ୍ର ଆଣ। 3ଅମାବାସ୍ୟାରେ, ପୂର୍ଣ୍ଣିମାରେ, ଆମ୍ଭମାନଙ୍କ ମହୋତ୍ସବ ଦିନରେ ତୂରୀ ବଜାଅ। 4କାରଣ ତାହା ଇସ୍ରାଏଲ ନିମନ୍ତେ ବିଧି ଓ ଯାକୁବର ପରମେଶ୍ୱରଙ୍କ ବିଧାନ ଅଟେ। 5ସେ ମିସର ଦେଶ ବିରୁଦ୍ଧରେ ବାହାରିବା ବେଳେ ଯୋଷେଫ ମଧ୍ୟରେ ସାକ୍ଷ୍ୟ ନିମନ୍ତେ ତାହା ସ୍ଥାପନ କଲେ; ସେଠାରେ ଆମ୍ଭେ ଆପଣାର ଅଜ୍ଞାତ ବାଣୀ ଶୁଣିଲୁ। 9ତୁମ୍ଭ ମଧ୍ୟରେ ଅନ୍ୟ କୌଣସି ଦେବତା ରହିବ ନାହିଁ; କିଅବା ତୁମ୍ଭେ ଅନ୍ୟ କୌଣସି ଦେବତାକୁ ପ୍ରଣାମ କରିବ ନାହିଁ। 10ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର, ଆମ୍ଭେ ତୁମ୍ଭକୁ ମିସର ଦେଶରୁ ବାହାର କରି ଆଣିଲୁ; ଆପଣା ମୁଖ ବଡ଼ କରି ମେଲାଅ, ଆମ୍ଭେ ତାହା ପୂର୍ଣ୍ଣ କରିବା।

ସୁସମାଚାର

ମାଥି 13:54–58

54ଆଉ, ସେ ନିଜ ପୈତୃକ ନଗରକୁ ଆସି ଲୋକମାନଙ୍କୁ ସେମାନଙ୍କ ସମାଜଗୃହରେ ଏପରି ଶିକ୍ଷା ଦେଲେ ଯେ, ସେମାନେ ଆଶ୍ଚର୍ଯ୍ୟାନ୍ୱିତ ହୋଇ କହିଲେ, ଏ ଲୋକର ଏପରି ବୁଦ୍ଧି ଓ ଶକ୍ତିର କାର୍ଯ୍ୟ କେଉଁଠାରୁ ହେଲା? 55ଏ କି ସେହି ବଢ଼େଇର ପୁଅ ନୁହେଁ? ଏହାର ମାଆ ନାମ କଅଣ ମରୀୟମ ନୁହେଁ? ପୁଣି, ଏହାର ଭାଇମାନଙ୍କ ନାମ କଅଣ ଯାକୁବ, ଯୋଷେଫ, ଶିମୋନ ଓ ଯିହୂଦା ନୁହେଁ? 56ଆଉ, ଏହାର ଭଉଣୀମାନେ କଅଣ ସମସ୍ତେ ଆମ୍ଭମାନଙ୍କ ସାଙ୍ଗରେ ନାହାନ୍ତି? ତେବେ ସେ ଏହିସବୁ କେଉଁଠୁ ପାଇଲା? 57ଆଉ, ସେମାନେ ତାହାଙ୍କଠାରେ ବିଘ୍ନ ପାଇଲେ। କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, “ଭାବବାଦୀ ନିଜ ପୈତୃକ ନଗର ଓ ସ୍ୱପରିବାର ବିନା ଅନ୍ୟ କୌଣସିଠାରେ ହତାଦର ହୁଅନ୍ତି ନାହିଁ।” 58ଆଉ, ସେ ସେମାନଙ୍କର ଅବିଶ୍ୱାସ ହେତୁ ସେଠାରେ ଅନେକ ମହତର କାର୍ଯ୍ୟ କଲେ ନାହିଁ।

ଆଜିର ସନ୍ଥ

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର