ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜୁଲାଇ 2027 › ଜୁଲାଇ 30
ଅର୍ଥୋଡକ୍ସ ପଞ୍ଜିକା · 17 ଜୁଲାଇ (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 30 ଜୁଲାଇ 2027
ଶୁକ୍ରବାର · ପେଣ୍ଟିକଷ୍ଟ ପରେ ଷଷ୍ଠ ସପ୍ତାହ · ସ୍ୱର 4
ପର୍ବ ଓ ସନ୍ଥ
Great Martyr Marina (Margaret) of Antioch in Pisidia (4th C)
ଉପବାସ ଦିନ
ଉପବାସ: ତେଲ ସହିତ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପତ୍ର
5ତେଣୁ, ସମୟର ପୂର୍ବେ ପ୍ରଭୁଙ୍କ ନ ଆସିବା ପର୍ଯ୍ୟନ୍ତ କୌଣସି ବିଷୟ ବିଚାର କର ନାହିଁ ସେ ଅନ୍ଧକାରର ଗୁପ୍ତ ବିଷୟଗୁଡ଼ିକ ଆଲୋକରେ ଦେଖାଇବେ, ପୁଣି, ହୃଦୟର ସଂକଳ୍ପସମସ୍ତ ପ୍ରକାଶ କରିବେ ସେତେବେଳେ ପ୍ରତ୍ୟେକ ଜଣ ଈଶ୍ବରଙ୍କଠାରୁ ପ୍ରଶଂସା ପାଇବ। 6ହେ ଭାଇମାନେ, ମୁଁ ତୁମ୍ଭମାନଙ୍କ ଶିକ୍ଷା ନିମନ୍ତେ ଏହିସବୁ କଥା ମୋʼ ନିଜକୁ ଓ ଆପଲ୍ଲଙ୍କୁ ଲକ୍ଷ୍ୟ କରି ଦୃଷ୍ଟାନ୍ତ ଦେଲି, ଯେପରି ଯାହା ଲିଖିତ ଅଛି, ତାହା ଅତିକ୍ରମ କର ନାହିଁ, ଏହା ତୁମ୍ଭେମାନେ ଆମ୍ଭମାନଙ୍କଠାରୁ ଶିକ୍ଷା କର, ପୁଣି, ଯେପରି ତୁମ୍ଭମାନଙ୍କ ମଧ୍ୟରୁ କେହି ଜଣକର ସପକ୍ଷ ଓ ଅନ୍ୟ ଜଣକର ବିପକ୍ଷ ହୋଇ ଗର୍ବୀ ନ ହୁଅ। 7କାରଣ କିଏ ତୁମ୍ଭକୁ ଶ୍ରେଷ୍ଠ କରିଅଛି? ଆଉ, ଯାହା ତୁମ୍ଭେ ଦାନ ସ୍ୱରୂପେ ପାଇ ନାହଁ, ଏପରି ତୁମ୍ଭର କଅଣ ଅଛି? କିନ୍ତୁ ଯଦି ତୁମ୍ଭେ ତାହା ଦାନ ସ୍ୱରୂପେ ପାଇଅଛ, ତେବେ ତାହା ଦାନ ସ୍ୱରୂପେ ପାଇ ନ ଥିଲା ପରି କାହିଁକି ଗର୍ବ କରୁଅଛ? 8ଇତିମଧ୍ୟରେ ତୁମ୍ଭେମାନେ କଅଣ ପରିତୃପ୍ତ ହୋଇଗଲଣି? ଇତିମଧ୍ୟରେ ତୁମ୍ଭେମାନେ କଅଣ ଧନବାନ ହୋଇଗଲଣି? ଆମ୍ଭମାନଙ୍କ ବିନା ତୁମ୍ଭେମାନେ କଅଣ ରାଜା ହୋଇଅଛ? ହଁ, ତୁମ୍ଭେମାନେ ରାଜା ହୋଇଥିଲେ ଭଲ ହୋଇଥାଆନ୍ତା, ଯେପରି ଆମ୍ଭେମାନେ ମଧ୍ୟ ତୁମ୍ଭମାନଙ୍କ ସହିତ ରାଜତ୍ୱ କରିପାରିଥାଆନ୍ତୁ।
ସୁସମାଚାର
44“ସ୍ୱର୍ଗରାଜ୍ୟ କ୍ଷେତ୍ରରେ ଗୁପ୍ତ ହୋଇଥିବା ଧନ ସଦୃଶ। ଜଣେ ଲୋକ ତାହା ଦେଖି ଗୋପନ କରି ରଖିଲା ଓ ଆନନ୍ଦରେ ଯାଇ ଆପଣାର ସର୍ବସ୍ୱ ବିକ୍ରୟ କରି ସେହି କ୍ଷେତ୍ରକୁ କ୍ରୟ କଲା।” 45“ପୁନଶ୍ଚ, ସ୍ୱର୍ଗରାଜ୍ୟ ଉତ୍ତମ ଉତ୍ତମ ମୁକ୍ତା ଅନ୍ୱେଷଣ କରୁଥିବା ଜଣେ ବଣିକ ଭଳି। 46ଗୋଟିଏ ବହୁମୂଲ୍ୟ ମୁକ୍ତା ଦେଖି ସେ ଯାଇ ଆପଣାର ସର୍ବସ୍ୱ ବିକ୍ରୟ କରି ସେହି ମୁକ୍ତାକୁ କ୍ରୟ କଲା।” 47“ପୁନଶ୍ଚ, ସ୍ୱର୍ଗରାଜ୍ୟ ସମୁଦ୍ରରେ ନିକ୍ଷିପ୍ତ ସର୍ବ ପ୍ରକାର ମତ୍ସ୍ୟ ସଂଗ୍ରହକାରୀ ଗୋଟିଏ ଟଣା ଜାଲ ସଦୃଶ। 48ତାହା ପୂର୍ଣ୍ଣ ହୁଅନ୍ତେ ଲୋକେ କୂଳକୁ ଟାଣି ଆଣିଲେ ପୁଣି, ବସି ଭଲଯାକ ଖାଳୋଇରେ ଏକାଠି କରି ରଖିଲେ କିନ୍ତୁ ମନ୍ଦଗୁଡ଼ାକ ଫୋପାଡ଼ିଦେଲେ। 49ଯୁଗାନ୍ତ ସମୟରେ ସେହିପରି ଘଟିବ; ଦୂତମାନେ ବାହାରି ଆସି ଧାର୍ମିକମାନଙ୍କ ମଧ୍ୟରୁ ଦୁଷ୍ଟମାନଙ୍କୁ ପୃଥକ୍ କରିବେ, 50ପୁଣି, ସେମାନଙ୍କୁ ଅଗ୍ନିକୁଣ୍ଡରେ ପକାଇଦେବେ; ସେଠାରେ ରୋଦନ ଓ ଦାନ୍ତର କିଡ଼ିମିଡ଼ି ହେବ।” 51“ତୁମ୍ଭେମାନେ କଅଣ ଏହିସବୁ କଥା ବୁଝିଲ” ସେମାନେ ତାହାଙ୍କୁ କହିଲେ ହଁ। 52ସେଥିରେ ସେ ସେମାନଙ୍କୁ କହିଲେ, “ତେବେ ଯେଉଁ ଗୃହକର୍ତ୍ତା ଆପଣା ଭଣ୍ଡାରରୁ ନୂଆ ଓ ପୁରୁଣା ପଦାର୍ଥ ବାହାର କରେ, ସ୍ୱର୍ଗରାଜ୍ୟର ଶିଷ୍ୟ ହୋଇଥିବା ପ୍ରତ୍ୟେକ ଶାସ୍ତ୍ରୀ ତାହାରି ସଦୃଶ।” 53ଯୀଶୁ ଏହି ସମସ୍ତ ଦୃଷ୍ଟାନ୍ତ ସମାପ୍ତ କଲା ପରେ ସେହି ସ୍ଥାନରୁ ଚାଲିଗଲେ। 54ଆଉ, ସେ ନିଜ ପୈତୃକ ନଗରକୁ ଆସି ଲୋକମାନଙ୍କୁ ସେମାନଙ୍କ ସମାଜଗୃହରେ ଏପରି ଶିକ୍ଷା ଦେଲେ ଯେ, ସେମାନେ ଆଶ୍ଚର୍ଯ୍ୟାନ୍ୱିତ ହୋଇ କହିଲେ, ଏ ଲୋକର ଏପରି ବୁଦ୍ଧି ଓ ଶକ୍ତିର କାର୍ଯ୍ୟ କେଉଁଠାରୁ ହେଲା?
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଜୁଲାଇ 17 ନାଗରିକ ପଞ୍ଜିକାର ଜୁଲାଇ 30। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର