ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜୁଲାଇ 2027 › ଜୁଲାଇ 31
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 31 ଜୁଲାଇ 2027
ଶନିବାର · ସାଧାରଣ କାଳର 17ତମ ସପ୍ତାହ
ପର୍ବ ଓ ସନ୍ଥ
ସାଧାରଣ କାଳର 17ତମ ସପ୍ତାହର ଶନିବାର
ସ୍ମୃତି ଦିବସ · ଉପାସନାର ରଙ୍ଗ: ଧଳା
ଲୟୋଲାର ସନ୍ଥ ଇଗ୍ନାସିୟସ୍, ପୁରୋହିତ · ସ୍ମୃତି ଦିବସ
ଦିନର ପାଠ
ପ୍ରଥମ ପାଠ
1ଏଥିଉତ୍ତାରେ ସଦାପ୍ରଭୁ ସୀନୟ ପର୍ବତରେ ମୋଶାଙ୍କୁ କହିଲେ, 8ଆଉ, ତୁମ୍ଭେ ଆପଣା ନିମନ୍ତେ ସାତ ବିଶ୍ରାମ ବର୍ଷ, ଅର୍ଥାତ୍, ସାତ ଗୁଣ ସାତ ବର୍ଷ ଗଣନା କରିବ; ତହିଁରେ ସେହି ସାତ ଗୁଣ ସାତ ବର୍ଷର ଦିନ ତୁମ୍ଭ ପ୍ରତି ଅଣଞ୍ଚାଶ ବର୍ଷ ହେବ। 9ତହୁଁ ସପ୍ତମ ମାସର ଦଶମ ଦିନରେ ତୁମ୍ଭେ ମହାଶବ୍ଦକାରୀ ତୂରୀ ବଜାଇବ; ପ୍ରାୟଶ୍ଚିତ୍ତ ଦିନରେ ତୁମ୍ଭେମାନେ ଆପଣାମାନଙ୍କ ସମସ୍ତ ଦେଶରେ ତୂରୀ ବଜାଇବ। 10ପୁଣି, ତୁମ୍ଭେମାନେ ପଚାଶତମ ବର୍ଷକୁ ପବିତ୍ର ରୂପେ ମାନ୍ୟ କରିବ, ଆଉ ସମୁଦାୟ ଦେଶରେ ତହିଁର ସମସ୍ତ ନିବାସୀମାନଙ୍କ ପ୍ରତି ମୁକ୍ତି ଘୋଷଣା କରିବ; ତାହା ତୁମ୍ଭମାନଙ୍କ ନିମନ୍ତେ ଯୋବେଲ (ମହା ଉଲ୍ଲାସ ଉତ୍ସବ) ହେବ ଓ ତୁମ୍ଭେମାନେ ପ୍ରତି ଜଣ ଆପଣା ଆପଣା ଅଧିକାରକୁ ଫେରିଯିବ ଓ ପ୍ରତି ଜଣ ଆପଣା ଆପଣା ବଂଶ ନିକଟକୁ ଫେରିଯିବ। 11ସେହି ପଚାଶତମ ବର୍ଷ ବ୍ୟାପି ତୁମ୍ଭମାନଙ୍କ ନିମନ୍ତେ ଯୋବେଲ ହେବ; ତୁମ୍ଭେମାନେ ବୁଣିବ ନାହିଁ କିଅବା ଯେଉଁ ଶସ୍ୟ ଆପେ ବଢ଼େ, ତାହା କାଟିବ ନାହିଁ ଓ ଅଝଡ଼ା ଦ୍ରାକ୍ଷାଲତାର ଫଳ ସଂଗ୍ରହ କରିବ ନାହିଁ। 12କାରଣ ତାହା ଯୋବେଲ ବର୍ଷ ଅଟେ; ତାହା ତୁମ୍ଭମାନଙ୍କ ପ୍ରତି ପବିତ୍ର ହେବ; ତଥାପି ତୁମ୍ଭେମାନେ କ୍ଷେତ୍ରୋତ୍ପନ୍ନ ଶସ୍ୟାଦି ଖାଇ ପାରିବ। 13ସେହି ଯୋବେଲ ବର୍ଷରେ ପ୍ରତି ଜଣ ଆପଣା ଆପଣା ଅଧିକାରକୁ ଫେରିଯିବ। 14ଯଦି ତୁମ୍ଭେ ଆପଣା ପ୍ରତିବାସୀକୁ କୌଣସି ଭୂମ୍ୟାଦି ବିକ୍ରୟ କର, ଅବା ଆପଣା ପ୍ରତିବାସୀ ହସ୍ତରୁ କ୍ରୟ କର, ତେବେ ତୁମ୍ଭେମାନେ ପରସ୍ପର ପ୍ରତି ଅନ୍ୟାୟ କରିବ ନାହିଁ। 15ତୁମ୍ଭେ ଯୋବେଲ ପରବର୍ଷର ସଂଖ୍ୟାନୁସାରେ ଆପଣା ପ୍ରତିବାସୀଠାରୁ କ୍ରୟ କରିବ ଓ ଫଳ ଉତ୍ପତ୍ତି ବର୍ଷର ସଂଖ୍ୟାନୁସାରେ ସେ ତୁମ୍ଭକୁ ବିକ୍ରୟ କରିବ। 16ତୁମ୍ଭେ ବର୍ଷର ଆଧିକ୍ୟ ଅନୁସାରେ ତହିଁର ମୂଲ୍ୟ ବୃଦ୍ଧି କରିବ ଓ ବର୍ଷର ନ୍ୟୂନତାନୁସାରେ ମୂଲ୍ୟ ଊଣା କରିବ; କାରଣ ସେ ତୁମ୍ଭକୁ ଫଳ ଉତ୍ପତ୍ତି ବର୍ଷର ସଂଖ୍ୟାନୁସାରେ ଭୂମି ବିକ୍ରୟ କରିବ। 17ତୁମ୍ଭେମାନେ ପରସ୍ପରର ଅନ୍ୟାୟ କରିବ ନାହିଁ, ମାତ୍ର ତୁମ୍ଭେ ଆପଣା ପରମେଶ୍ୱରଙ୍କୁ ଭୟ କରିବ, କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
ପ୍ରତିଉତ୍ତର ଗୀତ
1ପ୍ରଧାନ ବାଦ୍ୟକର ନିମନ୍ତେ ତାରଯୁକ୍ତ ଯନ୍ତ୍ରରେ ଗାନାର୍ଥକ ଗୀତ। ପରମେଶ୍ୱର ଆମ୍ଭମାନଙ୍କୁ ଦୟା କରନ୍ତୁ ଓ ଆମ୍ଭମାନଙ୍କୁ ଆଶୀର୍ବାଦ କରନ୍ତୁ ଓ ଆମ୍ଭମାନଙ୍କ ପ୍ରତି ଆପଣା ମୁଖ ପ୍ରସନ୍ନ କରନ୍ତୁ। [ସେଲା] 2ତହିଁରେ ପୃଥିବୀରେ ତୁମ୍ଭର ପଥ ଓ ସମୁଦାୟ ଗୋଷ୍ଠୀ ମଧ୍ୟରେ ତୁମ୍ଭର ପରିତ୍ରାଣ ଜଣାଯିବ। 4ଦେଶୀୟମାନେ ଆହ୍ଲାଦିତ ହେଉନ୍ତୁ ଓ ଆନନ୍ଦ ସକାଶୁ ଗାନ କରନ୍ତୁ; କାରଣ ତୁମ୍ଭେ ନ୍ୟାୟରେ ଗୋଷ୍ଠୀୟବର୍ଗର ବିଚାର କରିବ ଓ ପୃଥିବୀରେ ଦେଶୀୟମାନଙ୍କୁ ଶାସନ କରିବ। [ସେଲା] 6ପୃଥିବୀ ନିଜ ଫଳ ଉତ୍ପନ୍ନ କରିଅଛି; ପରମେଶ୍ୱର, ଆମ୍ଭମାନଙ୍କ ପରମେଶ୍ୱର, ଆମ୍ଭମାନଙ୍କୁ ଆଶୀର୍ବାଦ କରିବେ। 7ପରମେଶ୍ୱର ଆମ୍ଭମାନଙ୍କୁ ଆଶୀର୍ବାଦ କରିବେ; ପୁଣି, ପୃଥିବୀର ସମସ୍ତ ପ୍ରାନ୍ତ ତାହାଙ୍କୁ ଭୟ କରିବେ।
ସୁସମାଚାର
1ସେହି ସମୟରେ ସାମନ୍ତରାଜା ହେରୋଦ ଯୀଶୁଙ୍କ ବିଷୟରେ ସମ୍ବାଦ ଶୁଣି ଆପଣା ଦାସମାନଙ୍କୁ କହିଲେ, 2ଏ ବାପ୍ତିଜକ ଯୋହନ, ସେ ମୃତମାନଙ୍କ ମଧ୍ୟରୁ ଉଠିଅଛନ୍ତି, ସେଥିସକାଶେ ଏହି ସମସ୍ତ ଶକ୍ତି ତାହାଙ୍କଠାରେ କାର୍ଯ୍ୟ କରୁଅଛି। 3ଯେଣୁ ହେରୋଦ ଆପଣା ଭାଇ ଫିଲିପ୍ପଙ୍କ ଭାର୍ଯ୍ୟା ହେରୋଦିଆଙ୍କ ସକାଶେ ଯୋହନଙ୍କୁ ଧରି ଓ ବାନ୍ଧି ବନ୍ଦୀଶାଳାରେ ପକାଇଥିଲେ। 4କାରଣ ଯୋହନ ତାହାଙ୍କୁ କହୁଥିଲେ, ଏହାଙ୍କୁ ରଖିବା ଆପଣଙ୍କର ବିଧିସଙ୍ଗତ ନୁହେଁ। 5ଆଉ, ସେ ତାହାଙ୍କୁ ବଧ କରିବାକୁ ଇଚ୍ଛା କଲେ ସୁଦ୍ଧା ଲୋକସମୂହକୁ ଭୟ କଲେ, କାରଣ ସେମାନେ ତାହାଙ୍କୁ ଭାବବାଦୀ ବୋଲି ମାନୁଥିଲେ। 6କିନ୍ତୁ ହେରୋଦଙ୍କ ଜନ୍ମ ଦିନ ପଡ଼ନ୍ତେ, ହେରୋଦିଆଙ୍କ କନ୍ୟା ସଭା ମଧ୍ୟରେ ନୃତ୍ୟ କରି ହେରୋଦଙ୍କୁ ମୁଗ୍ଧ କରିଦେଲା। 7ସେଥିରେ ସେ ଶପଥ କରି ପ୍ରତିଜ୍ଞା କଲେ ଯେ, ସେ ଯାହା କିଛି ମାଗିବ, ସେ ତାହାକୁ ତାହା ଦେବେ। 8ଆଉ, ସେ ଆପଣା ମାଆର ଶିକ୍ଷାରେ ପଡ଼ି କହିଲା ବାପ୍ତିଜକ ଯୋହନର ମସ୍ତକ ଏଠାରେ ଗୋଟିଏ ଥାଳିରେ ମୋତେ ଦିଅନ୍ତୁ। 9ଏଥିରେ ରାଜା ଦୁଃଖିତ ହେଲେ ସୁଦ୍ଧା ନିଜ ଶପଥ ଓ ଆପଣା ସହିତ ଭୋଜିରେ ବସିଥିବା ବ୍ୟକ୍ତିମାନଙ୍କ ସକାଶେ ତାହା ଦେବାକୁ ଆଜ୍ଞା ଦେଲେ। 10ପୁଣି, ଲୋକ ପଠାଇ ବନ୍ଦୀଶାଳାରେ ଯୋହନଙ୍କ ମସ୍ତକ ଛେଦନ କରାଇଲେ, 11ଆଉ ତାହାଙ୍କର ମସ୍ତକ ଗୋଟିଏ ଥାଳିରେ ଅଣାଯାଇ ସେହି ବାଳିକାକୁ ଦିଆଗଲା, ପୁଣି, ସେ ଆପଣା ମାଆ ନିକଟକୁ ତାହା ନେଇଗଲା। 12ସେଥିରେ ତାହାଙ୍କ ଶିଷ୍ୟମାନେ ଆସି ଶବ ନେଇଯାଇ ତାହାଙ୍କୁ ସମାଧି ଦେଲେ ଓ ଯାଇ ଯୀଶୁଙ୍କୁ ଜଣାଇଲେ।
ଆଜିର ସନ୍ଥ
- ଲୟୋଲାର ସନ୍ଥ ଇଗ୍ନାସିୟସ୍, ପୁରୋହିତ
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର