ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅଗଷ୍ଟ 2027 › ଅଗଷ୍ଟ 2
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 2 ଅଗଷ୍ଟ 2027
ସୋମବାର · ସାଧାରଣ କାଳର 18ତମ ସପ୍ତାହ
ପର୍ବ ଓ ସନ୍ଥ
ସାଧାରଣ କାଳର 18ତମ ସପ୍ତାହର ସୋମବାର
ଇଚ୍ଛାଧୀନ ସ୍ମୃତି ଦିବସ · ଉପାସନାର ରଙ୍ଗ: ସବୁଜ
ଭର୍ସେଲିର ସନ୍ଥ ଇଉସେବିୟସ୍, ଧର୍ମାଧ୍ୟକ୍ଷ · ଇଚ୍ଛାଧୀନ ସ୍ମୃତି ଦିବସ
ସନ୍ଥ ପିଟର୍ ଜୁଲିଆନ୍ ଏମାର୍ଡ, ପୁରୋହିତ · ଇଚ୍ଛାଧୀନ ସ୍ମୃତି ଦିବସ
ଦିନର ପାଠ
ପ୍ରଥମ ପାଠ
4ଏଥିଉତ୍ତାରେ ସେମାନଙ୍କ ମଧ୍ୟବର୍ତ୍ତୀ ମିଶ୍ରିତ ଲୋକମାନଙ୍କର ଜନତା ଲୋଭାକ୍ରାନ୍ତ ହେବାକୁ ଲାଗିଲେ; ପୁଣି, ଇସ୍ରାଏଲ-ସନ୍ତାନଗଣ ମଧ୍ୟ ପୁନର୍ବାର ରୋଦନ କରି କହିଲେ, “କିଏ ଆମ୍ଭମାନଙ୍କୁ ମାଂସ ଖାଇବାକୁ ଦେବ? 5ଆମ୍ଭେମାନେ ମିସର ଦେଶରେ ବିନାମୂଲ୍ୟରେ ଯେଉଁ ମାଛ ଖାଉଥିଲୁ, ତାହା ମନରେ ପଡ଼େ; ସେ କାକୁଡ଼ି, ସେ ଖରଭୁଜ, ସେ ପରୁ, ସେ ପିଆଜ ଓ ରସୁଣ (ମନରେ ପଡ଼େ); 6ମାତ୍ର ଏବେ ଆମ୍ଭମାନଙ୍କର ପ୍ରାଣ ଶୁଷ୍କ ହେଉଅଛି; ଏଠି କିଛି ନାହିଁ; ଏହି ମାନ୍ନା ବ୍ୟତୀତ ଆଉ ଦେଖିବାକୁ କିଛି ନାହିଁ।” 7ଆଉ ସେହି ମାନ୍ନା ଧନିଆ ପରି ଓ ତହିଁର ଦୃଶ୍ୟ ମୁକ୍ତା ସଦୃଶ। 8ଲୋକମାନେ ଏଣେତେଣେ ଭ୍ରମଣ କରି ତାହା ସାଉଣ୍ଟିଲେ ଓ ଚକିରେ ତାହା ପେଷିଲେ, ଅବା କୁଟଣୀରେ ତାହା ଚୂର୍ଣ୍ଣ କରି କହ୍ରାଇରେ ସିଝେଇ କରି ପିଠା ପ୍ରସ୍ତୁତ କଲେ; ଆଉ ତୈଳପକ୍ୱ ପିଠା ପରି ତହିଁର ସ୍ୱାଦ ଥିଲା। 9ରାତ୍ରିରେ ଛାଉଣି ଉପରେ କାକର ପଡ଼ିଲା ସମୟରେ ସେହି ମାନ୍ନା ତହିଁ ସଙ୍ଗରେ ପଡ଼ିଲା। 10ଏଉତ୍ତାରେ ଲୋକମାନେ ସମୁଦାୟ ପରିବାର ସହିତ, ପ୍ରତ୍ୟେକ ଲୋକ ଆପଣା ତମ୍ବୁଦ୍ୱାର ନିକଟରେ ରୋଦନ କରିବାର ମୋଶା ଶୁଣିଲେ; ତହିଁରେ ସଦାପ୍ରଭୁଙ୍କର କ୍ରୋଧ ଅତିଶୟ ପ୍ରଜ୍ୱଳିତ ହେଲା; ପୁଣି, ମୋଶା ମଧ୍ୟ ଅସନ୍ତୁଷ୍ଟ ହେଲେ। 11ତହୁଁ ମୋଶା ସଦାପ୍ରଭୁଙ୍କୁ କହିଲେ, “ତୁମ୍ଭେ କାହିଁକି ଆପଣା ଦାସ ପ୍ରତି ଅନିଷ୍ଟ ବ୍ୟବହାର କରିଅଛ? ଓ କାହିଁକି ମୁଁ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇ ନାହିଁ, ଯେ ତୁମ୍ଭେ ମୋʼ ଉପରେ ଏହି ସମସ୍ତ ଲୋକଙ୍କ ଭାର ଦେଉଅଛ? 12ମୁଁ କʼଣ ଏହି ସମସ୍ତ ଲୋକଙ୍କୁ ଗର୍ଭରେ ଧାରଣ କରିଅଛି? ମୁଁ କʼଣ ସେମାନଙ୍କୁ ଜନ୍ମ କରିଅଛି ଯେ, ତୁମ୍ଭେ ସେମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ଦେଶ ବିଷୟରେ ଶପଥ କରିଥିଲ, ‘ସେହି ଦେଶ ପର୍ଯ୍ୟନ୍ତ ଦୁଗ୍ଧପୋଷ୍ୟ ଶିଶୁ-ପାଳନକାରୀ ପିତା ତୁଲ୍ୟ ସେମାନଙ୍କୁ କୋଳରେ ବହି ଘେନିଯିବା ପାଇଁ ମୋତେ କହୁଅଛ?’ 13ମୁଁ ଏହି ସମସ୍ତ ଲୋକଙ୍କୁ ଦେବା ପାଇଁ ମାଂସ କେଉଁଠାରୁ ପାଇବି? କାରଣ ସେମାନେ ମୋʼ ନିକଟରେ କାନ୍ଦି କହୁଅଛନ୍ତି, ‘ଆମ୍ଭମାନଙ୍କୁ ମାଂସ ଦିଅ,’ ଆମ୍ଭେମାନେ ଖାଇବା। 14ମୁଁ ଏକାକୀ ଏତେ ଲୋକଙ୍କର ଭାର ବହି ନ ପାରେ, କାରଣ ଏହା ମୋʼ ପାଇଁ ଅସହ୍ୟ ଅଟେ। 15ଆଉ ଯଦି ତୁମ୍ଭେ ମୋʼ ପ୍ରତି ଏପରି ବ୍ୟବହାର କର, ତେବେ ବିନୟ କରୁଅଛି, ମୁଁ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହପାତ୍ର ହୋଇଥିଲେ, ସେହିକ୍ଷଣି ମୋତେ ମାରି ପକାଅ; ପୁଣି, ମୋତେ ଆପଣା ଦୁର୍ଗତି ଦେଖିବାକୁ ଦିଅ ନାହିଁ।”
ପ୍ରତିଉତ୍ତର ଗୀତ
11ମାତ୍ର ଆମ୍ଭ ଲୋକେ ଆମ୍ଭ ରବ ଶୁଣିଲେ ନାହିଁ ଓ ଇସ୍ରାଏଲ ଆମ୍ଭଙ୍କୁ ଚାହିଁଲା ନାହିଁ। 12ତହିଁରେ ସେମାନେ ଯେପରି ଆପଣା ଆପଣା ମନ୍ତ୍ରଣାନୁସାରେ ଚାଲିବେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ସେମାନଙ୍କ ହୃଦୟର କଠିନତାନୁସାରେ ଛାଡ଼ିଦେଲୁ। 13ଆହା, ଯଦି ଆମ୍ଭ ଲୋକେ ଆମ୍ଭର କଥା ଶୁଣନ୍ତେ! ଯଦି ଇସ୍ରାଏଲ ଆମ୍ଭ ପଥରେ ଚାଲନ୍ତା! 14ଆମ୍ଭେ ଶୀଘ୍ର ସେମାନଙ୍କ ଶତ୍ରୁଗଣକୁ ଦମନ କରନ୍ତୁ ଓ ସେମାନଙ୍କ ବିପକ୍ଷଗଣର ପ୍ରତିକୂଳରେ ଆପଣା ହସ୍ତ ଫେରାନ୍ତୁ। 15ସଦାପ୍ରଭୁଙ୍କ ଘୃଣାକାରୀମାନେ ତାହାଙ୍କର ବଶତା ସ୍ୱୀକାର କରନ୍ତେ; ମାତ୍ର ସେମାନଙ୍କର ସମୟ ସଦାକାଳ ରହନ୍ତା। 16ଆହୁରି, ସେ ଉତ୍ତମ ଗହମରେ ସେମାନଙ୍କୁ ପ୍ରତିପୋଷଣ କରନ୍ତେ ଓ ଆମ୍ଭେ ଶୈଳରୁ ମଧୁ ଦେଇ ତୁମ୍ଭକୁ ପରିତୃପ୍ତ କରନ୍ତୁ।”
ସୁସମାଚାର
13ଯୀଶୁ ତାହା ଶୁଣି ସେଠାରୁ ଅଲଗା ହୋଇ ନୌକାରେ ଗୋଟିଏ ଜନଶୂନ୍ୟ ସ୍ଥାନକୁ ଗଲେ। ଲୋକସମୂହ ଏହା ଶୁଣି ନଗରଗୁଡ଼ିକରୁ ଆସି ଚାଲିଚାଲି ତାହାଙ୍କର ପଶ୍ଚାତ୍ଗମନ କଲେ; 14ଆଉ, ସେ ନୌକାରୁ ବାହାରି ବହୁସଂଖ୍ୟକ ଲୋକକୁ ଦେଖି ସେମାନଙ୍କ ପ୍ରତି ଦୟାରେ ବିଗଳିତ ହେଲେ ଓ ସେମାନଙ୍କର ରୋଗୀମାନଙ୍କୁ ସୁସ୍ଥ କଲେ। 15ବେଳ ଗଡ଼ିଯିବାରୁ ଶିଷ୍ୟମାନେ ତାହାଙ୍କ ନିକଟକୁ ଆସି କହିଲେ, ଏ ସ୍ଥାନ ତ ଜନଶୂନ୍ୟ, ପୁଣି, ବେଳ ତ ଗଲାଣି; ଏଣୁ ଲୋକସମୂହ ଯେପରି ଗ୍ରାମମାନଙ୍କୁ ଯାଇ ନିଜ ନିଜ ପାଇଁ ଖାଦ୍ୟ କିଣନ୍ତି, ସେଥିପାଇଁ ସେମାନଙ୍କୁ ବିଦାୟ ଦିଅନ୍ତୁ। 16କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, “ସେମାନଙ୍କର ଯିବା ଆବଶ୍ୟକ ନୁହେଁ, ତୁମ୍ଭେମାନେ ସେମାନଙ୍କୁ ଭୋଜନ କରାଅ।” 17ସେମାନେ ତାହାଙ୍କୁ କହିଲେ, ଆମ୍ଭମାନଙ୍କର ଏଠାରେ କେବଳ ପାଞ୍ଚୋଟି ରୁଟି ଓ ଦୁଇଟି ମାଛ ଅଛି। 18ସେ କହିଲେ, “ସେଗୁଡ଼ିକ ଏଠାକୁ ମୋʼ ପାଖକୁ ଆଣ।” 19ପୁଣି, ସେ ଲୋକସମୂହକୁ ଘାସ ଉପରେ ବସିବା ପାଇଁ ଆଜ୍ଞା ଦେଲେ, ଆଉ ସେ ସେହି ପାଞ୍ଚୋଟି ରୁଟି ଓ ଦୁଇଟି ମାଛ ନେଇ ସ୍ୱର୍ଗ ଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କରି ଆଶୀର୍ବାଦ କଲେ ଏବଂ ରୁଟି ଗୁଡ଼ିକ ଭାଙ୍ଗି ଶିଷ୍ୟମାନଙ୍କୁ ଦେଲେ ଆଉ ଶିଷ୍ୟମାନେ ଲୋକସମୂହକୁ ଦେଲେ। 20ପୁଣି, ସମସ୍ତେ ଭୋଜନ କରି ତୃପ୍ତ ହେଲେ ଓ ଭଙ୍ଗା ରୁଟିରୁ ଯାହା ବଳିଲା ତାହା ସେମାନେ ଉଠାଇ ବାର ଟୋକେଇ ଭର୍ତ୍ତି କଲେ। 21ଭୋଜନ କରିବା ଲୋକେ, ସ୍ତ୍ରୀ ଓ ପିଲାମାନଙ୍କ ଛଡ଼ା, ପ୍ରାୟ ପାଞ୍ଚ ହଜାର ପୁରୁଷ ଥିଲେ।
ଆଜିର ସନ୍ଥ
- ଭର୍ସେଲିର ସନ୍ଥ ଇଉସେବିୟସ୍, ଧର୍ମାଧ୍ୟକ୍ଷ
- ସନ୍ଥ ପିଟର୍ ଜୁଲିଆନ୍ ଏମାର୍ଡ, ପୁରୋହିତ
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର