Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅଗଷ୍ଟ 2027 › ଅଗଷ୍ଟ 3

ଅର୍ଥୋଡକ୍ସ ପଞ୍ଜିକା · 21 ଜୁଲାଇ (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 3 ଅଗଷ୍ଟ 2027

ମଙ୍ଗଳବାର · ପେଣ୍ଟିକଷ୍ଟ ପରେ ସପ୍ତମ ସପ୍ତାହ · ସ୍ୱର 5

ପର୍ବ ଓ ସନ୍ଥ

Prophet Ezekiel (6th C BC)

ଉପବାସ

ଉପବାସ ନାହିଁ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପତ୍ର

ପ୍ର.କରି 6:20–7:12

20ଈଶ୍ବର ତୁମ୍ଭମାନଙ୍କୁ ବିଶେଷ ମୂଲ୍ୟରେ କିଣିଅଛନ୍ତି; ଏଣୁ ତୁମ୍ଭମାନଙ୍କ ଶରୀରରେ ଈଶ୍ବରଙ୍କ ଗୌରବ ପ୍ରକାଶ କର। 7:1ତୁମ୍ଭେମାନେ ଯେଉଁ ସବୁ ବିଷୟ ଲେଖିଅଛ, ସେହି ସବୁର ଉତ୍ତର ଏହି, ସ୍ତ୍ରୀଲୋକକୁ ସ୍ପର୍ଶ ନ କରିବା ପୁରୁଷ ପକ୍ଷରେ ଭଲ; 2କିନ୍ତୁ ବ୍ୟଭିଚାର ଭୟ ହେତୁ ପ୍ରତ୍ୟେକ ପୁରୁଷର ନିଜର ଭାର୍ଯ୍ୟା ଥାଉ, ଆଉ ପ୍ରତ୍ୟେକ ସ୍ତ୍ରୀର ନିଜର ସ୍ୱାମୀ ଥାଉ। 3ସ୍ୱାମୀ ସ୍ତ୍ରୀକୁ ତାହାର ପ୍ରାପ୍ୟ ଦେଉ, ପୁଣି, ସେହି ପ୍ରକାରେ ମଧ୍ୟ ସ୍ତ୍ରୀ ସ୍ୱାମୀକୁ ତାହାର ପ୍ରାପ୍ୟ ଦେଉ। 4ଭାର୍ଯ୍ୟାର ଆପଣା ଶରୀର ଉପରେ ଅଧିକାର ନାହିଁ, କିନ୍ତୁ ସ୍ୱାମୀର ଅଛି; ସେହି ପ୍ରକାରେ ମଧ୍ୟ ସ୍ୱାମୀର ଆପଣା ଶରୀର ଉପରେ ଅଧିକାର ନାହିଁ, କିନ୍ତୁ ଭାର୍ଯ୍ୟାର ଅଛି। 5ପରସ୍ପରକୁ ବଞ୍ଚିତ ନ କର; କେଜାଣି ପ୍ରାର୍ଥନା ନିମନ୍ତେ ଅବକାଶ ପାଇବା ପାଇଁ ଉଭୟ ଏକ ପରାମର୍ଶ ହୋଇ ଅଳ୍ପ କାଳ ପୃଥକ ରହି ପାର; ଆଉ, ତୁମ୍ଭମାନଙ୍କ ଇନ୍ଦ୍ରିୟ ଦମନ ଅଭାବ ହେତୁ ଶୟତାନ ଯେପରି ତୁମ୍ଭମାନଙ୍କୁ ପରୀକ୍ଷା ନ କରେ, ଏଥିପାଇଁ ପୁନର୍ବାର ଏକତ୍ର ହୁଅ। 6କିନ୍ତୁ ମୁଁ ଆଜ୍ଞା ଦେଲା ପରି ନ କହି ପରାମର୍ଶ ଦେଲା ପରି ଏହା କହେ। 7ତଥାପି, ଯେପରି ସବୁ ଲୋକ ମୋହରି ପରି ହୁଅନ୍ତି, ଏହା ମୋହର ଇଚ୍ଛା। ମାତ୍ର କେହି ଏପ୍ରକାର, କେହି ସେପ୍ରକାର, ପ୍ରତ୍ୟେକ ଜଣ ଈଶ୍ବରଙ୍କଠାରୁ ଦାନ ପାଇଅଛି। 8କିନ୍ତୁ ମୁଁ ଅବିବାହିତ ଓ ବିଧବାମାନଙ୍କୁ କହେ, ସେମାନେ ମୋʼ ପରି ରହିଲେ ସେମାନଙ୍କ ପକ୍ଷରେ ଭଲ। 9ମାତ୍ର ଯଦି ସେମାନେ ଇନ୍ଦ୍ରିୟ ଦମନ କରି ନ ପାରନ୍ତି, ତେବେ ବିବାହ କରନ୍ତୁ କାରଣ କାମାନଳରେ ଦଗ୍ଧ ହେବା ଅପେକ୍ଷା ବିବାହ କରିବା ଭଲ। 10କିନ୍ତୁ ବିବାହିତମାନଙ୍କୁ ମୁଁ ଆଜ୍ଞା ଦିଏ, ମୁଁ ନୁହେଁ, ମାତ୍ର ପ୍ରଭୁ ଆଜ୍ଞା ଦିଅନ୍ତି, ଭାର୍ଯ୍ୟା ଆପଣା ସ୍ୱାମୀକୁ ପରିତ୍ୟାଗ ନ କରୁ, 11(କିନ୍ତୁ ଯଦି ସେ ସ୍ୱାମୀଠାରୁ ପୃଥକ୍ ହୁଏ, ତେବେ ସେ ଆଉ ବିବାହ ନ କରୁ, ଅଥବା ଆପଣା ସ୍ୱାମୀ ସହିତ ମିଳିତ ହେଉ), ପୁଣି, ସ୍ୱାମୀ ଆପଣା ଭାର୍ଯ୍ୟାକୁ ପରିତ୍ୟାଗ ନ କରୁ। 12କିନ୍ତୁ ଅନ୍ୟ ସମସ୍ତଙ୍କୁ ମୁଁ କହେ (ପ୍ରଭୁ କହନ୍ତି ନାହିଁ), ଯଦି କୌଣସି ଭାଇର ଅବିଶ୍ୱାସିନୀ ଭାର୍ଯ୍ୟା ଥାଏ, ଆଉ ସେ ତାହାର ସହିତ ବାସ କରିବାକୁ ସମ୍ମତ ହୁଏ, ତାହାହେଲେ ସେ ତାହାକୁ ପରିତ୍ୟାଗ ନ କରୁ।

ସୁସମାଚାର

ମାଥି 14:1–13

1ସେହି ସମୟରେ ସାମନ୍ତରାଜା ହେରୋଦ ଯୀଶୁଙ୍କ ବିଷୟରେ ସମ୍ବାଦ ଶୁଣି ଆପଣା ଦାସମାନଙ୍କୁ କହିଲେ, 2ଏ ବାପ୍ତିଜକ ଯୋହନ, ସେ ମୃତମାନଙ୍କ ମଧ୍ୟରୁ ଉଠିଅଛନ୍ତି, ସେଥିସକାଶେ ଏହି ସମସ୍ତ ଶକ୍ତି ତାହାଙ୍କଠାରେ କାର୍ଯ୍ୟ କରୁଅଛି। 3ଯେଣୁ ହେରୋଦ ଆପଣା ଭାଇ ଫିଲିପ୍ପଙ୍କ ଭାର୍ଯ୍ୟା ହେରୋଦିଆଙ୍କ ସକାଶେ ଯୋହନଙ୍କୁ ଧରି ଓ ବାନ୍ଧି ବନ୍ଦୀଶାଳାରେ ପକାଇଥିଲେ। 4କାରଣ ଯୋହନ ତାହାଙ୍କୁ କହୁଥିଲେ, ଏହାଙ୍କୁ ରଖିବା ଆପଣଙ୍କର ବିଧିସଙ୍ଗତ ନୁହେଁ। 5ଆଉ, ସେ ତାହାଙ୍କୁ ବଧ କରିବାକୁ ଇଚ୍ଛା କଲେ ସୁଦ୍ଧା ଲୋକସମୂହକୁ ଭୟ କଲେ, କାରଣ ସେମାନେ ତାହାଙ୍କୁ ଭାବବାଦୀ ବୋଲି ମାନୁଥିଲେ। 6କିନ୍ତୁ ହେରୋଦଙ୍କ ଜନ୍ମ ଦିନ ପଡ଼ନ୍ତେ, ହେରୋଦିଆଙ୍କ କନ୍ୟା ସଭା ମଧ୍ୟରେ ନୃତ୍ୟ କରି ହେରୋଦଙ୍କୁ ମୁଗ୍ଧ କରିଦେଲା। 7ସେଥିରେ ସେ ଶପଥ କରି ପ୍ରତିଜ୍ଞା କଲେ ଯେ, ସେ ଯାହା କିଛି ମାଗିବ, ସେ ତାହାକୁ ତାହା ଦେବେ। 8ଆଉ, ସେ ଆପଣା ମାଆର ଶିକ୍ଷାରେ ପଡ଼ି କହିଲା ବାପ୍ତିଜକ ଯୋହନର ମସ୍ତକ ଏଠାରେ ଗୋଟିଏ ଥାଳିରେ ମୋତେ ଦିଅନ୍ତୁ। 9ଏଥିରେ ରାଜା ଦୁଃଖିତ ହେଲେ ସୁଦ୍ଧା ନିଜ ଶପଥ ଓ ଆପଣା ସହିତ ଭୋଜିରେ ବସିଥିବା ବ୍ୟକ୍ତିମାନଙ୍କ ସକାଶେ ତାହା ଦେବାକୁ ଆଜ୍ଞା ଦେଲେ। 10ପୁଣି, ଲୋକ ପଠାଇ ବନ୍ଦୀଶାଳାରେ ଯୋହନଙ୍କ ମସ୍ତକ ଛେଦନ କରାଇଲେ, 11ଆଉ ତାହାଙ୍କର ମସ୍ତକ ଗୋଟିଏ ଥାଳିରେ ଅଣାଯାଇ ସେହି ବାଳିକାକୁ ଦିଆଗଲା, ପୁଣି, ସେ ଆପଣା ମାଆ ନିକଟକୁ ତାହା ନେଇଗଲା। 12ସେଥିରେ ତାହାଙ୍କ ଶିଷ୍ୟମାନେ ଆସି ଶବ ନେଇଯାଇ ତାହାଙ୍କୁ ସମାଧି ଦେଲେ ଓ ଯାଇ ଯୀଶୁଙ୍କୁ ଜଣାଇଲେ। 13ଯୀଶୁ ତାହା ଶୁଣି ସେଠାରୁ ଅଲଗା ହୋଇ ନୌକାରେ ଗୋଟିଏ ଜନଶୂନ୍ୟ ସ୍ଥାନକୁ ଗଲେ। ଲୋକସମୂହ ଏହା ଶୁଣି ନଗରଗୁଡ଼ିକରୁ ଆସି ଚାଲିଚାଲି ତାହାଙ୍କର ପଶ୍ଚାତ୍‍ଗମନ କଲେ;

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଜୁଲାଇ 21 ନାଗରିକ ପଞ୍ଜିକାର ଅଗଷ୍ଟ 3। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର