ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅଗଷ୍ଟ 2027 › ଅଗଷ୍ଟ 5
ଅର୍ଥୋଡକ୍ସ ପଞ୍ଜିକା · 23 ଜୁଲାଇ (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 5 ଅଗଷ୍ଟ 2027
ଗୁରୁବାର · ପେଣ୍ଟିକଷ୍ଟ ପରେ ସପ୍ତମ ସପ୍ତାହ · ସ୍ୱର 5
ପର୍ବ ଓ ସନ୍ଥ
Martyrs Trophymos, Theophilos and 13 others in Lycia (4th C)
ଉପବାସ
ଉପବାସ ନାହିଁ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପତ୍ର
24ହେ ଭାଇମାନେ, ପ୍ରତ୍ୟେକ ଜଣ ଯେଉଁ ଅବସ୍ଥାରେ ଆହୂତ ହୋଇଅଛି, ସେ ଈଶ୍ବରଙ୍କ ସହଭାଗିତାରେ ସେହି ଅବସ୍ଥାରେ ଥାଉ। 25କୁମାରୀମାନଙ୍କ ବିଷୟରେ ମୁଁ ପ୍ରଭୁଙ୍କଠାରୁ କୌଣସି ଆଜ୍ଞା ପାଇ ନାହିଁ; କିନ୍ତୁ ପ୍ରଭୁଙ୍କ ଦୟାରେ ବିଶ୍ୱାସପାତ୍ର ହୋଇ ନିଜର ମତ ଦେଉଅଛି। 26ମୁଁ ମନେ କରେ ଯେ, ମନୁଷ୍ୟ ଯେପରି ଅଛି, ଆସନ୍ନ ଦୁର୍ଦ୍ଦଶା ହେତୁ ସେହିପରି ରହିବା ଭଲ। 27ତୁମ୍ଭେ କି ଭାର୍ଯ୍ୟା ସହିତ ଆବଦ୍ଧ? ତେବେ ମୁକ୍ତ ହେବା ପାଇଁ ଚେଷ୍ଟା କର ନାହିଁ। ତୁମ୍ଭେ କି ଭାର୍ଯ୍ୟାଠାରୁ ମୁକ୍ତ? ତେବେ ଭାର୍ଯ୍ୟା ପାଇବାକୁ ଚେଷ୍ଟା କର ନାହିଁ। 28କିନ୍ତୁ ଯଦି ତୁମ୍ଭେ ବିବାହ କରିଅଛ, ତାହାହେଲେ ସୁଦ୍ଧା ପାପ କରି ନାହଁ; ଆଉ ଯଦି କୁମାରୀ ବିବାହ କରିଅଛି, ତାହାହେଲେ ସେ ପାପ କରି ନାହିଁ। ତଥାପି ଏପରି ଲୋକେ ଶରୀରରେ କ୍ଳେଶ ଭୋଗିବେ ଆଉ ତୁମ୍ଭେମାନେ ଯେପରି ସେଥିରୁ ରକ୍ଷା ପାଅ, ଏହା ମୋହର ଇଚ୍ଛା। 29କିନ୍ତୁ ହେ ଭାଇମାନେ, ମୋʼ କଥାର ଭାବ ଏହି, ସମୟ ଅତି ଅଳ୍ପ, ଏଣୁ ଯେଉଁମାନଙ୍କର ଭାର୍ଯ୍ୟା ଅଛି, ସେମାନେ ଭାର୍ଯ୍ୟା ନ ଥିଲା ପରି ହୁଅନ୍ତୁ। 30ଆଉ, ଯେଉଁମାନେ ରୋଦନ କରନ୍ତି, ସେମାନେ ରୋଦନ ନ କରିବା ଲୋକ ପରି ହୁଅନ୍ତୁ; ପୁଣି, ଯେଉଁମାନେ ଆନନ୍ଦ କରନ୍ତି, ସେମାନେ ଆନନ୍ଦ ନ କରିବା ଲୋକ ପରି ହୁଅନ୍ତୁ; ଯେଉଁମାନେ କ୍ରୟ କରନ୍ତି, ସେମାନେ ଅନଧିକାରୀ ଲୋକ ପରି ହୁଅନ୍ତୁ; 31ଆଉ, ଯେଉଁମାନେ ଜଗତର ବିଷୟ ଭୋଗ କରନ୍ତି, ସେମାନେ ଭୋଗ ନ କରିବା ଲୋକ ପରି ହୁଅନ୍ତୁ; କାରଣ ଏହି ଜଗତର ରୂପ ପରିବର୍ତ୍ତିତ ହେଉଅଛି। 32କିନ୍ତୁ ତୁମ୍ଭେମାନେ ଯେପରି ଚିନ୍ତିତ ନ ହୁଅ, ଏହା ମୋହର ଇଚ୍ଛା। ଯେ ଅବିବାହିତ, ସେ କିପରି ପ୍ରଭୁଙ୍କର ସନ୍ତୋଷପାତ୍ର ହେବ, ଏଥିପାଇଁ ପ୍ରଭୁଙ୍କ ବିଷୟ ଘେନି ଚିନ୍ତିତ ହୁଏ; 33କିନ୍ତୁ ଯେ ବିବାହିତ, ସେ କିପରି ଆପଣା ଭାର୍ଯ୍ୟାର ସନ୍ତୋଷପାତ୍ର ହେବ, ସେଥିପାଇଁ ସେ ସଂସାର ବିଷୟ ଘେନି ଚିନ୍ତିତ ହୁଏ, ଆଉ ତାହାର ମନ ବିଭକ୍ତ ହୁଏ। 34ଅବିବାହିତ ସ୍ତ୍ରୀ ଓ କୁମାରୀ ଶରୀର ଓ ଆତ୍ମାରେ ପବିତ୍ର ହେବା ନିମନ୍ତେ ପ୍ରଭୁଙ୍କ ବିଷୟ ଘେନି ଚିନ୍ତିତ ହୁଅନ୍ତି; କିନ୍ତୁ ଯେ ବିବାହିତା, ସେ କିପରି ଆପଣା ସ୍ୱାମୀର ସନ୍ତୋଷପାତ୍ର ହେବ, ସେଥିପାଇଁ ସଂସାର ବିଷୟ ଘେନି ଚିନ୍ତିତ ହୁଏ। 35ଏହି କଥା ମୁଁ ତୁମ୍ଭମାନଙ୍କ ନିଜ ହିତ ନିମନ୍ତେ କହୁଅଛି, ତୁମ୍ଭମାନଙ୍କୁ ବନ୍ଧନରେ ଆବଦ୍ଧ କରିବାକୁ କହୁ ନାହିଁ, ମାତ୍ର ତୁମ୍ଭେମାନେ ଯେପରି ଶିଷ୍ଟାଚରଣ କରି ଏକାଗ୍ର ମନରେ ପ୍ରଭୁଙ୍କଠାରେ ନିବିଷ୍ଟ ଥାଅ, ଏଥିପାଇଁ କହୁଅଛି।
ସୁସମାଚାର
12ସେତେବେଳେ ଶିଷ୍ୟମାନେ ତାହାଙ୍କ ନିକଟକୁ ଆସି କହିଲେ, ଫାରୂଶୀମାନେ ଏହି କଥା ଶୁଣି ଯେ ଅପମାନିତ ହୋଇଛନ୍ତି, ଆପଣ କଅଣ ଏହା ଜାଣନ୍ତି? 13କିନ୍ତୁ ଯୀଶୁ ଉତ୍ତର ଦେଲେ, “ଯେଉଁ ସବୁ ବୃକ୍ଷ ମୋହର ସ୍ୱର୍ଗସ୍ଥ ପିତା ରୋପଣ କରି ନାହାନ୍ତି, ସେ ସବୁ ଉତ୍ପାଟିତ ହେବ। 14ସେମାନଙ୍କୁ ଛାଡ଼ିଦିଅ, ସେମାନେ ଅନ୍ଧମାନଙ୍କର ଅନ୍ଧ ପଥପ୍ରଦର୍ଶକ; ଆଉ ଯେବେ ଅନ୍ଧ ଅନ୍ଧକୁ ବାଟ କଢ଼ାଏ, ତେବେ ଦୁହେଁ ଖାତରେ ପଡ଼ିବେ।” 15ସେଥିରେ ପିତର ତାହାଙ୍କୁ ଉତ୍ତର ଦେଲେ, ଦୃଷ୍ଟାନ୍ତଟି ଆମ୍ଭମାନଙ୍କୁ ବୁଝାଇ ଦିଅନ୍ତୁ। 16ଯୀଶୁ କହିଲେ, “ତୁମ୍ଭେମାନେ କଅଣ ଏପର୍ଯ୍ୟନ୍ତ ଅବୋଧ?” 17“ଯାହା କିଛି ମୁଖରେ ପ୍ରବେଶ କରେ, ତାହା ପେଟକୁ ଯାଇ ଶୌଚ ଦ୍ୱାରା ନିକ୍ଷିପ୍ତ ହୁଏ, ଏହା କଅଣ ବୁଝୁ ନାହଁ? 18କିନ୍ତୁ ମୁଖରୁ ଯାହାସବୁ ବାହାରେ, ତାହା ହୃଦୟରୁ ବାହାରେ ଓ ତାହା ହିଁ ମନୁଷ୍ୟକୁ ଅଶୁଚି କରେ। 19କାରଣ ହୃଦୟରୁ କୁଚିନ୍ତା, ନରହତ୍ୟା, ବ୍ୟଭିଚାର, ବେଶ୍ୟାଗମନ, ଚୋରି, ମିଥ୍ୟା ସାକ୍ଷ୍ୟ ଓ ନିନ୍ଦା ବାହାରେ; 20ଏହି ସମସ୍ତ ହିଁ ମନୁଷ୍ୟକୁ ଅଶୁଚି କରେ, କିନ୍ତୁ ଅଧୁଆ ହାତରେ ଖାଇବା ମନୁଷ୍ୟକୁ ଅଶୁଚି କରେ ନାହିଁ।” 21ଯୀଶୁ ସେହି ସ୍ଥାନରୁ ଅଲଗା ହୋଇ ସୋର ଓ ସୀଦୋନ ଅଞ୍ଚଳକୁ ଚାଲିଗଲେ।
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଜୁଲାଇ 23 ନାଗରିକ ପଞ୍ଜିକାର ଅଗଷ୍ଟ 5। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର