ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅଗଷ୍ଟ 2027 › ଅଗଷ୍ଟ 6
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 6 ଅଗଷ୍ଟ 2027
ଶୁକ୍ରବାର · ସାଧାରଣ କାଳର 18ତମ ସପ୍ତାହ
ପର୍ବ ଓ ସନ୍ଥ
ପ୍ରଭୁଙ୍କ ରୂପାନ୍ତର
ପର୍ବ · ଉପାସନାର ରଙ୍ଗ: ଧଳା
ଉପବାସ ଓ ପ୍ରାୟଶ୍ଚିତ୍ତ
ପ୍ରାୟଶ୍ଚିତ୍ତର ଦିନ
ପ୍ରତ୍ୟେକ ଶୁକ୍ରବାର ପ୍ରାୟଶ୍ଚିତ୍ତର ଦିନ; ପ୍ରତ୍ୟେକ ବିଶପ୍ ସମ୍ମିଳନୀ ଏହା କିପରି ପାଳିବାକୁ ହେବ ସ୍ଥିର କରେ: ମାଂସରୁ ବିରତି କିମ୍ବା ପ୍ରାୟଶ୍ଚିତ୍ତର ଅନ୍ୟ କାର୍ଯ୍ୟ। ଉପବାସ 18ରୁ 59 ବର୍ଷ ପର୍ଯ୍ୟନ୍ତ, ବିରତି 14 ବର୍ଷରୁ ବାଧ୍ୟତାମୂଳକ।
ଦିନର ପାଠ
ପ୍ରଥମ ପାଠ
କିମ୍ବା: ଦ୍ଵି. ପିତ 1:16–19
9ମୁଁ ଦେଖୁ ଦେଖୁ, କେତେଗୋଟି ସିଂହାସନ ସ୍ଥାପିତ ହେଲା, ପୁଣି ଅନେକ କାଳର ବୃଦ୍ଧ ଉପବିଷ୍ଟ ହେଲେ। ତାହାଙ୍କର ବସ୍ତ୍ର ହିମ ତୁଲ୍ୟ ଶୁକ୍ଳବର୍ଣ୍ଣ, ଓ ତାହାଙ୍କର ମସ୍ତକର କେଶ ବିଶୁଦ୍ଧ ମେଷର ଲୋମ ତୁଲ୍ୟ ଥିଲା। ତାହାଙ୍କର ସିଂହାସନ ଅଗ୍ନିଶିଖାମୟ ଓ ତହିଁର ଚକ୍ରସକଳ ଜ୍ୱଳନ୍ତ ଅଗ୍ନି। 10ତାହାଙ୍କ ସମ୍ମୁଖରୁ ଅଗ୍ନିସ୍ରୋତ ନିର୍ଗତ ହୋଇ ବହିଲା; ସହସ୍ର ସହସ୍ର ତାହାଙ୍କର ପରିଚର୍ଯ୍ୟା କଲେ ଓ ଅୟୁତ ଅୟୁତ ତାହାଙ୍କ ସମ୍ମୁଖରେ ଉଭା ହେଲେ। ବିଚାର-ସଭା ବସିଲା ଓ ପୁସ୍ତକମାନ ଫିଟାଗଲା। 13ମୁଁ ରାତ୍ରିକାଳର ଦର୍ଶନରେ ଦେଖିଲି, ଆଉ ଦେଖ, ମନୁଷ୍ୟପୁତ୍ର ନ୍ୟାୟ ଏକ ପୁରୁଷ ଆକାଶର ମେଘରେ ଆସିଲେ; ସେ ଅନେକ କାଳର ସେହି ବୃଦ୍ଧଙ୍କ ନିକଟରେ ଉପସ୍ଥିତ ହୁଅନ୍ତେ, ସେମାନେ ତାହାଙ୍କ ଛାମୁକୁ ତାହାଙ୍କୁ ଆଣିଲେ। 14ପୁଣି, ସମୁଦାୟ ଗୋଷ୍ଠୀ, ଦେଶବାସୀ ଓ ଭାଷାବାଦୀମାନେ ଯେପରି ତାହାଙ୍କର ସେବା କରିବେ, ଏଥିପାଇଁ ତାହାଙ୍କୁ କର୍ତ୍ତୃତ୍ୱ, ମହିମା ଓ ରାଜ୍ୟ ଦତ୍ତ ହେଲା; ତାହାଙ୍କର କର୍ତ୍ତୃତ୍ୱ ଅନନ୍ତକାଳୀନ କର୍ତ୍ତୃତ୍ୱ, ତାହା ଲୁପ୍ତ ହେବ ନାହିଁ, ଆଉ ତାହାଙ୍କର ରାଜ୍ୟ ଅବିନାଶ୍ୟ।
ପ୍ରତିଉତ୍ତର ଗୀତ
1ସଦାପ୍ରଭୁ ରାଜ୍ୟ କରନ୍ତି; ପୃଥିବୀ ଉଲ୍ଲାସ କରୁ; ଦ୍ୱୀପସମୂହ ଆନନ୍ଦିତ ହେଉନ୍ତୁ। 2ମେଘମାଳ ଓ ଅନ୍ଧକାର ତାହାଙ୍କ ଚତୁର୍ଦ୍ଦିଗରେ ଥାଏ; ଧର୍ମ ଓ ବିଚାର ତାହାଙ୍କ ସିଂହାସନର ଭିତ୍ତିମୂଳ। 5ପର୍ବତଗଣ ସଦାପ୍ରଭୁଙ୍କ ଛାମୁରେ ମହମ ପରି ତରଳି ଗଲେ, ସମୁଦାୟ ପୃଥିବୀ ପ୍ରଭୁଙ୍କ ଛାମୁରେ ତରଳି ଗଲେ। 6ଆକାଶମଣ୍ଡଳ ତାହାଙ୍କ ଧର୍ମ ପ୍ରଚାର କରଇ ଓ ସମୁଦାୟ ଗୋଷ୍ଠୀ ତାହାଙ୍କ ମହିମା ଦେଖିଅଛନ୍ତି। 9କାରଣ ହେ ସଦାପ୍ରଭୋ, ତୁମ୍ଭେ ସମୁଦାୟ ପୃଥିବୀରେ ସର୍ବୋପରିସ୍ଥ; ତୁମ୍ଭେ ସକଳ ଦେବ ଉପରେ ଅତିଶୟ ଉନ୍ନତ।
ସୁସମାଚାର
2ଛଅ ଦିନ ପରେ ଯୀଶୁ କେବଳ ପିତର, ଯାକୁବ ଓ ଯୋହନଙ୍କୁ ସାଙ୍ଗରେ ନେଇ ଅନ୍ତର ହୋଇ ସେମାନଙ୍କୁ ଗୋଟିଏ ଉଚ୍ଚ ପର୍ବତକୁ ନେଇଗଲେ। 3ଆଉ ସେ ସେମାନଙ୍କ ସାକ୍ଷାତରେ ରୂପାନ୍ତରିତ ହେଲେ, ତାହାଙ୍କ ବସ୍ତ୍ର ଏପରି ଉଜ୍ଜ୍ୱଳ ଓ ଅତିଶୟ ଶୁଭ୍ରବର୍ଣ୍ଣ ହେଲା ଯେ, ପୃଥିବୀର କୌଣସି ରଜକ ସେପରି ଶୁଭ୍ରବର୍ଣ୍ଣ କରିପାରେ ନାହିଁ। 4ପୁଣି, ମୋଶା ଏବଂ ଏଲୀୟ ଯୀଶୁଙ୍କ ସାଙ୍ଗରେ କଥାବାର୍ତ୍ତା କରୁଥିବାର ସେମାନେ ଦେଖିଲେ। 5ସେଥିରେ ପିତର ଯୀଶୁଙ୍କୁ ଉତ୍ତର ଦେଲେ, ହେ ଗୁରୁ, ଆମ୍ଭେମାନେ ଯେ ଏ ସ୍ଥାନରେ ଅଛୁ, ଏହା ଉତ୍ତମ; ଆମ୍ଭେମାନେ ତିନୋଟି କୁଟୀର ନିର୍ମାଣ କରୁ, ଆପଣଙ୍କ ପାଇଁ ଗୋଟିଏ ମୋଶାଙ୍କ ପାଇଁ ଗୋଟିଏ ଓ ଏଲୀୟଙ୍କ ପାଇଁ ଗୋଟିଏ। 6କାରଣ ଯୀଶୁ କି ଉତ୍ତର ଦେବେ ବୋଲି ଜାଣି ନ ଥିଲେ, ସେଥିପାଇଁ ସେମାନେ ଅତ୍ୟନ୍ତ ଭୀତ ହୋଇଥିଲେ। 7ପୁଣି, ଖଣ୍ଡେ ମେଘ ଆସି ସେମାନଙ୍କୁ ଆଚ୍ଛାଦନ କଲା, ଆଉ ସେହି ମେଘରୁ ଏହି ବାଣୀ ହେଲା, ଏ ଆମ୍ଭର ପ୍ରିୟ ପୁତ୍ର, ଏହାଙ୍କ ବାକ୍ୟ ଶ୍ରବଣ କର। 8ପୁଣି, ହଠାତ୍ ସେମାନେ ଚାରିଆଡ଼େ ଚାହିଁ ସେମାନଙ୍କ ସାଙ୍ଗରେ କେବଳ ଯୀଶୁଙ୍କ ବିନା ଆଉ କାହାରିକୁ ଦେଖିଲେ ନାହିଁ। 9ସେମାନେ ପର୍ବତରୁ ଓହ୍ଲାଇବା ସମୟରେ ସେ ସେମାନଙ୍କୁ ଦୃଢ଼ ଆଜ୍ଞା ଦେଇ କହିଲେ, ତୁମ୍ଭେମାନେ ଯାହା ଯାହା ଦେଖିଅଛ, ସେହିସବୁ ମୃତମାନଙ୍କ ମଧ୍ୟରୁ ମନୁଷ୍ୟପୁତ୍ରଙ୍କ ପୁନରୁତ୍ଥାନ ନ ହେବା ପର୍ଯ୍ୟନ୍ତ କାହାରିକୁ କୁହ ନାହିଁ।
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର