Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅଗଷ୍ଟ 2027 › ଅଗଷ୍ଟ 7

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 7 ଅଗଷ୍ଟ 2027

ଶନିବାର · ସାଧାରଣ କାଳର 18ତମ ସପ୍ତାହ

ପର୍ବ ଓ ସନ୍ଥ

ସାଧାରଣ କାଳର 18ତମ ସପ୍ତାହର ଶନିବାର

ଇଚ୍ଛାଧୀନ ସ୍ମୃତି ଦିବସ · ଉପାସନାର ରଙ୍ଗ: ସବୁଜ

ସନ୍ଥ କାଜେଟାନ୍, ପୁରୋହିତ · ଇଚ୍ଛାଧୀନ ସ୍ମୃତି ଦିବସ

ସନ୍ଥ ସିକ୍ସଟସ୍ ଦ୍ୱିତୀୟ, ପୋପ୍, ଓ ସାଥୀମାନେ, ଶହୀଦ · ଇଚ୍ଛାଧୀନ ସ୍ମୃତି ଦିବସ

ଦିନର ପାଠ

ପ୍ରଥମ ପାଠ

ଦ୍ବି.ବି 6:4–13

4ହେ ଇସ୍ରାଏଲ, ଶୁଣ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଏକମାତ୍ର ସଦାପ୍ରଭୁ ଅଟନ୍ତି। 5ଏନିମନ୍ତେ ତୁମ୍ଭେ ଆପଣା ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ ଓ ସମସ୍ତ ଶକ୍ତି ସହିତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ପ୍ରେମ କରିବ। 6ପୁଣି ଏହି ଯେଉଁ ସକଳ କଥା ମୁଁ ଆଜି ତୁମ୍ଭକୁ ଆଜ୍ଞା କରୁଅଛି, ତାହା ତୁମ୍ଭେ ଆପଣା ହୃଦୟରେ ରଖିବ। 7ଆଉ ତୁମ୍ଭେ ଆପଣା ସନ୍ତାନଗଣକୁ ଯତ୍ନପୂର୍ବକ ତାହା ଶିଖାଇବ ଓ ତୁମ୍ଭେ ଆପଣା ଗୃହରେ ବସିବା ବେଳେ ଓ ତୁମ୍ଭେ ପଥରେ ଚାଲିବା ବେଳେ ଓ ତୁମ୍ଭେ ଶୟନ କରିବା ବେଳେ ଓ ତୁମ୍ଭେ ଉଠିବା ବେଳେ, ସେମାନଙ୍କ ସଙ୍ଗେ ସେ ବିଷୟରେ କଥାବାର୍ତ୍ତା କରିବ। 8ଆଉ ତୁମ୍ଭେ ଚିହ୍ନସ୍ୱରୂପ ଆପଣା ହସ୍ତରେ ତାହା ବାନ୍ଧିବ ଓ ତାହା ତୁମ୍ଭ ଚକ୍ଷୁଦ୍ୱୟ ମଧ୍ୟରେ ଭୂଷଣ ସ୍ୱରୂପ ହେବ। 9ଆହୁରି ତୁମ୍ଭେ ଆପଣା ଗୃହଦ୍ୱାର ଚଉକାଠରେ ଓ ବାହାର ଦ୍ୱାରରେ ତାହା ଲେଖିବ। 10ତୁମ୍ଭ ପୂର୍ବପୁରୁଷ ଅବ୍ରହାମ, ଇସ୍‌ହାକ ଓ ଯାକୁବ ନିକଟରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବା ପାଇଁ ଶପଥ କରିଅଛନ୍ତି, ସେହି ଦେଶରେ ସେ ତୁମ୍ଭକୁ ଉପସ୍ଥିତ କରାଇଲା ଉତ୍ତାରେ ତୁମ୍ଭେ ଯାହା ନିର୍ମାଣ କରି ନାହଁ, ଏପରି ବୃହତ ଓ ସୁନ୍ଦର ନଗର, 11ଆଉ ଯାହା ତୁମ୍ଭେ ପୂର୍ଣ୍ଣ କରି ନାହଁ, ଏପରି ସକଳ ଉତ୍ତମ ଦ୍ରବ୍ୟରେ ପରିପୂର୍ଣ୍ଣ ଗୃହ ଓ ଯାହା ତୁମ୍ଭେ ଖୋଳିଲ ନାହିଁ, ଏପରି ଖୋଦିତ କୂପ, ଯାହା ରୋପଣ କଲ ନାହିଁ, ଏପରି ଦ୍ରାକ୍ଷାକ୍ଷେତ୍ର ଓ ଜୀତବୃକ୍ଷ ପାଇ ଯେତେବେଳେ ତୁମ୍ଭେ ଭୋଗ କରି ତୃପ୍ତ ହେବ, 12ସେତେବେଳେ ସାବଧାନ, ଯେ ତୁମ୍ଭକୁ ଦାସ୍ୟଗୃହରୂପ ମିସର ଦେଶରୁ ବାହାର କରି ଆଣିଅଛନ୍ତି, ସେହି ସଦାପ୍ରଭୁଙ୍କୁ ପାସୋର ନାହିଁ। 13ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ଭୟ କରିବ ଓ ତୁମ୍ଭେ ତାହାଙ୍କର ସେବା କରିବ ଓ ତାହାଙ୍କ ନାମରେ ଶପଥ କରିବ।

ପ୍ରତିଉତ୍ତର ଗୀତ

ଗୀତ 18:1–3, 46, 50

1ପ୍ରଧାନ ବାଦ୍ୟକର ନିମନ୍ତେ ସଦାପ୍ରଭୁଙ୍କ ଦାସ ଦାଉଦଙ୍କର ଗୀତ। ସଦାପ୍ରଭୁ ଶତ୍ରୁମାନଙ୍କ ହସ୍ତରୁ ଓ ଶାଉଲଙ୍କ ହସ୍ତରୁ ତାଙ୍କୁ ଉଦ୍ଧାର କରିବା ଦିନ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏହି ଗୀତର କଥା ନିବେଦନ କରିଥିଲେ; ସେ କହିଲେ, ହେ ମୋହର ବଳ ସ୍ୱରୂପ ସଦାପ୍ରଭୋ, ମୁଁ ତୁମ୍ଭଙ୍କୁ ପ୍ରେମ କରେ। 2ସଦାପ୍ରଭୁ ମୋହର ଶୈଳ, ମୋହର ଗଡ଼ ଓ ମୋହର ଉଦ୍ଧାରକର୍ତ୍ତା; ମୋହର ପରମେଶ୍ୱର, ମୋହର ଦୃଢ଼ ଶୈଳ, ମୁଁ ତାହାଙ୍କଠାରେ ଶରଣ ନେବି; ମୋହର ଢାଲ ଓ ମୋହର ପରିତ୍ରାଣର ଶୃଙ୍ଗ, ମୋହର ଉଚ୍ଚ ଦୁର୍ଗ। 3ମୁଁ ପ୍ରଶଂସନୀୟ ସଦାପ୍ରଭୁଙ୍କୁ ଡାକିବି; ତହିଁରେ ମୁଁ ଆପଣା ଶତ୍ରୁଗଣଠାରୁ ନିସ୍ତାର ପାଇବି। 46ସଦାପ୍ରଭୁ ଜୀବିତ; ମୋହର ଶୈଳ ଧନ୍ୟ ହେଉନ୍ତୁ ଓ ମୋହର ପରିତ୍ରାଣ ସ୍ୱରୂପ ପରମେଶ୍ୱର ଉନ୍ନତ ହେଉନ୍ତୁ। 50ସେ ଆପଣା ରାଜାକୁ ମହାପରିତ୍ରାଣ ପ୍ରଦାନ କରନ୍ତି ଓ ଆପଣା ଅଭିଷିକ୍ତ ପ୍ରତି, ଦାଉଦ ପ୍ରତି ଓ ତାହାର ବଂଶ ପ୍ରତି ଅନନ୍ତକାଳ ସ୍ନେହପୂର୍ଣ୍ଣ କରୁଣା ପ୍ରକାଶ କରନ୍ତି।

ସୁସମାଚାର

ମାଥି 17:14–20

14ପରେ ସେମାନେ ଲୋକମାନଙ୍କ ନିକଟକୁ ଆସନ୍ତେ ଜଣେ ଲୋକ ତାହାଙ୍କ ନିକଟକୁ ଆସି ଆଣ୍ଠୋଇପଡ଼ି କହିଲା, 15ହେ ପ୍ରଭୁ, ମୋହର ପୁଅକୁ ଦୟା କରନ୍ତୁ, କାରଣ ସେ ମୂର୍ଚ୍ଛାରୋଗରେ ବଡ଼ କଷ୍ଟ ପାଉଅଛି, ଯେଣୁ ସେ ଥରକୁଥର ନିଆଁରେ ଓ ଥରକୁଥର ପାଣିରେ ପଡ଼ୁଅଛି। 16ମୁଁ ଆପଣଙ୍କ ଶିଷ୍ୟମାନଙ୍କ ନିକଟକୁ ତାହାକୁ ଆଣିଥିଲି, ମାତ୍ର ସେମାନେ ତାହାକୁ ସୁସ୍ଥ କରିପାରିଲେ ନାହିଁ। 17ଯୀଶୁ ଉତ୍ତର ଦେଲେ, “ଆରେ ଅବିଶ୍ୱାସୀ ଓ ବିପଥଗାମୀ ବଂଶ, କେତେ କାଳ ମୁଁ ତୁମ୍ଭମାନଙ୍କ ସାଙ୍ଗରେ ରହିବି? କେତେ କାଳ ତୁମ୍ଭମାନଙ୍କ ବ୍ୟବହାର ସହିବି? ତାହାକୁ ଏଠିକି ମୋ ପାଖକୁ ଆଣ।” 18ଆଉ ଯୀଶୁ ଭୂତକୁ ଧମକାନ୍ତେ ସେ ତାହାଠାରୁ ବାହାରିଗଲା ଓ ବାଳକଟି ସେହି ମୁହୂର୍ତ୍ତରୁ ସୁସ୍ଥ ହେଲା। 19ଏହାପରେ ଶିଷ୍ୟମାନେ ଗୋପନରେ ଯୀଶୁଙ୍କ ନିକଟକୁ ଆସି କହିଲେ, ଆମ୍ଭେମାନେ କାହିଁକି ତାହାକୁ ଛଡ଼ାଇ ପାରିଲୁ ନାହିଁ। 20ସେ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କ ଅଳ୍ପ ବିଶ୍ୱାସ ସକାଶେ, କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯଦି ଗୋଟିଏ ସୋରିଷ ଦାନା ପରି ତୁମ୍ଭମାନଙ୍କର ବିଶ୍ୱାସ ଥାଏ, ତାହାହେଲେ ଏହି ପର୍ବତକୁ ‘ଏଠାରୁ ସେଠାକୁ ଘୁଞ୍ଚିଯା’ ବୋଲି କହିଲେ ତାହା ଘୁଞ୍ଚିଯିବ, ଆଉ କିଛି ହିଁ ତୁମ୍ଭମାନଙ୍କର ଅସାଧ୍ୟ ହେବ ନାହିଁ।

ଆଜିର ସନ୍ଥ

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର