ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅଗଷ୍ଟ 2027 › ଅଗଷ୍ଟ 7
ଅର୍ଥୋଡକ୍ସ ପଞ୍ଜିକା · 25 ଜୁଲାଇ (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 7 ଅଗଷ୍ଟ 2027
ଶନିବାର · ପେଣ୍ଟିକଷ୍ଟ ପରେ ସପ୍ତମ ସପ୍ତାହ · ସ୍ୱର 5
ପର୍ବ ଓ ସନ୍ଥ
Dormition of the Righteous Anna, Mother of the Most Holy Theotokos
ଉପବାସ
ଉପବାସ ନାହିଁ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପତ୍ର
1ଅତଏବ, ହେ ଭାଇମାନେ, ମୁଁ ତୁମ୍ଭମାନଙ୍କୁ ଈଶ୍ବରଙ୍କ ଦୟା ହେତୁ ବିନତି କରୁଅଛି, ତୁମ୍ଭେମାନେ ଆପଣା ଆପଣା ଶରୀରକୁ ସଜୀବ, ପବିତ୍ର ଓ ଈଶ୍ବରଙ୍କ ସୁଗ୍ରାହ୍ୟ ବଳି ରୂପେ ଉତ୍ସର୍ଗ କର, ଏହା ତ ତୁମ୍ଭମାନଙ୍କର ଯୁକ୍ତିଯୁକ୍ତ ଉପାସନା। 2ତୁମ୍ଭେମାନେ ଏହି ବର୍ତ୍ତମାନ ଯୁଗର ଅନୁରୂପୀ ହୁଅ ନାହିଁ, କିନ୍ତୁ ଯେପରି ତୁମ୍ଭେମାନେ ଈଶ୍ବରଙ୍କ ଇଚ୍ଛା କଅଣ, ଅର୍ଥାତ୍ ଉତ୍ତମ, ସୁଗ୍ରାହ୍ୟ ଓ ସିଦ୍ଧ ବିଷୟ କଅଣ, ଏହା ପରୀକ୍ଷା କରି ଜାଣି ପାର, ଏଥିନିମନ୍ତେ ଆପଣା ଆପଣା ମନର ନୂତନୀକରଣ ଦ୍ୱାରା ପରିବର୍ତ୍ତିତ ହୁଅ। 3କାରଣ ମୋତେ ପ୍ରଦତ୍ତ ଅନୁଗ୍ରହ ଦ୍ୱାରା ମୁଁ ତୁମ୍ଭମାନଙ୍କ ମଧ୍ୟରେ ଥିବା ପ୍ରତ୍ୟେକ ଜଣକୁ କହୁଅଛି, ଆପଣା ବିଷୟରେ ଯେପରି ମନେ କରିବା ଉଚିତ, ତାହାଠାରୁ ଆପଣାକୁ ଅଧିକ ବଡ଼ ମନେ ନ କର; କିନ୍ତୁ ଈଶ୍ବର ଯାହାକୁ ଯେ ପରିମାଣରେ ବିଶ୍ୱାସ ବିତରଣ କରିଅଛନ୍ତି, ସେହି ଅନୁସାରେ ପ୍ରତ୍ୟେକ ଜଣ ସୁବୋଧର ପରି ଆପଣା ବିଷୟରେ ମନେ କର।
ପତ୍ର (ସନ୍ଥ ଆନ୍ନାଙ୍କ ପାଇଁ)
22କାରଣ ପବିତ୍ର ଶାସ୍ତ୍ରରେ ଲେଖାଅଛି, ଅବ୍ରହାମଙ୍କର ଦୁଇଟି ପୁତ୍ର ଥିଲେ, ଜଣେ ଦାସୀଠାରୁ ଓ ଆଉ ଜଣେ ସ୍ୱାଧୀନା ସ୍ତ୍ରୀଠାରୁ ଜାତ। 23ଯେ ଦାସୀର ପୁତ୍ର, ସେ ଶାରୀରିକ ସ୍ୱଭାବାନୁସାରେ ଜାତ ହେଲା; ମାତ୍ର ଯେ ସ୍ୱାଧୀନା ସ୍ତ୍ରୀର ପୁତ୍ର, ସେ ପ୍ରତିଜ୍ଞା ବଳରେ ଜାତ ହେଲା। 24ଏହି ସମସ୍ତ କଥାର ରୂପକ ଅର୍ଥ ଅଛି, କାରଣ ଏହି ସ୍ତ୍ରୀମାନେ ଦୁଇଟି ନିୟମସ୍ୱରୂପ; ଗୋଟିଏ ନିୟମ ସୀନୟ ପର୍ବତରୁ ଉତ୍ପନ୍ନ, ତାହା ଦାସତ୍ୱ ନିମନ୍ତେ ସନ୍ତାନ ପ୍ରସବକାରିଣୀ, ହାଗାର ସେଥିର ନିଦର୍ଶନ। 25ହାଗାର, ଏହି ଶବ୍ଦ ଆରବ ଦେଶରେ ସୀନୟ ପର୍ବତକୁ ବୁଝାଏ, ପୁଣି, ତାହା ବର୍ତ୍ତମାନ ଯିରୂଶାଲମ ସହରର ସମତୁଲ୍ୟ, କାରଣ ଏ ଆପଣା ସନ୍ତାନମାନଙ୍କ ସହିତ ଦାସତ୍ୱରେ ରହିଅଛି। 26କିନ୍ତୁ ଊର୍ଦ୍ଧ୍ୱସ୍ଥ ଯିରୂଶାଲମ ସ୍ୱାଧୀନା, ସେ ଆମ୍ଭମାନଙ୍କ ଜନନୀ; 27ଯେଣୁ ଲେଖାଅଛି, “ଆଗୋ ବନ୍ଧ୍ୟେ, ଅପ୍ରସୂତେ, ଆନନ୍ଦ କର, ଆଗୋ ପ୍ରସବବେଦନା ରହିତେ, ଉଚ୍ଚସ୍ୱରରେ ଜୟଧ୍ୱନି କର; କାରଣ ସଧବାର ସନ୍ତାନଠାରୁ ଅନାଥର ସନ୍ତାନ ଅଧିକ।” 28ହେ ଭାଇମାନେ, ତୁମ୍ଭେମାନେ ଇସ୍ହାକଙ୍କ ପରି ପ୍ରତିଜ୍ଞାର ସନ୍ତାନ। 29କିନ୍ତୁ ଶାରୀରିକ ସ୍ୱଭାବାନୁସାରେ ଯେ ଜାତ, ସେ ଯେପରି ସେ ସମୟରେ ଆତ୍ମାଙ୍କ ପ୍ରତିଜ୍ଞା ଅନୁସାରେ ଯେ ଜାତ, ତାହାଙ୍କୁ ତାଡ଼ନା କରୁଥିଲା, ସେହିପରି ଏବେ ମଧ୍ୟ ଘଟୁଅଛି। 30ମାତ୍ର ଶାସ୍ତ୍ର କଅଣ କୁହେ? ଦାସୀ ଓ ତାହାର ପୁତ୍ରକୁ ବାହାର କରିଦିଅ; କାରଣ ଦାସୀର ପୁତ୍ର ସ୍ୱାଧୀନା ସ୍ତ୍ରୀର ପୁତ୍ର ସହିତ ଉତ୍ତରାଧିକାରୀ ହେବ ନାହିଁ। 31ଅତଏବ, ଭାଇମାନେ, ଆମ୍ଭେମାନେ ଦାସୀର ସନ୍ତାନ ନୋହୁଁ, କିନ୍ତୁ ସ୍ୱାଧୀନା ସ୍ତ୍ରୀର ସନ୍ତାନ।
ସୁସମାଚାର
37ଯେ ପିତା କି ମାତାକୁ ମୋʼଠାରୁ ଅଧିକ ପ୍ରିୟ ଜ୍ଞାନ କରେ, ସେ ମୋହର ଯୋଗ୍ୟ ନୁହେଁ, ପୁଣି, ଯେ ପୁତ୍ର କି କନ୍ୟାକୁ ମୋʼଠାରୁ ଅଧିକ ପ୍ରେମ କରେ, ସେ ମୋହର ଯୋଗ୍ୟ ନୁହେଁ। 38ଆଉ ଯେ ଆପଣା କ୍ରୁଶ ନେଇ ମୋହର ଅନୁଗମନ ନ କରେ, ସେ ମୋହର ଯୋଗ୍ୟ ନୁହେଁ। 39ଯେ ଆପଣା ଜୀବନ ବଞ୍ଚାଏ, ସେ ତାହା ହରାଇବ, ଆଉ ଯେ ମୋ ନିମନ୍ତେ ଆପଣା ଜୀବନ ହରାଏ, ସେ ତାହା ବଞ୍ଚାଇବ।” 40“ଯେ ତୁମ୍ଭମାନଙ୍କୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ, ଆଉ ଯେ ମୋତେ ଗ୍ରହଣ କରେ, ସେ ମୋହର ପ୍ରେରଣକର୍ତ୍ତାଙ୍କୁ ଗ୍ରହଣ କରେ। 41ଯେ ଭାବବାଦୀଙ୍କୁ ଭାବବାଦୀ ବୋଲି ଗ୍ରହଣ କରେ, ସେ ଭାବବାଦୀଙ୍କ ପୁରସ୍କାର ପାଇବ। ଆଉ ଯେ ଧାର୍ମିକ ବ୍ୟକ୍ତିଙ୍କୁ ଧାର୍ମିକ ବୋଲି ଗ୍ରହଣ କରେ, ସେ ଧାର୍ମିକ ବ୍ୟକ୍ତିଙ୍କ ପୁରସ୍କାର ପାଇବ। 42ପୁଣି, ଯେ କେହି ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକୁ ମୋହର ଶିଷ୍ୟ ବୋଲି ଯଦି ଗିନାଏ ଥଣ୍ଡା ପାଣି ମଧ୍ୟ ପିଇବାକୁ ଦେବ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେ କୌଣସି ପ୍ରକାରେ ଆପଣା ପୁରସ୍କାର ହରାଇବ ନାହିଁ।” 11:1ଯୀଶୁ ଆପଣା ବାର ଜଣ ଶିଷ୍ୟଙ୍କୁ ଆଦେଶ ଦେବାର ସମାପ୍ତ କଲା ପରେ ଗାଲିଲୀର ନଗରସମୂହରେ ଶିକ୍ଷା ଦେବାକୁ ଓ ଘୋଷଣା କରିବାକୁ ସେ ସ୍ଥାନରୁ ବାହାରିଗଲେ।
ସୁସମାଚାର (ସନ୍ଥ ଆନ୍ନାଙ୍କ ପାଇଁ)
16“କେହି ଦୀପ ଜାଳି ପାତ୍ର ଦ୍ୱାରା ତାହା ଘୋଡ଼ାଇ ରଖେ ନାହିଁ, କିମ୍ବା ଖଟ ତଳେ ରଖେ ନାହିଁ, ମାତ୍ର ଦୀପରୁଖା ଉପରେ ରଖେ, ଯେପରି ପ୍ରବେଶ କରିବା ଲୋକମାନେ ଆଲୋକ ଦେଖି ପାରନ୍ତି। 17କାରଣ ଯାହା ପ୍ରକାଶିତ ନ ହେବ, ଏପରି ଗୁପ୍ତ ବିଷୟ କିଛି ନାହିଁ, ଅବା ଯାହା ଜଣାଯାଇ ପ୍ରକାଶ ନ ପାଇବ, ଏପରି ଗୁପ୍ତ ବିଷୟ କିଛି ନାହିଁ। 18ଅତଏବ, କିପରି ଶୁଣୁଅଛ, ସେ ବିଷୟରେ ସାବଧାନ; କାରଣ ଯାହାର ଅଛି, ତାହାକୁ ଦିଆଯିବ, ଆଉ ଯାହାର ନାହିଁ, ସେ ଯାହା ନିଜର ଅଛି ବୋଲି ମନେ କରେ, ତାହା ସୁଦ୍ଧା ତାହାଠାରୁ ନିଆଯିବ।” 19ତାହାଙ୍କ ମାଆ ଓ ଭାଇମାନେ ତାହାଙ୍କ ନିକଟକୁ ଆସିଲେ, କିନ୍ତୁ ଲୋକଗହଳି ହେତୁ ତାହାଙ୍କ ସହିତ ଦେଖା କରିପାରୁ ନ ଥିଲେ। 20ସେଥିରେ ତାହାଙ୍କୁ ଏହି ଖବର ଦିଆଗଲା, ଆପଣଙ୍କର ମାଆ ଓ ଭାଇମାନେ ଆପଣଙ୍କ ସହିତ ଦେଖା କରିବାକୁ ଇଚ୍ଛା କରି ବାହାରେ ଠିଆ ହୋଇଅଛନ୍ତି। 21କିନ୍ତୁ ସେ ସେମାନଙ୍କୁ ଉତ୍ତର ଦେଲେ, “ଯେଉଁମାନେ ଈଶ୍ବରଙ୍କ ବାକ୍ୟ ଶୁଣନ୍ତି ଓ ପାଳନ କରନ୍ତି, ସେମାନେ ମୋହର ମାଆ ଓ ଭାଇମାନେ।”
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଜୁଲାଇ 25 ନାଗରିକ ପଞ୍ଜିକାର ଅଗଷ୍ଟ 7। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର