Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅଗଷ୍ଟ 2027 › ଅଗଷ୍ଟ 8

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 8 ଅଗଷ୍ଟ 2027

ରବିବାର · ସାଧାରଣ କାଳର 19ତମ ସପ୍ତାହ

ପର୍ବ ଓ ସନ୍ଥ

ସାଧାରଣ କାଳର 19ତମ ରବିବାର

ରବିବାର · ଉପାସନାର ରଙ୍ଗ: ସବୁଜ

ଦିନର ପାଠ

ପ୍ରଥମ ପାଠ

ପ୍ର.ରା 19:4–8

4ମାତ୍ର ସେ ଆପେ ପ୍ରାନ୍ତର ଭିତରକୁ ଦିନକର ପଥ ଯାଇ ଏକ ରେତମବୃକ୍ଷ ମୂଳରେ ଉପସ୍ଥିତ ହୋଇ ବସିଲେ ଓ ଆପଣା ମୃତ୍ୟୁ-ପ୍ରାର୍ଥନା କରି କହିଲେ, “ଯଥେଷ୍ଟ ହେଲାଣି; ଏବେ ହେ ସଦାପ୍ରଭୋ, ମୋର ପ୍ରାଣ ନିଅ; କାରଣ ମୁଁ ଆପଣା ପୂର୍ବପୁରୁଷମାନଙ୍କଠାରୁ ଭଲ ନୁହେଁ।” 5ତହୁଁ ସେ ରେତମବୃକ୍ଷ ମୂଳେ ଶୟନ କରି ନିଦ୍ରା ଗଲେ; ଏଥିରେ ଦେଖ, ଏକ ଦୂତ ତାଙ୍କୁ ସ୍ପର୍ଶ କରି କହିଲେ, “ଉଠ, ଭୋଜନ କର।” 6ତହିଁରେ ସେ ଅନାନ୍ତେ, ଦେଖ, ତାଙ୍କ ମସ୍ତକ ପାଖରେ ଅଙ୍ଗାରରେ ପକ୍ୱ ଏକ ପିଠା ଓ ଏକ ପାତ୍ର ଜଳ ଅଛି। ଏଣୁ ସେ ଭୋଜନପାନ କରି ପୁନର୍ବାର ଶୟନ କଲେ। 7ଏଉତ୍ତାରେ ସଦାପ୍ରଭୁଙ୍କ ଦୂତ ପୁନର୍ବାର ଦ୍ୱିତୀୟ ଥର ଆସି ତାଙ୍କୁ ସ୍ପର୍ଶ କରି କହିଲେ, “ଉଠ, ଭୋଜନ କର; କାରଣ ତୁମ୍ଭ ଶକ୍ତିରୁ ପଥ ଅଧିକ।” 8ତହୁଁ ସେ ଉଠି ଭୋଜନପାନ କଲେ ଓ ସେହି ଖାଦ୍ୟର ବଳରେ ପରମେଶ୍ୱରଙ୍କ ପର୍ବତ ହୋରେବ ପର୍ଯ୍ୟନ୍ତ ଚାଳିଶ ଦିନ ଓ ଚାଳିଶ ରାତ୍ରି ଗମନ କଲେ।

ପ୍ରତିଉତ୍ତର ଗୀତ

ଗୀତ 34:1–8

1ଦାଉଦଙ୍କ ଗୀତ; ଯେତେବେଳେ ସେ ଅବୀମେଲକ୍‍ ସାକ୍ଷାତରେ ଆପଣା ମତି ବଦଳାଇବାରୁ ତାହା ଦ୍ୱାରା ତାଡ଼ିତ ହୋଇ ପ୍ରସ୍ଥାନ କରିଥିଲେ, ସେହି ସମୟର ଗୀତ। ମୁଁ ସର୍ବଦା ସଦାପ୍ରଭୁଙ୍କର ଧନ୍ୟବାଦ କରିବି; ମୋʼ ମୁଖରେ ନିରନ୍ତର ତାହାଙ୍କର ପ୍ରଶଂସା ହେବ। 2ମୋହର ପ୍ରାଣ ସଦାପ୍ରଭୁଙ୍କଠାରେ ଦର୍ପ କରିବ; ନମ୍ର ଲୋକମାନେ ତାହା ଶୁଣି ଆନନ୍ଦିତ ହେବେ। 3ଆହେ, ମୋʼ ସଙ୍ଗେ ସଦାପ୍ରଭୁଙ୍କ ମାହାତ୍ମ୍ୟ ପ୍ରକାଶ କର, ଆସ, ଆମ୍ଭେମାନେ ଏକ ସଙ୍ଗେ ତାହାଙ୍କ ନାମର ପ୍ରତିଷ୍ଠା କରୁ। 4ମୁଁ ସଦାପ୍ରଭୁଙ୍କଠାରେ ପ୍ରାର୍ଥନା କଲି ଓ ସେ ମୋତେ ଉତ୍ତର ଦେଲେ, ପୁଣି, ମୋହର ସବୁ ଭୟରୁ ମୋତେ ଉଦ୍ଧାର କଲେ। 5ସେମାନେ ତାହାଙ୍କ ପ୍ରତି ଦୃଷ୍ଟିପାତ କରି ଦୀପ୍ତିମାନ ହେଲେ; ଆଉ, ସେମାନଙ୍କ ମୁଖ କେବେ ହେଁ ବିବର୍ଣ୍ଣ ନୋହିବ। 6ଏହି ଦୁଃଖୀଲୋକ କାକୂକ୍ତି କଲା, ପୁଣି, ସଦାପ୍ରଭୁ ତାହାର କଥା ଶୁଣିଲେ ଓ ତାହାର ସକଳ ସଙ୍କଟରୁ ତାହାକୁ ଉଦ୍ଧାର କଲେ। 7ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି, ତାହାଙ୍କର ଦୂତ ସେମାନଙ୍କ ଚାରିଆଡ଼େ ଛାଉଣି କରି ସେମାନଙ୍କୁ ଉଦ୍ଧାର କରନ୍ତି। 8ଆହେ, ସଦାପ୍ରଭୁ ଯେ ମଙ୍ଗଳମୟ, ଏହା ଆସ୍ୱାଦନ କରି ଦେଖ; ଯେ ତାହାଙ୍କର ଶରଣାଗତ, ସେ ଲୋକ ଧନ୍ୟ।

ଦ୍ୱିତୀୟ ପାଠ

ଏଫି 4:30–5:2

30ଆଉ ଈଶ୍ବରଙ୍କ ଯେଉଁ ପବିତ୍ର ଆତ୍ମାଙ୍କ ଦ୍ୱାରା ତୁମ୍ଭେମାନେ ମୁକ୍ତି ଦିବସ ନିମନ୍ତେ ମୁଦ୍ରାଙ୍କିତ ହୋଇଅଛ, ତାହାଙ୍କୁ ଦୁଃଖ ଦିଅ ନାହିଁ। 31ସମସ୍ତ ପ୍ରକାର କଟୁ ଭାବ, ରାଗ, କ୍ରୋଧ, କଳହ ଓ ନିନ୍ଦା, ପୁଣି, ସମସ୍ତ ପ୍ରକାର ହିଂସା ତୁମ୍ଭମାନଙ୍କଠାରୁ ଦୂର ହେଉ; 32ଆଉ ପରସ୍ପର ପ୍ରତି ସଦୟ ହୁଅ, କୋମଳ ହୃଦୟ ପୁଣି, ଈଶ୍ବର ଖ୍ରୀଷ୍ଟଙ୍କଠାରେ ତୁମ୍ଭମାନଙ୍କୁ ଯେପରି କ୍ଷମା କଲେ, ସେହିପରି ପରସ୍ପରକୁ କ୍ଷମା କର। 5:1ଅତଏବ ପ୍ରିୟ ସନ୍ତାନମାନଙ୍କ ପରି ଈଶ୍ବରଙ୍କ ଅନୁକାରୀ ହୁଅ; 2ଖ୍ରୀଷ୍ଟ ଯେପରି ତୁମ୍ଭମାନଙ୍କୁ ପ୍ରେମ କଲେ, ପୁଣି, ଆମ୍ଭମାନଙ୍କ ନିମନ୍ତେ ଈଶ୍ବରଙ୍କ ଉଦ୍ଦେଶ୍ୟରେ ସୁଗନ୍ଧି ନୈବେଦ୍ୟ ଓ ବଳି ସ୍ୱରୂପେ ଆପଣାକୁ ଉତ୍ସର୍ଗ କଲେ, ସେହିପରି ପ୍ରେମରେ ଆଚରଣ କର।

ସୁସମାଚାର

ଯୋହ 6:41–51

41ମୁଁ ସ୍ୱର୍ଗରୁ ଅବତୀର୍ଣ୍ଣ ହୋଇଥିବା ଆହାର ଅଟେ,” ସେ ଏହା କହିବାରୁ ଯିହୁଦୀମାନେ ତାହାଙ୍କ ବିରୁଦ୍ଧରେ ବଚସା କରି କହିବାକୁ ଲାଗିଲେ, 42ଏ କଅଣ ଯୋଷେଫର ପୁଅ ଯୀଶୁ ନୁହେଁ, ଆଉ ଆମ୍ଭେମାନେ କଅଣ ଏହାର ପିତାମାତାକୁ ଜାଣୁ ନାହୁଁ? ତେବେ “ମୁଁ ସ୍ୱର୍ଗରୁ ଅବତରଣ କରିଅଛି” ବୋଲି ସେ ଏବେ କିପରି କହୁଅଛି? 43ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ଆପଣା ଆପଣା ମଧ୍ୟରେ ବଚସା କର ନାହିଁ। 44ମୋହର ପ୍ରେରଣକର୍ତ୍ତା ପିତା ଯାହାକୁ ଆକର୍ଷଣ କରନ୍ତି, କେବଳ ସେ ମୋʼ ନିକଟକୁ ଆସିପାରେ, ଆଉ ମୁଁ ଶେଷ ଦିନରେ ତାହାକୁ ଉତ୍ଥାପନ କରିବି। 45ଭାବବାଦୀମାନଙ୍କ ଧର୍ମଶାସ୍ତ୍ରରେ ଲିଖିତ ଅଛି, ‘ସମସ୍ତେ ଈଶ୍ବରଙ୍କ ଦ୍ୱାରା ଶିକ୍ଷା ପ୍ରାପ୍ତ ହେବେ।’ ଯେ କେହି ପିତାଙ୍କଠାରୁ ଶ୍ରବଣ କରି ଶିକ୍ଷା ଲାଭ କରିଅଛି, ସେ ମୋʼ ନିକଟକୁ ଆସେ। 46କେହି ଯେ ପିତାଙ୍କୁ ଦେଖିଅଛି, ତାହା ନୁହେଁ; ଯେ ଈଶ୍ବରଙ୍କଠାରୁ ଆସିଅଛନ୍ତି, କେବଳ ସେ ପିତାଙ୍କୁ ଦେଖିଅଛନ୍ତି। 47ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି। 48ମୁଁ ଜୀବନଦାୟକ ଆହାର। 49ତୁମ୍ଭମାନଙ୍କର ପିତୃ-ପୁରୁଷ ପ୍ରାନ୍ତରରେ ମାନ୍ନା ଭୋଜନ କରି ମୃତ୍ୟୁଭୋଗ କଲେ। 50କେହି ଯେପରି ଭୋଜନ କରି ମୃତ୍ୟୁଭୋଗ ନ କରେ, ଏଥିନିମନ୍ତେ ସ୍ୱର୍ଗରୁ ଅବତରଣ କରିବା ଆହାର ଏହି ଅଟେ। 51ମୁଁ ସ୍ୱର୍ଗରୁ ଅବତୀର୍ଣ୍ଣ ସେହି ଜୀବନ୍ତ ଆହାର; କେହି ଯଦି ଏହି ଆହାର ଭୋଜନ କରେ, ସେ ଅନନ୍ତକାଳ ପର୍ଯ୍ୟନ୍ତ ଜୀବିତ ରହିବ; ହଁ, ମୁଁ ଯେଉଁ ଆହାର ଦେବି, ତାହା ମୋହର ମାଂସ, ମୁଁ ତାହା ଜଗତର ଜୀବନ ନିମନ୍ତେ ଦେବି।”

ଆଜିର ସନ୍ଥ

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର