ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅଗଷ୍ଟ 2027 › ଅଗଷ୍ଟ 8
ଅର୍ଥୋଡକ୍ସ ପଞ୍ଜିକା · 26 ଜୁଲାଇ (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 8 ଅଗଷ୍ଟ 2027
ରବିବାର · ସ୍ୱର 6
ପର୍ବ ଓ ସନ୍ଥ
ପେଣ୍ଟିକଷ୍ଟ ପରେ ସପ୍ତମ ରବିବାର
ଉପବାସ
ଉପବାସ ନାହିଁ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପ୍ରଭାତୀ ପ୍ରାର୍ଥନାର ସପ୍ତମ ସୁସମାଚାର
1ସପ୍ତାହର ପ୍ରଥମ ଦିନ ପ୍ରତ୍ୟୁଷରେ ଅନ୍ଧକାର ଥାଉ ଥାଉ ମଗ୍ଦଲୀନୀ ମରୀୟମ ସମାଧି ନିକଟକୁ ଆସି ସେଥିରୁ ପଥର ଘୁଞ୍ଚାଯାଇଥିବା ଦେଖିଲେ। 2ତେଣୁ ସେ ଦୌଡ଼ିଯାଇ ଶିମୋନ ପିତର ଓ ଯୀଶୁ ଯାହାଙ୍କୁ ସ୍ନେହ କରୁଥିଲେ, ସେହି ଅନ୍ୟ ଶିଷ୍ୟଙ୍କ ନିକଟକୁ ଆସିଲେ, ଆଉ ସେମାନଙ୍କୁ କହିଲେ, ସେମାନେ ସମାଧିରୁ ପ୍ରଭୁଙ୍କୁ ଘେନିଯାଇଅଛନ୍ତି, ପୁଣି, ତାହାଙ୍କୁ କେଉଁଠାରେ ରଖିଅଛନ୍ତି, ତାହା ଆମ୍ଭେମାନେ ଜାଣୁ ନାହୁଁ। 3ସେଥିରେ ପିତର ଓ ସେହି ଅନ୍ୟ ଶିଷ୍ୟ ସମାଧି ନିକଟକୁ ଯିବା ପାଇଁ ବାହାରିଲେ। 4ସେମାନେ ଦୁହେଁ ଏକସାଙ୍ଗରେ ଦୌଡ଼ିବାକୁ ଲାଗିଲେ, ଆଉ ସେହି ଅନ୍ୟ ଶିଷ୍ୟ ପିତରଙ୍କୁ ପଛରେ ପକାଇ ଆଗେ ସମାଧି ନିକଟରେ ପହଞ୍ଚିଲେ, 5ପୁଣି, ନଇଁପଡ଼ି ଭିତରକୁ ଚାହିଁ ସରୁ ସୂକ୍ଷ୍ମ ବସ୍ତ୍ର ପଡ଼ିଥିବା ଦେଖିଲେ, ତଥାପି ସେ ଭିତରେ ପଶିଲେ ନାହିଁ। 6ପରେ ଶିମୋନ ପିତର ମଧ୍ୟ ତାହାଙ୍କ ପଛେ ପଛେ ଆସି ପହଞ୍ଚିଲେ ଓ ସମାଧି ଭିତରେ ପ୍ରବେଶ କରି ଦେଖିଲେ ଯେ, ସରୁ ସୂକ୍ଷ୍ମ ବସ୍ତ୍ରଗୁଡ଼ିକ ପଡ଼ିଅଛି, 7ପୁଣି, ତାହାଙ୍କ ମୁଣ୍ଡରେ ଯେଉଁ ଗାମୁଛା ବନ୍ଧା ହୋଇଥିଲା, ତାହା ସରୁ ଲୁଗା ସହିତ ନ ଥାଇ ଅଲଗା ଗୋଟିଏ ସ୍ଥାନରେ ଗୁଡ଼ା ହୋଇ ରହିଅଛି। 8ସେତେବେଳେ ଯେଉଁ ଅନ୍ୟ ଶିଷ୍ୟ ଆଗେ ସମାଧି ନିକଟକୁ ଆସିଥିଲେ, ସେ ମଧ୍ୟ ଭିତରେ ପ୍ରବେଶ କରି ଦେଖିଲେ ଓ ବିଶ୍ୱାସ କଲେ; 9କାରଣ ମୃତମାନଙ୍କ ମଧ୍ୟରୁ ତାହାଙ୍କୁ ଯେ ପୁନରୁତ୍ଥାନ ହେବାକୁ ହେବ, ଧର୍ମଶାସ୍ତ୍ରର ଏହି ବାକ୍ୟ ସେମାନେ ସେପର୍ଯ୍ୟନ୍ତ ବୁଝି ନ ଥିଲେ। 10ପରେ ଶିଷ୍ୟମାନେ ପୁନର୍ବାର ସେମାନଙ୍କ ଗୃହକୁ ଚାଲିଗଲେ।
ପତ୍ର
1ବିଶ୍ୱାସରେ ବଳବାନ ଯେ ଆମ୍ଭେମାନେ, ଦୁର୍ବଳମାନଙ୍କ ଦୁର୍ବଳତା ସହିବା ଆମ୍ଭମାନଙ୍କର ଉଚିତ, ଆଉ ନିଜ ନିଜର ସୁଖ ଚେଷ୍ଟା କରିବା ଉଚିତ୍ ନୁହେଁ। 2ଆସ ଆମ୍ଭମାନଙ୍କର ପ୍ରତ୍ୟେକ ଜଣ ଆପଣା ପ୍ରତିବାସୀର ନିଷ୍ଠା ନିମନ୍ତେ ମଙ୍ଗଳ ସାଧନ କରି ତାହାର ସୁଖ ଚେଷ୍ଟା କରୁ। 3କାରଣ ଖ୍ରୀଷ୍ଟ ମଧ୍ୟ ଆପଣାର ସୁଖ ଚେଷ୍ଟା କରି ନ ଥିଲେ; କିନ୍ତୁ ଯେପରି ଲେଖାଅଛି, ତୁମ୍ଭ ନିନ୍ଦକମାନଙ୍କର ନିନ୍ଦା ମୋʼ ଉପରେ ପଡ଼ିଲା। 4ପୁଣି, ଆମ୍ଭେମାନେ ଯେପରି ଶାସ୍ତ୍ର ଅନୁସାରେ ଧୈର୍ଯ୍ୟ ଓ ସାନ୍ତ୍ୱନା ଦ୍ୱାରା ଭରସା ପ୍ରାପ୍ତ ହେଉ, ଏଥିନିମନ୍ତେ ପୂର୍ବକାଳରେ ଯାହା ଯାହା ଲେଖା ହୋଇଥିଲା, ସେହିସବୁ ଆମ୍ଭମାନଙ୍କର ଶିକ୍ଷା ପାଇଁ ଲେଖା ହୋଇଅଛି। 5ଧୈର୍ଯ୍ୟ ଓ ସାନ୍ତ୍ୱନାଦାତା ଈଶ୍ବର ତୁମ୍ଭମାନଙ୍କୁ ଖ୍ରୀଷ୍ଟ ଯୀଶୁଙ୍କ ଅନୁରୂପରେ ପରସ୍ପର ଏକମନା ହେବାକୁ ଦିଅନ୍ତୁ, 6ଯେପରି ଏକଚିତ୍ତରେ ଏକ ମୁଖରେ ତୁମ୍ଭେମାନେ ଈଶ୍ବରଙ୍କ ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପିତାଙ୍କର ଗୌରବ କର। 7ଅତଏବ ଈଶ୍ବରଙ୍କ ଗୌରବ ନିମନ୍ତେ ଖ୍ରୀଷ୍ଟ ଯେପରି ତୁମ୍ଭମାନଙ୍କୁ ଗ୍ରହଣ କଲେ, ତୁମ୍ଭେମାନେ ମଧ୍ୟ ସେହିପରି ପରସ୍ପରକୁ ଗ୍ରହଣ କର।
ସୁସମାଚାର
27ଯୀଶୁ ସେଠାରୁ ଯାଉଥିବା ସମୟରେ ଦୁଇ ଜଣ ଅନ୍ଧ ପଛେ ପଛେ ଚାଲି ଉଚ୍ଚସ୍ୱର କରି କହିବାକୁ ଲାଗିଲେ, ହେ ଦାଉଦଙ୍କ ସନ୍ତାନ, ଆମ୍ଭମାନଙ୍କୁ ଦୟା କରନ୍ତୁ। 28ପୁଣି, ସେ ଗୃହରେ ପ୍ରବେଶ କରନ୍ତେ ସେହି ଅନ୍ଧମାନେ ତାହାଙ୍କ ପାଖକୁ ଆସିଲେ। ଯୀଶୁ ସେମାନଙ୍କୁ କହିଲେ, “ମୁଁ ଯେ ଏହା କରିପାରେ, ତାହା କି ବିଶ୍ୱାସ କରୁଅଛ?” ସେମାନେ କହିଲେ ହଁ, ପ୍ରଭୁ। 29ସେଥିରେ ସେ ସେମାନଙ୍କର ଚକ୍ଷୁ ସ୍ପର୍ଶ କରି କହିଲେ, “ତୁମ୍ଭମାନଙ୍କ ବିଶ୍ୱାସ ଅନୁସାରେ ତୁମ୍ଭମାନଙ୍କ ପ୍ରତି ଘଟୁ।” 30ତହିଁରେ ସେମାନଙ୍କର ଆଖି ଫିଟିଗଲା। ପୁଣି, ଯୀଶୁ ସେମାନଙ୍କୁ ଅତି ଦୃଢ଼ରୂପେ ଆଜ୍ଞା ଦେଇ କହିଲେ, “ଦେଖ, ଏ ବିଷୟ ଯେପରି କେହି ନ ଜାଣେ।” 31ମାତ୍ର ସେମାନେ ବାହାରିଯାଇ ସେହି ଦେଶଯାକ ତାହାଙ୍କ କୀର୍ତ୍ତି ପ୍ରଚାର କଲେ। 32ସେମାନେ ବାହାରିଯାଉଥିବା ସମୟରେ, ଦେଖ, ଲୋକେ ଜଣେ ମୂକ ଭୂତଗ୍ରସ୍ତକୁ ତାହାଙ୍କ ପାଖକୁ ଆଣିଲେ। 33ପୁଣି, ଭୂତ ଛଡ଼ାଯାଆନ୍ତେ ସେହି ମୂକ କଥା କହିଲା। ସେଥିରେ ଲୋକ ସମୂହ ଚମତ୍କୃତ ହୋଇ କହିଲେ, ଇସ୍ରାଏଲ ମଧ୍ୟରେ ଏପରି କେବେ ହେଁ ଦେଖାଯାଇ ନାହିଁ। 34କିନ୍ତୁ ଫାରୂଶୀମାନେ କହିଲେ, ସେ ଭୂତପତି ସାହାଯ୍ୟରେ ଭୂତ ଛଡ଼ାଉଅଛି। 35ଏହାପରେ ଯୀଶୁ ସେମାନଙ୍କ ସମାଜଗୃହ-ସମୂହରେ ଶିକ୍ଷା ଦେଇ ରାଜ୍ୟର ସୁସମାଚାର ଘୋଷଣା କରି ଏବଂ ସମସ୍ତ ପ୍ରକାର ରୋଗ ଓ ସମସ୍ତ ପ୍ରକାର ପୀଡ଼ା ସୁସ୍ଥ କରି ସମୁଦାୟ ନଗର ପୁଣି, ଗ୍ରାମଗୁଡ଼ିକରେ ଭ୍ରମଣ କରିବାକୁ ଲାଗିଲେ।
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଜୁଲାଇ 26 ନାଗରିକ ପଞ୍ଜିକାର ଅଗଷ୍ଟ 8। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର