Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅଗଷ୍ଟ 2027 › ଅଗଷ୍ଟ 9

ଅର୍ଥୋଡକ୍ସ ପଞ୍ଜିକା · 27 ଜୁଲାଇ (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 9 ଅଗଷ୍ଟ 2027

ସୋମବାର · ପେଣ୍ଟିକଷ୍ଟ ପରେ ଅଷ୍ଟମ ସପ୍ତାହ · ସ୍ୱର 6

ପର୍ବ ଓ ସନ୍ଥ

Holy Great Martyr and Healer Panteleimon († 305)

ଉପବାସ

ଉପବାସ ନାହିଁ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପତ୍ର

ପ୍ର.କରି 9:13–18

13ଯେଉଁମାନେ ମନ୍ଦିରରେ ସେବା କରନ୍ତି, ସେମାନେ ଯେ ମନ୍ଦିରରୁ ଖାଦ୍ୟ ପାଆନ୍ତି, ପୁଣି, ଯେଉଁମାନେ ବେଦିର ସେବାରେ ନିବିଷ୍ଟ ରହନ୍ତି, ସେମାନେ ଯେ ବେଦୀ ସହିତ ଅଂଶୀ ହୁଅନ୍ତି, ଏହା କଅଣ ଜାଣ ନାହିଁ? 14ସେହି ପ୍ରକାରେ ଯେଉଁମାନେ ସୁସମାଚାର ପ୍ରଚାର କରନ୍ତି, ସେମାନେ ଯେ ସୁସମାଚାର ଦ୍ୱାରା ଜୀବନ ନିର୍ବାହ କରିବେ, ଏହା ପ୍ରଭୁ ଆଦେଶ ଦେଇଅଛନ୍ତି। 15କିନ୍ତୁ ମୁଁ ଏହିସବୁ ବିଷୟ କିଛି ବ୍ୟବହାର କରି ନାହିଁ, ଆଉ ମୋʼ ପ୍ରତି ଯେ ଏହିପରି କରାଯିବ, ଏଥିପାଇଁ ମୁଁ ଏହିସବୁ ଲେଖୁ ନାହିଁ; କାରଣ କେହି ମୋହର ଏହି ଦର୍ପ ବ୍ୟର୍ଥ କରିବା ଅପେକ୍ଷା ବରଂ ମୋହର ମରିବା ଭଲ। 16କାରଣ ମୁଁ ଯଦି ସୁସମାଚାର ପ୍ରଚାର କରେ, ସେଥିରେ ମୋହର ଦର୍ପ କରିବାର କିଛି ନାହିଁ, ଯେଣୁ ତାହା କରିବା ନିମନ୍ତେ ମୁଁ ବାଧ୍ୟ; ଆଉ ଯଦି ମୁଁ ସୁସମାଚାର ପ୍ରଚାର ନ କରେ, ତେବେ ହାୟ, ମୁଁ ଦଣ୍ଡର ପାତ୍ର। 17କାରଣ ଯଦି ମୁଁ ସ୍ୱେଚ୍ଛାରେ ଏହା କରେ, ତେବେ ମୋହର ପୁରସ୍କାର ଅଛି; କିନ୍ତୁ ଯଦି ସ୍ୱେଚ୍ଛାରେ ନ କରେ, ତେବେ ହେଁ ସେବକପଦର ଭାର ମୋʼ ଠାରେ ସମର୍ପିତ ହୋଇଅଛି। 18ତେବେ ମୋହର ପୁରସ୍କାର କଅଣ? ତାହା ଏହି ଯେ, ଯେପରି ମୁଁ ସୁସମାଚାରରେ ଥିବା ମୋହର ଅଧିକାର ବ୍ୟବହାର ନ କରି ସୁସମାଚାର ପ୍ରଚାର କରୁ କରୁ ସେହି ସୁସମାଚାରକୁ ବିନାମୂଲ୍ୟର ପ୍ରଚାର କରେ।

ପତ୍ର (ସନ୍ଥ ପାଣ୍ଟେଲିମୋନ୍‌ଙ୍କ ପାଇଁ)

ଦ୍ଵି.ତୀମ 2:1–10

1ଅତଏବ, ହେ ମୋହର ପୁତ୍ର, ଖ୍ରୀଷ୍ଟ ଯୀଶୁଙ୍କ ପ୍ରଦତ୍ତ ଅନୁଗ୍ରହରେ ବଳବାନ ହୁଅ, 2ଆଉ ଅନେକ ସାକ୍ଷୀମାନଙ୍କ ସାକ୍ଷାତରେ ଯେଉଁ ସବୁ ବାକ୍ୟ ମୋʼଠାରୁ ଶୁଣିଅଛ, ଯେଉଁମାନେ ଅନ୍ୟମାନଙ୍କୁ ମଧ୍ୟ ଶିକ୍ଷା ଦେବାକୁ ସମର୍ଥ, ଏପରି ବିଶ୍ୱସ୍ତ ଲୋକମାନଙ୍କ ନିକଟରେ ସେହିସବୁ ଅର୍ପଣ କର। 3ଖ୍ରୀଷ୍ଟ ଯୀଶୁଙ୍କର ଜଣେ ଉତ୍ତମ ଯୋଦ୍ଧା ପରି ମୋ ସହିତ କ୍ଲେଶ ସହ୍ୟ କର। 4କୌଣସି ଲୋକ ସୈନ୍ୟକାର୍ଯ୍ୟ କରି ସଂସାରର ଅନ୍ୟ କାର୍ଯ୍ୟରେ ନିଜକୁ ଆବଦ୍ଧ କରେ ନାହିଁ, ଯେପରି ସୈନ୍ୟପଦରେ ନିଯୋଗକର୍ତ୍ତାଙ୍କୁ ସେ ସନ୍ତୁଷ୍ଟ କରିପାରେ। 5ଆହୁରି ମଧ୍ୟ ଯଦି ଜଣେ ଲୋକ ଖେଳରେ ଭାଗ ନିଏ, ସେ ନିୟମ ଅନୁସାରେ ତାହା ନ କଲେ ମୁକୁଟ ପାଏ ନାହିଁ। 6ଯେଉଁ କୃଷକ ପରିଶ୍ରମ କରେ, ସେ ପ୍ରଥମେ ଫଳର ଅଂଶ ପାଇବା ଉଚିତ। 7ମୁଁ ଯାହା କହୁଅଛି, ତାହା ଚିନ୍ତା କର; ପ୍ରଭୁ ସମସ୍ତ ବିଷୟରେ ତୁମ୍ଭକୁ ବୁଦ୍ଧି ଦେବେ। 8ମୋ ଦ୍ୱାରା ପ୍ରଚାରିତ ସୁସମାଚାର ଅନୁସାରେ ମୃତମାନଙ୍କ ମଧ୍ୟରୁ ଉତ୍ଥିତ ଓ ଦାଉଦଙ୍କର ବଂଶଜାତ ଯୀଶୁ ଖ୍ରୀଷ୍ଟଙ୍କୁ ସ୍ମରଣ କର। 9ସେହି ସୁସମାଚାର ନିମନ୍ତେ ମୁଁ ଅପରାଧୀ ପରି ବନ୍ଧାଯିବା ପର୍ଯ୍ୟନ୍ତ କ୍ଲେଶ ଭୋଗ କରୁଅଛି; କିନ୍ତୁ ଈଶ୍ବରଙ୍କ ବାକ୍ୟ ଆବଦ୍ଧ ନୁହେଁ। 10ଅତଏବ, ମନୋନୀତ ଲୋକମାନେ ମଧ୍ୟ ଯେପରି ଅନନ୍ତ ଗୌରବ ସହିତ ଖ୍ରୀଷ୍ଟ ଯୀଶୁଙ୍କ ଦତ୍ତ ପରିତ୍ରାଣ ପାଆନ୍ତି, ଏଥିପାଇଁ ମୁଁ ସେମାନଙ୍କ ନିମନ୍ତେ ସମସ୍ତ ବିଷୟ ଧୈର୍ଯ୍ୟ ଧରି ସହ୍ୟ କରୁଅଛି।

ସୁସମାଚାର

ମାଥି 16:1–6

1ଫାରୂଶୀ ଓ ସାଦ୍ଦୂକୀମାନେ ଯୀଶୁଙ୍କ ନିକଟକୁ ଆସି ତାହାଙ୍କୁ ପରୀକ୍ଷା କରିବା ଅଭିପ୍ରାୟରେ ସେମାନଙ୍କୁ ଆକାଶରୁ ଗୋଟିଏ ଚିହ୍ନ ଦେଖାଇବା ପାଇଁ ତାହାଙ୍କୁ ଅନୁରୋଧ କଲେ। 2କିନ୍ତୁ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ସନ୍ଧ୍ୟା ସମୟରେ ତୁମ୍ଭେମାନେ କହିଥାଅ, ‘ଭଲ ପାଗ ହେବ, କାରଣ ଆକାଶ ଲାଲ୍ ହୋଇଅଛି।’ 3ଆଉ ପ୍ରାତଃକାଳରେ କହିଥାଅ, ‘ଆଜି ଝଡ଼ ହେବ, କାରଣ ଆକାଶ ଲାଲ୍ ଓ ମେଘୁଆ ହୋଇଅଛି।’ ତୁମ୍ଭେମାନେ ଆକାଶର ଲକ୍ଷଣର ଭେଦାଭେଦ ବୁଝି ପାରୁଅଛ, କିନ୍ତୁ କାଳର ଲକ୍ଷଣସବୁ ବୁଝି ପାରୁ ନାହଁ? 4ଦୁଷ୍ଟ ଓ ବ୍ୟଭିଚାରୀ ବଂଶ ଚିହ୍ନ ଖୋଜନ୍ତି, ମାତ୍ର ଯୂନସଙ୍କ ଚିହ୍ନ ବିନା ଅନ୍ୟ କୌଣସି ଚିହ୍ନ ସେମାନଙ୍କୁ ଦିଆଯିବ ନାହିଁ।” ପୁଣି, ସେ ସେମାନଙ୍କୁ ପରିତ୍ୟାଗ କରି ଚାଲିଗଲେ। 5ଶିଷ୍ୟମାନେ ଅନ୍ୟ ପାରିରେ ପହଞ୍ଚି ଦେଖିଲେ ଯେ, ସେମାନେ ରୁଟି ନେବାକୁ ପାସୋରି ଯାଇଅଛନ୍ତି। 6ଯୀଶୁ ସେମାନଙ୍କୁ କହିଲେ, “ସତର୍କ ହୁଅ, ଫାରୂଶୀ ଓ ସାଦ୍ଦୂକୀମାନଙ୍କ ଖମୀରଠାରୁ ସାବଧାନ ହୋଇଥାଅ।”

ସୁସମାଚାର (ସନ୍ଥ ପାଣ୍ଟେଲିମୋନ୍‌ଙ୍କ ପାଇଁ)

ଯୋହ 15:17–16:2

17ତୁମ୍ଭେମାନେ ଯେପରି ପରସ୍ପରକୁ ପ୍ରେମ କର, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ ଏହି ସମସ୍ତ ଆଜ୍ଞା ଦେଉଅଛି।” 18“ଜଗତ ତୁମ୍ଭମାନଙ୍କୁ ଘୃଣା କରେ, ତେବେ ତୁମ୍ଭମାନଙ୍କୁ ଘୃଣା କରିବା ପୂର୍ବେ ତାହା ଯେ ମୋତେ ଘୃଣା କରିଅଛି, ଏହା ଜାଣ। 19ଯଦି ତୁମ୍ଭେମାନେ ଜଗତରୁ ଉତ୍ପନ୍ନ ହୋଇଥାଆନ୍ତ, ତେବେ ଜଗତ ତୁମ୍ଭମାନଙ୍କୁ ଆପଣାର ଲୋକ ଜାଣି ପ୍ରେମ କରନ୍ତା; କିନ୍ତୁ ତୁମ୍ଭେମାନେ ଜଗତରୁ ଉତ୍ପନ୍ନ ହୋଇ ନାହଁ, ବରଂ ମୁଁ ତୁମ୍ଭମାନଙ୍କୁ ଜଗତ ମଧ୍ୟରୁ ମନୋନୀତ କରିଅଛି, ଏଥିନିମନ୍ତେ ଜଗତ ତୁମ୍ଭମାନଙ୍କୁ ଘୃଣା କରେ। 20ଦାସ ଆପଣା କର୍ତ୍ତାଠାରୁ ଶ୍ରେଷ୍ଠ ନୁହେଁ, ମୁଁ ତୁମ୍ଭମାନଙ୍କୁ ଏହି ଯେଉଁ ବାକ୍ୟ କହିଅଛି, ତାହା ସ୍ମରଣ କର। ଯଦି ସେମାନେ ମୋତେ ତାଡ଼ନା କରିଅଛନ୍ତି, ତାହାହେଲେ ତୁମ୍ଭମାନଙ୍କୁ ମଧ୍ୟ ତାଡ଼ନା କରିବେ; ଯଦି ସେମାନେ ମୋହର ବାକ୍ୟ ପାଳନ କରିଅଛନ୍ତି, ତାହାହେଲେ ତୁମ୍ଭମାନଙ୍କର ବାକ୍ୟ ମଧ୍ୟ ପାଳନ କରିବେ। 21କିନ୍ତୁ ସେମାନେ ମୋହର ପ୍ରେରଣକର୍ତ୍ତାଙ୍କୁ ଜାଣି ନ ଥିବାରୁ ମୋହର ନାମ ସକାଶେ ତୁମ୍ଭମାନଙ୍କ ପ୍ରତି ଏହି ସମସ୍ତ କରିବେ। 22ଯଦି ମୁଁ ଆସି ସେମାନଙ୍କୁ କହି ନ ଥାଆନ୍ତି, ତାହାହେଲେ ସେମାନଙ୍କ ପାପ ହୋଇ ନ ଥାଆନ୍ତା; କିନ୍ତୁ ଏବେ ସେମାନଙ୍କ ପାପ ବିଷୟରେ ସେମାନେ କୌଣସି ବାହାନା କରିପାରନ୍ତି ନାହିଁ। 23ଯେ ମୋତେ ଘୃଣା କରେ, ସେ ମୋହର ପିତାଙ୍କୁ ମଧ୍ୟ ଘୃଣା କରେ। 24ଯେଉଁ କର୍ମସବୁ ଆଉ କେହି କରି ନାହିଁ, ମୁଁ ଯଦି ସେହିସବୁ ସେମାନଙ୍କ ମଧ୍ୟରେ କରି ନ ଥାଆନ୍ତି, ତାହାହେଲେ ସେମାନଙ୍କର ପାପ ହୋଇ ନ ଥାଆନ୍ତା; କିନ୍ତୁ ଏବେ ସେମାନେ ଦେଖିଅଛନ୍ତି, ଆଉ ମୋତେ ଓ ମୋହର ପିତା ଉଭୟଙ୍କୁ ଘୃଣା କରିଅଛନ୍ତି। 25‘ମାତ୍ର ସେମାନେ ଅକାରଣରେ ମୋତେ ଘୃଣା କଲେ,’ ସେମାନଙ୍କ ବ୍ୟବସ୍ଥାରେ ଲିଖିତ ଏହି ବାକ୍ୟ ଯେପରି ସଫଳ ହୁଏ, ଏଥିନିମନ୍ତେ ଏପରି ଘଟୁଅଛି। 26ପିତାଙ୍କ ନିକଟରୁ ମୁଁ ତୁମ୍ଭମାନଙ୍କ ନିକଟକୁ ଯେଉଁ ସାହାଯ୍ୟକାରୀଙ୍କୁ ପ୍ରେରଣ କରିବି, ପିତାଙ୍କଠାରୁ ବର୍ହିଗତ ସେହି ସତ୍ୟମୟ ଆତ୍ମା ଆସିଲେ ମୋʼ ବିଷୟରେ ସାକ୍ଷ୍ୟ ଦେବେ; 27ଆଉ, ତୁମ୍ଭେମାନେ ମଧ୍ୟ ସାକ୍ଷୀ, କାରଣ ତୁମ୍ଭେମାନେ ଆରମ୍ଭରୁ ମୋʼ ସହିତ ରହିଅଛ।” 16:1“ତୁମ୍ଭେମାନେ ଯେପରି ବିଘ୍ନ ନ ପାଅ, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ ଏହି ସମସ୍ତ କଥା କହିଅଛି। 2ସେମାନେ ତୁମ୍ଭମାନଙ୍କୁ ସମାଜଗୃହରୁ ବାହାର କରିବେ, ହଁ, ଏପରି ସମୟ ଆସୁଅଛି, ଯେତେବେଳେ ଯେ କେହି ତୁମ୍ଭମାନଙ୍କୁ ବଧ କରେ, ସେ ଈଶ୍ବରଙ୍କ ଉଦ୍ଦେଶ୍ୟରେ ଉପାସନାରୂପ ବଳି ଉତ୍ସର୍ଗ କରୁଅଛି ବୋଲି ମନେ କରିବ।

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଜୁଲାଇ 27 ନାଗରିକ ପଞ୍ଜିକାର ଅଗଷ୍ଟ 9। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର