ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅଗଷ୍ଟ 2027 › ଅଗଷ୍ଟ 10
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 10 ଅଗଷ୍ଟ 2027
ମଙ୍ଗଳବାର · ସାଧାରଣ କାଳର 19ତମ ସପ୍ତାହ
ପର୍ବ ଓ ସନ୍ଥ
ସନ୍ଥ ଲରେନ୍ସ, ଉପଯାଜକ ଓ ଶହୀଦ
ପର୍ବ · ଉପାସନାର ରଙ୍ଗ: ନାଲି
ଦିନର ପାଠ
ପ୍ରଥମ ପାଠ
6କିନ୍ତୁ ଏହା ସତ୍ୟ, ଯେ ଅଳ୍ପ ବୁଣେ, ସେ ମଧ୍ୟ ଅଳ୍ପ କାଟିବ; ଆଉ ଯେ ପ୍ରଚୁର ବୁଣେ, ସେ ମଧ୍ୟ ପ୍ରଚୁର କାଟିବ। 7ପ୍ରତ୍ୟେକ ଜଣ ଆପଣା ହୃଦୟରେ ଯେପରି ସଂକଳ୍ପ କରିଅଛି, ସେହିପରି କରୁ, କୁଣ୍ଠିତ ଭାବରେ ନୁହେଁ ଅବା ବାଧ୍ୟବାଧକତା ହେତୁରୁ ନୁହେଁ; କାରଣ ଈଶ୍ବର ହୃଷ୍ଟଚିତ୍ତଦାତାକୁ ଭଲ ପାଆନ୍ତି। 8ଆଉ, ସମସ୍ତ ବିଷୟ ସର୍ବଦା ଯଥେଷ୍ଟ ରୂପେ ପାଇ ତୁମ୍ଭେମାନେ ଯେପରି ସମସ୍ତ ଉତ୍ତମ କର୍ମ ନିମନ୍ତେ ଅଧିକରୁ ଅଧିକତର ଦାନ କରିପାର, ଏଥିନିମନ୍ତେ ଈଶ୍ବର ତୁମ୍ଭମାନଙ୍କୁ ସର୍ବ ପ୍ରକାର ଅନୁଗ୍ରହ ପ୍ରଚୁର ଭାବରେ ଦେବାକୁ ସମର୍ଥ ଅଟନ୍ତି, 9ଯେପରି ଶାସ୍ତ୍ରରେ ଲେଖାଅଛି, “ସେ ମୁକ୍ତ ହସ୍ତରେ ବିତରଣ କରିଅଛି, ସେ ଦରିଦ୍ରମାନଙ୍କୁ ଦାନ ଦେଇଅଛି, ତାହାର ଧାର୍ମିକତା ଅନନ୍ତକାଳସ୍ଥାୟୀ।” 10ଆଉ, ଯେ ବୀଜବପନକାରୀକୁ ବୀଜ ଓ ଭୋଜନ ନିମନ୍ତେ ଆହାର ଯୋଗାନ୍ତି, ସେ ବୁଣିବା ନିମନ୍ତେ ତୁମ୍ଭମାନଙ୍କୁ ବୀଜ ଯୋଗାଇବେ ଓ ତାହା ବଢ଼ାଇବେ, ପୁଣି, ତୁମ୍ଭମାନଙ୍କ ଧାର୍ମିକତାର ଫଳ ବୃଦ୍ଧି କରିବେ;
ପ୍ରତିଉତ୍ତର ଗୀତ
1ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର, ଯେଉଁ ଜନ ସଦାପ୍ରଭୁଙ୍କୁ ଭୟ କରେ, ଯେ ତାହାଙ୍କ ଆଜ୍ଞାସବୁରେ ଅତିଶୟ ସନ୍ତୁଷ୍ଟ ହୁଏ, ସେ ଧନ୍ୟ। 2ତାହାର ବଂଶ ପୃଥିବୀରେ ବିକ୍ରମଶାଳୀ ହେବେ ସରଳ ଲୋକର ବଂଶ ଆଶୀର୍ବାଦ ପ୍ରାପ୍ତ ହେବେ। 5ଯେଉଁ ଜନ କୃପା କରେ ଓ ଋଣ ଦିଏ, ତାହାର ମଙ୍ଗଳ ହୁଏ; ସେ ସୁବିଚାରରେ ଆପଣା କଥା ନିଷ୍ପନ୍ନ କରିବ। 6କାରଣ ସେ କଦାପି ବିଚଳିତ ନୋହିବ; ଧାର୍ମିକ ଲୋକ ଅନନ୍ତକାଳ ସ୍ମରଣରେ ରହିବ। 7ସେ କୁସମ୍ବାଦ ଶୁଣି ଭୀତ ହେବ ନାହିଁ। ତାହାର ଚିତ୍ତ ସଦାପ୍ରଭୁଙ୍କଠାରେ ନିର୍ଭର ରଖି ସ୍ଥିର ଥାଏ। 8ସେ ଆପଣା ବିପକ୍ଷଗଣ ଉପରେ ନିଜ ବାଞ୍ଛାର ସିଦ୍ଧି ଦେଖିବା ପର୍ଯ୍ୟନ୍ତ, ତାହାର ଚିତ୍ତ ସୁସ୍ଥିର ଥାଏ, ସେ ଭୀତ ହେବ ନାହିଁ। 9ସେ ବିତରଣ କରିଅଛି, ସେ ଦୀନହୀନମାନଙ୍କୁ ଦାନ କରିଅଛି; ତାହାର ଧର୍ମ ସଦାକାଳସ୍ଥାୟୀ; ସମ୍ଭ୍ରମରେ ତାହାର ଶୃଙ୍ଗ ଉନ୍ନତ ହେବ।
ସୁସମାଚାର
24ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଗହମବୀଜ ଯଦି ମୃତ୍ତିକାରେ ପଡ଼ି ନ ମରେ, ତାହାହେଲେ ତାହା ଏକମାତ୍ର ଥାଏ, କିନ୍ତୁ ଯଦି ମରେ, ତାହାହେଲେ ବହୁତ ଫଳ ଫଳେ। 25ଯେ ଆପଣା ପ୍ରାଣକୁ ପ୍ରିୟ ଜ୍ଞାନ କରେ, ସେ ତାହା ହରାଇବ, ଆଉ ଯେ ଆପଣା ପ୍ରାଣକୁ ଇହଜଗତରେ ଘୃଣା କରେ, ସେ ତାହା ଅନନ୍ତ ଜୀବନ ନିମନ୍ତେ ରକ୍ଷା କରିବ। 26କେହି ଯେବେ ମୋହର ସେବକ, ତେବେ ସେ ମୋହର ଅନୁଗମନ କରୁ; ଆଉ, ମୁଁ ଯେଉଁଠାରେ ଥାଏ, ମୋହର ସେବକ ମଧ୍ୟ ସେହିଠାରେ ରହିବ; କେହି ଯେବେ ମୋହର ସେବା କରେ, ତେବେ ପିତା ତାହାକୁ ସମ୍ମାନ ଦେବେ।”
ଆଜିର ସନ୍ଥ
- ସନ୍ଥ ଲରେନ୍ସ, ଉପଯାଜକ ଓ ଶହୀଦ
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର