Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅଗଷ୍ଟ 2027 › ଅଗଷ୍ଟ 10

ଅର୍ଥୋଡକ୍ସ ପଞ୍ଜିକା · 28 ଜୁଲାଇ (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 10 ଅଗଷ୍ଟ 2027

ମଙ୍ଗଳବାର · ପେଣ୍ଟିକଷ୍ଟ ପରେ ଅଷ୍ଟମ ସପ୍ତାହ · ସ୍ୱର 6

ପର୍ବ ଓ ସନ୍ଥ

Apostles of the 70 and Deacons: Prochorus, Nicanor, Timon and Parmenas (1st C)

ଉପବାସ

ଉପବାସ ନାହିଁ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପତ୍ର

ପ୍ର.କରି 10:5–12

5ତଥାପି ସେମାନଙ୍କ ମଧ୍ୟରୁ ଅଧିକାଂଶଠାରେ ଈଶ୍ବରଙ୍କ ସନ୍ତୋଷ ନ ଥିଲା, ତେଣୁ ସେମାନେ ପ୍ରାନ୍ତରରେ ମଲେ, ଏସମସ୍ତ କଥା ଯେ ତୁମ୍ଭେମାନେ ଅଜ୍ଞାତ ଥାଅ, ଏହା ମୋହର ଇଚ୍ଛା ନୁହେଁ। 6ସେମାନେ ଯେପ୍ରକାର ମନ୍ଦ ବିଷୟରେ ଅଭିଳାଷୀ ହୋଇଥିଲେ, ଆମ୍ଭେମାନେ ଯେପରି ସେପ୍ରକାରେ ଅଭିଳାଷୀ ନ ହେଉ, ଏଥିନିମନ୍ତେ ଏହି ସମସ୍ତ ବିଷୟ ଆମ୍ଭମାନଙ୍କ ପକ୍ଷରେ ଦୃଷ୍ଟାନ୍ତ ସ୍ୱରୂପ ହୋଇଅଛି। 7ଯେପରି ସେମାନଙ୍କ ମଧ୍ୟରେ କେତେକ ପ୍ରତିମାପୂଜକ ହେଲେ, ସେପରି ତୁମ୍ଭେମାନେ ପ୍ରତିମାପୂଜକ ହୁଅ ନାହିଁ; ଯେପରି ଲେଖାଅଛି, “ଲୋକମାନେ ଭୋଜନପାନ କରିବାକୁ ବସିଲେ, ଆଉ ନୃତ୍ୟ କରିବାକୁ ଉଠିଲେ।” 8ଯେପରି ସେମାନଙ୍କ ମଧ୍ୟରେ କେତେକ ବ୍ୟଭିଚାର କରି ଏକ ଦିନରେ ତେଇଶ ହଜାର ମରିଗଲେ, ସେପରି ଆମ୍ଭେମାନେ ବ୍ୟଭିଚାର ନ କରୁ। 9ଯେପରି ସେମାନଙ୍କ ମଧ୍ୟରେ କେତେକ ପ୍ରଭୁଙ୍କୁ ପରୀକ୍ଷା କରି ସର୍ପ ଦ୍ୱାରା ବିନଷ୍ଟ ହେଲେ, ସେପରି ଆମ୍ଭେମାନେ ପ୍ରଭୁଙ୍କୁ ପରୀକ୍ଷା ନ କରୁ। 10ଯେପରି ସେମାନଙ୍କ ମଧ୍ୟରେ କେତେକ ଲୋକ ବଚସା କରି ସଂହାରକ ଦ୍ୱାରା ବିନଷ୍ଟ ହେଲେ, ସେପରି ତୁମ୍ଭେମାନେ ବଚସା କର ନାହିଁ। 11ଏହି ସମସ୍ତ ଦୃଷ୍ଟାନ୍ତ ସ୍ୱରୂପେ ସେମାନଙ୍କ ପ୍ରତି ଘଟିଲା, ଆଉ ଯେଉଁମାନଙ୍କ ସମୟରେ ଯୁଗାନ୍ତ କାଳ ଉପସ୍ଥିତ ହୋଇଅଛି, ଏପରି ଯେ ଆମ୍ଭେମାନେ, ଆମ୍ଭମାନଙ୍କ ଚେତନା ନିମନ୍ତେ ସେହିସବୁ ଲେଖାଯାଇଅଛି। 12ଏଣୁ ଯେ ଆପଣାକୁ ସ୍ଥିର ବୋଲି ମନେ କରେ, ସେ ଯେପରି ପତିତ ନ ହୁଏ, ଏଥିନିମନ୍ତେ ସେ ସାବଧାନ ହେଉ।

ସୁସମାଚାର

ମାଥି 16:6–12

6ଯୀଶୁ ସେମାନଙ୍କୁ କହିଲେ, “ସତର୍କ ହୁଅ, ଫାରୂଶୀ ଓ ସାଦ୍ଦୂକୀମାନଙ୍କ ଖମୀରଠାରୁ ସାବଧାନ ହୋଇଥାଅ।” 7ସେଥିରେ ସେମାନେ ପରସ୍ପର ମଧ୍ୟରେ ତର୍କବିତର୍କ କରି କହିବାକୁ ଲାଗିଲେ, ଆମ୍ଭେମାନେ ରୁଟି ଆଣି ନାହୁଁ ବୋଲି ସେ ଏହା କହୁଅଛନ୍ତି। 8କିନ୍ତୁ ଯୀଶୁ ତାହା ଜାଣି କହିଲେ, “ହେ ଅଳ୍ପ ବିଶ୍ୱାସୀମାନେ, ତୁମ୍ଭମାନଙ୍କ ପାଖରେ ରୁଟି ନାହିଁ ବୋଲି କାହିଁକି ପରସ୍ପର ତର୍କବିତର୍କ କରୁଅଛ? 9ତୁମ୍ଭେମାନେ କଅଣ ଏପର୍ଯ୍ୟନ୍ତ ବୁଝୁ ନାହଁ? ଅବା ସେହି ପାଞ୍ଚ ହଜାର ଲୋକଙ୍କ ପାଞ୍ଚୋଟି ରୁଟି, ଆଉ କେତେ ଟୋକେଇ ଉଠାଇଲ, 10କିମ୍ବା ସେହି ଚାରି ହଜାର ଲୋକଙ୍କ ସାତୋଟି ରୁଟି, ପୁଣି, କେତେ ଟୋକେଇ ଉଠାଇଲ, ସେହିସବୁ କି ତୁମ୍ଭର ମନେ ନାହିଁ? 11ମୁଁ ଯେ ତୁମ୍ଭମାନଙ୍କୁ ରୁଟି ବିଷୟରେ କହି ନ ଥିଲି, ଏହା କିପରି ବୁଝୁ ନାହଁ? କିନ୍ତୁ ଫାରୂଶୀ ଓ ସାଦ୍ଦୂକୀମାନଙ୍କ ଖମୀର ବିଷୟରେ ସାବଧାନ ହୋଇଥାଅ।” 12ସେ ଯେ ରୁଟିର ଖମୀରଠାରୁ ସାବଧାନ ହୋଇ ରହିବା ପାଇଁ ନ କହି ଫାରୂଶୀ ଓ ସାଦ୍ଦୂକୀମାନଙ୍କ ଶିକ୍ଷାରୁ ସାବଧାନ ହୋଇ ରହିବା ପାଇଁ ସେମାନଙ୍କୁ କହିଥିଲେ, ଏହା ସେମାନେ ସେତେବେଳେ ବୁଝିଲେ।

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଜୁଲାଇ 28 ନାଗରିକ ପଞ୍ଜିକାର ଅଗଷ୍ଟ 10। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର