ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅଗଷ୍ଟ 2027 › ଅଗଷ୍ଟ 11
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 11 ଅଗଷ୍ଟ 2027
ବୁଧବାର · ସାଧାରଣ କାଳର 19ତମ ସପ୍ତାହ
ପର୍ବ ଓ ସନ୍ଥ
ସାଧାରଣ କାଳର 19ତମ ସପ୍ତାହର ବୁଧବାର
ସ୍ମୃତି ଦିବସ · ଉପାସନାର ରଙ୍ଗ: ଧଳା
ସନ୍ଥ କ୍ଲେୟାର୍, କୁମାରୀ · ସ୍ମୃତି ଦିବସ
ଦିନର ପାଠ
ପ୍ରଥମ ପାଠ
1ଏଥିଉତ୍ତାରେ ମୋଶା ମୋୟାବ ପଦାରୁ ନବୋ ପର୍ବତକୁ, ଅର୍ଥାତ୍, ଯିରୀହୋ ସମ୍ମୁଖସ୍ଥିତ ପିସ୍ଗା ଶୃଙ୍ଗ ଆରୋହଣ କଲେ। ତହିଁରେ ସଦାପ୍ରଭୁ ଗିଲୀୟଦଠାରୁ ଦାନ୍ ପର୍ଯ୍ୟନ୍ତ ସବୁ ଦେଶ; 2ପୁଣି, ପଶ୍ଚିମ ସମୁଦ୍ର ପର୍ଯ୍ୟନ୍ତ ନପ୍ତାଲି ଓ ଇଫ୍ରୟିମ ଓ ମନଃଶି ଓ ଯିହୁଦାର ସମସ୍ତ ଦେଶ; 3ଆଉ ସୋୟର ପର୍ଯ୍ୟନ୍ତ ଦକ୍ଷିଣ ଦେଶ ଓ ଖର୍ଜ୍ଜୁରପୁର-ଯିରୀହୋ ଦେଶସ୍ଥ ଉପତ୍ୟକାର ପଦା ଦେଖାଇଲେ। 4ପୁଣି, ସଦାପ୍ରଭୁ ତାଙ୍କୁ କହିଲେ, “ଆମ୍ଭେ ତୁମ୍ଭ ବଂଶକୁ ଏହି ଦେଶ ଦେବା ବୋଲି ଯେଉଁ ଦେଶ ବିଷୟରେ ଅବ୍ରହାମ, ଇସ୍ହାକ ଓ ଯାକୁବଙ୍କ ନିକଟରେ ଶପଥ କରି କହିଥିଲୁ, ସେହି ଦେଶ ଏହି; ଆମ୍ଭେ ତାହା ତୁମ୍ଭକୁ ସ୍ୱଚକ୍ଷୁରେ ଦେଖାଇଲୁ, ମାତ୍ର ତୁମ୍ଭେ ପାର ହୋଇ ସେଠାକୁ ଯିବ ନାହିଁ।” 5ତହୁଁ ସଦାପ୍ରଭୁଙ୍କ ସେବକ ମୋଶା ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେହି ସ୍ଥାନରେ ମୋୟାବ ଦେଶରେ ମଲେ। 6ପୁଣି, ସେ ମୋୟାବ ଦେଶରେ ବେଥ୍-ପିୟୋର ସମ୍ମୁଖସ୍ଥ ଉପତ୍ୟକାରେ ତାଙ୍କୁ କବର ଦେଲେ; ମାତ୍ର ଆଜି ପର୍ଯ୍ୟନ୍ତ ତାଙ୍କର କବର ସ୍ଥାନ କେହି ଜାଣେ ନାହିଁ। 7ମରଣକାଳରେ ମୋଶାଙ୍କୁ ଏକ ଶହ କୋଡ଼ିଏ ବର୍ଷ ବୟସ ହୋଇଥିଲା; ତାଙ୍କର ଚକ୍ଷୁ ଧନ୍ଦଳା ହୋଇ ନ ଥିଲା କିଅବା ତାଙ୍କର ସ୍ୱାଭାବିକ ବଳ ହ୍ରାସ ପାଇ ନ ଥିଲା। 8ଏଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ମୋୟାବ-ପଦାରେ ତିରିଶ ଦିନ ରୋଦନ କଲେ; ଏଥିରେ ମୋଶାଙ୍କ ହେତୁ ଶୋକରେ ସେମାନଙ୍କ ରୋଦନର ଦିନ ସମ୍ପୂର୍ଣ୍ଣ ହେଲା। 9ମୋଶା ନୂନର ପୁତ୍ର ଯିହୋଶୂୟଙ୍କର ମସ୍ତକରେ ହସ୍ତାର୍ପଣ କରିଥିବାରୁ ସେ ଜ୍ଞାନଦାୟକ ଆତ୍ମାରେ ପରିପୂର୍ଣ୍ଣ ଥିଲେ; ପୁଣି ଇସ୍ରାଏଲ-ସନ୍ତାନଗଣ ତାଙ୍କର କଥା ଶୁଣି ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କରିବାକୁ ଲାଗିଲେ। 10ମାତ୍ର ସଦାପ୍ରଭୁ ଯାହା ସଙ୍ଗେ ମୁଖାମୁଖି ଆଳାପ କରିଥିଲେ 11ଓ ଯାହାଙ୍କୁ ସଦାପ୍ରଭୁ ମିସର ଦେଶରେ ଫାରୋ ପ୍ରତି ଓ ତାଙ୍କର ସମସ୍ତ ଦାସ ପ୍ରତି ଓ ତାଙ୍କର ସମସ୍ତ ଦେଶ ପ୍ରତି ଯାହା କରିବା ପାଇଁ ପଠାଇଥିଲେ, ସେହି ସବୁ ଚିହ୍ନ ଓ ଆଶ୍ଚର୍ଯ୍ୟକର୍ମ ବିଷୟରେ, 12ପୁଣି, ମୋଶା ସମସ୍ତ ବାହୁ ବଳ ଏବଂ ଯେଉଁସବୁ ଭୟାନକ କର୍ମ ସମଗ୍ର ଇସ୍ରାଏଲ ଦୃଷ୍ଟିରେ କରିଥିଲେ, ସେହି ସବୁ ତୁଳନାରେ ମୋଶାଙ୍କ ସଦୃଶ ଆଉ କୌଣସି ଭବିଷ୍ୟଦ୍ବକ୍ତା ସେହି ଦିନଠାରୁ ଇସ୍ରାଏଲ ମଧ୍ୟରେ ଉତ୍ପନ୍ନ ହୋଇ ନାହାନ୍ତି।
ପ୍ରତିଉତ୍ତର ଗୀତ
1ପ୍ରଧାନ ବାଦ୍ୟକର ନିମନ୍ତେ ଗାନାର୍ଥକ ଗୀତ। ହେ ସମୁଦାୟ ପୃଥିବୀ, ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କର। 2ତାହାଙ୍କ ନାମର ମହିମା କୀର୍ତ୍ତନ କର; ତାହାଙ୍କ ପ୍ରଶଂସାକୁ ଗୌରବାନ୍ୱିତ କର। 3ପରମେଶ୍ୱରଙ୍କୁ କୁହ, “ତୁମ୍ଭ କର୍ମସକଳ କିପରି ଭୟଙ୍କର! ତୁମ୍ଭ ପରାକ୍ରମର ମହତ୍ତ୍ୱ ଦ୍ୱାରା ତୁମ୍ଭ ଶତ୍ରୁଗଣ ଆପେ ତୁମ୍ଭର ବଶୀଭୂତ ହେବେ। 5ଆସ ଓ ପରମେଶ୍ୱରଙ୍କ କ୍ରିୟାସକଳ ଦେଖ; ମନୁଷ୍ୟ-ସନ୍ତାନଗଣ ପ୍ରତି ଆପଣା କ୍ରିୟାରେ ସେ ଭୟଙ୍କର ଅଟନ୍ତି। 8ହେ ଜନବୃନ୍ଦ, ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କର ଧନ୍ୟବାଦ କର ଓ ତାହାଙ୍କ ପ୍ରଶଂସାର ଧ୍ୱନି ଶୁଣାଅ; 16ହେ ପରମେଶ୍ୱରଙ୍କ ଭୟକାରୀ ସମସ୍ତେ, ଆସ ଶୁଣ, ଆଉ ସେ ଆମ୍ଭ ପ୍ରାଣ ପାଇଁ ଯାହା କରିଅଛନ୍ତି, ତାହା ମୁଁ ବର୍ଣ୍ଣନା କରିବି। 17ମୁଁ ଆପଣା ମୁଖରେ ତାହାଙ୍କୁ ଡାକିଲି ଓ ମୋʼ ଜିହ୍ୱା ଦ୍ୱାରା ସେ ପ୍ରତିଷ୍ଠିତ ହେଲେ।
ସୁସମାଚାର
15ଯଦି ତୁମ୍ଭ ଭାଇ ପାପ କରେ, ତେବେ ଯାଇ କେବଳ ତୁମ୍ଭ ଦୁଇ ଜଣଙ୍କ ମଧ୍ୟରେ ତାହାକୁ ତାହାର ଦୋଷ ଦେଖାଅ; ଯଦି ସେ ତୁମ୍ଭର କଥା ଶୁଣେ, ତେବେ ତୁମ୍ଭେ ଆପଣା ଭାଇ କି ଲାଭ କଲ। 16କିନ୍ତୁ ଯଦି ସେ ନ ଶୁଣେ, ତେବେ ତୁମ୍ଭ ସାଙ୍ଗରେ ଆଉ ଜଣେ ବା ଦୁଇ ଜଣକୁ ନେଇ ଯାଅ, ଯେପରି ଦୁଇ ବା ତିନି ସାକ୍ଷୀଙ୍କ ମୁଖରେ ସମସ୍ତ କଥା ସ୍ଥିର କରାଯିବ। 17ତଥାପି ଯଦି ସେ ସେମାନଙ୍କ କଥା ନ ମାନେ, ତେବେ ମଣ୍ଡଳୀକୁ କୁହ, ଓ ଯଦି ସେ ମଣ୍ଡଳୀ କଥା ମଧ୍ୟ ନ ମାନେ, ତେବେ ସେ ତୁମ୍ଭ ଦୃଷ୍ଟିରେ ଅଣଯିହୁଦୀ ଓ କରଗ୍ରାହୀ ପରି ହେଉ। 18ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ପୃଥିବୀରେ ଯାହାସବୁ ବନ୍ଦ କରିବ, ସ୍ୱର୍ଗରେ ସେହିସବୁ ବନ୍ଦ ରହିବ, ପୁଣି, ପୃଥିବୀରେ ଯାହାସବୁ ମୁକ୍ତ କରିବ, ସ୍ୱର୍ଗରେ ସେହିସବୁ ମୁକ୍ତ ରହିବ। 19ପୁନଶ୍ଚ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ପୃଥିବୀରେ ତୁମ୍ଭମାନଙ୍କ ମଧ୍ୟରୁ ଦୁଇ ଜଣ ଯେକୌଣସି ବିଷୟ ଏକମନା ହୋଇ ଯାହା କିଛି ମାଗିବେ, ତାହା ମୋହର ସ୍ୱର୍ଗସ୍ଥ ପିତାଙ୍କ କର୍ତ୍ତୃକ ସେମାନଙ୍କ ପ୍ରତି ଘଟିବ। 20କାରଣ ଯେଉଁ ସ୍ଥାନରେ ଦୁଇ କି ତିନି ଜଣ ମୋ ନାମରେ ଏକତ୍ର ହୁଅନ୍ତି, ସେହି ସ୍ଥାନରେ ମୁଁ ସେମାନଙ୍କ ମଧ୍ୟରେ ଉପସ୍ଥିତ ଅଛି।”
ଆଜିର ସନ୍ଥ
- ସନ୍ଥ କ୍ଲେୟାର୍, କୁମାରୀ
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର