ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅଗଷ୍ଟ 2027 › ଅଗଷ୍ଟ 11
ଅର୍ଥୋଡକ୍ସ ପଞ୍ଜିକା · 29 ଜୁଲାଇ (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 11 ଅଗଷ୍ଟ 2027
ବୁଧବାର · ପେଣ୍ଟିକଷ୍ଟ ପରେ ଅଷ୍ଟମ ସପ୍ତାହ · ସ୍ୱର 6
ପର୍ବ ଓ ସନ୍ଥ
Martyr Callinicus of Gangra in Asia Minor
ଉପବାସ ଦିନ
ଉପବାସ: ତେଲ ସହିତ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପତ୍ର
12ଏଣୁ ଯେ ଆପଣାକୁ ସ୍ଥିର ବୋଲି ମନେ କରେ, ସେ ଯେପରି ପତିତ ନ ହୁଏ, ଏଥିନିମନ୍ତେ ସେ ସାବଧାନ ହେଉ। 13ମନୁଷ୍ୟ ପ୍ରତି ଯେଉଁ ପ୍ରକାର ପରୀକ୍ଷା ସ୍ୱାଭାବିକ, ତାହା ଛଡ଼ା ଅନ୍ୟ ପ୍ରକାର ପରୀକ୍ଷା ତୁମ୍ଭମାନଙ୍କ ପ୍ରତି ଘଟି ନାହିଁ; କିନ୍ତୁ ଈଶ୍ବର ବିଶ୍ୱସ୍ତ, ସେ ତୁମ୍ଭମାନଙ୍କୁ କୌଣସି ଅସହ୍ୟ ପରୀକ୍ଷାରେ ପରୀକ୍ଷିତ ହେବାକୁ ଦେବେ ନାହିଁ, ମାତ୍ର ଯେପରି ତୁମ୍ଭେମାନେ ସହ୍ୟ କରିପାର, ଏଥିପାଇଁ ପରୀକ୍ଷା ଘଟିବା ସଙ୍ଗେ ସଙ୍ଗେ ସେ ଉଦ୍ଧାରର ପଥ ମଧ୍ୟ ପ୍ରସ୍ତୁତ କରିବେ। 14ଅତଏବ, ହେ ମୋହର ପ୍ରିୟମାନେ, ପ୍ରତିମାପୂଜାରୁ ପଳାୟନ କର। 15ମୁଁ ବୁଦ୍ଧିମାନ ଲୋକଙ୍କୁ କହିଲା ପରି କହୁଅଛି; ମୁଁ ଯାହା କହୁଅଛି, ତାହା ତୁମ୍ଭେମାନେ ନିଜେ ବିଚାର କର। 16ଯେଉଁ ଆଶୀର୍ବାଦର ପାତ୍ରକୁ ଆମ୍ଭେମାନେ ଆଶୀର୍ବାଦ କରୁ, ତାହା କି ଖ୍ରୀଷ୍ଟଙ୍କ ରକ୍ତର ସହଭାଗିତା ନୁହେଁ? ଯେଉଁ ରୁଟି ଆମ୍ଭେମାନେ ଭାଙ୍ଗୁ, ତାହା କି ଖ୍ରୀଷ୍ଟଙ୍କ ଶରୀରର ସହଭାଗିତା ନୁହେଁ? 17କାରଣ ରୁଟି ଏକ ହେବାରୁ ଆମ୍ଭେମାନେ ଅନେକ ହେଲେ ହେଁ ଏକ ଶରୀର ସ୍ୱରୂପ, ଯେଣୁ ଆମ୍ଭେମାନେ ସମସ୍ତେ ସେହି ଏକ ରୁଟିର ଅଂଶୀ। 18ଶାରୀରିକ ଜନ୍ମାନୁସାରେ ଯେଉଁମାନେ ଇସ୍ରାଏଲ ଲୋକ, ସେମାନଙ୍କୁ ଦେଖ; ଯେଉଁମାନେ ବଳିମାଂସ ଭୋଜନ କରନ୍ତି, ସେମାନେ କି ବେଦିର ସହଭାଗୀ ନୁହଁନ୍ତି? 19ତେବେ ଦେବପ୍ରସାଦ ବୋଲି ଯେ କିଛି ଅଛି ବା ପ୍ରତିମା ବୋଲି ଯେ କିଛି ଅଛି, ଏହା କି ମୁଁ କହୁଅଛି? 20ନା, କିନ୍ତୁ ମୁଁ କହୁଅଛି ଯେ, ଯାହା ଯାହା ଅଣଯିହୁଦୀମାନେ ବଳି ରୂପେ ଉତ୍ସର୍ଗ କରନ୍ତି, ସେହିସବୁ ସେମାନେ ଈଶ୍ବରଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ ନ କରି ଭୂତମାନଙ୍କ ଉଦ୍ଦେଶ୍ୟରେ କରନ୍ତି। ଆଉ, ତୁମ୍ଭେମାନେ ଯେ ଭୂତମାନଙ୍କ ସହଭାଗୀ ହୁଅ, ଏହା ମୋହର ଇଚ୍ଛା ନୁହେଁ। 21ତୁମ୍ଭେମାନେ ପ୍ରଭୁଙ୍କ ପାନପାତ୍ର ଓ ଭୂତମାନଙ୍କ ପାନପାତ୍ର ଉଭୟରେ ପାନ କରିପାର ନାହିଁ; ତୁମ୍ଭେମାନେ ପ୍ରଭୁଙ୍କ ମେଜ ଓ ଭୂତମାନଙ୍କ ମେଜ ଉଭୟର ଅଂଶୀ ହୋଇପାର ନାହିଁ। 22ଅଥବା ଆମ୍ଭେମାନେ କଅଣ ପ୍ରଭୁଙ୍କୁ ବିରକ୍ତି ଜନ୍ମାଇବା? ଆମ୍ଭେମାନେ କି ତାହାଙ୍କଠାରୁ ବଳବାନ?
ସୁସମାଚାର
20ସେତେବେଳେ ସେ ଯେ ଖ୍ରୀଷ୍ଟ ଅଟନ୍ତି, ଏହା କାହାକୁ ନ କହିବା ପାଇଁ ସେ ଶିଷ୍ୟମାନଙ୍କୁ ଦୃଢ଼ ଆଜ୍ଞା ଦେଲେ। 21ସେହି ସମୟଠାରୁ ଯୀଶୁ ଖ୍ରୀଷ୍ଟ ଆପଣା ଶିଷ୍ୟମାନଙ୍କୁ ବୁଝାଇବାକୁ ଲାଗିଲେ ଯେ, ତାହାଙ୍କୁ ଅବଶ୍ୟ ଯିରୂଶାଲମ ସହରକୁ ଯିବାକୁ ହେବ ଏବଂ ପ୍ରାଚୀନ, ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ହସ୍ତରୁ ଅନେକ ଦୁଃଖଭୋଗ କରି ହତ ହେବାକୁ ହେବ, ପୁଣି, ତୃତୀୟ ଦିବସରେ ପୁନରୁତ୍ଥାନ ହେବାକୁ ହେବ। 22ସେଥିରେ ପିତର ତାହାଙ୍କୁ ଅନ୍ୟ ଆଡ଼କୁ ଘେନିଯାଇ ଅନୁଯୋଗ କରି କହିବାକୁ ଲାଗିଲେ, ହେ ପ୍ରଭୁ, ଈଶ୍ବର ଆପଣଙ୍କୁ ଦୟା କରନ୍ତୁ, ଏହା ଆପଣଙ୍କ ପ୍ରତି କେବେ ହେଁ ନ ଘଟୁ। 23କିନ୍ତୁ ଯୀଶୁ ବୁଲିପଡ଼ି ପିତରଙ୍କୁ କହିଲେ, “ମୋ ଆଗରୁ ଦୂର ହୁଅ, ଶୟତାନ, ତୁମ୍ଭେ ମୋହର ବିଘ୍ନସ୍ୱରୂପ, କାରଣ ତୁମ୍ଭେ ଈଶ୍ବରଙ୍କ ବିଷୟ ନ ଭାବି ମନୁଷ୍ୟର ବିଷୟ ଭାବୁଅଛ।” 24ସେତେବେଳେ ଯୀଶୁ ଆପଣା ଶିଷ୍ୟମାନଙ୍କୁ କହିଲେ, “କେହି ଯେବେ ମୋହର ଅନୁଗାମୀ ହେବାକୁ ଇଚ୍ଛା କରେ, ତେବେ ସେ ଆପଣାକୁ ଅସ୍ୱୀକାର କରୁ, ପୁଣି, ଆପଣା କ୍ରୁଶ ନେଇ ମୋହର ଅନୁଗମନ କରୁ।
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଜୁଲାଇ 29 ନାଗରିକ ପଞ୍ଜିକାର ଅଗଷ୍ଟ 11। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର