Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅଗଷ୍ଟ 2027 › ଅଗଷ୍ଟ 12

ଅର୍ଥୋଡକ୍ସ ପଞ୍ଜିକା · 30 ଜୁଲାଇ (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 12 ଅଗଷ୍ଟ 2027

ଗୁରୁବାର · ପେଣ୍ଟିକଷ୍ଟ ପରେ ଅଷ୍ଟମ ସପ୍ତାହ · ସ୍ୱର 6

ପର୍ବ ଓ ସନ୍ଥ

Holy Apostles of the 70: Silas and Sylvanus, and those with them: Criscentus, Epenetus and Andronicus (1st C)

ଉପବାସ

ଉପବାସ ନାହିଁ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପତ୍ର

ପ୍ର.କରି 10:28–11:7

28କିନ୍ତୁ କେହି ଯଦି ତୁମ୍ଭମାନଙ୍କୁ କହେ, ଏହା ବଳି ସ୍ୱରୂପେ ଉତ୍ସର୍ଗୀକୃତ ହୋଇଅଛି, ତେବେ ଯେ ଏହା ଜଣାଇଲା, ତାହାର ସକାଶେ ଓ ବିବେକ ସକାଶେ ତାହା ଭୋଜନ କର ନାହିଁ; 29ତୁମ୍ଭ ନିଜ ବିବେକ ସକାଶେ ବୋଲି ମୁଁ କହୁ ନାହିଁ, ମାତ୍ର ତାହାର ବିବେକ ସକାଶେ। ମୋହର ସ୍ୱାଧୀନତା କାହିଁକି ଅନ୍ୟର ବିବେକ ଦ୍ୱାରା ବିଚାରିତ ହୁଏ? 30ଯଦି ମୁଁ ଧନ୍ୟବାଦ ଦେଇ ଭୋଜନ କରେ, ତେବେ ଯାହା ନିମନ୍ତେ ଧନ୍ୟବାଦ ଦିଏ, ତାହା ନିମନ୍ତେ ନିନ୍ଦିତ ହୁଏ କାହିଁକି? 31ଅତଏବ, ତୁମ୍ଭେମାନେ ଭୋଜନ କର କି ପାନ କର ଅବା ଯାହା କିଛି କର, ଈଶ୍ବରଙ୍କ ଗୌରବ ନିମନ୍ତେ ସବୁ କର। 32ଯିହୁଦୀ ବା ଗ୍ରୀକ୍‍ ବା ଈଶ୍ବରଙ୍କ ମଣ୍ଡଳୀ, କାହାରି ଝୁଣ୍ଟିବାର କାରଣ ହୁଅ ନାହିଁ, 33ଯେପରି ମୁଁ ମଧ୍ୟ ମୋହର ସ୍ୱାର୍ଥ ଚେଷ୍ଟା ନ କରି ଅନେକଙ୍କ ପରିତ୍ରାଣ ନିମନ୍ତେ ସେମାନଙ୍କ ମଙ୍ଗଳ ଚେଷ୍ଟା କରେ, ପୁଣି, ସବୁ ବିଷୟରେ ସମସ୍ତଙ୍କୁ ସନ୍ତୁଷ୍ଟ କରିବାକୁ ଯତ୍ନ କରେ। 11:1ମୁଁ ଯେପରି ଖ୍ରୀଷ୍ଟଙ୍କ ଅନୁକାରୀ, ତୁମ୍ଭେମାନେ ମଧ୍ୟ ସେହିପରି ମୋହର ଅନୁକାରୀ ହୁଅ। 2ତୁମ୍ଭେମାନେ ଯେ ସମସ୍ତ ବିଷୟରେ ମୋତେ ସ୍ମରଣ କରିଥାଅ ଏବଂ ମୁଁ ତୁମ୍ଭମାନଙ୍କୁ ଯେ ସମସ୍ତ ବିଧି ଦେଇଅଛି, ସେହିସବୁ ପାଳନ କରୁଅଛ, ଏଥିପାଇଁ ମୁଁ ତୁମ୍ଭମାନଙ୍କର ପ୍ରଶଂସା କରୁଅଛି। 3କିନ୍ତୁ ଖ୍ରୀଷ୍ଟ ଯେ ପ୍ରତ୍ୟେକ ପୁରୁଷର ମସ୍ତକ ସ୍ୱରୂପ ଏବଂ ପୁରୁଷ ଯେ ସ୍ତ୍ରୀର ମସ୍ତକ ସ୍ୱରୂପ ଓ ଈଶ୍ବର ଯେ ଖ୍ରୀଷ୍ଟଙ୍କର ମସ୍ତକ ସ୍ୱରୂପ, ଏହା ତୁମ୍ଭେମାନେ ଜାଣ ବୋଲି ମୋହର ଇଚ୍ଛା। 4ଯେକୌଣସି ପୁରୁଷ ଆପଣା ମସ୍ତକ ଆଚ୍ଛାଦନ କରି ପ୍ରାର୍ଥନା କରେ କିମ୍ବା ଭାବବାଣୀ କହେ, ସେ ଆପଣା ମସ୍ତକର ଅପମାନ କରେ। 5କିନ୍ତୁ ଯେକୌଣସି ସ୍ତ୍ରୀ ଆପଣା ମସ୍ତକ ଆଚ୍ଛାଦନ ନ କରି ପ୍ରାର୍ଥନା କରେ କିମ୍ବା ଭାବବାଣୀ କହେ, ସେ ଆପଣା ମସ୍ତକର ଅପମାନ କରେ, ଯେଣୁ ତାହା ତାହାର ମସ୍ତକ ମୁଣ୍ଡନ ହେବା ସଙ୍ଗେ ସମାନ। 6କାରଣ ଯଦି ସ୍ତ୍ରୀ ମସ୍ତକ ଆଚ୍ଛାଦନ ନ କରେ, ତେବେ ସେ କେଶ ମଧ୍ୟ କାଟିପକାଉ; କିନ୍ତୁ ଯଦି ସ୍ତ୍ରୀ ପକ୍ଷରେ କେଶ କାଟିବା ବା ମସ୍ତକ ମୁଣ୍ଡନ କରିବା ଲଜ୍ଜାଜନକ, ତାହାହେଲେ ସେ ମସ୍ତକ ଆଚ୍ଛାଦନ କରୁ। 7ପୁରୁଷ ଈଶ୍ବରଙ୍କ ପ୍ରତିମୂର୍ତ୍ତି ଓ ଗୌରବ ସ୍ୱରୂପ ହେବାରୁ ପ୍ରକୃତରେ ତାହାର ମସ୍ତକ ଆଚ୍ଛାଦନ କରିବା ଉଚିତ୍ ନୁହେଁ, କିନ୍ତୁ ସ୍ତ୍ରୀ ପୁରୁଷର ଗୌରବ ସ୍ୱରୂପ।

ସୁସମାଚାର

ମାଥି 16:24–28

24ସେତେବେଳେ ଯୀଶୁ ଆପଣା ଶିଷ୍ୟମାନଙ୍କୁ କହିଲେ, “କେହି ଯେବେ ମୋହର ଅନୁଗାମୀ ହେବାକୁ ଇଚ୍ଛା କରେ, ତେବେ ସେ ଆପଣାକୁ ଅସ୍ୱୀକାର କରୁ, ପୁଣି, ଆପଣା କ୍ରୁଶ ନେଇ ମୋହର ଅନୁଗମନ କରୁ। 25କାରଣ ଯେ କେହି ଆପଣା ଜୀବନ ରକ୍ଷା କରିବାକୁ ଇଚ୍ଛା କରେ, ସେ ତାହା ହରାଇବ; କିନ୍ତୁ ଯେ କେହି ମୋ ନିମନ୍ତେ ଆପଣା ଜୀବନ ହରାଇବ, ସେ ତାହା ପାଇବ। 26ଆଉ ମନୁଷ୍ୟ ଯେବେ ସମସ୍ତ ଜଗତ ଲାଭ କରି ଆପଣା ଜୀବନ ହରାଏ, ତେବେ ତାହାର କି ଲାଭ ହେବ? କିମ୍ବା ମନୁଷ୍ୟ ଆପଣା ଜୀବନ ବଦଳରେ କଅଣ ଦେବ? 27ପୁଣି, ମନୁଷ୍ୟପୁତ୍ର ଆପଣା ପିତାଙ୍କ ମହିମାରେ ନିଜ ଦୂତମାନଙ୍କ ସହିତ ଆଗମନ କରିବେ ଏବଂ ସେତେବେଳେ ସେ ପ୍ରତ୍ୟେକ ଲୋକକୁ ତାହାର କର୍ମ ଅନୁସାରେ ଫଳ ଦେବେ। 28ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ମନୁଷ୍ୟପୁତ୍ରଙ୍କର ଆପଣା ରାଜ୍ୟରେ ଆଗମନ ନ ଦେଖିବା ପର୍ଯ୍ୟନ୍ତ ଏଠାରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେତେକ କୌଣସି ପ୍ରକାରେ ମୃତ୍ୟୁର ଅାସ୍ୱାଦ ପାଇବେ ନାହିଁ।”

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଜୁଲାଇ 30 ନାଗରିକ ପଞ୍ଜିକାର ଅଗଷ୍ଟ 12। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର